ଅନୁସନ୍ଧାନ › ବିଷୟ › ଅବରୋଧରେ ଦୁର୍ଭିକ୍ଷ
ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ଅବରୋଧରେ ଦୁର୍ଭିକ୍ଷ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 7ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ବ୍ୟବସ୍ଥାର ଶାପ ଅବରୋଧରେ ପିତାମାତା ଆପଣା ସନ୍ତାନମାନଙ୍କୁ ଖାଇବା ବର୍ଣ୍ଣନା କରେଲେବୀ 26:29, ଦ୍ବି.ବି 28:53–57
ପଦଗୁଡ଼ିକ
ଲେବୀ 26:29ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ।
ଦ୍ବି.ବି 28:53–57ଅବରୋଧ କାଳେ ଓ ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଯେଉଁ ବିପଦରେ ପକାଇବେ, ସେହି ସମୟରେ ତୁମ୍ଭେ ନିଜ ଶରୀରର ଫଳ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ନିଜ ପୁତ୍ର ଓ ନିଜ କନ୍ୟାମାନଙ୍କ ମାଂସ ଖାଇବ। ସେହି ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଥିବା ଲୋକ କୋମଳ ଓ ଅତି ସୁକୁମାର ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ, ଯେ ତାହାର କିଛିମାତ୍ର ନ ଥିବାରୁ ସେ ଆପଣାର ଯେଉଁ ସନ୍ତାନର ମାଂସ ଖାଇବ, ତହିଁରୁ ସେମାନଙ୍କର କାହାରିକୁ କିଛି ଦେବ ନାହିଁ। ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ୱାରମାନଙ୍କରେ ତୁମ୍ଭକୁ ଯେଉଁ ବିପଦରେ ପକାଇବ, ସେହି ବିପଦରେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ସକାଶୁ ଆପଣା ତଳିପା ଭୂମିରେ ରଖିବାକୁ ସାହାସ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ୱାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ; ଆହୁରି ଆପଣା ଦୁଇ ପାଦ ମଧ୍ୟରୁ ନିର୍ଗତ ଗର୍ଭପୁଷ୍ପ ପ୍ରତି ଓ ଆପଣା ଜନ୍ମ କରିଥିବା ସନ୍ତାନମାନଙ୍କ ପ୍ରତି (କୁଦୃଷ୍ଟି କରିବ), କାରଣ ସବୁ ବିଷୟର ଅଭାବ ସକାଶୁ ସେ ସେମାନଙ୍କୁ ଗୋପନରେ ଖାଇବ।
ଶମିରୋଣ
- ଶମିରୋଣର ଅବରୋଧରେ ଗଧର ମୁଣ୍ଡ ବହୁତ ରୂପାରେ ବିକ୍ରି ହେଲାଦ୍ଵି.ରା 6:24–25
ପଦଗୁଡ଼ିକ
ଦ୍ଵି.ରା 6:24–25ଏଥିଉତ୍ତାରେ ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ର କରି ଯାଇ ଶମରୀୟାକୁ ଅବରୋଧ କଲା। ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।
- ଦୁଇ ମାଆ ଆପଣା ପୁତ୍ରମାନଙ୍କୁ ଖାଇବାକୁ ରାଜି ହେଲେ; ଜଣେ ଆପଣାର ପୁତ୍ରକୁ ଲୁଚାଇଲାଦ୍ଵି.ରା 6:28–29
ପଦଗୁଡ଼ିକ
ଦ୍ଵି.ରା 6:28–29ଆହୁରି ରାଜା ତାହାକୁ କହିଲେ, “ତୁମ୍ଭର କି ଦୁଃଖ ହୋଇଅଛି?” ତହୁଁ ସେ ଉତ୍ତର ଦେଲା, “ଏହି ସ୍ତ୍ରୀ ମୋତେ କହିଲା, ‘ତୁମ୍ଭ ପୁଅଟିକୁ ଦିଅ, ଆମ୍ଭେମାନେ ତାକୁ ଆଜି ଖାଇବା, ପୁଣି ମୋʼ ପୁଅକୁ କାଲି ଖାଇବା।’” ତହୁଁ ଆମ୍ଭେମାନେ ମୋʼ ପୁଅକୁ ସିଦ୍ଧ କରି ଖାଇଲୁ; ପୁଣି ଆରଦିନ ମୁଁ ତାହାକୁ କହିଲି, “ତୁମ୍ଭ ପୁଅକୁ ଦିଅ, ଆମ୍ଭେମାନେ ତାକୁ ଖାଇବା, ମାତ୍ର ସେ ଆପଣା ପୁଅକୁ ଲୁଚାଇଅଛି।”
- ଏହା ଶୁଣି ରାଜା ଆପଣା ବସ୍ତ୍ର ଚିରିଲେ; ସେ ଭିତରେ ଚଟବସ୍ତ୍ର ପିନ୍ଧିଥିଲେଦ୍ଵି.ରା 6:30
ପଦଗୁଡ଼ିକ
ଦ୍ଵି.ରା 6:30ସେହି ସ୍ତ୍ରୀର ଏ କଥା ଶୁଣି ରାଜା ଆପଣା ବସ୍ତ୍ର ଚିରିଲେ; ସେତେବେଳେ ସେ ପ୍ରାଚୀର ଉପରେ ଯାଉଥିଲେ; ଆଉ ଲୋକମାନେ ଅନାଇ ଦେଖିଲେ ଯେ, ସେ ବସ୍ତ୍ର ତଳେ ଦେହରେ ଅଖା ପିନ୍ଧିଅଛନ୍ତି।
ଯିରୂଶାଲମ
- ବିଳାପ: ଯିରୂଶାଲମର ପତନ ସମୟରେ ସ୍ତ୍ରୀମାନେ ଆପଣା ଶିଶୁମାନଙ୍କୁ ଖାଇଲେବିଳା 2:20, ବିଳା 4:10
ପଦଗୁଡ଼ିକ
ବିଳା 2:20ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?
ବିଳା 4:10ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋʼ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର