ଦୈନନ୍ଦିନ ଜୀବନ
ବାଇବେଲରେ ସନ୍ତାନମାନେ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 57ଟି ଅଂଶ, ଧାଡ଼ି ପରେ ଧାଡ଼ି।
ଜନ୍ମ ସମୟରେ
- ନବଜାତ ଶିଶୁକୁ ସ୍ନାନ କରାଇ, ଲବଣରେ ମଖାଇ, ପଟୀରେ ଗୁଡ଼ାଯାଉଥିଲାଯିହି 16:4
ପଦଗୁଡ଼ିକ
ଯିହି 16:4ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ।
- ଯୀଶୁଙ୍କୁ କନାରେ ଗୁଡ଼ାଇ ଗୋଶାଳାର ଯାବରେ ଶୁଆଇଦିଆଯାଏଲୂକ 2:7, ଲୂକ 2:12
- ଧାଇ ଯାଆଁଳା ଶିଶୁର ହାତରେ ଲାଲ ସୂତା ବାନ୍ଧେଆଦି 38:27–30
ପଦଗୁଡ଼ିକ
ଆଦି 38:27–30ପୁଣି, ତାମରର ପ୍ରସବକାଳ ଉପସ୍ଥିତ ହୁଅନ୍ତେ, ତାହାର ଉଦରରେ ଯାଆଁଳା ସନ୍ତାନ ଥିବାର ଦେଖାଗଲା। ଆଉ ତାହାର ପ୍ରସବକାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂର ବର୍ଣ୍ଣ ସୂତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।” ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ, ତାହାର ଭ୍ରାତା ଭୂମିଷ୍ଠ ହେଲା; ତହିଁରେ ଧାତ୍ରୀ କହିଲା, “ତୁମ୍ଭେ କିପ୍ରକାରେ ଆପଣା ନିମନ୍ତେ ଭେଦ କରି ଆସିଲ!” ତୁମ୍ଭଠାରେ ଏହି ଭେଦ ହେଉ। ତେଣୁ ତାହାର ନାମ ପେରସ ହେଲା। ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା।
- ଏଷୌ ଲାଲ ଓ ଲୋମଶ ହୋଇ ଜନ୍ମନ୍ତି, ଯାକୁବ ତାଙ୍କ ଗୋଇଠି ଧରି ଥାଆନ୍ତିଆଦି 25:24–26
ପଦଗୁଡ଼ିକ
ଆଦି 25:24–26ଏଥିଉତ୍ତାରେ ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ। ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ ଦିଆଗଲା। ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।
- ପୁଅମାନଙ୍କର ଅଷ୍ଟମ ଦିନରେ ସୁନ୍ନତ ହେଉଥିଲାଆଦି 17:12, ଲେବୀ 12:3, ଲୂକ 2:21
ପଦଗୁଡ଼ିକ
ଆଦି 17:12ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।
ଲେବୀ 12:3ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ।
ଲୂକ 2:21ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା।
- ସନ୍ତାନ ପାଇଁ ପ୍ରାର୍ଥନା କରିଥିବା ପିତାମାତା: ଇସ୍ହାକ, ହାନ୍ନା, ଜିଖରୀୟଆଦି 25:21, ପ୍ର.ଶା 1:11, ପ୍ର.ଶା 1:20, ଲୂକ 1:13
ପଦଗୁଡ଼ିକ
ଆଦି 25:21ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
ପ୍ର.ଶା 1:11ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”
ପ୍ର.ଶା 1:20ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”
ଲୂକ 1:13କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।
ନାମକରଣ
- ଲେୟା ଓ ରାହେଲ ପ୍ରତ୍ୟେକ ପୁତ୍ରକୁ କାରଣ ସହିତ ଏକ ନାମ ଦିଅନ୍ତିଆଦି 29:32–35, ଆଦି 30:6–13, ଆଦି 30:22–24
ପଦଗୁଡ଼ିକ
ଆଦି 29:32–35ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।” ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା। ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋʼ ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା। ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭନିବୃତ୍ତି ହେଲା।
ଆଦି 30:6–13ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା। ଏଥିଉତ୍ତାରେ ରାହେଲର ଦାସୀ ବିଲ୍ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା। ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା। ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା। ତହିଁରେ ଲେୟାର ଦାସୀ ସିଳ୍ପାଠାରୁ ଯାକୁବର ଗୋଟିଏ ପୁତ୍ର ଜାତ ହେଲା। ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ!” ଏଥିପାଇଁ ତାହାର ନାମ ଗାଦ୍ (ସୌଭାଗ୍ୟ) ରଖିଲା। ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା। ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।
ଆଦି 30:22–24ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ। ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।” ଏଣୁ ସେ ତାହାର ନାମ ଯୋଷେଫ ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।”
- ମୃତ୍ୟୁମୁଖୀ ରାହେଲ ପୁତ୍ରର ନାମ ବିନୋନୀ ରଖନ୍ତି; ଯାକୁବ ତାହାକୁ ବିନ୍ୟାମୀନ୍ କହନ୍ତିଆଦି 35:18
ପଦଗୁଡ଼ିକ
ଆଦି 35:18ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ ରଖିଲେ।
- ହାନ୍ନା ଶାମୁୟେଲଙ୍କ ନାମ ରଖନ୍ତି: “ମୁଁ ସଦାପ୍ରଭୁଙ୍କୁ ମାଗିଥିଲି”ପ୍ର.ଶା 1:20
ପଦଗୁଡ଼ିକ
ପ୍ର.ଶା 1:20ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”
- ଐକାବୋଦ: “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା”ପ୍ର.ଶା 4:21
ପଦଗୁଡ଼ିକ
ପ୍ର.ଶା 4:21ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା,” ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।
- ଫାରୋଙ୍କ କନ୍ୟା ମୋଶାଙ୍କ ନାମ ରଖନ୍ତି: “ମୁଁ ଜଳରୁ ଏହାକୁ ଆକର୍ଷଣ କଲି”ଯାତ୍ରା 2:10
ପଦଗୁଡ଼ିକ
ଯାତ୍ରା 2:10ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; “କାରଣ ସେ କହିଲା, ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”
- ଆତ୍ମୀୟମାନେ ଶିଶୁର ନାମ ପିତାଙ୍କ ନାମରେ ରଖିବାକୁ ଚାହାନ୍ତି; ଏଲୀଶାବେଥ କହନ୍ତି, ଯୋହନଲୂକ 1:59–63
ପଦଗୁଡ଼ିକ
ଲୂକ 1:59–63ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ। କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ। ସେମାନେ ତାହାଙ୍କୁ କହିଲେ, ତୁମ୍ଭର ସମ୍ପର୍କୀୟମାନଙ୍କ ମଧ୍ୟରେ ତ କାହାର ଏହି ନାମ ନାହିଁ। ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଅଛନ୍ତି, ତାହା ସଙ୍କେତ କରି ପଚାରିବାକୁ ଲାଗିଲେ। ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ।
- ପଡ଼ୋଶୀ ସ୍ତ୍ରୀମାନେ ନୟମୀଙ୍କ ନାତିର ନାମ ଓବେଦ୍ ରଖନ୍ତିରୂତ 4:17
ପଦଗୁଡ଼ିକ
ରୂତ 4:17“ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି,” ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତାମହ।
ସ୍ତନ୍ୟପାନ ଓ ସ୍ତନ୍ୟତ୍ୟାଗ
- ଇସ୍ହାକଙ୍କ ସ୍ତନ୍ୟତ୍ୟାଗ ଦିନ ଅବ୍ରହାମ ମହାଭୋଜ ଦିଅନ୍ତିଆଦି 21:8
ପଦଗୁଡ଼ିକ
ଆଦି 21:8ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।
- ହାନ୍ନା ସ୍ତନ୍ୟତ୍ୟାଗ ପର୍ଯ୍ୟନ୍ତ ଶାମୁୟେଲଙ୍କୁ ରଖି, ତା’ପରେ ତାଙ୍କୁ ଶୀଲୋକୁ ଆଣନ୍ତିପ୍ର.ଶା 1:22–28
ପଦଗୁଡ଼ିକ
ପ୍ର.ଶା 1:22–28ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।” ତହୁଁ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା। ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା। ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ। ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି। ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି। ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।
- ମୋଶାଙ୍କ ନିଜ ମାଆଙ୍କୁ ତାଙ୍କୁ ସ୍ତନ୍ୟପାନ କରାଇବା ପାଇଁ ବେତନ ଦିଆଯାଏଯାତ୍ରା 2:7–9
ପଦଗୁଡ଼ିକ
ଯାତ୍ରା 2:7–9ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି?” ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା। ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋʼ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।
- ନୟମୀ ଶିଶୁ ଓବେଦ୍କୁ କୋଳରେ ନିଅନ୍ତିରୂତ 4:16
ପଦଗୁଡ଼ିକ
ରୂତ 4:16ସେତେବେଳେ ନୟମୀ ବାଳକକୁ ଘେନି ନିଜ କୋଳରେ ରଖିଲା ଓ ତାହାକୁ ପ୍ରତିପାଳନ କଲା।
- ଧାଇ ପାଞ୍ଚ ବର୍ଷର ମଫୀବୋଶତ୍କୁ ନେଇ ପଳାଏ; ସେ ପଡ଼ିଯାଇ ଛୋଟା ହୁଅନ୍ତିଦ୍ଵି.ଶା 4:4
ପଦଗୁଡ଼ିକ
ଦ୍ଵି.ଶା 4:4ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ିଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍।
- ଶିଶୁ ଯୋୟାଶ୍କୁ ତାହାର ଧାତ୍ରୀ ସହିତ ଅଥଲୀୟାଠାରୁ ଲୁଚାଇ ରଖାଯାଏଦ୍ଵି.ରା 11:2
ପଦଗୁଡ଼ିକ
ଦ୍ଵି.ରା 11:2ମାତ୍ର ଯୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକୁ ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ।
ବଢ଼ିବା ସମୟ
- ହାନ୍ନା ପ୍ରତି ବର୍ଷ ବାଳକ ଶାମୁୟେଲଙ୍କ ପାଇଁ ଏକ ଛୋଟ ଜାମା ତିଆରି କରୁଥିଲେପ୍ର.ଶା 2:18–19
ପଦଗୁଡ଼ିକ
ପ୍ର.ଶା 2:18–19ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ। ଆହୁରି ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ୱାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ତାଙ୍କ ପାଇଁ ଗୋଟିଏ ସାନ ଚୋଗା ବନାଇ ତାଙ୍କ କତିକି ଆଣିଥାଏ।
- ପିତାମାତା ଘରେ ଓ ବାଟରେ ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦେଉଥିଲେଦ୍ବି.ବି 6:7, ଦ୍ବି.ବି 11:19
ପଦଗୁଡ଼ିକ
ଦ୍ବି.ବି 6:7ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।
ଦ୍ବି.ବି 11:19ଆଉ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ, ତୁମ୍ଭେ ଶୋଇବା ବେଳେ ଓ ଉଠିବା ବେଳେ ଏହିସବୁ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନଗଣକୁ ଶିକ୍ଷା ଦେବ।
- ଯେତେବେଳେ ତୁମ୍ଭର ପୁତ୍ର ପଚାରିବ, ‘ଏହା କଅଣ?’ — ତାହାକୁ କାହାଣୀଟି କୁହଯାତ୍ରା 13:14
ପଦଗୁଡ଼ିକ
ଯାତ୍ରା 13:14ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ‘ଏହା କଅଣ?’ ତେବେ ତୁମ୍ଭେ କହିବ, ‘ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,
- ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅହିତୋ 22:6
ପଦଗୁଡ଼ିକ
ହିତୋ 22:6ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
- ଶାସନର ବାଡ଼ି ବିଷୟରେ ହିତୋପଦେଶର ବାଣୀହିତୋ 13:24, ହିତୋ 29:15
ପଦଗୁଡ଼ିକ
ହିତୋ 13:24ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।
ହିତୋ 29:15ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
- ବ୍ୟବସ୍ଥା ଉଚ୍ଚସ୍ୱରରେ ପଢ଼ାଯିବା ବେଳେ ପିଲାମାନେ ଶୁଣୁଥିଲେଯିହୋ 8:35, ନିହି 8:2–3
ପଦଗୁଡ଼ିକ
ଯିହୋ 8:35ଯିହୋଶୂୟ ଇସ୍ରାଏଲୀୟ ସମସ୍ତ ସମାଜର ଓ ସ୍ତ୍ରୀଗଣର ଓ ବାଳକଗଣର ଓ ସେମାନଙ୍କ ମଧ୍ୟରେ ପରିଚିତ ବିଦେଶୀମାନଙ୍କ ସମ୍ମୁଖରେ ଯାହା ପାଠ କଲେ ନାହିଁ, ମୋଶାଙ୍କର ସମସ୍ତ ଆଦେଶ ମଧ୍ୟରେ ଏପରି ଗୋଟିଏ କଥା ନ ଥିଲା।
ନିହି 8:2–3ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ। ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା।
- ପିଲାମାନେ ରାସ୍ତାରେ ଡିଆଁଡେଇଁ କରି ଖେଳନ୍ତିଆୟୁବ 21:11, ଯିଖ 8:5
ପଦଗୁଡ଼ିକ
ଆୟୁବ 21:11ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି।
ଯିଖ 8:5ପୁଣି, ଦାଣ୍ଡରେ ଖେଳିବା ପାଇଁ ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ।
- ବାର ବର୍ଷ ବୟସରେ ଯୀଶୁ ମନ୍ଦିରରେ ଗୁରୁମାନଙ୍କୁ ପ୍ରଶ୍ନ ପଚାରନ୍ତିଲୂକ 2:41–47
ପଦଗୁଡ଼ିକ
ଲୂକ 2:41–47ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମ ସହରକୁ ଯାଉଥିଲେ। ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ। ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମ ସହରରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ। କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାହାଙ୍କୁ ଖୋଜିବାକୁ ଲାଗିଲେ, ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମ ସହରକୁ ଫେରିଗଲେ। ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ, ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ।
- ଯୀଶୁ ଜ୍ଞାନରେ ଓ ଶରୀରରେ ବଢ଼ିଲେଲୂକ 2:40, ଲୂକ 2:52
- ପାଉଲ ଗମଲୀୟେଲଙ୍କ ପାଦତଳେ ଶିକ୍ଷା ପାଇଥିଲେପ୍ରେରି 22:3
ପଦଗୁଡ଼ିକ
ପ୍ରେରି 22:3ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିୟାର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍ଯୋଗୀ ଅଟନ୍ତି, ଈଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି;
- ତୀମଥି ଆପଣା ଜେଜେମା ଲୋୟି ଓ ମାଆ ଇଉନୀକୀଙ୍କଠାରୁ ଶିଖିଥିଲେଦ୍ଵି.ତୀମ 1:5, ଦ୍ଵି.ତୀମ 3:15
ପଦଗୁଡ଼ିକ
ଦ୍ଵି.ତୀମ 1:5କାରଣ ଯେଉଁ ନିଷ୍କପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମାଆ ଇଉନୀକୀଙ୍କଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ନିଷ୍କପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି।
ଦ୍ଵି.ତୀମ 3:15ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
- ପିଲାମାନେ ମନ୍ଦିର ପ୍ରାଙ୍ଗଣରେ “ହୋଶାନ୍ନା” ବୋଲି ଚିତ୍କାର କରନ୍ତିମାଥି 21:15
ପଦଗୁଡ଼ିକ
ମାଥି 21:15କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,
- ଯୀଶୁ ଛୋଟ ପିଲାମାନଙ୍କୁ ଆଶୀର୍ବାଦ କରନ୍ତିମାଥି 19:13–15, ମାର୍କ 10:13–16
ପଦଗୁଡ଼ିକ
ମାଥି 19:13–15ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ରଖି ପ୍ରାର୍ଥନା କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ। ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ। କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।” ଆଉ, ସେ ସେମାନଙ୍କ ଉପରେ ହାତ ରଖି ସେଠାରୁ ଚାଲିଗଲେ।
ମାର୍କ 10:13–16ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ। ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, “ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।” ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ।
ଉଦାହରଣ
- ଯାକୁବ ଯୋଷେଫଙ୍କୁ ସବୁଠାରୁ ଅଧିକ ପ୍ରେମ କରି ତାଙ୍କୁ ଚିତ୍ରବିଚିତ୍ର ଜାମା ଦିଅନ୍ତିଆଦି 37:3–4
ପଦଗୁଡ଼ିକ
ଆଦି 37:3–4ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ। ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।
- ବ୍ୟବସ୍ଥା ଅପ୍ରିୟା ଭାର୍ଯ୍ୟାର ପ୍ରଥମଜାତର ଦୁଇ ଗୁଣ ଅଂଶ ରକ୍ଷା କରେଦ୍ବି.ବି 21:15–17
ପଦଗୁଡ଼ିକ
ଦ୍ବି.ବି 21:15–17ଯେବେ କୌଣସି ପୁରୁଷର ଦୁଇ ଭାର୍ଯ୍ୟା ଥାଏ, ଜଣେ ପ୍ରିୟା ଓ ଜଣେ ଅପ୍ରିୟା, ପୁଣି ପ୍ରିୟା ଓ ଅପ୍ରିୟା ଦୁହେଁ ତାହାର ଔରସରେ ସନ୍ତାନ ପ୍ରସବ କରନ୍ତି; ମାତ୍ର ପ୍ରଥମଜାତ ପୁତ୍ର ଅପ୍ରିୟାର ସନ୍ତାନ ହୁଏ; ତେବେ ସେ ଆପଣା ପୁତ୍ରମାନଙ୍କୁ ସର୍ବସ୍ୱର ଅଧିକାର ଦେବା ସମୟରେ ଅପ୍ରିୟାଜାତ ଜ୍ୟେଷ୍ଠ ପୁତ୍ର ଥାଉ ଥାଉ ସେ ପ୍ରିୟାଜାତ ପୁତ୍ରକୁ ଜ୍ୟେଷ୍ଠାଧିକାର ଦେଇ ପାରିବ ନାହିଁ। ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ୱୀକାର କରି ଆପଣା ସର୍ବସ୍ୱରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ ଜ୍ୟେଷ୍ଠାଧିକାର ତାହାରି ଅଟେ।
- ଜଣେ ଛୋଟ ଇସ୍ରାଏଲୀୟ ବାଳିକା ନାମାନ୍ର ଭାର୍ଯ୍ୟାକୁ ଭାବବାଦୀଙ୍କ ବିଷୟରେ କହେଦ୍ଵି.ରା 5:2–3
ପଦଗୁଡ଼ିକ
ଦ୍ଵି.ରା 5:2–3ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍ର ଭାର୍ଯ୍ୟାର ସେବା କରୁଥିଲା। ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”
- ଯୋୟାଶ୍ ସାତ ବର୍ଷରେ ରାଜା ହୁଅନ୍ତି, ଯୋଶୀୟ ଆଠ ବର୍ଷରେଦ୍ଵି.ରା 11:21, ଦ୍ଵି.ରା 22:1
ପଦଗୁଡ଼ିକ
ଦ୍ଵି.ରା 11:21ଯୋୟାଶ୍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ।
ଦ୍ଵି.ରା 22:1ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ।
- ପିତାମାତାଙ୍କ ଋଣ ପାଇଁ ପିଲାମାନଙ୍କୁ ଦାସ କରି ନିଆଯାଏଦ୍ଵି.ରା 4:1, ନିହି 5:5
ପଦଗୁଡ଼ିକ
ଦ୍ଵି.ରା 4:1ଭବିଷ୍ୟଦ୍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”
ନିହି 5:5ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”
- ଫାରୋ ଏବ୍ରୀ ପୁଅ ଶିଶୁମାନଙ୍କୁ ନୀଳ ନଦୀରେ ପକାଇବାକୁ ଆଜ୍ଞା ଦିଅନ୍ତିଯାତ୍ରା 1:22
ପଦଗୁଡ଼ିକ
ଯାତ୍ରା 1:22ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”
- ହେରୋଦ ବେଥଲିହିମର ଦୁଇ ବର୍ଷ ଓ ତାହାଠାରୁ କମ୍ ବୟସର ବାଳକମାନଙ୍କୁ ବଧ କରନ୍ତିମାଥି 2:16
ପଦଗୁଡ଼ିକ
ମାଥି 2:16ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ।
- ସନ୍ତାନଗଣର ସନ୍ତାନମାନେ ବୃଦ୍ଧମାନଙ୍କର ମୁକୁଟହିତୋ 17:6
ପଦଗୁଡ଼ିକ
ହିତୋ 17:6ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର