Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 26

ଅର୍ଥୋଡକ୍ସ ପଞ୍ଜିକା · 13 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 26 ଡିସେମ୍ବର 2027

ରବିବାର · ସ୍ୱର 2

ପର୍ବ ଓ ସନ୍ଥ

ପେଣ୍ଟିକଷ୍ଟ ପରେ 27ତମ ରବିବାର

ପୂର୍ବପୁରୁଷମାନଙ୍କ ରବିବାର

ଜନ୍ମ ପର୍ବର ଉପବାସ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନାର ପଞ୍ଚମ ସୁସମାଚାର

ଲୂକ 24:12–35

12[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।] 13ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ 14ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ। 15ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ; 16କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। 17ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କଅଣ?” ସେଥିରେ ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇ ରହିଲେ। 18ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ? 19ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ, 20ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ। 21କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା। 22ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ 23ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି। 24ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ। 25ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ, 26ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?” 27ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ। 28ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ। 29କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ। 30ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ। 31ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ। 32ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା? 33ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ; 34ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି। 35ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।

ପତ୍ର (ପୂର୍ବପୁରୁଷମାନଙ୍କ ପାଇଁ)

କଲ 3:4–11

4ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ। 5ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ; 6ଏହିସବୁ ହେତୁରୁ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ, 7ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ। 8କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍‍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର। 9ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ 10ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି; 11ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।

ସୁସମାଚାର (ପୂର୍ବପୁରୁଷମାନଙ୍କ ପାଇଁ)

ଲୂକ 14:16–24

16କିନ୍ତୁ ସେ ତାହାଙ୍କୁ କହିଲେ, “ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ; 17ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ‘ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି।’ 18କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲେ, ‘ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।’ 19ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର। 20ଅନ୍ୟ ଜଣେ କହିଲା, ‘ମୁଁ ବିବାହ କରିଅଛି, ତେଣୁ ଯାଇ ପାରୁ ନାହିଁ।’ 21ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହିସବୁ ଜଣାଇଲା। ସେଥିରେ ଗୃହକର୍ତ୍ତା ରାଗିଯାଇ ଆପଣା ଦାସକୁ କହିଲେ, ‘ଶୀଘ୍ର ନଗରର ଦାଣ୍ଡ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ନେଇଆସ।’ 22ପରେ ସେହି ଦାସ କହିଲା, ହେ ପ୍ରଭୁ, ଆପଣଙ୍କ ଆଦେଶ ଅନୁସାରେ କରାଯାଇଅଛି, ତଥାପି ଆହୁରି ସ୍ଥାନ ଅଛି। 23ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ‘ରାଜଦାଣ୍ଡ ଓ ବାଡ଼ ଆଡ଼କୁ ଯାଇ ଲୋକମାନଙ୍କୁ ଆସିବା ପାଇଁ କୁହ, ଯେପରି ମୋହର ଗୃହ ପୂର୍ଣ୍ଣ ହୁଏ।’ 24ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 13 ନାଗରିକ ପଞ୍ଜିକାର ଡିସେମ୍ବର 26। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର