Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଲିବାନୋନର ଏରସ ବୃକ୍ଷ

ପ୍ରକୃତି

ବାଇବେଲରେ ଲିବାନୋନର ଏରସ ବୃକ୍ଷ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 32ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ଲିବାନୋନର ଏରସ ବୃକ୍ଷଠାରୁ କାନ୍ଥରେ ଉଠୁଥିବା ଏସୋବ ପର୍ଯ୍ୟନ୍ତ ଶଲୋମନ ବୃକ୍ଷମାନଙ୍କ ବିଷୟରେ କହିଲେପ୍ର.ରା 4:33
    ପଦଗୁଡ଼ିକ
    ପ୍ର.ରା 4:33ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।
  • ଏକ ଗୀତ: ଲିବାନୋନର ଏରସ ବୃକ୍ଷସବୁ ତୃପ୍ତ ହୁଅନ୍ତିଗୀତ 104:16
    ପଦଗୁଡ଼ିକ
    ଗୀତ 104:16ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ; ଲିବାନୋନରେ ତାହାଙ୍କ ରୋପିତ ଏରସ ବୃକ୍ଷସକଳ ପରିତୃପ୍ତ;
  • ଶଲୋମନଙ୍କ ସମୟରେ ଏରସ କାଠ ନିମ୍ନଭୂମିର ଡିମ୍ବିରି ବୃକ୍ଷ ପରି ପ୍ରଚୁର ଥିଲାପ୍ର.ରା 10:27, ଦ୍ଵି.ବଂ 1:15
    ପଦଗୁଡ଼ିକ
    ପ୍ର.ରା 10:27ପୁଣି, ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
    ଦ୍ଵି.ବଂ 1:15ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
  • ଲୋକମାନେ କଟା ଡିମ୍ବିରି ବୃକ୍ଷ ବଦଳରେ ଏରସ ବୃକ୍ଷ ଲଗାଇବେଯିଶା 9:10
    ପଦଗୁଡ଼ିକ
    ଯିଶା 9:10“ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।”
  • ଲିବାନୋନର ଏକ ଏରସ ବୃକ୍ଷରେ ସୋର ପାଇଁ ଜାହାଜର ମାସ୍ତୁଲ ତିଆରି ହେଲାଯିହି 27:5
    ପଦଗୁଡ଼ିକ
    ଯିହି 27:5ସେମାନେ ସନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି।
  • ଶୁଚିକରଣ ରୀତିରେ ଏରସ କାଠ, ଏସୋବ ଓ ସିନ୍ଦୂରବର୍ଣ୍ଣ ସୂତା ବ୍ୟବହୃତ ହେଉଥିଲାଲେବୀ 14:4, ଗଣ 19:6
    ପଦଗୁଡ଼ିକ
    ଲେବୀ 14:4ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।
    ଗଣ 19:6ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂର ବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।

ଏରସ କାଠରେ ନିର୍ମାଣ

  • ସୋରର ହୂରମ୍‍ ଦାଉଦଙ୍କ ରାଜଗୃହ ପାଇଁ ଏରସ କାଠ, ବଢ଼େଇ ଓ ରାଜମିସ୍ତ୍ରୀ ପଠାଇଲେଦ୍ଵି.ଶା 5:11
    ପଦଗୁଡ଼ିକ
    ଦ୍ଵି.ଶା 5:11ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।
  • ଦାଉଦ: “ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି”ପ୍ର.ବଂ 17:1
    ପଦଗୁଡ଼ିକ
    ପ୍ର.ବଂ 17:1ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”
  • ଶଲୋମନ ହୂରମ୍‍ଙ୍କଠାରୁ ଏରସ ବୃକ୍ଷ ମାଗିଲେ; କାଠ କାଟିବାରେ ସୀଦୋନୀୟମାନଙ୍କ ପରି କେହି ନ ଥିଲେପ୍ର.ରା 5:6
    ପଦଗୁଡ଼ିକ
    ପ୍ର.ରା 5:6ଏଣୁ ଏବେ ମୋʼ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋʼ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।”
  • କାଠସବୁ ସମୁଦ୍ରକୁ ଟାଣି ନେଇ ଭେଳା କରି ଭସାଇଦିଆଗଲାପ୍ର.ରା 5:8–9, ଦ୍ଵି.ବଂ 2:16
    ପଦଗୁଡ଼ିକ
    ପ୍ର.ରା 5:8–9ଏଉତ୍ତାରେ ହୂରମ୍‍ ଶଲୋମନଙ୍କ ନିକଟକୁ କହି ପଠାଇଲା, “ଆପଣ ମୋʼ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି। ମୋʼ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋʼ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋʼ ବାଞ୍ଛା ସଫଳ କରିବେ।”
    ଦ୍ଵି.ବଂ 2:16ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇଯିବେ।”
  • ହୂରମ୍‍ଙ୍କ କାଠୁରିଆମାନଙ୍କୁ ଗହମ, ଯବ, ଦ୍ରାକ୍ଷାରସ ଓ ଜୀତ ତୈଳରେ ମଜୁରୀ ଦିଆଗଲାଦ୍ଵି.ବଂ 2:10
    ପଦଗୁଡ଼ିକ
    ଦ୍ଵି.ବଂ 2:10ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳୀମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି।”
  • 30,000 ଇସ୍ରାଏଲୀୟ ମାସକୁ 10,000 ଜଣ କରି ପାଳିରେ ଲିବାନୋନରେ କାମ କଲେପ୍ର.ରା 5:13–14
    ପଦଗୁଡ଼ିକ
    ପ୍ର.ରା 5:13–14ଏଥିଉତ୍ତାରେ ଶଲୋମନ ରାଜା ସମୁଦାୟ ଇସ୍ରାଏଲ ମଧ୍ୟରୁ ବେଠିକର୍ମ ନିମନ୍ତେ ଲୋକ ସଂଗ୍ରହ କଲେ; ତହିଁରେ ତିରିଶ ହଜାର ଲୋକ ସଂଗୃହୀତ ହେଲେ। ପୁଣି, ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍‍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।
  • ଏରସ ଓ ଦେବଦାରୁ କାଠ ପାଇଁ ଶଲୋମନ ହୂରମ୍‍ଙ୍କୁ ଗାଲିଲୀର କୋଡ଼ିଏଟି ନଗର ଦେଲେପ୍ର.ରା 9:11
    ପଦଗୁଡ଼ିକ
    ପ୍ର.ରା 9:11ତହିଁର ଶେଷରେ ଶଲୋମନ ରାଜା ସୋରର ରାଜା ହୂରମ୍‍କୁ; ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ; ଏହି ହୂରମ୍‍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ସୁବର୍ଣ୍ଣ ଯୋଗାଇ ଦେଇଥିଲା।
  • ମନ୍ଦିରର ଛାତ ଏରସ କଡ଼ିକାଠ ଓ ପଟାରେ ଢଙ୍କାଗଲାପ୍ର.ରା 6:9–10
    ପଦଗୁଡ଼ିକ
    ପ୍ର.ରା 6:9–10ଏହିରୂପେ ସେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କଲେ, ଏରସ କାଷ୍ଠର କଡ଼ି ଓ ପଟାରେ ଗୃହ ଆଚ୍ଛାଦନ କଲେ। ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ୱାରା ଗୃହ ଉପରେ ସେହିସବୁର ଭାର ରହିଲା।
  • ଭିତରେ ଲାଉ ଓ ଫୁଲର କାରୁକାର୍ଯ୍ୟ କରା ଏରସ କାଠ; ଗୋଟିଏ ପଥର ମଧ୍ୟ ଦେଖାଯାଉ ନ ଥିଲାପ୍ର.ରା 6:15, ପ୍ର.ରା 6:18
    ପଦଗୁଡ଼ିକ
    ପ୍ର.ରା 6:15ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।
    ପ୍ର.ରା 6:18ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛିମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।
  • ଭିତର ପ୍ରାଙ୍ଗଣ: ତିନି ଧାଡ଼ି ଗଢ଼ା ପଥର ଓ ଏକ ଧାଡ଼ି ଏରସ କଡ଼ିକାଠପ୍ର.ରା 6:36
    ପଦଗୁଡ଼ିକ
    ପ୍ର.ରା 6:36ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।
  • ଲିବାନୋନ-ଅରଣ୍ୟ ନାମକ ଗୃହ ଚାରି ଧାଡ଼ି ଏରସ ସ୍ତମ୍ଭ ଉପରେ ଠିଆ ଥିଲାପ୍ର.ରା 7:2–3
    ପଦଗୁଡ଼ିକ
    ପ୍ର.ରା 7:2–3କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ। ଆଉ, ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ।
  • ଫେରିଥିବା ନିର୍ବାସିତମାନେ ଲିବାନୋନରୁ ଯାଫୋକୁ ଏରସ କାଠ ଜାହାଜରେ ଆଣିଲେଏଜ୍ରା 3:7
    ପଦଗୁଡ଼ିକ
    ଏଜ୍ରା 3:7ଆଉ, ସେମାନେ ପାରସ୍ୟର ରାଜା କୋରସ୍‍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟଦ୍ରବ୍ୟ ଓ ତୈଳ ଦେଲେ।
  • ଜଣେ ରାଜା ଆପଣା ରାଜଗୃହକୁ ଏରସ କାଠରେ ମଣ୍ଡିତ କରି ସିନ୍ଦୂରରେ ରଙ୍ଗ ଦିଏଯିରି 22:14
    ପଦଗୁଡ଼ିକ
    ଯିରି 22:14ଯେ କହେ, ‘ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରିମାନ ନିର୍ମାଣ କରିବା’ ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ରକ୍ତବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର!
  • “ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି”ପ.ଗୀ 1:17
    ପଦଗୁଡ଼ିକ
    ପ.ଗୀ 1:17ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା।

ବାଣୀ ଓ ନୀତିକଥା

  • ଯୋୟାଶ୍‍ଙ୍କ ନୀତିକଥା: ଏକ କଣ୍ଟକଲତା ଏରସ ବୃକ୍ଷଠାରୁ ତାହାର କନ୍ୟା ମାଗେଦ୍ଵି.ରା 14:9
    ପଦଗୁଡ଼ିକ
    ଦ୍ଵି.ରା 14:9ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
  • ଯୋଥମ୍‍ଙ୍କ ନୀତିକଥା: କଣ୍ଟକଲତାରୁ ଅଗ୍ନି ବାହାରି ଏରସ ବୃକ୍ଷମାନଙ୍କୁ ଗ୍ରାସ କରେବିଚାର 9:15
    ପଦଗୁଡ଼ିକ
    ବିଚାର 9:15ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ‘ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।’
  • ଏରସ ବୃକ୍ଷ ପରି ଉଚ୍ଚ ଓ ଅଲୋନ ବୃକ୍ଷ ପରି ବଳବାନ ଇମୋରୀୟଆମୋ 2:9
    ପଦଗୁଡ଼ିକ
    ଆମୋ 2:9ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।
  • ଏକ ଗୀତ: “ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ”ଗୀତ 92:12
    ପଦଗୁଡ଼ିକ
    ଗୀତ 92:12ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ।
  • “ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ”ଗୀତ 29:5
    ପଦଗୁଡ଼ିକ
    ଗୀତ 29:5ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।
  • “ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ”ପ.ଗୀ 5:15
    ପଦଗୁଡ଼ିକ
    ପ.ଗୀ 5:15ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।
  • ଏରସ ବୃକ୍ଷସବୁ ଆନନ୍ଦ କରନ୍ତି: “କୌଣସି ଛେଦନକର୍ତ୍ତା ଆମ୍ଭମାନଙ୍କ ପ୍ରତିକୂଳରେ ଆସି ନାହିଁ”ଯିଶା 14:8
    ପଦଗୁଡ଼ିକ
    ଯିଶା 14:8ହଁ, ଦେବଦାରୁ ଓ ଲିବାନୋନର ଏରସ ବୃକ୍ଷସକଳ ତୁମ୍ଭ ବିଷୟରେ ଆନନ୍ଦ କରି କହନ୍ତି, ‘ତୁମ୍ଭେ ଭୂମିସାତ୍‍ ହେବାଠାରୁ କୌଣସି ଛେଦନକର୍ତ୍ତା ଆମ୍ଭମାନଙ୍କ ପ୍ରତିକୂଳରେ ଆସି ନାହିଁ।’
  • “ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା”ଯିଖ 11:2
    ପଦଗୁଡ଼ିକ
    ଯିଖ 11:2ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍‍ ହେଲା।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର