ପ୍ରକୃତି
ବାଇବେଲରେ ପକ୍ଷୀ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 38ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ପଞ୍ଚମ ଦିନରେ ଜଳଜନ୍ତୁମାନଙ୍କ ସହିତ ପକ୍ଷୀମାନେ ସୃଷ୍ଟ ହେଲେଆଦି 1:20–23
ପଦଗୁଡ଼ିକ
ଆଦି 1:20–23ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।” ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।
- ଜଳପ୍ଳାବନ ପରେ ପକ୍ଷୀମାନଙ୍କୁ ମଧ୍ୟ ଖାଦ୍ୟ ରୂପେ ଦିଆଗଲାଆଦି 9:2–3
ପଦଗୁଡ଼ିକ
ଆଦି 9:2–3ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି। ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।
- ଇସ୍ରାଏଲ ଯେକୌଣସି ଶୁଚି ପକ୍ଷୀ ଖାଇପାରେଦ୍ବି.ବି 14:11
ପଦଗୁଡ଼ିକ
ଦ୍ବି.ବି 14:11ତୁମ୍ଭେମାନେ ସବୁ ପ୍ରକାର ଶୁଚି ପକ୍ଷୀ ଭୋଜନ କରିପାର,
- ଖାଇବା ନିଷେଧ: ଉତ୍କ୍ରୋଶ, ଶାଗୁଣା, ଡାମରା କାଉ, ଓଟପକ୍ଷୀ, ପେଚା, ସାରସ, ବଗ, ହୁଦୁହୁଦୁ, ବାଦୁଡ଼ିଲେବୀ 11:13–19
ପଦଗୁଡ଼ିକ
ଲେବୀ 11:13–19ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହିସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି, ପୁଣି, ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ, ପୁଣି, ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ, ଓଟପକ୍ଷୀ, ତାମସ ପକ୍ଷୀ, ସମୁଦ୍ର ଚିଲ, ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ, ପୁଣି, କୋଷପକ୍ଷୀ, ପାଣିକୁଆ, ବଗ, ଦୀର୍ଘ-ଗଳ ହଂସ, ପାଣିଭେଳା, ଶାଗୁଣା; ପୁଣି ବଗ, ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ଚାମଚିକା।
- ନିର୍ଝର ପାଖରେ ପକ୍ଷୀମାନେ ବସା କରନ୍ତି ଓ ଡାଳରେ ଗାନ କରନ୍ତିଗୀତ 104:12
ପଦଗୁଡ଼ିକ
ଗୀତ 104:12ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି, ସେମାନେ ଡାଳ ମଧ୍ୟରେ ଗାନ କରନ୍ତି।
- ସାରସ ଦେବଦାରୁ ବୃକ୍ଷରେ ଆପଣା ବାସ କରେଗୀତ 104:17
ପଦଗୁଡ଼ିକ
ଗୀତ 104:17ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି; ଦେବଦାରୁ ବୃକ୍ଷ ଚରଳର ଗୃହ।
- ବସନ୍ତରେ ଘୁଘୁର ସ୍ୱର ଶୁଣାଯାଏପ.ଗୀ 2:12
ପଦଗୁଡ଼ିକ
ପ.ଗୀ 2:12ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି;
- ସାରସ, ଘୁଘୁ, ଚଟକ ଓ ଦୋୟେଲ ଆପଣା ଆସିବା ସମୟ ପାଳନ କରନ୍ତିଯିରି 8:7
ପଦଗୁଡ଼ିକ
ଯିରି 8:7ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।
- ଓଟପକ୍ଷୀ ବାଲିରେ ଉଷ୍ମ ହେବା ପାଇଁ ଅଣ୍ଡା ଭୂମିରେ ଛାଡ଼ିଦିଏଆୟୁବ 39:14–15
ପଦଗୁଡ଼ିକ
ଆୟୁବ 39:14–15କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ, ଆଉ ପାଦରେ ତାହା ଭଗ୍ନ ଅବା ବନ୍ୟ ପଶୁ ଦ୍ୱାରା ତାହା ଦଳିତ ହେବ ବୋଲି ପାସୋରି ଯାଏ।
- ପକ୍ଷ ମେଲି ଓଟପକ୍ଷୀ ଅଶ୍ୱ ଓ ତାହାର ଆରୋହୀକୁ ପରିହାସ କରେଆୟୁବ 39:18
ପଦଗୁଡ଼ିକ
ଆୟୁବ 39:18ସେ ଉପରକୁ ଉଠିଲେ, ଅଶ୍ୱ ଓ ଅଶ୍ୱାରୋହୀକି ପରିହାସ କରେ।
- ଶ୍ୟେନ ପକ୍ଷୀ ଦକ୍ଷିଣ ଆଡ଼କୁ ଆପଣା ପକ୍ଷ ମେଲେଆୟୁବ 39:26
ପଦଗୁଡ଼ିକ
ଆୟୁବ 39:26ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ?
- ଦୁଇଟି ଘରଚଟିଆ ଏକ ପଇସାରେ, କିମ୍ବା ପାଞ୍ଚଟି ଦୁଇ ପଇସାରେ ବିକ୍ରି ହୁଏମାଥି 10:29, ଲୂକ 12:6
ପଦଗୁଡ଼ିକ
ମାଥି 10:29ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;
ଲୂକ 12:6ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ବର ଭୁଲିଯାଆନ୍ତି ନାହିଁ।
- ଘରଚଟିଆ ଓ ଚଟକ ମନ୍ଦିରର ଯଜ୍ଞବେଦି ନିକଟରେ ବସା କରନ୍ତିଗୀତ 84:3
ପଦଗୁଡ଼ିକ
ଗୀତ 84:3ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
- ପକ୍ଷୀମାନେ ବୁଣନ୍ତି ନାହିଁ, କାଟନ୍ତି ନାହିଁ କି ଅମାରରେ ସଂଗ୍ରହ କରନ୍ତି ନାହିଁମାଥି 6:26
ପଦଗୁଡ଼ିକ
ମାଥି 6:26ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?
- ବଢ଼ିଥିବା ସୋରିଷ ଗଛର ଡାଳରେ ପକ୍ଷୀମାନେ ବସା କରନ୍ତିମାଥି 13:32
ପଦଗୁଡ଼ିକ
ମାଥି 13:32ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାକଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି।”
- “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି”ମାଥି 8:20
ପଦଗୁଡ଼ିକ
ମାଥି 8:20ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”
- ସବୁ ପ୍ରକାର ପକ୍ଷୀ ମନୁଷ୍ୟ ଦ୍ୱାରା ବଶୀଭୂତ ହୋଇଅଛନ୍ତିଯାକୁ 3:7
ପଦଗୁଡ଼ିକ
ଯାକୁ 3:7କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇପାରେ, ପୁଣି, ବଶରେ ରଖାଯାଇଅଛି;
- ଶଲୋମନ ପଶୁ, ପକ୍ଷୀ, ଉରୋଗାମୀ ଜନ୍ତୁ ଓ ମତ୍ସ୍ୟ ବିଷୟରେ ଶିକ୍ଷା ଦେଲେପ୍ର.ରା 4:33
ପଦଗୁଡ଼ିକ
ପ୍ର.ରା 4:33ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।
କାହାଣୀରେ
- ନୋହଙ୍କ କପୋତ ତାଜା ଜୀତପତ୍ର ନେଇ ଫେରିଆସିଲାଆଦି 8:8–12
ପଦଗୁଡ଼ିକ
ଆଦି 8:8–12ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ; ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ। ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ; ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ। ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।
- ଅବ୍ରାମଙ୍କ ଖଣ୍ଡ ଖଣ୍ଡ ପଶୁ ଉପରେ ଶିକାରୀ ପକ୍ଷୀ ଓହ୍ଲାଇଲେ, ଆଉ ସେ ସେମାନଙ୍କୁ ତଡ଼ିଦେଲେଆଦି 15:10–11
ପଦଗୁଡ଼ିକ
ଆଦି 15:10–11ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ। ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।
- ସନ୍ଧ୍ୟାରେ ଭାରଇ ପକ୍ଷୀ ଛାଉଣି ଢାଙ୍କିଦେଲେଯାତ୍ରା 16:13
ପଦଗୁଡ଼ିକ
ଯାତ୍ରା 16:13ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃକାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।
- ସମୁଦ୍ରରୁ ଭାରଇ ପକ୍ଷୀ ଅଣାଗଲା; କେହି ଦଶ ହୋମରରୁ କମ୍ ସଂଗ୍ରହ କଲେ ନାହିଁଗଣ 11:31–32
ପଦଗୁଡ଼ିକ
ଗଣ 11:31–32ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ୱରେ ପକାଇଲା। ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।
- ଶଲୋମନଙ୍କ ମେଜ ପାଇଁ ପୁଷ୍ଟ ପକ୍ଷୀ; ନିହିମୀୟାଙ୍କ ମେଜ ପାଇଁ ପ୍ରତିଦିନ ପକ୍ଷୀପ୍ର.ରା 4:23, ନିହି 5:18
ପଦଗୁଡ଼ିକ
ପ୍ର.ରା 4:23ଆଉ ଦଶ ପୁଷ୍ଟ ଗୋରୁ ଓ ଚରାସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
ନିହି 5:18ସେସମୟରେ ପ୍ରତିଦିନ ଏକ ବଳଦ ଓ ଛଅଗୋଟି ବଛା ମେଷ ପ୍ରସ୍ତୁତ କରାଗଲା; ମଧ୍ୟ ମୋʼ ପାଇଁ କେତେକ ପକ୍ଷୀ ପ୍ରସ୍ତୁତ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ଖାଦ୍ୟ ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ୱର ଭାର ଭୟଙ୍କର ହୋଇଥିଲା।
- ପିତର ଯୀଶୁଙ୍କୁ ଅସ୍ୱୀକାର କରିବା ବେଳେ କୁକୁଡ଼ା ଡାକିଲାମାଥି 26:74–75
ପଦଗୁଡ଼ିକ
ମାଥି 26:74–75ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ। ସେହିକ୍ଷଣି କୁକୁଡ଼ା ରାବିଲା। ଏଥିରେ “କୁକୁଡ଼ା ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।
ବ୍ୟବସ୍ଥାରେ
- ବସାରୁ ଛୁଆ ନିଅ, କିନ୍ତୁ ମାଆ ପକ୍ଷୀକୁ ଛାଡ଼ିଦିଅଦ୍ବି.ବି 22:6–7
ପଦଗୁଡ଼ିକ
ଦ୍ବି.ବି 22:6–7ଯେବେ ପଥପାର୍ଶ୍ୱସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ବ ଥାଏ, ଆଉ ସେହି ଛୁଆ କି ଡିମ୍ବ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକୁ ଧରିବ ନାହିଁ। ତୁମ୍ଭେ କୌଣସିମତେ ପକ୍ଷିଣୀକୁ ଛାଡ଼ିଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ।
- ଚର୍ମ ରୋଗରୁ ଶୁଚିକରଣ: ଦୁଇଟି ପକ୍ଷୀ, ଗୋଟିଏକୁ ଖୋଲା ପଦାରେ ଛାଡ଼ିଦିଆଯାଏଲେବୀ 14:4–7
ପଦଗୁଡ଼ିକ
ଲେବୀ 14:4–7ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ। ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବାକୁ ଆଜ୍ଞା ଦେବ। ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ; ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।
- ଶିଶୁ ଯୀଶୁଙ୍କ ପାଇଁ: ଏକ ଯୋଡ଼ା ଘୁଘୁ କିମ୍ବା ଦୁଇଟି ପାରାଛୁଆଲୂକ 2:22, ଲୂକ 2:24
ପଦଗୁଡ଼ିକ
ଲୂକ 2:22ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମରୀୟମଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,
ଲୂକ 2:24ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଗଲେ।
ଫାନ୍ଦ ବିଷୟରେ ବାଣୀ
- “କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ”ହିତୋ 1:17
ପଦଗୁଡ଼ିକ
ହିତୋ 1:17କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।
- “ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ?”ଆମୋ 3:5
ପଦଗୁଡ଼ିକ
ଆମୋ 3:5ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ?
- “ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି”ଗୀତ 124:7
ପଦଗୁଡ଼ିକ
ଗୀତ 124:7ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ।
- ଫାନ୍ଦରେ ଧରାପଡ଼ିଥିବା ପକ୍ଷୀ ପରିଉପ 9:12
ପଦଗୁଡ଼ିକ
ଉପ 9:12କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ-ସନ୍ତାନଗଣ ଅକସ୍ମାତ୍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।
ଅନ୍ୟ ବାଣୀ
- “ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ”ହିତୋ 27:8
ପଦଗୁଡ଼ିକ
ହିତୋ 27:8ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ।
- ଛଳରେ ପୂର୍ଣ୍ଣ ଗୃହ, “ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ”ଯିରି 5:27
ପଦଗୁଡ଼ିକ
ଯିରି 5:27ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।
- “ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ”ଗୀତ 102:7
ପଦଗୁଡ଼ିକ
ଗୀତ 102:7ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି;
- “ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି”ଯିଶା 38:14
ପଦଗୁଡ଼ିକ
ଯିଶା 38:14ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର