Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 20

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 20 ଡିସେମ୍ବର 2027

ସୋମବାର · ଆଗମନ କାଳର ଚତୁର୍ଥ ସପ୍ତାହ

ପର୍ବ ଓ ସନ୍ଥ

20 ଡିସେମ୍ବର

ସାଧାରଣ ଦିନ · ଉପାସନାର ରଙ୍ଗ: ବାଇଗଣୀ

ଦିନର ପାଠ

ପ୍ରଥମ ପାଠ

ଯିଶା 7:10–14

10ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ, 11“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।” 12ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।” 13ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ? 14ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।

ପ୍ରତିଉତ୍ତର ଗୀତ

ଗୀତ 24:1–6

1ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। 2କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି। 3କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ? 4ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ। 5ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ। 6ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା]

ସୁସମାଚାର

ଲୂକ 1:26–38

26ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ; 27ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ। 28ସେ ଗୃହରେ ପ୍ରବେଶ କରି ତାହାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ। 29କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ। 30ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ। 31ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ। 32ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ, 33ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ। 34କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ। 35ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ। 36ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି; 37କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ। 38ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର C, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର