ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 24
ଅର୍ଥୋଡକ୍ସ ପଞ୍ଜିକା · 11 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 24 ଡିସେମ୍ବର 2027
ଶୁକ୍ରବାର · ପେଣ୍ଟିକଷ୍ଟ ପରେ 27ତମ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Venerable Daniel the “Stylite” [Pillar-Dweller] of Constantinople († 489-490)
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ବିନା ରନ୍ଧା ଖାଦ୍ୟ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ପାଉଲ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, 2ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ। 8ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ବରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର; 9ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା, 10କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି; 11ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି। 12ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି। 13ମୋʼଠାରୁ ଯେଉଁ ସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ବନ୍ଧୀୟ ବିଶ୍ୱାସ ଓ ପ୍ରେମରେ ତାହା ଆଦର୍ଶରୂପେ ଧରି ରଖ। 14ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର, 15ଏସିଆ ଅଞ୍ଚଳର ସମସ୍ତ ଲୋକ ଯେ ମୋ ପ୍ରତି ବିମୁଖ ହୋଇଅଛନ୍ତି, ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ। 16ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି, 17ବରଂ ସେ ରୋମ ସହରରେ ଥିବା ସମୟରେ ମୋତେ ଯତ୍ନ ସହକାରେ ଅନ୍ୱେଷଣ କରି ମୋ ସହିତ ସାକ୍ଷାତ କଲେ, 18ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ, ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ।
ସୁସମାଚାର
37ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି, ପ୍ରତି ରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ। 38ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ। 22:1ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା। 2ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। 3ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଇଷ୍କାରିୟୋତୀୟ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା; 4ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା। 5ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ। 6ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା। 7ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା; 8ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, “ଆମ୍ଭେମାନେ ଯେପରି ଭୋଜନ କରିପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 11 ନାଗରିକ ପଞ୍ଜିକାର ଡିସେମ୍ବର 24। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର