ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ଜନଗଣନା
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 21ଟି ଅଂଶ, ଧାଡ଼ି ପରେ ଧାଡ଼ି।
ପ୍ରାନ୍ତରରେ
- ସେବା କରିପାରୁଥିବା କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବୟସର ପ୍ରତ୍ୟେକ ପୁରୁଷକୁ ଗଣାଗଲାଗଣ 1:2–3
ପଦଗୁଡ଼ିକ
ଗଣ 1:2–3“ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର। କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।
- ଧନୀ ଓ ଦରିଦ୍ର ସମାନ ଭାବରେ, ଗଣିତ ପ୍ରତ୍ୟେକ ପୁରୁଷ ଅର୍ଦ୍ଧ ଶେକଲ ଦେଲାଯାତ୍ରା 30:13–15, ଯାତ୍ରା 38:26
ପଦଗୁଡ଼ିକ
ଯାତ୍ରା 30:13–15ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ। କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ। ତୁମ୍ଭେମାନେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥେ ସଦାପ୍ରଭୁଙ୍କୁ ସେହି ଉପହାର ଦେବା ସମୟରେ ଧନବାନ ଅର୍ଦ୍ଧ ଶେକଲରୁ ଅଧିକ ଦେବ ନାହିଁ, ପୁଣି, ଦରିଦ୍ର ତହିଁରୁ ଊଣା ଦେବ ନାହିଁ।
ଯାତ୍ରା 38:26ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚ ଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା।
- ପ୍ରଥମ ଗଣନା: 603,550ଗଣ 1:46
ପଦଗୁଡ଼ିକ
ଗଣ 1:46ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା।
- ଲେବୀୟମାନଙ୍କୁ ଅନ୍ୟ ବଂଶମାନଙ୍କ ସହିତ ଗଣାଗଲା ନାହିଁଗଣ 1:47–49
ପଦଗୁଡ଼ିକ
ଗଣ 1:47–49ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣାଗଲେ ନାହିଁ। କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
- ଏକ ମାସ ଓ ତହିଁରୁ ଅଧିକ ବୟସର ଲେବୀୟ ପୁରୁଷ: 22,000ଗଣ 3:39
ପଦଗୁଡ଼ିକ
ଗଣ 3:39ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ।
- ଯର୍ଦ୍ଦନ ନିକଟରେ ଦ୍ୱିତୀୟ ଗଣନା: 601,730ଗଣ 26:2, ଗଣ 26:51
- ପ୍ରଥମେ ଗଣିତମାନଙ୍କ ମଧ୍ୟରୁ କାଲେବ ଓ ଯିହୋଶୂୟଙ୍କ ବିନା ଆଉ କେହି ରହିଲେ ନାହିଁଗଣ 26:64–65
ପଦଗୁଡ଼ିକ
ଗଣ 26:64–65ମାତ୍ର ସୀନୟ ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା। କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”
ଦାଉଦଙ୍କ ଜନଗଣନା
- ଗଣନାରେ ନଅ ମାସ କୋଡ଼ିଏ ଦିନ ଲାଗିଲାଦ୍ଵି.ଶା 24:8
ପଦଗୁଡ଼ିକ
ଦ୍ଵି.ଶା 24:8ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ।
- ଶାମୁୟେଲ: ଇସ୍ରାଏଲରେ 800,000 ଓ ଯିହୁଦାରେ 500,000ଦ୍ଵି.ଶା 24:9
ପଦଗୁଡ଼ିକ
ଦ୍ଵି.ଶା 24:9ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।
- ବଂଶାବଳୀ: ଇସ୍ରାଏଲରେ 1,100,000 ଓ ଯିହୁଦାରେ 470,000ପ୍ର.ବଂ 21:5
ପଦଗୁଡ଼ିକ
ପ୍ର.ବଂ 21:5ପୁଣି, ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ୍ଗଧାରୀ ଲୋକ ଥିଲେ।
- ଯୋୟାବ ଲେବୀ ଓ ବିନ୍ୟାମୀନ୍କୁ ଗଣନାରୁ ବାଦ ଦେଲେପ୍ର.ବଂ 21:6
ପଦଗୁଡ଼ିକ
ପ୍ର.ବଂ 21:6ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।
- ଗଣନା ପରେ ଦାଉଦଙ୍କ ବିବେକ ତାଙ୍କୁ ଦଂଶନ କଲାଦ୍ଵି.ଶା 24:10
ପଦଗୁଡ଼ିକ
ଦ୍ଵି.ଶା 24:10ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”
- ସେହି ସଂଖ୍ୟା ରାଜା ଦାଉଦଙ୍କ ଇତିହାସରେ ଲେଖାଗଲା ନାହିଁପ୍ର.ବଂ 27:24
ପଦଗୁଡ଼ିକ
ପ୍ର.ବଂ 27:24ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ।
ଅନ୍ୟ ଗଣନା
- ତିରିଶ ବର୍ଷ ଓ ତହିଁରୁ ଅଧିକ ବୟସର ଲେବୀୟ: 38,000ପ୍ର.ବଂ 23:3
ପଦଗୁଡ଼ିକ
ପ୍ର.ବଂ 23:3ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶି ହଜାର ହେଲେ।
- ଶଲୋମନ ଦେଶରେ 153,600 ବିଦେଶୀଙ୍କୁ ଗଣିଲେଦ୍ଵି.ବଂ 2:17
ପଦଗୁଡ଼ିକ
ଦ୍ଵି.ବଂ 2:17ଏଥିଉତ୍ତାରେ ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ।
- ଫେରି ଆସିଥିବା ନିର୍ବାସିତଙ୍କ ସଂଖ୍ୟା 42,360ଏଜ୍ରା 2:64
ପଦଗୁଡ଼ିକ
ଏଜ୍ରା 2:64ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ।
- ଅଗଷ୍ଟ ଜନଗଣନାର ଆଜ୍ଞା ଦେଲେ; କ୍ୱିରୀଣୀୟ ସିରିୟାର ଶାସନକର୍ତ୍ତା ଥିଲେଲୂକ 2:1–2
ପଦଗୁଡ଼ିକ
ଲୂକ 2:1–2ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା। ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା।
- ନାମ ଲେଖାଇବା ପାଇଁ ଯୋଷେଫ ଓ ମରୀୟମ ବେଥଲିହିମକୁ ଗଲେଲୂକ 2:3–5
ପଦଗୁଡ଼ିକ
ଲୂକ 2:3–5ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ। ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ; ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।
- ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠିଲାପ୍ରେରି 5:37
ପଦଗୁଡ଼ିକ
ପ୍ରେରି 5:37ସେହି ଲୋକ ଉତ୍ତାରେ ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠି ଲୋକମାନଙ୍କୁ ଆପଣା ପଛରେ ଟାଣିନେଇ ବିପ୍ଳବ କରାଇଲା; ସେ ମଧ୍ୟ ବିନଷ୍ଟ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହୋଇଗଲେ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର