Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 27

ଅର୍ଥୋଡକ୍ସ ପଞ୍ଜିକା · 14 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 27 ଡିସେମ୍ବର 2027

ସୋମବାର · ପେଣ୍ଟିକଷ୍ଟ ପରେ 28ତମ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Martyrs Thyrsos, Leukios, Callinicos of Apollonia († 249-251)

ଜନ୍ମ ପର୍ବର ଉପବାସ

ଉପବାସ: ତେଲ ବିନା ରନ୍ଧା ଖାଦ୍ୟ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି.ତୀମ 2:20–26

20ଗୋଟିଏ ବଡ଼ ଘରେ ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ। 21ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ଶୁଚି ରଖେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ। 22କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ। 23ଅଜ୍ଞାନୀ ଓ ମୂର୍ଖମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର। 24ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ; 25ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ, 26ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ।

ସୁସମାଚାର

ମାର୍କ 8:11–21

11ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ। 12ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱାସ ଛାଡ଼ି କହିଲେ, “ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ୱେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ।” 13ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକୁ ବାହାରିଗଲେ। 14ସେତେବେଳେ ଶିଷ୍ୟମାନେ ରୁଟି ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୁଟି ଥିଲା। 15ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରୋଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।” 16ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି ସେ ଏହା କହୁଅଛନ୍ତି। 17ସେ ତାହା ଜାଣି ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ? 18ତୁମ୍ଭମାନଙ୍କ ହୃଦୟ କଅଣ ଜଡ଼ ହୋଇ ରହିଅଛି? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ? 19ସେହି ପାଞ୍ଚ ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ପାଞ୍ଚୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକେଇ ଭଙ୍ଗାଯାଇଥିବା ଖଣ୍ଡ ଉଠାଇ ନେଇଥିଲ, ତାହା କି ତୁମ୍ଭମାନଙ୍କର ସ୍ମରଣ ନାହିଁ?” ସେମାନେ ତାହାଙ୍କୁ କହିଲେ, ବାର ଟୋକେଇ। 20“ଆଉ, ସେହି ଚାରି ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକେଇ ଭଙ୍ଗା ଖଣ୍ତ ଉଠାଇ ନେଇଥିଲ?” ସେମାନେ କହିଲେ, ସାତ ଟୋକେଇ। 21ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ?”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 14 ନାଗରିକ ପଞ୍ଜିକାର ଡିସେମ୍ବର 27। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର