Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଭାଲୁ

ଆଶ୍ଚର୍ଯ୍ୟଜନକ ବିବରଣୀ

ବାଇବେଲରେ ଭାଲୁ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 7ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ମେଷଛୁଆ ନେଇଯାଉଥିବା ସିଂହ ଓ ଭାଲୁକୁ ଦାଉଦ ମାରିଲେପ୍ର.ଶା 17:34–37
    ପଦଗୁଡ଼ିକ
    ପ୍ର.ଶା 17:34–37ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ, ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତାʼ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋʼ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ। ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।” ଆହୁରି ଦାଉଦ କହିଲେ, “ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ।” ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।”
  • ଇଲୀଶାୟଙ୍କୁ ପରିହାସ କରୁଥିବା ବୟାଳିଶ ଜଣ ବାଳକଙ୍କୁ ଦୁଇଟି ମାଈ ଭାଲୁ ବିଦୀର୍ଣ୍ଣ କଲେଦ୍ଵି.ରା 2:23–24
    ପଦଗୁଡ଼ିକ
    ଦ୍ଵି.ରା 2:23–24ଏଥିଉତ୍ତାରେ ଇଲୀଶାୟ ସେଠାରୁ ବେଥେଲ୍‍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।” ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।
  • ଦାଉଦ ଓ ତାଙ୍କ ଲୋକମାନେ ଛୁଆ ହରାଇଥିବା ଭାଲୁଣୀ ପରି ଉଗ୍ରଦ୍ଵି.ଶା 17:8
    ପଦଗୁଡ଼ିକ
    ଦ୍ଵି.ଶା 17:8ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।
  • ମୂର୍ଖକୁ ତାହାର ମୂର୍ଖତାରେ ଭେଟିବା ଅପେକ୍ଷା ଛୁଆ ହରାଇଥିବା ଭାଲୁଣୀକୁ ଭେଟିବା ଭଲହିତୋ 17:12
    ପଦଗୁଡ଼ିକ
    ହିତୋ 17:12ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
  • କଠୋର ଶାସକ ଆକ୍ରମଣ କରୁଥିବା ଭାଲୁ ପରିହିତୋ 28:15
    ପଦଗୁଡ଼ିକ
    ହିତୋ 28:15ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।
  • ସିଂହଠାରୁ ପଳାଇ କେବଳ ଭାଲୁ ସାମ୍ନାରେ ପଡ଼ିବାଆମୋ 5:19
    ପଦଗୁଡ଼ିକ
    ଆମୋ 5:19କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)
  • ଆମ୍ଭେମାନେ ସମସ୍ତେ ଭାଲୁ ପରି ଗର୍ଜନ କରୁଯିଶା 59:11
    ପଦଗୁଡ଼ିକ
    ଯିଶା 59:11ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜ୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର