Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 26

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 26 ଡିସେମ୍ବର 2027

ରବିବାର · ବଡ଼ଦିନ କାଳ

ପର୍ବ ଓ ସନ୍ଥ

ପବିତ୍ର ପରିବାର: ଯୀଶୁ, ମରୀୟମ ଓ ଯୋଷେଫ

ପର୍ବ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ର.ଶା 1:20–22, 24–28

20ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।” 21ଏଉତ୍ତାରେ ଇଲ୍‍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ। 22ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।” 24ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା। 25ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ। 26ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି। 27ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି। 28ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।

ପ୍ରତିଉତ୍ତର ଗୀତ

ଗୀତ 84:1–2, 4–5, 8–9

1ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମ! 2ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ। 4ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା] 5ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ। 8ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। [ସେଲା] 9ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।

ଦ୍ୱିତୀୟ ପାଠ

ପ୍ର. ଯୋହ 3:1–2, 21–24

1ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା। 2ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା। 21ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି, 22ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ। 23ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା। 24ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ।

ସୁସମାଚାର

ଲୂକ 2:41–52

41ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମ ସହରକୁ ଯାଉଥିଲେ। 42ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ। 43ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମ ସହରରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ। 44କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାହାଙ୍କୁ ଖୋଜିବାକୁ ଲାଗିଲେ, 45ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମ ସହରକୁ ଫେରିଗଲେ। 46ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ, 47ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ। 48ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଥିଲୁ। 49ଏଥିରେ ସେ ସେମାନଙ୍କୁ କହିଲେ, “କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ?” 50କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ। 51ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ। 52ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ବରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର C, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର