ଅନୁସନ୍ଧାନ › ବିଷୟ › ଗୁପ୍ତ ହତ୍ୟା
ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ଗୁପ୍ତ ହତ୍ୟା
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 23ଟି ଅଂଶ, ଧାଡ଼ି ପରେ ଧାଡ଼ି।
- “ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ”ଦ୍ବି.ବି 27:24
ପଦଗୁଡ଼ିକ
ଦ୍ବି.ବି 27:24“ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
- ଦାଉଦ ଈଶ୍ବୋଶତଙ୍କ ହତ୍ୟାକାରୀମାନଙ୍କୁ ମୃତ୍ୟୁଦଣ୍ଡ ଦେଲେଦ୍ଵି.ଶା 4:9–12
ପଦଗୁଡ଼ିକ
ଦ୍ଵି.ଶା 4:9–12ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋʼ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି, ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେ କରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,’ ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଲଗ୍ଠାରେ ବଧ କଲି। ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି?” ତହିଁରେ ଦାଉଦ ଆପଣା ଯୁବାମାନଙ୍କୁ ଆଜ୍ଞା ଦିଅନ୍ତେ, ସେମାନେ ସେମାନଙ୍କୁ ବଧ କଲେ, ଆଉ ସେମାନଙ୍କର ହସ୍ତ ଓ ପାଦ ଛେଦନ କରି ହିବ୍ରୋଣର ପୁଷ୍କରିଣୀ ନିକଟରେ ଟଙ୍ଗାଇ ଦେଲେ। ମାତ୍ର ସେମାନେ ଈଶ୍ବୋଶତର ମସ୍ତକ ନେଇ ହିବ୍ରୋଣରେ ଅବ୍ନର-କବରରେ କବର ଦେଲେ।
ଉଦାହରଣ
- ଏହୂଦ ଲୁଚାଇ ରଖିଥିବା ଖଣ୍ଡାରେ ମୋୟାବର ରାଜା ଇଗ୍ଲୋନକୁ ବଧ କଲେବିଚାର 3:15–22
ପଦଗୁଡ଼ିକ
ବିଚାର 3:15–22ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ। ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ। ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ସେହି ଭେଟି ନେଲେ; ସେହି ଇଗ୍ଲୋନ ଏକ ମୋଟା ଲୋକ ଥିଲା। ଆଉ ସେ ଭେଟି ଦେଇ ସାରିଲା ଉତ୍ତାରେ ଭେଟି ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ। ମାତ୍ର ସେ ଆପେ ଗିଲ୍ଗଲ୍ସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, “ତୁନି ହୋଇଥାଅ।” ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରିଗଲେ। ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା। ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ; ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା।
- ଅବୀମେଲକ୍ ଗୋଟିଏ ପଥର ଉପରେ ଆପଣା ଭାଇମାନଙ୍କୁ ବଧ କଲା; ଯୋଥମ୍ ଲୁଚିଲେବିଚାର 9:5
ପଦଗୁଡ଼ିକ
ବିଚାର 9:5ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍ର କନିଷ୍ଠ ପୁତ୍ର ଯୋଥମ୍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା।
- ଯୋୟାବ ହିବ୍ରୋଣର ନଗରଦ୍ୱାରରେ ଅବ୍ନରଙ୍କୁ ଖଣ୍ଡା ଭୁଷିଲେଦ୍ଵି.ଶା 3:27
ପଦଗୁଡ଼ିକ
ଦ୍ଵି.ଶା 3:27ପୁଣି ଅବ୍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।
- ରେଖବ ଓ ବାନା ମଧ୍ୟାହ୍ନରେ ଈଶ୍ବୋଶତଙ୍କୁ ତାଙ୍କ ଶଯ୍ୟାରେ ବଧ କଲେଦ୍ଵି.ଶା 4:5–7
ପଦଗୁଡ଼ିକ
ଦ୍ଵି.ଶା 4:5–7ଏଥିଉତ୍ତାରେ ଈଶ୍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ। ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇଗଲେ। (ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରବା ନାମକ ଅର୍ଥାତ୍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ।
- ଅମ୍ନୋନ ଦ୍ରାକ୍ଷାରସରେ ଆନନ୍ଦିତ ଥିବା ବେଳେ ଅବଶାଲୋମଙ୍କ ଲୋକମାନେ ତାହାକୁ ବଧ କଲେଦ୍ଵି.ଶା 13:28–29
ପଦଗୁଡ଼ିକ
ଦ୍ଵି.ଶା 13:28–29ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।” ଏଥିରେ ଅବଶାଲୋମର ଆଜ୍ଞା ପ୍ରମାଣେ ଅବଶାଲୋମର ଯୁବାମାନେ ଅମ୍ନୋନ ପ୍ରତି କଲେ। ତହୁଁ ରାଜପୁତ୍ର ସମସ୍ତେ ଉଠି ପ୍ରତ୍ୟେକେ ଆପଣା ଆପଣା ଖଚର ଉପରେ ଚଢ଼ି ପଳାଇଲେ।
- ଯୋୟାବ ଅମାସାର ଦାଢ଼ି ଧରି ତାହାକୁ ଖଣ୍ଡା ଭୁଷିଲେଦ୍ଵି.ଶା 20:9–10
ପଦଗୁଡ଼ିକ
ଦ୍ଵି.ଶା 20:9–10ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା। ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।
- ବାଶା ଗିବ୍ବଥୋନରେ ରାଜା ନାଦବ୍ଙ୍କୁ ବଧ କଲେପ୍ର.ରା 15:27–28
ପଦଗୁଡ଼ିକ
ପ୍ର.ରା 15:27–28ଏଥିଉତ୍ତାରେ ଇଷାଖର ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ। ଯିହୁଦାର ଆସା ରାଜାଙ୍କ ରାଜତ୍ଵର ତୃତୀୟ ବର୍ଷରେ ବାଶା ନାଦବ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
- ରାଜା ଏଲା ମତ୍ତ ଥିବା ବେଳେ ସିମ୍ରି ତାଙ୍କୁ ବଧ କଲେପ୍ର.ରା 16:9–10
ପଦଗୁଡ଼ିକ
ପ୍ର.ରା 16:9–10ତହିଁ ଉତ୍ତାରେ ତାଙ୍କର ରଥସମୂହର ଅର୍ଦ୍ଧେକର ଅଧିପତି ସିମ୍ରି ନାମକ ତାଙ୍କର ଦାସ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ଏଲା ତିର୍ସାରେ ଥାଇ ତିର୍ସାସ୍ଥିତ ଆପଣା ଗୃହର ଅଧ୍ୟକ୍ଷ ଅର୍ସାର ଗୃହରେ ପାନ କରି ମତ୍ତ ହେଉଥିଲେ; ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
- ଯେହୂ ରାଜା ଯୋରାମ୍ଙ୍କ ଦୁଇ ବାହୁ ମଧ୍ୟରେ ତୀର ମାରିଲେଦ୍ଵି.ରା 9:24
ପଦଗୁଡ଼ିକ
ଦ୍ଵି.ରା 9:24ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରିଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ।
- ଯେହୂଙ୍କ ଲୋକମାନେ ଯିହୁଦାର ରାଜା ଅହସୀୟଙ୍କୁ ତାଙ୍କ ରଥରେ ତୀର ମାରିଲେଦ୍ଵି.ରା 9:27
ପଦଗୁଡ଼ିକ
ଦ୍ଵି.ରା 9:27ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ ଗୃହର ପଥ ଦେଇ ପଳାଇଲେ। ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, “ତାହାକୁ ମଧ୍ୟ ରଥରେ ଆଘାତ କର।” ତହୁଁ ସେମାନେ ଯିବ୍ଲିୟିମ ନିକଟସ୍ଥ ଗୂର୍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ। ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ।
- ମିଲ୍ଲୋ ଗୃହରେ ଯୋୟାଶ୍ଙ୍କୁ ତାଙ୍କ ଦାସମାନେ ବଧ କଲେଦ୍ଵି.ରା 12:20–21
ପଦଗୁଡ଼ିକ
ଦ୍ଵି.ରା 12:20–21ଏଥିଉତ୍ତାରେ ତାଙ୍କର ଦାସମାନେ ଉଠି ଚକ୍ରାନ୍ତ କରି ସିଲ୍ଲାକୁ ଯିବା ପଥରେ ମିଲ୍ଲୋ ନାମକ ଗୃହରେ ଯୋୟାଶ୍ଙ୍କୁ ବଧ କଲେ। ଶିମୀୟତର ପୁତ୍ର ଯୋଷାଖର୍ ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ-ନଗରରେ ଯୋୟାଶ୍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ।
- ଷଡ଼ଯନ୍ତ୍ରକାରୀମାନେ ଅମତ୍ସୀୟଙ୍କ ପଛେ ପଛେ ଲାଖୀଶ୍କୁ ଯାଇ ତାଙ୍କୁ ବଧ କଲେଦ୍ଵି.ରା 14:19
ପଦଗୁଡ଼ିକ
ଦ୍ଵି.ରା 14:19ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
- ଇସ୍ରାଏଲରେ ଶଲ୍ଲୁମ୍, ମନହେମ୍, ପେକହ ଓ ହୋଶେୟ ପ୍ରତ୍ୟେକେ ଜଣେ ଜଣେ ରାଜାଙ୍କୁ ବଧ କଲେଦ୍ଵି.ରା 15:10, ଦ୍ଵି.ରା 15:14, ଦ୍ଵି.ରା 15:25, ଦ୍ଵି.ରା 15:30
ପଦଗୁଡ଼ିକ
ଦ୍ଵି.ରା 15:10ଆଉ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
ଦ୍ଵି.ରା 15:14ଆଉ ଗାଦିର ପୁତ୍ର ମନହେମ୍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ।
ଦ୍ଵି.ରା 15:25ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ। ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
ଦ୍ଵି.ରା 15:30ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ।
- ରାଜା ଆମୋନ୍ଙ୍କୁ ତାଙ୍କ ଦାସମାନେ ତାଙ୍କ ରାଜଗୃହରେ ବଧ କଲେଦ୍ଵି.ରା 21:23
ପଦଗୁଡ଼ିକ
ଦ୍ଵି.ରା 21:23ଆମୋନ୍ଙ୍କର ଦାସମାନେ ତାଙ୍କର ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଙ୍କୁ ତାଙ୍କର ନିଜ ଗୃହରେ ବଧ କଲେ।
- ପୂଜା କରୁଥିବା ବେଳେ ସନ୍ହେରୀବକୁ ତାହାର ପୁତ୍ରମାନେ ବଧ କଲେଦ୍ଵି.ରା 19:37, ଯିଶା 37:38
ପଦଗୁଡ଼ିକ
ଦ୍ଵି.ରା 19:37ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଓ ଶରେତ୍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା।
ଯିଶା 37:38ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍ ଓ ଶରେତ୍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ୍ଗରେ ବଧ କଲେ। ତହୁଁ ସେମାନେ ଆରାରାଟ୍ ଦେଶକୁ ପଳାୟନ କଲେ। ପୁଣି, ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା।
- ନଥନୀୟର ପୁତ୍ର ଇଶ୍ମାୟେଲ ଗଦଲୀୟଙ୍କୁ ବଧ କଲାଦ୍ଵି.ରା 25:25
ପଦଗୁଡ଼ିକ
ଦ୍ଵି.ରା 25:25ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।
- ଅକ୍ଷଶ୍ୱେରଶଙ୍କୁ ବଧ କରିବା ପାଇଁ ଦୁଇ ନପୁଂସକଙ୍କ ଷଡ଼ଯନ୍ତ୍ର ମର୍ଦ୍ଦଖୟ ପ୍ରକାଶ କଲେଏଷ୍ଟ 2:21–23
ପଦଗୁଡ଼ିକ
ଏଷ୍ଟ 2:21–23ସେହି ସମୟରେ ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ, ଦ୍ୱାରପାଳମାନଙ୍କ ମଧ୍ୟରେ ବିଗ୍ଥନ୍ ଓ ତେରଶ୍ ନାମରେ ରାଜଗୃହର ଦୁଇ ନପୁଂସକ କ୍ରୁଦ୍ଧ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଚେଷ୍ଟା କଲେ। ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀଙ୍କୁ ଜଣାଇଲେ; ପୁଣି, ଏଷ୍ଟର ମର୍ଦ୍ଦଖୟ ନାମ ନେଇ ରାଜାଙ୍କୁ ତାହା ଜଣାଇଲେ। ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ ପୁସ୍ତକରେ ଲେଖାଗଲା।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର