ଦୈନନ୍ଦିନ ଜୀବନ
ବାଇବେଲରେ ଭାଇମାନେ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 42ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ଅବ୍ରାମ ଭ୍ରାତୃପୁତ୍ର ଲୋଟଙ୍କୁ କହନ୍ତି, “ଆମ୍ଭେମାନେ ଭାଇ”ଆଦି 12:5, ଆଦି 13:8
ପଦଗୁଡ଼ିକ
ଆଦି 12:5ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।
ଆଦି 13:8ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।
- କୟିନ ହେବଲଙ୍କୁ ବଧ କରନ୍ତି: “ମୁଁ କʼଣ ମୋʼ ଭାଇର ରକ୍ଷକ?”ଆଦି 4:8–9
ପଦଗୁଡ଼ିକ
ଆଦି 4:8–9ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ। ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?”
- ଏଷୌ ଝୋଳ ପାଇଁ ଯାକୁବଙ୍କୁ ଆପଣା ଜ୍ୟେଷ୍ଠାଧିକାର ବିକିଦିଅନ୍ତିଆଦି 25:29–34
ପଦଗୁଡ଼ିକ
ଆଦି 25:29–34ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲା; ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍ (ରଙ୍ଗା) ଖ୍ୟାତ ହେଲା। ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।” ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ?” ଯାକୁବ କହିଲା, “ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା। ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।
- ପିତାଙ୍କ ମୃତ୍ୟୁ ପରେ ଯାକୁବଙ୍କୁ ବଧ କରିବାକୁ ଏଷୌ ଯୋଜନା କରନ୍ତିଆଦି 27:41
ପଦଗୁଡ଼ିକ
ଆଦି 27:41ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”
- ଯାକୁବ ଏଷୌ ଓ ତାଙ୍କ ଚାରି ଶହ ଲୋକଙ୍କୁ ଭୟ କରନ୍ତିଆଦି 32:6–7
ପଦଗୁଡ଼ିକ
ଆଦି 32:6–7ଏଥିଉତ୍ତାରେ ଦୂତମାନେ ଫେରିଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରି ଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।” ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,
- ଏଷୌ ଯାକୁବଙ୍କୁ କୋଳାଗ୍ରହଣ କରିବାକୁ ଦୌଡ଼ନ୍ତି, ଆଉ ଦୁହେଁ କାନ୍ଦନ୍ତିଆଦି 33:4
ପଦଗୁଡ଼ିକ
ଆଦି 33:4ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।
- ଶିମୀୟୋନ ଓ ଲେବୀ ଆପଣା ଭଉଣୀ ଦୀଣାର ପ୍ରତିଶୋଧ ନିଅନ୍ତିଆଦି 34:25, ଆଦି 34:31
- ରୁବେନ୍ ଯୋଷେଫଙ୍କୁ ଗାତରୁ ଉଦ୍ଧାର କରିବାକୁ ଚେଷ୍ଟା କରନ୍ତିଆଦି 37:21–22, ଆଦି 37:29
ପଦଗୁଡ଼ିକ
ଆଦି 37:21–22ଏ କଥା ଶୁଣି ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।” ଆଉ ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”
ଆଦି 37:29ଏଥିଉତ୍ତାରେ ରୁବେନ୍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।
- ଯିହୁଦା: “ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ” — “ସେ ଆମ୍ଭମାନଙ୍କ ଭ୍ରାତା”ଆଦି 37:26–27
ପଦଗୁଡ଼ିକ
ଆଦି 37:26–27ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ? ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ।
- “ଆପଣଙ୍କର ଏହି ଦାସମାନେ ଦ୍ୱାଦଶ ଭ୍ରାତା” … “ଜଣେ ନାହିଁ”ଆଦି 42:13
ପଦଗୁଡ଼ିକ
ଆଦି 42:13ସେମାନେ କହିଲେ, “ଆପଣଙ୍କର ଏହି ଦାସମାନେ ଦ୍ୱାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି, ଜଣେ ନାହିଁ।”
- ବିନ୍ୟାମୀନ୍ଙ୍କୁ ଦେଖି ଯୋଷେଫ କାନ୍ଦିବା ପାଇଁ ଏକ ନିଭୃତ କୋଠରୀକୁ ଯାଆନ୍ତିଆଦି 43:30
ପଦଗୁଡ଼ିକ
ଆଦି 43:30ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।
- ବିନ୍ୟାମୀନ୍ଙ୍କ ବଦଳରେ ଦାସ ହୋଇ ରହିବାକୁ ଯିହୁଦା ପ୍ରସ୍ତାବ ଦିଅନ୍ତିଆଦି 44:33–34
ପଦଗୁଡ଼ିକ
ଆଦି 44:33–34ଏଣୁ ନିବେଦନ କରୁଅଛି, ପ୍ରଭୁଙ୍କ ନିକଟରେ ଏହି ଯୁବାର ପରିବର୍ତ୍ତେ ଆପଣଙ୍କ ଦାସ ମୁଁ ଆପଣଙ୍କ ଦାସ ହୋଇଥାଏ, ମାତ୍ର ଏହି ଯୁବାକୁ ଭାଇମାନଙ୍କ ସଙ୍ଗରେ ବିଦାୟ କରନ୍ତୁ। କାରଣ ଏହି ଯୁବା ମୋʼ ସଙ୍ଗରେ ନ ଥିଲେ, ମୁଁ କିପରି ପିତାଙ୍କ ନିକଟକୁ ଯାଇ ପାରିବି? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କିପରି ଅବା ଦେଖି ପାରିବି?”
- “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ”ଆଦି 45:3–4
ପଦଗୁଡ଼ିକ
ଆଦି 45:3–4ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ। ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।
- ଯୋଷେଫ ବିନ୍ୟାମୀନ୍ଙ୍କୁ କୋଳାଗ୍ରହଣ କରି ସମସ୍ତ ଭାଇଙ୍କୁ ଚୁମ୍ବନ କରନ୍ତିଆଦି 45:14–15
ପଦଗୁଡ଼ିକ
ଆଦି 45:14–15ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା। ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।
- ଯୋଷେଫ: “ସାବଧାନ, ବାଟରେ କଳି କରିବ ନାହିଁ”ଆଦି 45:24
ପଦଗୁଡ଼ିକ
ଆଦି 45:24ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”
- ଯାକୁବଙ୍କ ମୃତ୍ୟୁ ପରେ ଯୋଷେଫ ଭୟଭୀତ ଭାଇମାନଙ୍କୁ ଆଶ୍ୱାସନା ଦିଅନ୍ତିଆଦି 50:15–21
ପଦଗୁଡ଼ିକ
ଆଦି 50:15–21ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, “କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି, ଆମ୍ଭେମାନେ ତାହାର ଯେସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ।” ଏହେତୁ ସେମାନେ ଯୋଷେଫଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭ ପିତା ମୃତ୍ୟୁ ପୂର୍ବରେ ଆମ୍ଭମାନଙ୍କୁ ଏହା କହିଥିଲେ, ତୁମ୍ଭେମାନେ ‘ଯୋଷେଫକୁ ଏହି କଥା କହିବ, ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ;’ ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଦାସ।” ତହିଁରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା। ଏଥିପାଇଁ ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି।” ଏହି ପ୍ରକାରେ ଚିତ୍ତ ପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ୱନା ଦେଲେ।
- ହାରୋଣ ଆପଣା ଭାଇ ମୋଶାଙ୍କ ପକ୍ଷରେ ଲୋକମାନଙ୍କ ସହିତ କଥା କହିବେଯାତ୍ରା 4:14–16
ପଦଗୁଡ଼ିକ
ଯାତ୍ରା 4:14–16ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ। ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା। ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।
- ଅବୀମେଲକ୍ ଆପଣା ଭାଇମାନଙ୍କୁ ବଧ କରେ; ସର୍ବକନିଷ୍ଠ ଯୋଥମ୍ ଲୁଚିଯାଏବିଚାର 9:5
ପଦଗୁଡ଼ିକ
ବିଚାର 9:5ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍ର କନିଷ୍ଠ ପୁତ୍ର ଯୋଥମ୍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା।
- ଯିପ୍ତହଙ୍କ ଭାଇମାନେ ତାଙ୍କୁ ପିତୃଗୃହରୁ ତଡ଼ିଦିଅନ୍ତିବିଚାର 11:2–3
ପଦଗୁଡ଼ିକ
ବିଚାର 11:2–3ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ିଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।” ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ।
- ଯିଶୀଙ୍କ ପୁତ୍ରମାନେ: ଦାଉଦ ସପ୍ତମପ୍ର.ବଂ 2:13–15
ପଦଗୁଡ଼ିକ
ପ୍ର.ବଂ 2:13–15ପୁଣି, ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବ୍କୁ ଓ ଦ୍ୱିତୀୟ ଅବୀନାଦବକୁ ଓ ତୃତୀୟ ଶିମୀୟକୁ; ଚତୁର୍ଥ ନଥନେଲକୁ, ପଞ୍ଚମ ରଦ୍ଦୟକୁ; ଷଷ୍ଠ ଓତ୍ସମ୍କୁ, ସପ୍ତମ ଦାଉଦଙ୍କୁ ଜାତ କଲା;
- ଜ୍ୟେଷ୍ଠ ଇଲୀୟାବ୍ ଆପଣା ଭାଇ ଦାଉଦଙ୍କୁ ଗାଳି ଦିଅନ୍ତିପ୍ର.ଶା 17:28
ପଦଗୁଡ଼ିକ
ପ୍ର.ଶା 17:28ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍ ଶୁଣିଲା; ତହିଁରେ ଇଲୀୟାବ୍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋʼ ଗର୍ବ ଓ ତୋʼ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।”
- ଯୋୟାବ, ଅବୀଶୟ ଓ ଅସାହେଲ, ସରୁୟାର ତିନି ପୁତ୍ରଦ୍ଵି.ଶା 2:18
ପଦଗୁଡ଼ିକ
ଦ୍ଵି.ଶା 2:18ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।
- ଭଉଣୀ ତାମରକୁ ଅପମାନ କରିବାରୁ ଅବଶାଲୋମ ଅମ୍ନୋନକୁ ବଧ କରାନ୍ତିଦ୍ଵି.ଶା 13:22, ଦ୍ଵି.ଶା 13:28–29
ପଦଗୁଡ଼ିକ
ଦ୍ଵି.ଶା 13:22ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।
ଦ୍ଵି.ଶା 13:28–29ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।” ଏଥିରେ ଅବଶାଲୋମର ଆଜ୍ଞା ପ୍ରମାଣେ ଅବଶାଲୋମର ଯୁବାମାନେ ଅମ୍ନୋନ ପ୍ରତି କଲେ। ତହୁଁ ରାଜପୁତ୍ର ସମସ୍ତେ ଉଠି ପ୍ରତ୍ୟେକେ ଆପଣା ଆପଣା ଖଚର ଉପରେ ଚଢ଼ି ପଳାଇଲେ।
- ଶଲୋମନ ଆପଣା ବଡ଼ ଭାଇ ଅଦୋନୀୟଙ୍କୁ ମୃତ୍ୟୁଦଣ୍ଡ ଦିଅନ୍ତିପ୍ର.ରା 2:22–25
ପଦଗୁଡ଼ିକ
ପ୍ର.ରା 2:22–25ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, “ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ? ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ, ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି, ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ।” ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ। ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋʼ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋʼ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।” ଏଉତ୍ତାରେ ଶଲୋମନ ରାଜା ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ; ତହୁଁ ସେ ତାହାକୁ ଆକ୍ରମଣ କରନ୍ତେ, ସେ ମଲା।
- ଯିହୋରାମ୍ ଆପଣା ସମସ୍ତ ଭାଇଙ୍କୁ ଖଡ୍ଗରେ ବଧ କରନ୍ତିଦ୍ଵି.ବଂ 21:4
ପଦଗୁଡ଼ିକ
ଦ୍ଵି.ବଂ 21:4ଏହି ଯିହୋରାମ୍ ଆପଣା ପିତାଙ୍କର ରାଜ୍ୟରେ ଅଧିଷ୍ଠିତ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କୁ ଖଡ୍ଗରେ ବଧ କଲେ।
- ଗାଲିଲୀ ସମୁଦ୍ର କୂଳରେ ମତ୍ସ୍ୟଜୀବୀ ଦୁଇ ଯୋଡ଼ା ଭାଇମାଥି 4:18, ମାଥି 4:21
ପଦଗୁଡ଼ିକ
ମାଥି 4:18ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।
ମାଥି 4:21ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ।
- ଆନ୍ଦ୍ରିୟ ପ୍ରଥମେ ଆପଣା ଭାଇ ଶିମୋନଙ୍କୁ ପାଇ ଯୀଶୁଙ୍କ ପାଖକୁ ଆଣନ୍ତିଯୋହ 1:40–42
ପଦଗୁଡ଼ିକ
ଯୋହ 1:40–42ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ ଥିଲେ। ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅର୍ଥାତ୍ ଖ୍ରୀଷ୍ଟଙ୍କୁ) ଦେଖା ପାଇଅଛୁ। ସେ ତାହାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅର୍ଥାତ୍ ପିତର) ନାମରେ ଖ୍ୟାତ ହେବ।”
- ମାର୍ଥା ଓ ମରୀୟମ: “ମୋହର ଭାଇ ମରି ନ ଥାଆନ୍ତା”ଯୋହ 11:21, ଯୋହ 11:32
- ଯୀଶୁଙ୍କ ଭାଇ ଯାକୁବ, ଯୋସି, ଯିହୂଦା ଓ ଶିମୋନମାର୍କ 6:3
ପଦଗୁଡ଼ିକ
ମାର୍କ 6:3ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।
- ତାଙ୍କ ଭାଇମାନେ ବିଶ୍ୱାସ କରୁ ନ ଥିଲେ, ମାତ୍ର ପରେ ଶିଷ୍ୟମାନଙ୍କ ସହିତ ପ୍ରାର୍ଥନା କଲେଯୋହ 7:5, ପ୍ରେରି 1:14
ପଦଗୁଡ଼ିକ
ଯୋହ 7:5କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ।
ପ୍ରେରି 1:14ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।
ବ୍ୟବସ୍ଥା ଓ ବାଣୀରେ
- ଆପଣା ଭାଇ ପ୍ରତି ହୃଦୟରେ ଘୃଣା ରଖ ନାହିଁଲେବୀ 19:17
ପଦଗୁଡ଼ିକ
ଲେବୀ 19:17ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।
- ଭାଇର ହଜିଯାଇଥିବା ବଳଦ ବା ମେଷ ଫେରାଇଦିଅଦ୍ବି.ବି 22:1–2
ପଦଗୁଡ଼ିକ
ଦ୍ବି.ବି 22:1–2ତୁମ୍ଭେ ଆପଣା ଭାଇର ବଳଦ କି ମେଷ ବଣା ହେବାର ଦେଖିଲେ, ସେମାନଙ୍କ ବିଷୟରେ ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ଆପଣା ଭାଇ କତିକି ନିଶ୍ଚୟ ଫେରାଇ ଆଣିବ। ପୁଣି ଯଦି ତୁମ୍ଭର ସେହି ଭାଇ ତୁମ୍ଭର ନିକଟବର୍ତ୍ତୀ ନ ଥାଏ, କିମ୍ବା ତୁମ୍ଭେ ଯଦି ତାହାକୁ ନ ଚିହ୍ନ, ତେବେ ତୁମ୍ଭେ ଆପଣା ଗୃହକୁ ସେହି ପଶୁ ଆଣିବ, ତୁମ୍ଭର ସେହି ଭାଇ ତାହାକୁ ଅନ୍ୱେଷଣ କରିବା ପର୍ଯ୍ୟନ୍ତ ତାହା ତୁମ୍ଭ ପାଖରେ ରହିବ, ତହିଁ ଉତ୍ତାରେ ତୁମ୍ଭେ ତାହାକୁ ତାହା ଫେରାଇ ଦେବ।
- ଭାଇମାନେ ଏକଚିତ୍ତରେ ଏକତ୍ର ବାସ କରିବା କେଡ଼େ ଉତ୍ତମଗୀତ 133:1
ପଦଗୁଡ଼ିକ
ଗୀତ 133:1ଆରୋହଣ ଗୀତ, ଦାଉଦଙ୍କ ରଚିତ। ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!
- ଆଘାତପ୍ରାପ୍ତ ଭାଇକୁ ଜୟ କରିବା ଦୃଢ଼ ନଗରଠାରୁ କଠିନହିତୋ 18:19
ପଦଗୁଡ଼ିକ
ହିତୋ 18:19ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ।
- ପ୍ରଥମେ ଆପଣା ଭାଇ ସହିତ ମେଳ କର, ତା’ପରେ ଆପଣା ନୈବେଦ୍ୟ ଉତ୍ସର୍ଗ କରମାଥି 5:23–24
ପଦଗୁଡ଼ିକ
ମାଥି 5:23–24ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ, ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର