Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଜନ୍ମ ଓ ବନ୍ଧ୍ୟାତ୍ୱ

ଦୈନନ୍ଦିନ ଜୀବନ

ବାଇବେଲରେ ଜନ୍ମ ଓ ବନ୍ଧ୍ୟାତ୍ୱ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 39ଟି ଅଂଶ, ଧାଡ଼ି ପରେ ଧାଡ଼ି।

ଜନ୍ମ

  • ପ୍ରସବବେଦନାରେ ଥିବା ସ୍ତ୍ରୀ ଶିଶୁ ଜନ୍ମର ଆନନ୍ଦରେ ଆପଣା ଯନ୍ତ୍ରଣା ଭୁଲିଯାଏଯୋହ 16:21
    ପଦଗୁଡ଼ିକ
    ଯୋହ 16:21ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।
  • ଏବ୍ରୀ ଧାତ୍ରୀ ଶିଫ୍ରା ଓ ପୂୟା, ଆଉ ପ୍ରସବ ଆସନଯାତ୍ରା 1:15–16
    ପଦଗୁଡ଼ିକ
    ଯାତ୍ରା 1:15–16ଏଥିଉତ୍ତାରେ ମିସରୀୟ ରାଜା, ଶିଫ୍ରା ଓ ପୂୟା ନାମ୍ନୀ ଦୁଇ ଏବ୍ରୀୟା ଧାତ୍ରୀଙ୍କୁ ଏହି କଥା କହିଲେ, “ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”
  • ଏବ୍ରୀୟା ସ୍ତ୍ରୀଗଣ: “ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି”ଯାତ୍ରା 1:19
    ପଦଗୁଡ଼ିକ
    ଯାତ୍ରା 1:19ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିସରୀୟା ସ୍ତ୍ରୀଗଣ ପରି ନୁହନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।”
  • ରାହେଲଙ୍କ ପ୍ରସବ କଷ୍ଟକର; ଧାତ୍ରୀ କହେ, “ତୁମ୍ଭେ ଏହିଥର ମଧ୍ୟ ପୁତ୍ର ପ୍ରସବ କରିବ”ଆଦି 35:16–17
    ପଦଗୁଡ଼ିକ
    ଆଦି 35:16–17ଏଥିଉତ୍ତାରେ ସେମାନେ ବେଥେଲ୍‍ଠାରୁ ପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବବେଦନା ହେଲା; ପୁଣି, ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା। ଆଉ ପ୍ରସବ ବ୍ୟଥା ଅତିଶୟ ହୁଅନ୍ତେ, ଧାତ୍ରୀ ତାହାକୁ କହିଲା, “ଭୟ କର ନାହିଁ, ତୁମ୍ଭେ ଏହିଥର ମଧ୍ୟ ପୁତ୍ର ପ୍ରସବ କରିବ।”
  • ବେଥଲିହିମ ବାଟରେ ରାହେଲଙ୍କ ମୃତ୍ୟୁ ହୁଏଆଦି 35:18–19
    ପଦଗୁଡ଼ିକ
    ଆଦି 35:18–19ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ ରଖିଲେ। ଏହି ପ୍ରକାରେ ରାହେଲର ମୃତ୍ୟୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍‍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।
  • ସମ୍ବାଦ ଶୁଣି ପୀନହସ୍‍ଙ୍କ ଭାର୍ଯ୍ୟା ପ୍ରସବ କରି ମରିଯାଏପ୍ର.ଶା 4:19–20
    ପଦଗୁଡ଼ିକ
    ପ୍ର.ଶା 4:19–20ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍‍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବାମାତ୍ରେ ସେ ଆଣ୍ଠୋଇପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା। ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ।” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।
  • ପୁତ୍ର ପରେ ମାଆ ସାତ ଦିନ ଅଶୁଚି, ତା’ପରେ ଶୁଚି ହେବା ପାଇଁ ଅପେକ୍ଷା କରେଲେବୀ 12:2–4
    ପଦଗୁଡ଼ିକ
    ଲେବୀ 12:2–4“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ। ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ। ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।
  • କନ୍ୟା ପରେ ଦୁଇ ସପ୍ତାହ ଅଶୁଚି, ତା’ପରେ ଅଧିକ ଦିନ ଶୁଚିକରଣଲେବୀ 12:5
    ପଦଗୁଡ଼ିକ
    ଲେବୀ 12:5ମାତ୍ର ଯଦି ସେ କନ୍ୟା ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ।
  • ତା’ପରେ ଏକ ମେଷଶାବକ ଓ ଏକ ପକ୍ଷୀ, କିମ୍ବା ଦରିଦ୍ର ହେଲେ ଦୁଇଟି ପକ୍ଷୀ ଉତ୍ସର୍ଗ କରାଯାଏଲେବୀ 12:6, ଲେବୀ 12:8
    ପଦଗୁଡ଼ିକ
    ଲେବୀ 12:6ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକ ବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।
    ଲେବୀ 12:8ମାତ୍ର ଯଦି ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ, ତହିଁରୁ ଗୋଟିଏକୁ ହୋମାର୍ଥକ ବଳି ରୂପେ ଓ ଅନ୍ୟଟିକୁ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ।”
  • ଏଲୀଶାବେଥଙ୍କ ପଡ଼ୋଶୀ ଓ ଆତ୍ମୀୟମାନେ ତାଙ୍କ ସହିତ ଆନନ୍ଦ କରନ୍ତିଲୂକ 1:57–58
    ପଦଗୁଡ଼ିକ
    ଲୂକ 1:57–58ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ, ଆଉ ପ୍ରଭୁ ଯେ ତାହାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାହାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାହାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ।

ଧାଇ

  • ରିବିକାଙ୍କ ଧାତ୍ରୀ ତାଙ୍କ ସହିତ କିଣାନକୁ ଯାଏଆଦି 24:59
    ପଦଗୁଡ଼ିକ
    ଆଦି 24:59ସେତେବେଳେ ସେମାନେ ଆପଣା ଭଗିନୀ ରିବିକାକୁ ଓ ତାହାର ଧାତ୍ରୀକୁ, ପୁଣି, ଅବ୍ରହାମଙ୍କର ଦାସ ଓ ତାହାର ଲୋକମାନଙ୍କୁ ବିଦାୟ କଲେ।
  • ସାରା: “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏ କଥା ଅବ୍ରହାମଙ୍କୁ କିଏ କହିପାରନ୍ତା?”ଆଦି 21:7
    ପଦଗୁଡ଼ିକ
    ଆଦି 21:7ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏ କଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”
  • ମୋଶା: “ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନିଯିବା ପାଇଁ”ଗଣ 11:12
    ପଦଗୁଡ଼ିକ
    ଗଣ 11:12ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ‘ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନିଯିବା ପାଇଁ ମୋତେ କହୁଅଛ?’
  • ପାଉଲ: ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରୁଥିବା ମାଆ ପରି କୋମଳପ୍ର.ଥେସ 2:7
    ପଦଗୁଡ଼ିକ
    ପ୍ର.ଥେସ 2:7କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,

ଦୀର୍ଘ କାଳ ନିଃସନ୍ତାନ

  • ସାରୀ ବନ୍ଧ୍ୟା ଥିଲେ; ତାଙ୍କର କୌଣସି ସନ୍ତାନ ନ ଥିଲାଆଦି 11:30
    ପଦଗୁଡ଼ିକ
    ଆଦି 11:30ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।
  • ପରିବାର ଗଢ଼ିବା ପାଇଁ ସାରୀ ଆପଣା ଦାସୀ ହାଗାରକୁ ଅବ୍ରାମଙ୍କୁ ଦିଅନ୍ତିଆଦି 16:1–2
    ପଦଗୁଡ଼ିକ
    ଆଦି 16:1–2ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା। ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ।
  • ସାରା ହସନ୍ତି: ତାଙ୍କର ସନ୍ତାନ ଜନ୍ମ କରିବାର ବୟସ ଗତ ହୋଇଅଛିଆଦି 18:11–14
    ପଦଗୁଡ଼ିକ
    ଆଦି 18:11–14ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା। ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।” ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “‘ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ,’ ଏହା ଭାବି ସାରା କାହିଁକି ହସିଲା? ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”
  • ସାରା ଇସ୍‌ହାକଙ୍କୁ ଜନ୍ମ କରନ୍ତି; ଅବ୍ରହାମଙ୍କ ବୟସ ଶହେ ବର୍ଷଆଦି 17:17, ଆଦି 21:2, ଆଦି 21:5
    ପଦଗୁଡ଼ିକ
    ଆଦି 17:17ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?”
    ଆଦି 21:2ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।
    ଆଦି 21:5ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‌ହାକ ଜାତ ହେଲା।
  • ଇସ୍‌ହାକ ବନ୍ଧ୍ୟା ରିବିକାଙ୍କ ପାଇଁ ପ୍ରାର୍ଥନା କରନ୍ତି, ଆଉ ସେ ଗର୍ଭବତୀ ହୁଅନ୍ତିଆଦି 25:21
    ପଦଗୁଡ଼ିକ
    ଆଦି 25:21ଇସ୍‌ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
  • ରାହେଲ: “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି”ଆଦି 30:1–2
    ପଦଗୁଡ଼ିକ
    ଆଦି 30:1–2ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।” ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”
  • ରାହେଲ ଓ ଲେୟା ଦୂଦାଫଳ ପାଇଁ ବୁଝାମଣା କରନ୍ତିଆଦି 30:14–16
    ପଦଗୁଡ଼ିକ
    ଆଦି 30:14–16ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍‍ ବାହାରେ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।” ତହିଁରେ ସେ କହିଲା, “ତୁମ୍ଭେ ମୋʼ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ? ତୁମ୍ଭେ ମୋʼ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।” ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋʼ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା।
  • ରାହେଲ ଯୋଷେଫଙ୍କୁ ଜନ୍ମ କରନ୍ତି: “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ”ଆଦି 30:22–24
    ପଦଗୁଡ଼ିକ
    ଆଦି 30:22–24ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ। ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।” ଏଣୁ ସେ ତାହାର ନାମ ଯୋଷେଫ ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।”
  • ମାନୋହଙ୍କ ବନ୍ଧ୍ୟା ଭାର୍ଯ୍ୟା ଶାମ୍‍ଶୋନ୍‍ଙ୍କୁ ଜନ୍ମ କରନ୍ତିବିଚାର 13:2–3, ବିଚାର 13:24
    ପଦଗୁଡ଼ିକ
    ବିଚାର 13:2–3ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା। ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।
    ବିଚାର 13:24ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍‍ଶୋନ୍‍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।
  • ଇଲ୍‍କାନା ନିଃସନ୍ତାନା ହାନ୍ନାଙ୍କୁ ଦୁଇ ଗୁଣ ଅଂଶ ଦିଅନ୍ତିପ୍ର.ଶା 1:2, ପ୍ର.ଶା 1:5
    ପଦଗୁଡ଼ିକ
    ପ୍ର.ଶା 1:2ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ।
    ପ୍ର.ଶା 1:5ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।
  • ପନିନ୍ନା ବର୍ଷକୁ ବର୍ଷ ହାନ୍ନାଙ୍କୁ ଖିଜାଏପ୍ର.ଶା 1:6–7
    ପଦଗୁଡ଼ିକ
    ପ୍ର.ଶା 1:6–7ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ। ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।
  • ହାନ୍ନା କାନ୍ଦି ମାନତ କରନ୍ତି; ସେ ଶାମୁୟେଲଙ୍କୁ ଜନ୍ମ କରନ୍ତିପ୍ର.ଶା 1:10–11, ପ୍ର.ଶା 1:19–20
    ପଦଗୁଡ଼ିକ
    ପ୍ର.ଶା 1:10–11ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା। ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”
    ପ୍ର.ଶା 1:19–20ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍‍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ। ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”
  • ପରେ ହାନ୍ନାଙ୍କର ଆହୁରି ସନ୍ତାନ ହୁଏପ୍ର.ଶା 2:21
    ପଦଗୁଡ଼ିକ
    ପ୍ର.ଶା 2:21ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି, ସଦାପ୍ରଭୁ ହାନ୍ନାର ତତ୍ତ୍ୱାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲେ। ଏଥିମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।
  • ଯାହାର ସ୍ୱାମୀ ବୃଦ୍ଧ, ସେହି ଶୂନେମୀୟା ସ୍ତ୍ରୀର ପର ବର୍ଷ ପୁତ୍ର ହୁଏଦ୍ଵି.ରା 4:14–17
    ପଦଗୁଡ଼ିକ
    ଦ୍ଵି.ରା 4:14–17ପୁଣି ଇଲୀଶାୟ କହିଲେ, “ତେବେ ତାହା ପାଇଁ କʼଣ କରାଯିବ?” ତହିଁରେ ଗିହେଜୀ ଉତ୍ତର କଲା, “ତାହାର ପୁତ୍ର ନାହିଁ ଓ ତାହାର ସ୍ୱାମୀ ବୃଦ୍ଧ।” ତେବେ ଇଲୀଶାୟ କହିଲେ, “ତାଙ୍କୁ ଡାକ।” ଏଣୁ ସେ ତାଙ୍କୁ ଡାକନ୍ତେ, ସେ ଦ୍ୱାରରେ ଠିଆ ହେଲା। ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୋ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।” ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।
  • ମୃତ୍ୟୁ ଦିନ ପର୍ଯ୍ୟନ୍ତ ମୀଖଲଙ୍କର କୌଣସି ସନ୍ତାନ ନ ଥିଲାଦ୍ଵି.ଶା 6:23
    ପଦଗୁଡ଼ିକ
    ଦ୍ଵି.ଶା 6:23ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ହେଲା ନାହିଁ।
  • ବନ୍ଧ୍ୟା ଓ ବୃଦ୍ଧା ଏଲୀଶାବେଥ ଗର୍ଭବତୀ ହୋଇ ପାଞ୍ଚ ମାସ ଲୁଚି ରହନ୍ତିଲୂକ 1:7, ଲୂକ 1:24–25, ଲୂକ 1:36
    ପଦଗୁଡ଼ିକ
    ଲୂକ 1:7କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା।
    ଲୂକ 1:24–25ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ, ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି।
    ଲୂକ 1:36ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;
  • ସେ ବନ୍ଧ୍ୟା ସ୍ତ୍ରୀକୁ ଘରେ ସନ୍ତାନମାନଙ୍କର ଆନନ୍ଦିତା ମାତା କରି ବାସ କରାନ୍ତିଗୀତ 113:9
    ପଦଗୁଡ଼ିକ
    ଗୀତ 113:9ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର