Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଓଟ

ଆଶ୍ଚର୍ଯ୍ୟଜନକ ବିବରଣୀ

ବାଇବେଲରେ ଓଟ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 26ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ଓଟ ଖିଆଯିବାର ନ ଥିଲାଲେବୀ 11:4
    ପଦଗୁଡ଼ିକ
    ଲେବୀ 11:4ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
  • ଅବ୍ରାମ, ଯାକୁବ ଓ ଆୟୁବ ଓଟକୁ ଆପଣା ଧନ ମଧ୍ୟରେ ଗଣୁଥିଲେଆଦି 12:16, ଆଦି 30:43, ଆୟୁବ 1:3
    ପଦଗୁଡ଼ିକ
    ଆଦି 12:16ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।
    ଆଦି 30:43ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।
    ଆୟୁବ 1:3ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।
  • ଆୟୁବଙ୍କର 3,000 ଓଟ ଥିଲା, ପରେ 6,000ଆୟୁବ 1:3, ଆୟୁବ 42:12
    ପଦଗୁଡ଼ିକ
    ଆୟୁବ 1:3ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।
    ଆୟୁବ 42:12ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ।
  • ଇଶ୍ମାୟେଲୀୟ ଓବୀଲ୍‍ ଦାଉଦଙ୍କ ଓଟମାନଙ୍କର ଅଧ୍ୟକ୍ଷ ଥିଲାପ୍ର.ବଂ 27:30
    ପଦଗୁଡ଼ିକ
    ପ୍ର.ବଂ 27:30ଇଶ୍ମାୟେଲୀୟ ଓବୀଲ୍‍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା।

କାହାଣୀରେ

  • ଇସ୍‌ହାକଙ୍କ ପାଇଁ ଭାର୍ଯ୍ୟା ଖୋଜିବାକୁ ଅବ୍ରହାମଙ୍କ ଦାସ ଦଶଟି ଓଟ ନେଲାଆଦି 24:10
    ପଦଗୁଡ଼ିକ
    ଆଦି 24:10ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍‍ ଦେଶର ନାହୋର ନଗରକୁ ଯାତ୍ରା କଲା।
  • ସନ୍ଧ୍ୟାରେ ସେ କୂଅ ପାଖରେ ଓଟମାନଙ୍କୁ ଆଣ୍ଠୁମାଡ଼ି ବସାଇଲାଆଦି 24:11
    ପଦଗୁଡ଼ିକ
    ଆଦି 24:11ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।
  • ରିବିକା ତାହାର ସମସ୍ତ ଓଟ ପାଇଁ ପାଣି କାଢ଼ିଲେଆଦି 24:14, ଆଦି 24:19–20
    ପଦଗୁଡ଼ିକ
    ଆଦି 24:14ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ‘ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ,’ ଏହି କଥା କହିଲେ ସେହି କନ୍ୟା ଯଦି କହିବ, ‘ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି,’ ତେବେ ସେ ତୁମ୍ଭ ଦାସ ଇସ୍‌ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋʼ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।”
    ଆଦି 24:19–20ପୁଣି, ତାହାକୁ ପାନ କରାଇଲା ଉତ୍ତାରେ କହିଲା, “ମଧ୍ୟ ତୁମ୍ଭର ଓଟ ସବୁ ପାଣି ପିଇ ସାରିବା ଯାଏ ମୁଁ ପାଣି କାଢ଼ିବି।” ତହିଁରେ ସେ ଶୀଘ୍ର କୁଣ୍ଡରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା।
  • ରିବିକା ଓଟ ଚଢ଼ି ଇସ୍‌ହାକଙ୍କୁ ଭେଟିବାକୁ ଗଲେଆଦି 24:61, ଆଦି 24:64
    ପଦଗୁଡ଼ିକ
    ଆଦି 24:61ଏଥିଉତ୍ତାରେ ରିବିକା ଓ ତାହାର ଦାସୀମାନେ ଉଠି ଓଟ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ପଛେ ଯାତ୍ରା କଲେ। ଏହିରୂପେ ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲା।
    ଆଦି 24:64ସେତେବେଳେ ରିବିକା ଅନାଇ ଇସ୍‌ହାକକୁ ଦେଖି ଓଟ ଉପରୁ ଓହ୍ଲାଇଲା।
  • ରାହେଲ ଲାବନଙ୍କ ଠାକୁରମାନଙ୍କୁ ଓଟର ଗଦି ଥଳୀରେ ଲୁଚାଇ ତହିଁ ଉପରେ ବସିଲେଆଦି 31:34
    ପଦଗୁଡ଼ିକ
    ଆଦି 31:34ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ତହିଁରେ ଲାବନ ତାହାର ତମ୍ବୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ।
  • ଏଷୌଙ୍କ ପାଇଁ ଯାକୁବଙ୍କ ଉପହାରରେ ଛୁଆ ସହିତ 30 ଦୁଗ୍ଧବତୀ ଓଟ ଥିଲେଆଦି 32:15
    ପଦଗୁଡ଼ିକ
    ଆଦି 32:15ପୁଣି, ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି, କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛୁରି ପ୍ରସ୍ତୁତ କଲା।
  • ଇଶ୍ମାୟେଲୀୟମାନଙ୍କ ଓଟ ମିସରକୁ ସୁଗନ୍ଧି ଦ୍ରବ୍ୟ ବୋହିନେଲେଆଦି 37:25
    ପଦଗୁଡ଼ିକ
    ଆଦି 37:25ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।
  • ମିଦୀୟନୀୟମାନଙ୍କ ଓଟ ବାଲି ପରି ଅସଂଖ୍ୟ ଥିଲେବିଚାର 7:12
    ପଦଗୁଡ଼ିକ
    ବିଚାର 7:12ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।
  • ଗିଦିୟୋନ୍‍ ରାଜାମାନଙ୍କ ଓଟମାନଙ୍କ ଅର୍ଦ୍ଧଚନ୍ଦ୍ରାକାର ଅଳଙ୍କାର ନେଲେବିଚାର 8:21
    ପଦଗୁଡ଼ିକ
    ବିଚାର 8:21ତହିଁରେ ସେବହ ଓ ସଲମୁନ୍ନ କହିଲେ, “ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ।” ଏଉତ୍ତାରେ ଗିଦିୟୋନ୍‍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।
  • ଚାରି ଶହ ଅମାଲେକୀୟ ଓଟ ଚଢ଼ି ଦାଉଦଙ୍କଠାରୁ ପଳାଇଲେପ୍ର.ଶା 30:17
    ପଦଗୁଡ଼ିକ
    ପ୍ର.ଶା 30:17ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।
  • ଶିବାର ରାଣୀ ସୁଗନ୍ଧି ଦ୍ରବ୍ୟ ଓ ସୁନା ବୋହୁଥିବା ଓଟମାନଙ୍କ ସହିତ ଆସିଲେପ୍ର.ରା 10:2
    ପଦଗୁଡ଼ିକ
    ପ୍ର.ରା 10:2ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ।
  • ହସାୟେଲ ଇଲୀଶାୟଙ୍କ ପାଇଁ ଚାଳିଶ ଓଟ ବୋଝ ଉପହାର ଆଣିଲାଦ୍ଵି.ରା 8:9
    ପଦଗୁଡ଼ିକ
    ଦ୍ଵି.ରା 8:9ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍‍ହଦଦ୍‍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କʼଣ ଏହି ପୀଡ଼ାରୁ ମୁକ୍ତ ହେବି?’”
  • କଲ୍‍ଦୀୟ ଲୁଟେରାମାନେ ଆୟୁବଙ୍କ ଓଟମାନଙ୍କୁ ନେଇଗଲେଆୟୁବ 1:17
    ପଦଗୁଡ଼ିକ
    ଆୟୁବ 1:17ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “କଲ୍‍ଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
  • ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେମାଥି 3:4, ମାର୍କ 1:6
    ପଦଗୁଡ଼ିକ
    ମାଥି 3:4ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା।
    ମାର୍କ 1:6ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ।

ଯୀଶୁଙ୍କ ବାଣୀ

  • ଛୁଞ୍ଚିର କଣା ଦେଇ ଓଟ ଯିବା ସହଜମାଥି 19:24
    ପଦଗୁଡ଼ିକ
    ମାଥି 19:24ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”
  • ତୁମ୍ଭେମାନେ ମଶା ଛାଣି ପକାଅ, ମାତ୍ର ଓଟ ଗିଳିଦିଅମାଥି 23:24
    ପଦଗୁଡ଼ିକ
    ମାଥି 23:24ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର