ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 20
ଅର୍ଥୋଡକ୍ସ ପଞ୍ଜିକା · 7 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 20 ଡିସେମ୍ବର 2027
ସୋମବାର · ପେଣ୍ଟିକଷ୍ଟ ପରେ 27ତମ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Saint Ambrose, Bishop of Milan († 397)
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ବିନା ରନ୍ଧା ଖାଦ୍ୟ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି, 2ବୃଦ୍ଧା ସ୍ତ୍ରୀମାନଙ୍କୁ ମାଆ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର। 3ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର। 4କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ। 5ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ବରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ; 6କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ। 7ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ। 8କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ। 9ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ, 10ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।
ସୁସମାଚାର
27ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, 28ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ। 29ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା; 30ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ; 31ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ। 32ଶେଷରେ ସ୍ତ୍ରୀଟି ମଧ୍ୟ ମଲା। 33ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ। 34ଯୀଶୁ ସେମାନଙ୍କୁ କହିଲେ, “ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି, 35କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ; 36ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ବରଙ୍କ ସନ୍ତାନ ଅଟନ୍ତି। 37ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ‘ଅବ୍ରହାମଙ୍କ ଈଶ୍ବର, ଇସ୍ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର’ ବୋଲି କହି ସୂଚନା ଦେଇଅଛନ୍ତି। 38ସେ ତ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।” 39ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ। 40କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ। 41କିନ୍ତୁ ସେ ସେମାନଙ୍କୁ ପଚାରିଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି? 42କାରଣ ଦାଉଦ ନିଜେ ଗୀତସଂହିତା ପୁସ୍ତକରେ କହନ୍ତି, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, 43ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’ 44ଅତଏବ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ଦାଉଦର ସନ୍ତାନ?”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 7 ନାଗରିକ ପଞ୍ଜିକାର ଡିସେମ୍ବର 20। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର