ଦୈନନ୍ଦିନ ଜୀବନ
ବାଇବେଲରେ ଲାଞ୍ଚ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 27ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ଲାଞ୍ଚ ନିଅ ନାହିଁ, କାରଣ ଲାଞ୍ଚ ଚକ୍ଷୁକୁ ଅନ୍ଧ କରେଯାତ୍ରା 23:8, ଦ୍ବି.ବି 16:19
ପଦଗୁଡ଼ିକ
ଯାତ୍ରା 23:8ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।
ଦ୍ବି.ବି 16:19ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।
- ନିର୍ଦ୍ଦୋଷ ଲୋକକୁ ବଧ କରିବା ପାଇଁ ଲାଞ୍ଚ ନେଉଥିବା ଲୋକ ଶାପଗ୍ରସ୍ତଦ୍ବି.ବି 27:25
ପଦଗୁଡ଼ିକ
ଦ୍ବି.ବି 27:25“ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
- ଶାମୁୟେଲ: “ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି?”ପ୍ର.ଶା 12:3
ପଦଗୁଡ଼ିକ
ପ୍ର.ଶା 12:3ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”
- ରାଜା ଯିହୋଶାଫଟ୍ ଆପଣା ବିଚାରକର୍ତ୍ତାମାନଙ୍କୁ: ପକ୍ଷପାତ କି ଲାଞ୍ଚ ନାହିଁଦ୍ଵି.ବଂ 19:7
ପଦଗୁଡ଼ିକ
ଦ୍ଵି.ବଂ 19:7ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”
- ପରମେଶ୍ୱରଙ୍କ ସହିତ କିଏ ବାସ କରିପାରେ? ଯେ ଲାଞ୍ଚ ପ୍ରତ୍ୟାଖ୍ୟାନ କରେଗୀତ 15:5, ଯିଶା 33:15
ପଦଗୁଡ଼ିକ
ଗୀତ 15:5ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ।
ଯିଶା 33:15ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
- ହିତୋପଦେଶର ବାଣୀ: ଉପହାର ବାଟ ଖୋଲେ; ଗୁପ୍ତ ଉପହାର କ୍ରୋଧ ଶାନ୍ତ କରେହିତୋ 17:8, ହିତୋ 18:16, ହିତୋ 21:14
ପଦଗୁଡ଼ିକ
ହିତୋ 17:8ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।
ହିତୋ 18:16ମନୁଷ୍ୟର ଭେଟି ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ।
ହିତୋ 21:14ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ, ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ।
- ଯେ ଲାଞ୍ଚକୁ ଘୃଣା କରେ, ସେ ବଞ୍ଚିବହିତୋ 15:27
ପଦଗୁଡ଼ିକ
ହିତୋ 15:27ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।
- ଲାଞ୍ଚ ହୃଦୟକୁ ଭ୍ରଷ୍ଟ କରେଉପ 7:7
ପଦଗୁଡ଼ିକ
ଉପ 7:7ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ।
- ଲାଞ୍ଚ ଭଲ ପାଉଥିବା ଶାସକ ଓ ବିଚାରକର୍ତ୍ତାମାନଙ୍କୁ ଭାବବାଦୀମାନେ ଦୋଷ ଦିଅନ୍ତିଯିଶା 1:23, ଯିଶା 5:23, ମୀଖା 3:11, ମୀଖା 7:3, ଆମୋ 5:12
ପଦଗୁଡ଼ିକ
ଯିଶା 1:23ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
ଯିଶା 5:23ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର!
ମୀଖା 3:11ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”
ମୀଖା 7:3ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
ଆମୋ 5:12କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ; ତୁମ୍ଭେମାନେ ଧାର୍ମିକକୁ କ୍ଲେଶ ଦେଉଅଛ, ଲାଞ୍ଚ ନେଉଅଛ ଓ ନଗର-ଦ୍ୱାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ।
ଉଦାହରଣ
- ଶାମୁୟେଲଙ୍କ ପୁତ୍ରମାନେ ଲାଞ୍ଚ ନେଇ ନ୍ୟାୟ ବିପରୀତ କରନ୍ତିପ୍ର.ଶା 8:3
ପଦଗୁଡ଼ିକ
ପ୍ର.ଶା 8:3ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟ ଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।
- ଶାମ୍ଶୋନ୍ଙ୍କୁ ଧରାଇ ଦେବା ପାଇଁ ପଲେଷ୍ଟୀୟ ଅଧିପତିମାନେ ଦଲୀଲାକୁ ରୂପା ଦେବାକୁ କହନ୍ତିବିଚାର 16:5
ପଦଗୁଡ଼ିକ
ବିଚାର 16:5ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”
- ଆସା ମନ୍ଦିରର ରୂପା ଓ ସୁନା ବିନ୍ହଦଦ୍ ନିକଟକୁ ପଠାନ୍ତିପ୍ର.ରା 15:18–19
ପଦଗୁଡ଼ିକ
ପ୍ର.ରା 15:18–19ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍ହଦଦ୍ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ, “ମୋର ଓ ତୁମ୍ଭ ମଧ୍ୟରେ, ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟି ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”
- ଆହସ୍ ମନ୍ଦିରର ରୂପା ଓ ସୁନା ଅଶୂରର ରାଜାଙ୍କ ନିକଟକୁ ପଠାନ୍ତିଦ୍ଵି.ରା 16:8
ପଦଗୁଡ଼ିକ
ଦ୍ଵି.ରା 16:8ପୁଣି ଆହସ୍ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ।
- ମନ୍ଦିରର ପୁନର୍ନିର୍ମାଣ ବିଫଳ କରିବା ପାଇଁ ମନ୍ତ୍ରୀମାନଙ୍କୁ ବେତନ ଦେଇ ନିଯୁକ୍ତ କରାଯାଏଏଜ୍ରା 4:5
ପଦଗୁଡ଼ିକ
ଏଜ୍ରା 4:5ପୁଣି, ସେମାନଙ୍କ ଅଭିପ୍ରାୟ ବିଫଳ କରିବା ପାଇଁ ପାରସ୍ୟ ରାଜା କୋରସ୍ର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରୀୟାବସଙ୍କର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ବିରୁଦ୍ଧରେ ମନ୍ତ୍ରଣାକାରୀମାନଙ୍କୁ ବେତନ ଦେଇ ରଖିଲେ।
- ନିହିମୀୟାଙ୍କୁ ଭୟ ଦେଖାଇ ମନ୍ଦିରରେ ଲୁଚାଇବା ପାଇଁ ଶମୟକୁ ବେତନ ଦିଆଯାଏନିହି 6:10–13
ପଦଗୁଡ଼ିକ
ନିହି 6:10–13ଏହାପରେ ମହେଟବେଲର ପୌତ୍ର ଦଲୟିୟର ପୁତ୍ର ଯେଉଁ ଶମୟୀୟ ଗୃହରେ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।” ତହିଁରେ ମୁଁ କହିଲି, “ମୋʼ ପରି ଲୋକ କʼଣ ପଳାଇବ? ମୋʼ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ।” ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ୱର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ବିରୁଦ୍ଧରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍ବଲ୍ଲଟ୍ ତାହାକୁ ବେତନ ଦେଇଥିଲେ। ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆଯାଇଥିଲା।
- ଯିହୁଦୀମାନଙ୍କ ବିରୁଦ୍ଧରେ ଆଜ୍ଞା ପାଇଁ ହାମନ୍ ଦଶ ହଜାର ତାଳନ୍ତ ଦେବାକୁ କହେଏଷ୍ଟ 3:9
ପଦଗୁଡ଼ିକ
ଏଷ୍ଟ 3:9ମହାରାଜା ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ଡାରକୁ ଆଣିବା ପାଇଁ ଦଶ ହଜାର ତାଳନ୍ତ ରୂପା ଦେବି।”
- ପ୍ରଧାନ ଯାଜକମାନେ ଯିହୂଦାକୁ ତିରିଶ ଖଣ୍ଡ ରୂପା ଦିଅନ୍ତିମାଥି 26:15
ପଦଗୁଡ଼ିକ
ମାଥି 26:15ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ।
- ଶିଷ୍ୟମାନେ ଶରୀର ଚୋରି କଲେ ବୋଲି କହିବା ପାଇଁ ସୈନିକମାନଙ୍କୁ ଟଙ୍କା ଦିଆଯାଏମାଥି 28:12–15
ପଦଗୁଡ଼ିକ
ମାଥି 28:12–15ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ପରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ, ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାଙ୍କର ଶିଷ୍ୟମାନେ ରାତିରେ ଆସି ତାହାଙ୍କୁ ଚୋରି କରି ନେଇଗଲେ। ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା। ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ। ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି।
- ଦେଶାଧ୍ୟକ୍ଷ ଫେଲୀକ୍ସ୍ ଆଶା କରନ୍ତି ପାଉଲ ତାଙ୍କୁ ଲାଞ୍ଚ ଦେବେପ୍ରେରି 24:26
ପଦଗୁଡ଼ିକ
ପ୍ରେରି 24:26ଆହୁରି ମଧ୍ୟ ପାଉଲ ତାହାଙ୍କୁ ଲାଞ୍ଚ ଦେବେ ବୋଲି ସେ ଆଶା କରୁଥିଲେ, ସେଥିପାଇଁ ଥରକୁ ଥର ତାହାଙ୍କୁ ଡକାଇ ତାହାଙ୍କ ସହିତ କଥାବାର୍ତ୍ତା କରୁଥିଲେ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର