Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › କ୍ରୋଧ

ଦୈନନ୍ଦିନ ଜୀବନ

ବାଇବେଲରେ କ୍ରୋଧ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 41ଟି ଅଂଶ, ଧାଡ଼ି ପରେ ଧାଡ଼ି।

ବାଣୀ

  • କୋମଳ ଉତ୍ତର କ୍ରୋଧ ନିବାରଣ କରେ; କଟୁ କଥା କ୍ରୋଧ ଉଠାଏହିତୋ 15:1
    ପଦଗୁଡ଼ିକ
    ହିତୋ 15:1କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।
  • ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠହିତୋ 16:32, ହିତୋ 14:29
    ପଦଗୁଡ଼ିକ
    ହିତୋ 16:32ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
    ହିତୋ 14:29ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍‍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।
  • ଆତ୍ମସଂଯମହୀନ ଲୋକ ଭଗ୍ନ ପ୍ରାଚୀର ଥିବା ନଗର ପରିହିତୋ 25:28
    ପଦଗୁଡ଼ିକ
    ହିତୋ 25:28ଯାହାର ଆତ୍ମା ଅଟକ ମାନେ ନାହିଁ, ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ।
  • ମୂର୍ଖ ଆପଣାର ସମସ୍ତ କ୍ରୋଧ ପ୍ରକାଶ କରେ; ଜ୍ଞାନୀ ତାହା ସମ୍ଭାଳି ରଖେହିତୋ 29:11
    ପଦଗୁଡ଼ିକ
    ହିତୋ 29:11ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।
  • ଯେପରି ଦୁଧ ମନ୍ଥନ କଲେ ଲହୁଣୀ ବାହାରେ, ସେପରି କ୍ରୋଧ ଉତ୍ତେଜିତ କଲେ ବିବାଦ ହୁଏହିତୋ 30:33
    ପଦଗୁଡ଼ିକ
    ହିତୋ 30:33କାରଣ ଯେପରି ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ।
  • ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେଉପ 7:9
    ପଦଗୁଡ଼ିକ
    ଉପ 7:9କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।
  • କ୍ରୋଧରୁ କ୍ଷାନ୍ତ ହୁଅ; ତାହା କେବଳ ଅନିଷ୍ଟ ଆଣେଗୀତ 37:8
    ପଦଗୁଡ଼ିକ
    ଗୀତ 37:8କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ।
  • ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କରଏଫି 4:26
    ପଦଗୁଡ଼ିକ
    ଏଫି 4:26କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।
  • ଶୁଣିବାରେ ତତ୍ପର, କହିବାରେ ଧୀର, କ୍ରୋଧ କରିବାରେ ଧୀରଯାକୁ 1:19–20
    ପଦଗୁଡ଼ିକ
    ଯାକୁ 1:19–20ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, କାରଣ ମନୁଷ୍ୟର କ୍ରୋଧ ଈଶ୍ବରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ।

ଉଦାହରଣ

  • କୟିନ ଅତି କ୍ରୁଦ୍ଧ ହୋଇ ଆପଣା ଭାଇ ହେବଲକୁ ବଧ କରେଆଦି 4:5–8
    ପଦଗୁଡ଼ିକ
    ଆଦି 4:5–8ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ। ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ? ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।” ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
  • ଯାକୁବ ରାହେଲଙ୍କୁ: “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି?”ଆଦି 30:2
    ପଦଗୁଡ଼ିକ
    ଆଦି 30:2ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”
  • ଯାକୁବ କ୍ରୁଦ୍ଧ ହୋଇ ଲାବନଙ୍କୁ ଅଭିଯୋଗ କରନ୍ତିଆଦି 31:36
    ପଦଗୁଡ଼ିକ
    ଆଦି 31:36ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ୱଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ?
  • ଯାକୁବ: ଶିମୀୟୋନ ଓ ଲେବୀ “କ୍ରୋଧରେ ନରହତ୍ୟା କଲେ”ଆଦି 49:5–7
    ପଦଗୁଡ଼ିକ
    ଆଦି 49:5–7ଶିମୀୟୋନ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ୍ଗ ଦୌରାତ୍ମ୍ୟର ଅସ୍ତ୍ର। ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡ଼ିକର ଲାଙ୍ଗୁଡ଼ କାଟିଲେ। ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ଡ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ, କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।
  • ଭାର୍ଯ୍ୟାର କଥା ଶୁଣି ଯୋଷେଫଙ୍କ ପ୍ରଭୁ କ୍ରୋଧରେ ପ୍ରଜ୍ୱଳିତ ହୁଏଆଦି 39:19
    ପଦଗୁଡ଼ିକ
    ଆଦି 39:19ସେତେବେଳେ “ତୁମ୍ଭର ଦାସ ମୋʼ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ୱଳିତ ହେଲା।
  • ଫାରୋ ମୋଶାଙ୍କୁ: “ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ”ଯାତ୍ରା 10:28
    ପଦଗୁଡ଼ିକ
    ଯାତ୍ରା 10:28ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।”
  • ମହାକ୍ରୋଧରେ ମୋଶା ଫାରୋଙ୍କ ନିକଟରୁ ବାହାରିଯାଆନ୍ତିଯାତ୍ରା 11:8
    ପଦଗୁଡ଼ିକ
    ଯାତ୍ରା 11:8ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ‘ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ;’ ତହିଁ ଉତ୍ତାରେ ମୁଁ ବାହାରି ଯିବି।” ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରିଗଲେ।
  • ବାଛୁରି ଦେଖି ମୋଶା ପ୍ରସ୍ତରଫଳକ ଦୁଇଟି ଭାଙ୍ଗି ପକାନ୍ତିଯାତ୍ରା 32:19
    ପଦଗୁଡ଼ିକ
    ଯାତ୍ରା 32:19ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।
  • ମୋଶା ଶୈଳକୁ ଦୁଇ ଥର ଆଘାତ କରନ୍ତିଗଣ 20:10–11
    ପଦଗୁଡ଼ିକ
    ଗଣ 20:10–11ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା?” ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।
  • ବିଲୀୟମ୍‍ ଆପଣା ଗଧୀକୁ ମାରେ, ଆଉ ସେ କଥା କହେଗଣ 22:27–29
    ପଦଗୁଡ଼ିକ
    ଗଣ 22:27–29ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍‍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍‍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା। ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍‍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।” ତେବେ ବିଲୀୟମ୍‍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”
  • ବାଲାକ ବିଲୀୟମ୍‍ ଉପରେ କ୍ରୋଧରେ ହାତରେ ହାତ ପିଟେଗଣ 24:10
    ପଦଗୁଡ଼ିକ
    ଗଣ 24:10ଏଥିରେ ବିଲୀୟମ୍‍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନି ଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।
  • ଗିଦିୟୋନ୍‍ କୋମଳ ଉତ୍ତରରେ ଇଫ୍ରୟିମର କ୍ରୁଦ୍ଧ ଲୋକମାନଙ୍କୁ ଶାନ୍ତ କରନ୍ତିବିଚାର 8:1–3
    ପଦଗୁଡ଼ିକ
    ବିଚାର 8:1–3ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ?” ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ। ଏଥିରେ ସେ ସେମାନଙ୍କୁ କହିଲେ, “ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେଷ୍ରୀୟର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ? ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍‍ ଓ ସେବ୍‍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି?” ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା।
  • ଇଲୀୟାବ୍‍ଙ୍କ କ୍ରୋଧ ସାନ ଭାଇ ଦାଉଦଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୁଏପ୍ର.ଶା 17:28
    ପଦଗୁଡ଼ିକ
    ପ୍ର.ଶା 17:28ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍‍ ଶୁଣିଲା; ତହିଁରେ ଇଲୀୟାବ୍‍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋʼ ଗର୍ବ ଓ ତୋʼ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।”
  • ଶାଉଲ ଆପଣା ପୁତ୍ର ଯୋନାଥନଙ୍କ ଆଡ଼କୁ ବର୍ଚ୍ଛା ଫୋପାଡ଼ନ୍ତିପ୍ର.ଶା 20:30–34
    ପଦଗୁଡ଼ିକ
    ପ୍ର.ଶା 20:30–34ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, “ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କʼଣ ମୁଁ ଜାଣୁ ନାହିଁ? କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋʼ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋʼ କତିକି ଆଣ, କାରଣ ସେ ନିଶ୍ଚୟ ମରିବ।” ତହିଁରେ ଯୋନାଥନ ଆପଣା ପିତା ଶାଉଲଙ୍କୁ ଉତ୍ତର କରି କହିଲା, “ସେ କାହିଁକି ହତ ହେବ? ସେ କଅଣ କରିଅଛି?” ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ୱାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ୱାରା ସ୍ଥିରୀକୃତ ହୋଇଅଛି। ଏହେତୁ ଯୋନାଥନ ପ୍ରଚଣ୍ଡ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ୱିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା।
  • ଧନୀ ଲୋକର ବିଷୟରେ ନାଥନଙ୍କ କାହାଣୀ ଶୁଣି ଦାଉଦ କ୍ରୋଧରେ ପ୍ରଜ୍ୱଳିତ ହୁଅନ୍ତିଦ୍ଵି.ଶା 12:5
    ପଦଗୁଡ଼ିକ
    ଦ୍ଵି.ଶା 12:5ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁର ଯୋଗ୍ୟ;
  • ଆହାବ ବିରସ ଓ କ୍ରୁଦ୍ଧ ହୋଇ ଖାଇବାକୁ ମନା କରନ୍ତିପ୍ର.ରା 21:4
    ପଦଗୁଡ଼ିକ
    ପ୍ର.ରା 21:4ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।
  • ନାମାନ୍‍: ଦମ୍ମେଶକର ନଦୀସବୁ କʼଣ ଯର୍ଦ୍ଦନଠାରୁ ଭଲ ନୁହେଁ?ଦ୍ଵି.ରା 5:11–12
    ପଦଗୁଡ଼ିକ
    ଦ୍ଵି.ରା 5:11–12ମାତ୍ର ନାମାନ୍‍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ। ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।
  • ଆସା ଜଣେ ଦର୍ଶକଙ୍କୁ କାରାଗାରରେ ପକାନ୍ତିଦ୍ଵି.ବଂ 16:10
    ପଦଗୁଡ଼ିକ
    ଦ୍ଵି.ବଂ 16:10ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।
  • ଉଷୀୟ ହାତରେ ଧୂପଦାନୀ ଧରି ଯାଜକମାନଙ୍କ ଉପରେ କ୍ରୋଧ କରନ୍ତିଦ୍ଵି.ବଂ 26:19
    ପଦଗୁଡ଼ିକ
    ଦ୍ଵି.ବଂ 26:19ସେତେବେଳେ ଉଷୀୟ କୋପାନ୍ୱିତ ହେଲେ; ପୁଣି ଧୂପ ଜ୍ୱଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ୱିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା।
  • ରାଣୀ ବଷ୍ଟୀ ଆସିବାକୁ ମନା କରିବାରୁ ଅକ୍ଷଶ୍ୱେରଶ ଅତି କ୍ରୁଦ୍ଧ ହୁଅନ୍ତିଏଷ୍ଟ 1:12
    ପଦଗୁଡ଼ିକ
    ଏଷ୍ଟ 1:12ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା।
  • ମର୍ଦ୍ଦଖୟ ପ୍ରଣାମ ନ କରିବାରୁ ହାମନ୍‍ କ୍ରୋଧରେ ପୂର୍ଣ୍ଣ ହୁଏଏଷ୍ଟ 3:5
    ପଦଗୁଡ଼ିକ
    ଏଷ୍ଟ 3:5ଯେତେବେଳେ ହାମନ୍‍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
  • ଇଲୀହୂ ଆୟୁବ ଓ ତାଙ୍କ ତିନି ବନ୍ଧୁଙ୍କ ବିରୁଦ୍ଧରେ କ୍ରୋଧରେ ପ୍ରଜ୍ୱଳିତ ହୁଅନ୍ତିଆୟୁବ 32:2–3
    ପଦଗୁଡ଼ିକ
    ଆୟୁବ 32:2–3ତହିଁରେ ରାମ୍‍ ଗୋଷ୍ଠୀଜାତ ବୂଷୀୟ ବାରଖେଲର ପୁତ୍ର ଇଲୀହୂର କ୍ରୋଧ ପ୍ରଜ୍ୱଳିତ ହେଲା; ଆୟୁବ ବିରୁଦ୍ଧରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେ ପରମେଶ୍ୱରଙ୍କ ଅପେକ୍ଷା ଆପଣାକୁ ଧାର୍ମିକ ମଣିଲା। ମଧ୍ୟ ତାହାର ତିନି ବନ୍ଧୁଙ୍କ ପ୍ରତିକୂଳରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେମାନେ କୌଣସି ଉତ୍ତର ଦେଇ ନ ପାରିଲେ ହେଁ ଆୟୁବକୁ ଦୋଷୀ କରିଥିଲେ।
  • ନବୂଖଦ୍‍ନିତ୍ସର ଅଗ୍ନିକୁଣ୍ଡକୁ ସାତ ଗୁଣ ଅଧିକ ତତ୍ତ କରାନ୍ତିଦାନି 3:13, ଦାନି 3:19
    ପଦଗୁଡ଼ିକ
    ଦାନି 3:13ତହିଁରେ ନବୂଖଦ୍‍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।
    ଦାନି 3:19ଏଥିରେ ନବୂଖଦ୍‍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।
  • ଶୁଖିଯାଇଥିବା ଲତା ବିଷୟରେ ଯୂନସ: “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ”ଯୂନ 4:1, ଯୂନ 4:9
    ପଦଗୁଡ଼ିକ
    ଯୂନ 4:1ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ।
    ଯୂନ 4:9ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।”
  • ପଣ୍ଡିତମାନଙ୍କ ଦ୍ୱାରା ପ୍ରବଞ୍ଚିତ ହୋଇ ହେରୋଦ ମହାକ୍ରୋଧରେ ପୂର୍ଣ୍ଣ ହୁଅନ୍ତିମାଥି 2:16
    ପଦଗୁଡ଼ିକ
    ମାଥି 2:16ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ।
  • ନାଜରିତର ସମାଜଗୃହର ଲୋକମାନେ ଯୀଶୁଙ୍କୁ ପାହାଡ଼ରୁ ତଳକୁ ଫୋପାଡ଼ିବାକୁ ଚେଷ୍ଟା କରନ୍ତିଲୂକ 4:28–29
    ପଦଗୁଡ଼ିକ
    ଲୂକ 4:28–29ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ, ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;
  • ଯୀଶୁ ସେମାନଙ୍କ ହୃଦୟର କଠିନତା ଦେଖି କ୍ରୋଧରେ ଚାରିଆଡ଼େ ଚାହାଁନ୍ତିମାର୍କ 3:5
    ପଦଗୁଡ଼ିକ
    ମାର୍କ 3:5ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।
  • ମହାସଭା ଅତିଶୟ ରାଗି ସ୍ତିଫାନଙ୍କ ପ୍ରତି ଦାନ୍ତ କଡ଼ମଡ଼ କରେପ୍ରେରି 7:54–58
    ପଦଗୁଡ଼ିକ
    ପ୍ରେରି 7:54–58ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ। କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ବରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ, “ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।” କିନ୍ତୁ ସେମାନେ ଉଚ୍ଚସ୍ୱରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ବନ୍ଦ କଲେ, ଆଉ ଏକସଙ୍ଗରେ ତାହାଙ୍କ ଉପରେ ମାଡ଼ିପଡ଼ିଲେ, ପୁଣି, ସେମାନେ ତାହାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।
  • ପାଉଲ ମହାଯାଜକଙ୍କୁ: “ହେ ଶୁକ୍ଳୀକୃତ ପ୍ରାଚୀର”ପ୍ରେରି 23:3
    ପଦଗୁଡ଼ିକ
    ପ୍ରେରି 23:3ସେତେବେଳେ ପାଉଲ ତାହାଙ୍କୁ କହିଲେ, ହେ ଶୁକ୍ଳୀକୃତ ପ୍ରାଚୀର, ଈଶ୍ବର ତୁମ୍ଭକୁ ଆଘାତ କରିବେ, ତୁମ୍ଭେ ଏକାବେଳେ ବ୍ୟବସ୍ଥା ଅନୁସାରେ ମୋହର ବିଚାର କରିବାକୁ ବସି ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ କରିବା ପାଇଁ କି ଆଜ୍ଞା ଦେଉଅଛ?

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର