ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 31
ଅର୍ଥୋଡକ୍ସ ପଞ୍ଜିକା · 18 ଡିସେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 31 ଡିସେମ୍ବର 2027
ଶୁକ୍ରବାର · ପେଣ୍ଟିକଷ୍ଟ ପରେ 28ତମ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Martyr Sebastian at Rome with his companions: Martyrs Nicostratus, his wife Zoe, Castorius, Tranquillinus the Presbyter and his sons the Deacons Marcellinus and Mark, Claudius, his son Symphorian and brother Victorinus, Tiburtius and Castulus († c. 287)
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ବିନା ରନ୍ଧା ଖାଦ୍ୟ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
15ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ। 16ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ। 2:1କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ। 2ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ, 3ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର; 4ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା, 5ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ। 6ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ; 7ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର, 8ଯେପରି ବିପକ୍ଷ ଲୋକ, ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ। 9ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ, 10ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି।
ସୁସମାଚାର
33ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ? 34କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ। 35ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ। 36ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ, 37ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ। 38ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ। 39କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ମହତର କାର୍ଯ୍ୟ କରି ହଠାତ୍ ମୋହର ନିନ୍ଦା କରିପାରିବ, ଏପରି ଲୋକ କେହି ନାହିଁ; 40କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ। 41ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଡିସେମ୍ବର 18 ନାଗରିକ ପଞ୍ଜିକାର ଡିସେମ୍ବର 31। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର