Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 30

ଅର୍ଥୋଡକ୍ସ ପଞ୍ଜିକା · 17 ଡିସେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 30 ଡିସେମ୍ବର 2027

ଗୁରୁବାର · ପେଣ୍ଟିକଷ୍ଟ ପରେ 28ତମ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Prophet Daniel and the Three Holy Youths, Ananias, Azarias, and Misael (c 600 BC)

ଜନ୍ମ ପର୍ବର ଉପବାସ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ତୀତ 1:5–2:1

5ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି; 6ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର। 7କାରଣ ଅଧ୍ୟକ୍ଷ, ଈଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦ-ପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟପ୍ରିୟ, 8ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟ-ପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ, 9ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ। 10କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି; 11ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି। 12ସେମାନଙ୍କର ଜଣେ ସ୍ୱଜାତୀୟ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସକ ପଶୁ ତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି। 13ଏହି ଉକ୍ତିଟି ସତ୍ୟ। ଏଣୁ ସେମାନେ ଯେପରି ଯିହୁଦୀମାନଙ୍କ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି, 14ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର। 15ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ। 16ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ। 2:1କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ।

ପତ୍ର (ଭାବବାଦୀ ଦାନିୟେଲ ଓ ତିନି ଜଣ ଯୁବକଙ୍କ ପାଇଁ)

ଏବ୍ରୀ 11:33–12:2

33ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ, 34ଅଗ୍ନିର ତେଜ ନିବାରଣ କଲେ, ଖଡ୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୁଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ। 35ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ। 36ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ; 37କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ 38ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା। 39ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ, 40ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି। 12:1ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ। 2ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।

ସୁସମାଚାର

ମାର୍କ 9:10–16

10ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ। 11ଆଉ, ସେମାନେ ତାହାଙ୍କୁ ପଚାରିଲେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ, ଶାସ୍ତ୍ରୀମାନେ ଏହି କଥା କିପରି କହନ୍ତି? 12ସେଥିରେ ସେ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖାଅଛି? 13କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖାଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି। 14ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି। 15ଲୋକସମୂହ ଯୀଶୁଙ୍କୁ ଦେଖିବା ମାତ୍ରେ ଅତିଶୟ ବିସ୍ମୟାନ୍ୱିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ। 16ସେଥିରେ ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 17 ନାଗରିକ ପଞ୍ଜିକାର ଡିସେମ୍ବର 30। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର