ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 28
ଅର୍ଥୋଡକ୍ସ ପଞ୍ଜିକା · 15 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 28 ଡିସେମ୍ବର 2027
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 28ତମ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Hieromartyr Eleutherius, Bishop of Illyria, and his mother Martyr Anthea and Martyr Corivus the Eparch (2nd C)
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
16ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ, 17ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ। 4:1ମୁଁ ଈଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି, 2ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର। 3କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ, 4ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ।
ସୁସମାଚାର
22ପରେ ସେମାନେ ବେଥ୍ସାଇଦାକୁ ଆସିଲେ। ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ। 23ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ? 24ସେ ଚାହିଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କଅଣ ଚାଲୁଥିବା ଦେଖୁଅଛି। 25ତାହା ପରେ ଯୀଶୁ ପୁଣି, ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟ ରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁବାକୁ ଲାଗିଲା। 26ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, “ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 15 ନାଗରିକ ପଞ୍ଜିକାର ଡିସେମ୍ବର 28। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର