Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଇଟା ଓ ଇଟା ତିଆରି

ଆଶ୍ଚର୍ଯ୍ୟଜନକ ବିବରଣୀ

ବାଇବେଲରେ ଇଟା ଓ ଇଟା ତିଆରି

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 15ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ବାବିଲରେ: “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ”ଆଦି 11:3
    ପଦଗୁଡ଼ିକ
    ଆଦି 11:3ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
  • ସେମାନେ ପଥର ବଦଳରେ ଇଟା ଓ ଚୂନ ବଦଳରେ ମାଟିଆ ତେଲ ବ୍ୟବହାର କଲେଆଦି 11:3
    ପଦଗୁଡ଼ିକ
    ଆଦି 11:3ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
  • ଯିହିଜିକଲ ଏକ ଇଟା ଉପରେ ଯିରୂଶାଲମ ନଗରର ଚିତ୍ର ଆଙ୍କିଲେଯିହି 4:1
    ପଦଗୁଡ଼ିକ
    ଯିହି 4:1ଆହୁରି, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର, ଅର୍ଥାତ୍‍, ଯିରୂଶାଲମର ଛବି ଅଙ୍କିତ କର;
  • ଦାଉଦ ଅମ୍ମୋନୀୟମାନଙ୍କୁ ଇଟା ଭାଟିରେ କାମରେ ଲଗାଇଲେଦ୍ଵି.ଶା 12:31
    ପଦଗୁଡ଼ିକ
    ଦ୍ଵି.ଶା 12:31ଆହୁରି ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା ଦଣ୍ଡ ଦେଲେ ଓ ସେମାନଙ୍କୁ ଇଟା ଭାଟିରେ କାମ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।
  • ଯିରିମୀୟ ତଫନ୍‍ହେଷରେ ଫାରୋଙ୍କ ରାଜଗୃହର ଇଟା ଚଟାଣରେ ପଥର ପୋତିଲେଯିରି 43:9
    ପଦଗୁଡ଼ିକ
    ଯିରି 43:9“ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍‍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;
  • ଯିଶାଇୟରେ ଏକ ଦର୍ପ: “ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା”ଯିଶା 9:10
    ପଦଗୁଡ଼ିକ
    ଯିଶା 9:10“ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।”
  • ଯିଶାଇୟ ଇଟାର ଯଜ୍ଞବେଦି ଉପରେ ଧୂପ ଜଳାଇବା ବିଷୟ ଉଲ୍ଲେଖ କରନ୍ତିଯିଶା 65:3
    ପଦଗୁଡ଼ିକ
    ଯିଶା 65:3ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;
  • ନୀନିବୀ ପ୍ରତି ନାହୂମ: “କାଦୁଅକୁ ଯାଇ ମାଟି ଚକଟ, ଇଟା ଭାଟି ଦୃଢ଼ କର”ନାହୂ 3:14
    ପଦଗୁଡ଼ିକ
    ନାହୂ 3:14ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟା ଭାଟି ଦୃଢ଼ କର।

ମିସରରେ

  • ଇଟା ଓ କାଦୁଅର କାମରେ ଇସ୍ରାଏଲୀୟମାନଙ୍କ ଜୀବନ ତିକ୍ତ କରାଗଲାଯାତ୍ରା 1:14
    ପଦଗୁଡ଼ିକ
    ଯାତ୍ରା 1:14ପୁଣି, କାଦୁଅ, ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ୱାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେଉଁ ସମସ୍ତ ଦାସ୍ୟକର୍ମ କରାଇଲେ; ସେହି ସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ।
  • ସେମାନେ ପିଥୋମ୍‍ ଓ ରାମିଷେଷ୍‍ ଭଣ୍ଡାର ନଗର ନିର୍ମାଣ କଲେଯାତ୍ରା 1:11
    ପଦଗୁଡ଼ିକ
    ଯାତ୍ରା 1:11ଏଥିଉତ୍ତାରେ ସେମାନେ ଭାର ବହନ ଦ୍ୱାରା ସେମାନଙ୍କୁ କ୍ଳେଶ ଦେବା ପାଇଁ ସେମାନଙ୍କ ଉପରେ କାର୍ଯ୍ୟଶାସକମାନଙ୍କୁ ନିଯୁକ୍ତ କଲେ, ପୁଣି, ସେମାନଙ୍କ ଦ୍ୱାରା ଫାରୋଙ୍କ ନିମନ୍ତେ ଭଣ୍ଡାରର ନଗର, ଅର୍ଥାତ୍‍, ପିଥୋମ୍‍ ଓ ରାମିଷେଷ୍‍ ନିର୍ମାଣ କରାଇଲେ।
  • ଫାରୋ: ଆଉ ପାଳ ନାହିଁ, କିନ୍ତୁ ଇଟାର ସେହି ସଂଖ୍ୟାଯାତ୍ରା 5:7–8
    ପଦଗୁଡ଼ିକ
    ଯାତ୍ରା 5:7–8“ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ। ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ‘ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉଅଛନ୍ତି;’
  • ପାଳ ବଦଳରେ ନଡ଼ା ସଂଗ୍ରହ କରିବାକୁ ଲୋକମାନେ ସମଗ୍ର ମିସରରେ ଛିନ୍ନଭିନ୍ନ ହେଲେଯାତ୍ରା 5:12
    ପଦଗୁଡ଼ିକ
    ଯାତ୍ରା 5:12ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।
  • ସଂଖ୍ୟା ପୂରଣ ନ କରିବାରୁ ଇସ୍ରାଏଲୀୟ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ପ୍ରହାର କରାଗଲାଯାତ୍ରା 5:14
    ପଦଗୁଡ଼ିକ
    ଯାତ୍ରା 5:14ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲ ବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?”
  • “ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ‘ଇଟା ବନାଅ’”ଯାତ୍ରା 5:16
    ପଦଗୁଡ଼ିକ
    ଯାତ୍ରା 5:16ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ‘ଇଟା ବନାଅ;’ ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।”
  • “ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ”ଯାତ୍ରା 5:18–19
    ପଦଗୁଡ଼ିକ
    ଯାତ୍ରା 5:18–19ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।” “ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ;” ଏହି କଥାରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର