Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ମାର୍ଗ › ଏଲୀୟଙ୍କ ଯାତ୍ରା

ମାର୍ଗ

ଏଲୀୟଙ୍କ ଯାତ୍ରା

କରୀତ୍ ନଦୀଠାରୁ ହୋରେବ ଓ ଯର୍ଦ୍ଦନ ପର୍ଯ୍ୟନ୍ତ · 13ଟି ବିରାମ · ସିଧା ରେଖାରେ ≈ 1,220 କି.ମି.

ସୁଏଜ୍ ଉପସାଗରସୀନୟଗିଲୀୟଦସାରିଫତ୍‍କର୍ମିଲ ପର୍ବତକୀଶୋନ୍‍ବେର୍‍ଶେବାହୋରେବଦମ୍ମେଶକଗିଲ୍‍ଗଲ୍‍ଯର୍ଦ୍ଦନ100 କିମି12345678910111213

© OpenStreetMap contributors

ବିରାମସ୍ଥଳ

  1. ଗିଲୀୟଦପ୍ର.ରା 17:1ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”
  2. କରୀତ୍‍ପ୍ର.ରା 17:5ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟକୁ ଯାଇ ବାସ କଲେ।
  3. ସାରିଫତ୍‍ପ୍ର.ରା 17:10ତହିଁରେ ସେ ଉଠି ସାରିଫତ୍‍କୁ ଗଲେ ଓ ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।”
  4. କର୍ମିଲ ପର୍ବତପ୍ର.ରା 18:20ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ।
  5. କୀଶୋନ୍‍ପ୍ର.ରା 18:40ତହୁଁ ଏଲୀୟ ସେମାନଙ୍କୁ କହିଲେ, “ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍‍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।
  6. ଯିଷ୍ରିୟେଲପ୍ର.ରା 18:46ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ି ଗଲେ।
  7. ବେର୍‍ଶେବାପ୍ର.ରା 19:3ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍‍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।
  8. ହୋରେବପ୍ର.ରା 19:8ତହୁଁ ସେ ଉଠି ଭୋଜନପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।
  9. ଦମ୍ମେଶକପହଞ୍ଚିବା କୁହାଯାଇନାହିଁପ୍ର.ରା 19:15ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ଆପଣା ପଥରେ ଫେରି ଦମ୍ମେଶକ ପ୍ରାନ୍ତରକୁ ଯାଅ; ଆଉ ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ହସାୟେଲକୁ ଅରାମ ଉପରେ ରାଜାଭିଷିକ୍ତ କର;
  10. ଗିଲ୍‍ଗଲ୍‍ଦ୍ଵି.ରା 2:1ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍‍ଗଲ୍‍ରୁ ଗଲେ।
  11. ବେଥେଲ୍‍ଦ୍ଵି.ରା 2:2ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍‍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍‍କୁ ଗଲେ।
  12. ଯିରୀହୋଦ୍ଵି.ରା 2:4ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ।
  13. ଯର୍ଦ୍ଦନଦ୍ଵି.ରା 2:6ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।

ରେଖାଗୁଡ଼ିକ ପାଠର କ୍ରମରେ ବିରାମସ୍ଥଳଗୁଡ଼ିକୁ ଯୋଡ଼େ। ଯେଉଁଠାରେ ରେଖା ଭୂମିର ଗଠନ ଅନୁସରଣ କରେ, ତାହା ଜଣେ ପଣ୍ଡିତ ପୁନର୍ଗଠନ କରିଥିବା ସମ୍ଭାବ୍ୟ ପଥ; ଅନ୍ୟତ୍ର ସିଧା ରେଖା — ପଥ ଜଣା ନାହିଁ। ଦୂରତା ବିରାମସ୍ଥଳ ମଧ୍ୟରେ ସିଧା ରେଖାରେ। ଭଙ୍ଗା ରେଖା: ଜାହାଜରେ। ଫିକା: ସ୍ଥାନ ଅନିଶ୍ଚିତ।

ବିନ୍ଦୁ ରେଖା: ଯାତ୍ରା କେଉଁଆଡ଼େ ଯାଉଥିଲା — ପାଠ କହେ ନାହିଁ ଯେ ସେଠାରେ ପହଞ୍ଚିଲା; ରେଖା ପୂର୍ବ ପଡ଼ାବରୁ ଆଗକୁ ଯାଏ।

ପ୍ରତ୍ୟେକ ବିନ୍ଦୁ ସବୁଠାରୁ ସମ୍ଭାବ୍ୟ ଅବସ୍ଥାନ; ଫିକା ବିନ୍ଦୁ ଅର୍ଥ ଚିହ୍ନଟ ଅନିଶ୍ଚିତ। ଅବସ୍ଥାନ ଅଜ୍ଞାତ ଥିବା ସ୍ଥାନ ମାନଚିତ୍ରରେ ନାହିଁ।

ଉତ୍ସ: OpenBible.info, CC BY 4.0 · UBS Bible Routes, Dr Leen Ritmeyer © United Bible Societies 2023, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର