Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › କବର ଓ ସମାଧି

ଦୈନନ୍ଦିନ ଜୀବନ

ବାଇବେଲରେ କବର ଓ ସମାଧି

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 42ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ମୃତମାନଙ୍କୁ ଶୀଘ୍ର, ପ୍ରାୟ ସେହି ଦିନ କବର ଦିଆଯାଉଥିଲାଦ୍ବି.ବି 21:23, ପ୍ରେରି 5:6, ପ୍ରେରି 5:10
    ପଦଗୁଡ଼ିକ
    ଦ୍ବି.ବି 21:23ତେବେ ତାହାର ଶବ ରାତ୍ରିସାରା ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହି ଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ୱରଙ୍କ ଅଭିଶାପ ପାତ୍ର ଅଟେ। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ।
    ପ୍ରେରି 5:6ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ।
    ପ୍ରେରି 5:10ସେହିକ୍ଷଣି ସେ ତାହାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ୱାମୀ ପାଖରେ ତାହାକୁ ସମାଧି ଦେଲେ।
  • ମୃତ ରାଜାମାନଙ୍କ ସମ୍ମାନରେ ସୁଗନ୍ଧି ଦ୍ରବ୍ୟ ଦଗ୍ଧ କରାଯାଉଥିଲାଯିରି 34:5
    ପଦଗୁଡ଼ିକ
    ଯିରି 34:5ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପଦାହ କରିବେ; ଆଉ, ‘ହାୟ ପ୍ରଭୋ! ହାୟ ପ୍ରଭୋ!’ ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।”
  • ରାଜା ଦାଉଦ ଅବ୍‍ନରଙ୍କ ଖଟିଆ ପଛେ ପଛେ ଚାଲନ୍ତି ଓ ତାଙ୍କ କବର ପାଖରେ କାନ୍ଦନ୍ତିଦ୍ଵି.ଶା 3:31–32
    ପଦଗୁଡ଼ିକ
    ଦ୍ଵି.ଶା 3:31–32ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍‍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ। ଆଉ ସେମାନେ ହିବ୍ରୋଣରେ ଅବ୍‍ନରକୁ କବର ଦେଲେ ଓ ରାଜା ରବ ଉଠାଇ ଅବ୍‍ନର-କବର ନିକଟରେ ରୋଦନ କଲେ ଓ ସମସ୍ତ ଲୋକ ମଧ୍ୟ ରୋଦନ କଲେ।
  • ନାଇନରେ ବହୁ ଲୋକ ଜଣେ ବିଧବାର ଏକମାତ୍ର ପୁତ୍ରର ଶବଯାତ୍ରାରେ ଯାଆନ୍ତିଲୂକ 7:12
    ପଦଗୁଡ଼ିକ
    ଲୂକ 7:12ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଲୋକେ ଜଣେ ମୃତ ମନୁଷ୍ୟକୁ ବାହାରକୁ ବୋହି ଆଣୁଥିଲେ, ସେ ଆପଣା ମାତାର ଏକମାତ୍ର ପୁତ୍ର, ପୁଣି, ସେହି ସ୍ତ୍ରୀ ବିଧବା; ଆଉ ନଗରର ବହୁସଂଖ୍ୟକ ଲୋକ ତାହାଙ୍କ ସଙ୍ଗରେ ଥିଲେ।

ଅନ୍ତ୍ୟେଷ୍ଟି

  • ଯାକୁବଙ୍କୁ କବର ଦେବା ପାଇଁ ଫାରୋଙ୍କ ପ୍ରାଚୀନ, ରଥ ଓ ଅଶ୍ୱାରୋହୀମାନେ ଯାଆନ୍ତିଆଦି 50:7–9
    ପଦଗୁଡ଼ିକ
    ଆଦି 50:7–9ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ, ପୁଣି, ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ିଗଲେ। ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।
  • ଇସ୍‌ହାକ ଓ ଇଶ୍ମାୟେଲ ଅବ୍ରହାମଙ୍କୁ କବର ଦିଅନ୍ତି; ଏଷୌ ଓ ଯାକୁବ ଇସ୍‌ହାକଙ୍କୁ କବର ଦିଅନ୍ତିଆଦି 25:9, ଆଦି 35:29
    ପଦଗୁଡ଼ିକ
    ଆଦି 25:9ଆଉ ତାଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍‍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।
    ଆଦି 35:29ଏଥିଉତ୍ତାରେ ଇସ୍‌ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ।
  • ସମସ୍ତ ଇସ୍ରାଏଲ ଶାମୁୟେଲଙ୍କ ପାଇଁ ଶୋକ କରି ରାମାରେ ତାଙ୍କ ଘରେ ତାଙ୍କୁ କବର ଦିଅନ୍ତିପ୍ର.ଶା 25:1, ପ୍ର.ଶା 28:3
    ପଦଗୁଡ଼ିକ
    ପ୍ର.ଶା 25:1ଏଥିଉତ୍ତାରେ ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ। ପୁଣି, ଦାଉଦ ଉଠି ପାରଣ ପ୍ରାନ୍ତରକୁ ଗଲେ।
    ପ୍ର.ଶା 28:3ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।
  • ଶାଉଲଙ୍କ ଶବ ଆଣିବା ପାଇଁ ଯାବେଶର ଲୋକମାନେ ସାରା ରାତି ଯାତ୍ରା କରନ୍ତିପ୍ର.ଶା 31:11–13
    ପଦଗୁଡ଼ିକ
    ପ୍ର.ଶା 31:11–13ଏଉତ୍ତାରେ ଯାବେଶ-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଆନ୍ତେ, ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିସାରା ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବେଥ୍-ଶାନ ପ୍ରାଚୀରରୁ ଯାବେଶକୁ ନେଇ ସେଠାରେ ସେସବୁ ଦଗ୍ଧ କଲେ। ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।
  • ଦାଉଦ ଶାଉଲ ଓ ଯୋନାଥନଙ୍କ ଅସ୍ଥି କୀଶ୍‍ଙ୍କ କବରକୁ ନେଇଯାଆନ୍ତିଦ୍ଵି.ଶା 21:12–14
    ପଦଗୁଡ଼ିକ
    ଦ୍ଵି.ଶା 21:12–14ସେତେବେଳେ ଦାଉଦ ଯାଇ ଯାବେଶ-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ। ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ। ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍‍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।
  • ଭକ୍ତ ଲୋକମାନେ ସ୍ତିଫାନଙ୍କୁ କବର ଦେଇ ତାଙ୍କ ପାଇଁ ମହାବିଳାପ କରନ୍ତିପ୍ରେରି 8:2
    ପଦଗୁଡ଼ିକ
    ପ୍ରେରି 8:2ତଥାପି କେତେକ ଭକ୍ତ ଲୋକମାନେ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ।

କବର ବିଷୟରେ ଇଚ୍ଛା

  • ଯାକୁବ ମିସରରେ ନୁହେଁ, ଆପଣା ପିତୃପୁରୁଷମାନଙ୍କ ସହିତ କବର ପାଇବାକୁ ମାଗନ୍ତିଆଦି 47:30, ଆଦି 49:29–32
    ପଦଗୁଡ଼ିକ
    ଆଦି 47:30ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ।” ତହିଁରେ ଯୋଷେଫ କହିଲେ, “ତୁମ୍ଭ ଆଜ୍ଞା ପ୍ରମାଣେ କରିବି।”
    ଆଦି 49:29–32ଏଥିଉତ୍ତାରେ ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, “ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ। ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍‍ପେଲାର କ୍ଷେତ୍ର ହିତ୍ତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହିତ୍ତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ଇସ୍‌ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି; ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ହିତ୍ତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି।”
  • ଯୋଷେଫ ମିସରରୁ ଆପଣା ଅସ୍ଥି ନେଇଯିବା ପାଇଁ ଇସ୍ରାଏଲର ସନ୍ତାନମାନଙ୍କୁ ଶପଥ କରାନ୍ତିଆଦି 50:25
    ପଦଗୁଡ଼ିକ
    ଆଦି 50:25ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ।”
  • ବର୍ସିଲ୍ଲୟ ଆପଣା ପିତାମାତାଙ୍କ କବର ନିକଟରେ ମରିବାକୁ ଚାହାନ୍ତିଦ୍ଵି.ଶା 19:37
    ପଦଗୁଡ଼ିକ
    ଦ୍ଵି.ଶା 19:37ମୁଁ ଯେପରି ନିଜ ନଗରରେ ମୋର ପିତା ଓ ମୋʼ ମାତାଙ୍କ କବର ନିକଟରେ ମରିବି, ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରି ଯିବାକୁ ଅନୁମତି ଦେଉନ୍ତୁ। ମାତ୍ର ଆପଣଙ୍କ ଦାସ କିମ୍‍ହମ୍‍କୁ ଦେଖନ୍ତୁ; ସେ ମୋହର ପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ପ୍ରତି ତାହା କରନ୍ତୁ।”
  • ଜଣେ ବୃଦ୍ଧ ଭାବବାଦୀ ପରମେଶ୍ୱରଙ୍କ ଲୋକଙ୍କ ପାଖରେ କବର ପାଇବାକୁ ମାଗନ୍ତିପ୍ର.ରା 13:30–31
    ପଦଗୁଡ଼ିକ
    ପ୍ର.ରା 13:30–31ପୁଣି, ସେ ଆପଣା କବରରେ ତାହାର ଶବ ଥୋଇଲା; ତହୁଁ ସେମାନେ, “ହାୟ, ମୋହର ଭାଇ!” ବୋଲି ତାହା ଲାଗି ବିଳାପ କଲେ। ଆଉ ସେ ତାହାକୁ କବର ଦେଲା ଉତ୍ତାରେ ଆପଣା ପୁତ୍ରମାନଙ୍କୁ କହିଲା, “ମୁଁ ମଲେ, ଯେଉଁ କବରରେ ପରମେଶ୍ୱରଙ୍କ ଏହି ଲୋକ କବର ପାଇଅଛି, ତହିଁରେ ମୋତେ କବର ଦେଇ ତାହାର ଅସ୍ଥି ପାଖରେ ମୋହର ଅସ୍ଥି ରଖିବ।

କବର ଓ ସମାଧିସ୍ଥାନ

  • ଅବ୍ରହାମ ଚାରି ଶହ ଶେକଲ ରୂପାରେ ମକ୍‍ପେଲା ଗୁମ୍ଫା କିଣନ୍ତିଆଦି 23:16–20
    ପଦଗୁଡ଼ିକ
    ଆଦି 23:16–20ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରି ଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ। ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ, ଏହିସବୁରେ ହେତ୍‌ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍‍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା। ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ। ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍‌ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।
  • ବେଥଲିହିମ ବାଟରେ ଯାକୁବ ରାହେଲଙ୍କ କବର ଉପରେ ଏକ ସ୍ତମ୍ଭ ସ୍ଥାପନ କରନ୍ତିଆଦି 35:19–20
    ପଦଗୁଡ଼ିକ
    ଆଦି 35:19–20ଏହି ପ୍ରକାରେ ରାହେଲର ମୃତ୍ୟୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍‍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା। ଏଥିଉତ୍ତାରେ ଯାକୁବ ସେହି କବର ଉପରେ ଏକ ସ୍ତମ୍ଭ ସ୍ଥାପନ କଲେ; ରାହେଲ-କବରସ୍ଥ ସେହି ସ୍ତମ୍ଭ ଆଜି ପର୍ଯ୍ୟନ୍ତ ଅଛି।
  • ଗଛ ତଳେ କବର: ଦବୋରା ଅଲୋନ ବୃକ୍ଷ ତଳେ, ଶାଉଲ ଝାଉଁ ଗଛ ତଳେଆଦି 35:8, ପ୍ର.ଶା 31:13
    ପଦଗୁଡ଼ିକ
    ଆଦି 35:8ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁ ହୁଅନ୍ତେ, ବେଥେଲ୍‍ର ଅଧଃସ୍ଥିତ ଅଲୋନ ବୃକ୍ଷ ମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍‍ ହେଲା।
    ପ୍ର.ଶା 31:13ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।
  • ଯିହୁଦାର ରାଜାମାନଙ୍କୁ ଦାଉଦ-ନଗରରେ କବର ଦିଆଯାଉଥିଲାପ୍ର.ରା 2:10, ଦ୍ଵି.ବଂ 32:33
    ପଦଗୁଡ଼ିକ
    ପ୍ର.ରା 2:10ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ।
    ଦ୍ଵି.ବଂ 32:33ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ, ତହିଁରେ ଲୋକମାନେ ଦାଉଦ-ସନ୍ତାନଗଣର କବର ସ୍ଥାନର ଊର୍ଦ୍ଧ୍ୱଗାମୀ ପଥ ପାର୍ଶ୍ୱରେ ତାଙ୍କୁ କବର ଦେଲେ; ପୁଣି, ତାଙ୍କର ମରଣ ସମୟରେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀମାନେ ତାଙ୍କର ସମ୍ମାନ କଲେ। ତହୁଁ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।
  • ଯାଜକ ଯିହୋୟାଦାଙ୍କୁ ରାଜାମାନଙ୍କ ସହିତ କବର ଦିଆଯାଏଦ୍ଵି.ବଂ 24:16
    ପଦଗୁଡ଼ିକ
    ଦ୍ଵି.ବଂ 24:16ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ୱର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା।
  • ଯୋୟାଶ୍‍ ଓ ଯିହୋରାମ୍‍ଙ୍କୁ କବର ଦିଆଯାଏ, ମାତ୍ର ରାଜାମାନଙ୍କ କବରରେ ନୁହେଁଦ୍ଵି.ବଂ 24:25, ଦ୍ଵି.ବଂ 21:20
    ପଦଗୁଡ଼ିକ
    ଦ୍ଵି.ବଂ 24:25ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ।
    ଦ୍ଵି.ବଂ 21:20ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ନୁହେଁ।
  • କୁଷ୍ଠରୋଗୀ ଉଷୀୟଙ୍କୁ ରାଜକୀୟ କବର ନିକଟସ୍ଥ ଏକ କ୍ଷେତ୍ରରେ କବର ଦିଆଯାଏଦ୍ଵି.ବଂ 26:23
    ପଦଗୁଡ଼ିକ
    ଦ୍ଵି.ବଂ 26:23ଏହିରୂପେ ଉଷୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କର ପିତୃଗଣ ସହିତ ରାଜାମାନଙ୍କ କବର କ୍ଷେତ୍ରରେ ତାଙ୍କୁ କବର ଦେଲେ; କାରଣ ସେମାନେ କହିଲେ, “ସେ କୁଷ୍ଠୀ;” ତହୁଁ ତାଙ୍କର ପୁତ୍ର ଯୋଥମ୍‍ ତାଙ୍କର ପଦରେ ରାଜ୍ୟ କଲେ।
  • ମନଃଶି ଓ ଆମୋନ୍‍ଙ୍କୁ ଉଷର ଉଦ୍ୟାନରେ କବର ଦିଆଯାଏଦ୍ଵି.ରା 21:18, ଦ୍ଵି.ରା 21:26
    ପଦଗୁଡ଼ିକ
    ଦ୍ଵି.ରା 21:18ଏଥିଉତ୍ତାରେ ମନଃଶି ମୃତ୍ୟୁବରଣ କଲେ ଓ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍‍, ଉଷର ଉଦ୍ୟାନରେ କବରପ୍ରାପ୍ତ ହେଲେ। ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।
    ଦ୍ଵି.ରା 21:26ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ, ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ।
  • ଯୋୟାବଙ୍କୁ ପ୍ରାନ୍ତରରେ ତାଙ୍କ ନିଜ ଘରେ କବର ଦିଆଯାଏପ୍ର.ରା 2:34
    ପଦଗୁଡ଼ିକ
    ପ୍ର.ରା 2:34ଏଉତ୍ତାରେ ଯିହୋୟାଦାର ପୁତ୍ର ବନାୟ ଯାଇ ତାହାକୁ ଆକ୍ରମଣ କରି ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜ ଗୃହରେ ତାହାକୁ କବର ଦିଆଗଲା।
  • ଯୋଶୀୟ ପର୍ବତ ଗାତ୍ରରେ କବରସବୁ ଓ ଗୋଟିଏ ଉପରେ ଏକ ସ୍ମାରକ ଦେଖନ୍ତିଦ୍ଵି.ରା 23:16–17
    ପଦଗୁଡ଼ିକ
    ଦ୍ଵି.ରା 23:16–17ଏଥିଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠାର ପର୍ବତସ୍ଥିତ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ୱରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ। ତହୁଁ ସେ ପଚାରିଲେ, “ସେହି ଯେ ସ୍ତମ୍ଭ ଆମ୍ଭେ ଦେଖୁଅଛୁ, ତାହା କଅଣ?” ଏଥିରେ ନଗରର ଲୋକମାନେ ଉତ୍ତର କଲେ, “ପରମେଶ୍ୱରଙ୍କର ଯେଉଁ ଲୋକ ଯିହୁଦାରୁ ଆସି ଆପଣଙ୍କ କୃତ ଏହି ସକଳ ବିଷୟ ବେଥେଲ୍‍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ପ୍ରଚାର କରିଥିଲେ, ତାହା ତାଙ୍କର କବର।”
  • କ୍ରୁଶ ସ୍ଥାନ ନିକଟସ୍ଥ ଏକ ଉଦ୍ୟାନରେ ଯୀଶୁଙ୍କୁ ଏକ ନୂତନ କବରରେ ରଖାଯାଏଯୋହ 19:41–42
    ପଦଗୁଡ଼ିକ
    ଯୋହ 19:41–42ସେ ଯେଉଁ ସ୍ଥାନରେ କ୍ରୁଶରେ ଚଢ଼ାଯାଇଥିଲେ, ସେ ସ୍ଥାନରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେହି ଉଦ୍ୟାନରେ ଗୋଟିଏ ନୂତନ ସମାଧି ଥିଲା, ସେଥିରେ କେହି କେବେ ରଖାଯାଇ ନ ଥିଲା। ଅତଏବ, ଯିହୁଦୀମାନଙ୍କର ଆୟୋଜନ ଦିନ ହେତୁ ସେହି ସ୍ଥାନରେ ସେମାନେ ଯୀଶୁଙ୍କୁ ରଖିଦେଲେ, କାରଣ ସେହି ସମାଧି ନିକଟରେ ଥିଲା।
  • କବରରୁ ବଡ଼ ପଥରଟି କିଏ ଗଡ଼ାଇବ ବୋଲି ସ୍ତ୍ରୀମାନେ ଭାବନ୍ତିମାର୍କ 16:3–4
    ପଦଗୁଡ଼ିକ
    ମାର୍କ 16:3–4ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା। ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି।
  • ବିଦେଶୀମାନଙ୍କ କବରସ୍ଥାନ ପାଇଁ କୁମ୍ଭକାରର କ୍ଷେତ୍ର କିଣାଯାଏମାଥି 27:7
    ପଦଗୁଡ଼ିକ
    ମାଥି 27:7ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ।
  • ଊରୀୟଙ୍କ ଶବ ସାଧାରଣ ଲୋକମାନଙ୍କ କବରସ୍ଥାନରେ ପକାଇଦିଆଯାଏଯିରି 26:23
    ପଦଗୁଡ଼ିକ
    ଯିରି 26:23ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍‍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା।
  • ଅବଶାଲୋମଙ୍କୁ ଏକ ଗାତରେ ପକାଇ ଉପରେ ବଡ଼ ପଥରଗଦା କରାଯାଏଦ୍ଵି.ଶା 18:17
    ପଦଗୁଡ଼ିକ
    ଦ୍ଵି.ଶା 18:17ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।
  • ମୋଶାଙ୍କ କବର କେଉଁଠାରେ କେହି ଜାଣେ ନାହିଁଦ୍ବି.ବି 34:6
    ପଦଗୁଡ଼ିକ
    ଦ୍ବି.ବି 34:6ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବର ସ୍ଥାନ କେହି ଜାଣେ ନାହିଁ।
  • ଭୂତଗ୍ରସ୍ତ ଜଣେ ଲୋକ କବରସ୍ଥାନରେ ବାସ କରେମାର୍କ 5:3, ଲୂକ 8:27, ମାଥି 8:28
    ପଦଗୁଡ଼ିକ
    ମାର୍କ 5:3ସେ ସମାଧି-ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ,
    ଲୂକ 8:27ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି-ସ୍ଥାନରେ ରହୁଥିଲା।
    ମାଥି 8:28ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରିପାରୁ ନ ଥିଲେ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର