Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 27

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 27 ଡିସେମ୍ବର 2027

ସୋମବାର · ବଡ଼ଦିନ କାଳ

ପର୍ବ ଓ ସନ୍ଥ

ସନ୍ଥ ଯୋହନ, ପ୍ରେରିତ ଓ ସୁସମାଚାର ଲେଖକ

ପର୍ବ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ର. ଯୋହ 1:1–4

1ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ। 2ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ। 3ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି। 4ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ଆମ୍ଭେମାନେ ଏହିସବୁ ଲେଖୁଅଛୁ।

ପ୍ରତିଉତ୍ତର ଗୀତ

ଗୀତ 97:1–2, 5–6, 11–12

1ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ। 2ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ। 5ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ। 6ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି। 11ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି। 12ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।

ସୁସମାଚାର

ଯୋହ 20:2–8

2ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ। 3ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ। 4ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ, 5ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ସୂକ୍ଷ୍ମ ବସ୍ତ୍ର ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ। 6ପରେ ଶିମୋନ ପିତର ମଧ୍ୟ ତାହାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ସୂକ୍ଷ୍ମ ବସ୍ତ୍ରଗୁଡ଼ିକ ପଡ଼ିଅଛି, 7ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି। 8ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ;

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର C, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର