Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ମାର୍ଗ › ପଳାତକ ଦାଉଦ

ମାର୍ଗ

ପଳାତକ ଦାଉଦ

ଶାଉଲଙ୍କଠାରୁ ପଳାୟନ, ତା’ପରେ ହିବ୍ରୋଣ ଓ ଯିରୂଶାଲମରେ ରାଜା · 13ଟି ବିରାମ · ସିଧା ରେଖାରେ ≈ 430 କି.ମି.

କିଦ୍ରୋଣମୃତ ସାଗରରାମାନୋବଗାଥ୍‍ଅଦୁଲ୍ଲମମିସ୍ପେହେରତ୍‍କିୟୀଲାସୀଫ୍‍ମାୟୋନ୍‍ଐନଗଦୀସିକ୍ଲଗ୍‍ହିବ୍ରୋଣଯିରୂଶାଲମ20 କିମି12345678910111213

© OpenStreetMap contributors

ବିରାମସ୍ଥଳ

  1. ରାମାପ୍ର.ଶା 19:18ଏଥିମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହାସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।
  2. ନୋବପ୍ର.ଶା 21:1ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍‍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍‍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, “ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?”
  3. ଗାଥ୍‍ପ୍ର.ଶା 21:10ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହି ଦିନ ପଳାଇ ଗାଥ୍‍ର ରାଜା ଆଖୀଶ୍‍ ନିକଟକୁ ଗଲେ।
  4. ଅଦୁଲ୍ଲମପ୍ର.ଶା 22:1ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।
  5. ମିସ୍ପେପ୍ର.ଶା 22:3ଏଥିଉତ୍ତାରେ ଦାଉଦ ସେଠାରୁ ମୋୟାବ ଦେଶସ୍ଥ ମିସ୍ପେକୁ ଗଲେ; ପୁଣି, ସେ ମୋୟାବର ରାଜାକୁ କହିଲେ, “ମୁଁ ବିନୟ କରୁଅଛି, ପରମେଶ୍ୱର ମୋʼ ପ୍ରତି କଅଣ କରିବେ, ତାହା ମୁଁ ଜାଣିବା ପର୍ଯ୍ୟନ୍ତ ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ଆସି ରହିବାକୁ ଦିଅ।”
  6. ହେରତ୍‍ପ୍ର.ଶା 22:5ଏଥିମଧ୍ୟରେ ଭବିଷ୍ୟଦ୍‍ବକ୍ତା ଗାଦ୍‍ ଦାଉଦଙ୍କୁ କହିଲା, “ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ।” ତେବେ ଦାଉଦ ପ୍ରସ୍ଥାନ କରି ହେରତ୍‍ ବଣରେ ଉପସ୍ଥିତ ହେଲେ।
  7. କିୟୀଲାପ୍ର.ଶା 23:5ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ।
  8. ସୀଫ୍‍ପ୍ର.ଶା 23:14ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍‍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ।
  9. ମାୟୋନ୍‍ପ୍ର.ଶା 23:24ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍‍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍‍ ପ୍ରାନ୍ତରରେ ଥିଲେ।
  10. ଐନଗଦୀପ୍ର.ଶା 23:29ଏଉତ୍ତାରେ ଦାଉଦ ସେହି ସ୍ଥାନରୁ ଯାଇ ଐନଗଦୀସ୍ଥ ଦୁର୍ଗମ ସ୍ଥାନରେ ବାସ କଲେ।
  11. ସିକ୍ଲଗ୍‍ପ୍ର.ଶା 27:6ତହିଁରେ ଆଖୀଶ୍‍ ସେହି ଦିନ ତାହାକୁ ସିକ୍ଲଗ୍‍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍‍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।
  12. ହିବ୍ରୋଣଦ୍ଵି.ଶା 2:1ଏଥିଉତ୍ତାରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ କʼଣ ଯିହୁଦାର କୌଣସି ଏକ ନଗରକୁ ଯିବି?” ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ।” ପୁଣି ଦାଉଦ କହିଲେ, “ମୁଁ କେଉଁ ସହରକୁ ଯିବି?” ସେ କହିଲେ “ହିବ୍ରୋଣକୁ।”
  13. ଯିରୂଶାଲମଦ୍ଵି.ଶା 5:6ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସିପାରିବ ନାହିଁ।”

ରେଖାଗୁଡ଼ିକ ପାଠର କ୍ରମରେ ବିରାମସ୍ଥଳଗୁଡ଼ିକୁ ଯୋଡ଼େ। ଯେଉଁଠାରେ ରେଖା ଭୂମିର ଗଠନ ଅନୁସରଣ କରେ, ତାହା ଜଣେ ପଣ୍ଡିତ ପୁନର୍ଗଠନ କରିଥିବା ସମ୍ଭାବ୍ୟ ପଥ; ଅନ୍ୟତ୍ର ସିଧା ରେଖା — ପଥ ଜଣା ନାହିଁ। ଦୂରତା ବିରାମସ୍ଥଳ ମଧ୍ୟରେ ସିଧା ରେଖାରେ। ଭଙ୍ଗା ରେଖା: ଜାହାଜରେ। ଫିକା: ସ୍ଥାନ ଅନିଶ୍ଚିତ।

ପ୍ରତ୍ୟେକ ବିନ୍ଦୁ ସବୁଠାରୁ ସମ୍ଭାବ୍ୟ ଅବସ୍ଥାନ; ଫିକା ବିନ୍ଦୁ ଅର୍ଥ ଚିହ୍ନଟ ଅନିଶ୍ଚିତ। ଅବସ୍ଥାନ ଅଜ୍ଞାତ ଥିବା ସ୍ଥାନ ମାନଚିତ୍ରରେ ନାହିଁ।

ଉତ୍ସ: OpenBible.info, CC BY 4.0 · UBS Bible Routes, Dr Leen Ritmeyer © United Bible Societies 2023, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର