Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଗୁମ୍ଫା

ପ୍ରକୃତି

ବାଇବେଲରେ ଗୁମ୍ଫା

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 30ଟି ଅଂଶ, ଧାଡ଼ି ପରେ ଧାଡ଼ି।

ଆଶ୍ରୟ ଓ ଲୁଚିବା

  • ଲୋଟ ଓ ତାଙ୍କ ଦୁଇ କନ୍ୟା ପର୍ବତର ଏକ ଗୁମ୍ଫାରେ ବାସ କଲେଆଦି 19:30
    ପଦଗୁଡ଼ିକ
    ଆଦି 19:30ଏଥିଉତ୍ତାରେ ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ।
  • ଏଲୀୟ ହୋରେବରେ ଏକ ଗୁମ୍ଫାରେ ରାତି କାଟିଲେପ୍ର.ରା 19:8–9
    ପଦଗୁଡ଼ିକ
    ପ୍ର.ରା 19:8–9ତହୁଁ ସେ ଉଠି ଭୋଜନପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ। ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କʼଣ କରୁଅଛ?”
  • ସେ ଆପଣା ଚାଦରରେ ମୁହଁ ଢାଙ୍କି ଗୁମ୍ଫା ମୁହଁରେ ଠିଆ ହେଲେପ୍ର.ରା 19:13
    ପଦଗୁଡ଼ିକ
    ପ୍ର.ରା 19:13ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, “ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?”
  • ପାଞ୍ଚ ଜଣ ରାଜା ମକ୍କେଦାର ଗୁମ୍ଫାରେ ଲୁଚିଲେଯିହୋ 10:16–17
    ପଦଗୁଡ଼ିକ
    ଯିହୋ 10:16–17ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ଫାରେ ଆପଣାମାନଙ୍କୁ ଲୁଚାଇଲେ। ତହୁଁ “ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି,” ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ,
  • ଯିହୋଶୂୟ ତାହାର ମୁହଁରେ ବଡ଼ ପଥର ଗଡ଼ାଇ ରଖାଇଲେଯିହୋ 10:18
    ପଦଗୁଡ଼ିକ
    ଯିହୋ 10:18ଯିହୋଶୂୟ କହିଲେ, “ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର।
  • ପରେ ସେହି ପଥରସବୁ ଗୁମ୍ଫା ମୁହଁରେ ରହିଲା, “ତାହା ଆଜିଯାଏ ଅଛି”ଯିହୋ 10:27
    ପଦଗୁଡ଼ିକ
    ଯିହୋ 10:27ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।
  • ଇସ୍ରାଏଲୀୟମାନେ ଗୁମ୍ଫା, ଝାଡ଼, ଶୈଳ, ଗଡ଼ ଓ କୁଣ୍ଡରେ ଲୁଚିଲେପ୍ର.ଶା 13:6
    ପଦଗୁଡ଼ିକ
    ପ୍ର.ଶା 13:6ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।
  • ପଲେଷ୍ଟୀୟମାନେ: “ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି”ପ୍ର.ଶା 14:11
    ପଦଗୁଡ଼ିକ
    ପ୍ର.ଶା 14:11ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, “ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।”
  • ଓବଦୀୟ ଶହେ ଜଣ ଭାବବାଦୀଙ୍କୁ ପଚାଶ ପଚାଶ ଜଣ କରି ଗୁମ୍ଫାରେ ଲୁଚାଇ ଅନ୍ନଜଳ ଯୋଗାଇଲେପ୍ର.ରା 18:4, ପ୍ର.ରା 18:13
    ପଦଗୁଡ଼ିକ
    ପ୍ର.ରା 18:4ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)
    ପ୍ର.ରା 18:13ଈଷେବଲ୍‍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍‍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?
  • ଶାମ୍‍ଶୋନ୍‍ ଐଟମ୍‍ ଶୈଳର ଗୁମ୍ଫାରେ ରହିଲେବିଚାର 15:8, ବିଚାର 15:11
    ପଦଗୁଡ଼ିକ
    ବିଚାର 15:8ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍‍ ଶୈଳର ସୁଡ଼ଙ୍ଗରେ ବାସ କଲା।
    ବିଚାର 15:11ଏଥିରେ ଯିହୁଦାର ତିନି ହଜାର ଲୋକ ଐଟମ୍‍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍‍ଶୋନ୍‍କୁ କହିଲେ, “ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ?” ପୁଣି ସେ ସେମାନଙ୍କୁ କହିଲା, “ସେମାନେ ମୋʼ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି।”
  • ଦାଉଦ ଅଦୁଲ୍ଲମ ଗୁମ୍ଫାରେ ଆଶ୍ରୟ ନେଲେ; ପ୍ରାୟ 400 ଲୋକ ତାଙ୍କ ସହିତ ମିଳିଲେପ୍ର.ଶା 22:1–2
    ପଦଗୁଡ଼ିକ
    ପ୍ର.ଶା 22:1–2ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ। ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ।
  • ଅମଳ ସମୟରେ ତିନି ଜଣ ପ୍ରଧାନ ଲୋକ ଅଦୁଲ୍ଲମ ଗୁମ୍ଫାରେ ଦାଉଦଙ୍କ ପାଖକୁ ଆସିଲେଦ୍ଵି.ଶା 23:13, ପ୍ର.ବଂ 11:15
    ପଦଗୁଡ଼ିକ
    ଦ୍ଵି.ଶା 23:13ଆଉ ତିରିଶ ଜଣ ପ୍ରଧାନ ସୈନ୍ୟମାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ।
    ପ୍ର.ବଂ 11:15ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍‍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ।
  • ଦାଉଦ ଲୁଚିଥିବା ଗୁମ୍ଫାକୁ ଶାଉଲ ଗଲେ; ଦାଉଦ ତାଙ୍କ ବସ୍ତ୍ରର ଅଞ୍ଚଳ କାଟିନେଲେପ୍ର.ଶା 24:3–4
    ପଦଗୁଡ଼ିକ
    ପ୍ର.ଶା 24:3–4ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ। ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ‘ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ।’” ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।
  • ଦାଉଦ ଗୁମ୍ଫାରୁ ବାହାରି ଶାଉଲଙ୍କୁ ପଛରୁ ଡାକିଲେପ୍ର.ଶା 24:8
    ପଦଗୁଡ଼ିକ
    ପ୍ର.ଶା 24:8ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, “ହେ ମୋହର ପ୍ରଭୋ, ମହାରାଜ।” ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ।
  • ଦୁଇଟି ଗୀତର ଶିରୋନାମା: ଦାଉଦ “ଗୁମ୍ଫାରେ”ଗୀତ 57:1, ଗୀତ 142:1
    ପଦଗୁଡ଼ିକ
    ଗୀତ 57:1ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
    ଗୀତ 142:1ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍‍; ପ୍ରାର୍ଥନା। ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
  • ସମାଜଚ୍ୟୁତମାନେ ଶୈଳ ମଧ୍ୟରେ ଓ ଭୂମିର ଗାତରେ ବାସ କରୁଥିଲେଆୟୁବ 30:6
    ପଦଗୁଡ଼ିକ
    ଆୟୁବ 30:6ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ।
  • କେହି କେହି ଗୁମ୍ଫା ଓ ଭୂମିର ଗାତରେ ଲୁଚିଲେଏବ୍ରୀ 11:38
    ପଦଗୁଡ଼ିକ
    ଏବ୍ରୀ 11:38ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା।

କବର ଗୁମ୍ଫା

  • ଅବ୍ରହାମ ହିତ୍ତୀୟ ଇଫ୍ରୋଣଠାରୁ ମକ୍‍ପେଲା ଗୁମ୍ଫା କିଣିଲେଆଦି 23:9, ଆଦି 23:17–20
    ପଦଗୁଡ଼ିକ
    ଆଦି 23:9ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍‍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”
    ଆଦି 23:17–20ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ, ଏହିସବୁରେ ହେତ୍‌ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍‍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା। ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ। ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍‌ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।
  • ଇସ୍‌ହାକ ଓ ଇଶ୍ମାୟେଲ ସେଠାରେ ଅବ୍ରହାମଙ୍କୁ କବର ଦେଲେଆଦି 25:9–10
    ପଦଗୁଡ଼ିକ
    ଆଦି 25:9–10ଆଉ ତାଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍‍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ। ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।
  • ଯାକୁବ: ଅବ୍ରହାମ, ସାରା, ଇସ୍‌ହାକ, ରିବିକା ଓ ଲେୟା ସେହି ଗୁମ୍ଫାରେ ଶୋଇଅଛନ୍ତିଆଦି 49:29–32
    ପଦଗୁଡ଼ିକ
    ଆଦି 49:29–32ଏଥିଉତ୍ତାରେ ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, “ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ। ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍‍ପେଲାର କ୍ଷେତ୍ର ହିତ୍ତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହିତ୍ତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ଇସ୍‌ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି; ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ହିତ୍ତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି।”
  • ଯାକୁବଙ୍କ ପୁତ୍ରମାନେ ତାଙ୍କୁ ମିସରରୁ ମକ୍‍ପେଲାକୁ ବୋହି ନେଲେଆଦି 50:13
    ପଦଗୁଡ଼ିକ
    ଆଦି 50:13ଅର୍ଥାତ୍‍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍‍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହିତ୍ତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ୱାରା କ୍ରୀତ ହୋଇଥିଲା।
  • ଲାଜାରଙ୍କ କବର ଏକ ଗୁମ୍ଫା ଥିଲା, ଦ୍ୱାରରେ ଏକ ପଥର ରଖାଯାଇଥିଲାଯୋହ 11:38
    ପଦଗୁଡ଼ିକ
    ଯୋହ 11:38ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତାʼ ମୁହଁରେ ଗୋଟାଏ ପଥର ଥିଲା।
  • ଯୀଶୁଙ୍କ କବର ଶୈଳରେ ଖୋଦିତ, ତାହା ଉପରେ ଏକ ପଥର ଗଡ଼ାଇ ଦିଆଯାଇଥିଲାମାଥି 27:60, ମାର୍କ 15:46
    ପଦଗୁଡ଼ିକ
    ମାଥି 27:60ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ।
    ମାର୍କ 15:46ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ।

ବାଣୀ

  • “ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ”ଯିରି 48:28
    ପଦଗୁଡ଼ିକ
    ଯିରି 48:28ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର