Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 17

ଅର୍ଥୋଡକ୍ସ ପଞ୍ଜିକା · 4 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 17 ଡିସେମ୍ବର 2027

ଶୁକ୍ରବାର · ପେଣ୍ଟିକଷ୍ଟ ପରେ 26ତମ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Great Martyr Barbara and Martyr Juliana, at Heliopolis in Syria († c. 306)

ଜନ୍ମ ପର୍ବର ଉପବାସ

ଉପବାସ: ତେଲ ବିନା ରନ୍ଧା ଖାଦ୍ୟ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.ତୀମ 4:4–8, 16

4କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ, 5ଯେଣୁ ଈଶ୍ବରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ। 6ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ; 7କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ବରପରାୟଣ ଜୀବନଯାପନ କରିବା ନିମନ୍ତେ ଅଭ୍ୟାସ କର, 8କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ। 16ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।

ପତ୍ର (ଶନିବାର ପାଇଁ)

ଗାଲା 3:8–12

8ଆଉ ଈଶ୍ବର ଅଣଯିହୁଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲେ, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।” 9ଏଣୁ ଯେଉଁମାନେ ବିଶ୍ୱାସୀ, ସେମାନେ ବିଶ୍ୱାସର ପୁରୁଷ ଅବ୍ରହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। 10କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।” 11ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ପବିତ୍ର ଶାସ୍ତ୍ରରେ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।” 12ଆଉ ବିଶ୍ୱାସ ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହିସବୁ ପାଳନ କରେ, ସେ ସେଥିରେ ବଞ୍ଚିବ।

ସୁସମାଚାର

ଲୂକ 20:19–26

19ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୂର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ। 20ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧୀନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ। 21ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି। 22କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ବିଧିସଙ୍ଗତ କି ନୁହେଁ? 23କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, “ମୋତେ ଗୋଟିଏ ମୁଦ୍ରା ଦେଖାଅ। 24ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି?” ସେମାନେ କହିଲେ, କାଇସରଙ୍କର। 25ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ବରଙ୍କର, ତାହା ଈଶ୍ବରଙ୍କୁ ଦିଅ। 26ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ।

ସୁସମାଚାର (ଶନିବାର ପାଇଁ)

ଲୂକ 12:32–40

32“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ। 33ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର, 34କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ।” 35“ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ; 36ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରି ଆସି ଦ୍ୱାରରେ ଆଘାତ କରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ। 37ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ। 38ଆଉ ସେ ଯଦି ରାତ୍ରିର ଦ୍ୱିତୀୟ କି ତୃତୀୟ ପ୍ରହରରେ ସୁଦ୍ଧା ଆସି ସେମାନଙ୍କୁ ସେପରି ଦେଖନ୍ତି, ତାହାହେଲେ ସେହି ଦାସମାନେ ଧନ୍ୟ। 39କିନ୍ତୁ ଏହା ଜାଣିଥାଅ, କେଉଁ ସମୟରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଆପଣା ଘରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ। 40ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 4 ନାଗରିକ ପଞ୍ଜିକାର ଡିସେମ୍ବର 17। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର