ଦୈନନ୍ଦିନ ଜୀବନ
ବାଇବେଲରେ ନୃତ୍ୟ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 21ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ସମୁଦ୍ର ପାର ହେବା ପରେ ମରୀୟମ ଓ ସ୍ତ୍ରୀମାନେ ଦାରା ବଜାଇ ନୃତ୍ୟ କରନ୍ତିଯାତ୍ରା 15:20
ପଦଗୁଡ଼ିକ
ଯାତ୍ରା 15:20ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।
- ମୋଶା ବାଛୁରି ଓ ନୃତ୍ୟ ଦେଖନ୍ତିଯାତ୍ରା 32:19
ପଦଗୁଡ଼ିକ
ଯାତ୍ରା 32:19ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।
- ଯିପ୍ତହଙ୍କ କନ୍ୟା ନୃତ୍ୟ କରି ତାଙ୍କୁ ଭେଟିବାକୁ ବାହାରି ଆସେବିଚାର 11:34
ପଦଗୁଡ଼ିକ
ବିଚାର 11:34ଏଥିଉତ୍ତାରେ ଯିପ୍ତହ ମିସ୍ପାରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା।
- ବାର୍ଷିକ ପର୍ବରେ ଶୀଲୋର କନ୍ୟାମାନେ ନୃତ୍ୟ କରନ୍ତିବିଚାର 21:19–21
ପଦଗୁଡ଼ିକ
ବିଚାର 21:19–21ଆହୁରି ସେମାନେ କହିଲେ, “ଦେଖ, ବେଥେଲ୍ର ଉତ୍ତର ଦିଗରେ, ବେଥେଲ୍ରୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ।” ଏହେତୁ ସେମାନେ ବିନ୍ୟାମୀନ୍-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ; ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ୍ ଦେଶକୁ ଚାଲିଯାଅ।
- ସ୍ତ୍ରୀମାନେ ନାଚି ଗାଆନ୍ତି: “ଶାଉଲ ବଧ କଲେ ସହସ୍ର ସହସ୍ର”ପ୍ର.ଶା 18:6–7, ପ୍ର.ଶା 21:11
ପଦଗୁଡ଼ିକ
ପ୍ର.ଶା 18:6–7ଦାଉଦ ପଲେଷ୍ଟୀୟକୁ ବଧ କରି ଫେରିଲା ବେଳେ ଲୋକମାନେ ଆସୁ ଆସୁ ଏପରି ହେଲା ଯେ, ଇସ୍ରାଏଲୀୟ ସମସ୍ତ ନଗରରୁ ସ୍ତ୍ରୀମାନେ ବାହାରି ଦାରା, ଆନନ୍ଦଧ୍ୱନି ଓ ତ୍ରିତନ୍ତ୍ରୀ ବାଦ୍ୟ ସହିତ ଗାୟନ ଓ ନୃତ୍ୟ କରୁ କରୁ ଶାଉଲ ରାଜାଙ୍କୁ ଭେଟିବା ପାଇଁ ଆସିଲେ। ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: “ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ।”
ପ୍ର.ଶା 21:11ତହିଁରେ ଆଖୀଶ୍ର ଦାସମାନେ ତାକୁ କହିଲେ, “ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”
- ଦାଉଦ ସିନ୍ଦୁକ ସମ୍ମୁଖରେ ସମସ୍ତ ଶକ୍ତିରେ ନୃତ୍ୟ କରନ୍ତିଦ୍ଵି.ଶା 6:14–16
ପଦଗୁଡ଼ିକ
ଦ୍ଵି.ଶା 6:14–16ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ। ଏହିରୂପେ ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ଜୟଧ୍ୱନି ଓ ତୂରୀଧ୍ୱନି କରି ସଦାପ୍ରଭୁଙ୍କ ସିନ୍ଦୁକ ଆଣିଲେ। ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲା; ଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା।
- ମୀଖଲ ରାଜା ଦାଉଦଙ୍କୁ ନାଚୁଥିବା ଦେଖି ତାଙ୍କୁ ତୁଚ୍ଛ କରନ୍ତିପ୍ର.ବଂ 15:29
ପଦଗୁଡ଼ିକ
ପ୍ର.ବଂ 15:29ପୁଣି, ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା।
- ପିଲାମାନେ ଦାରା ଓ ବୀଣା ବାଦ୍ୟରେ ଡିଆଁଡେଇଁ କରନ୍ତିଆୟୁବ 21:11–12
ପଦଗୁଡ଼ିକ
ଆୟୁବ 21:11–12ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି। ସେମାନେ ତବଲା ଓ ବୀଣା ବଜାଇ ଗାନ କରନ୍ତି ଓ ବଂଶୀଧ୍ୱନିରେ ଆନନ୍ଦ କରନ୍ତି।
- “ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ”ଗୀତ 30:11
ପଦଗୁଡ଼ିକ
ଗୀତ 30:11ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
- ଦାରା ଓ ନୃତ୍ୟ ସହିତ ତାହାଙ୍କର ପ୍ରଶଂସା କରଗୀତ 149:3, ଗୀତ 150:4
- ଶୋକ କରିବାର ସମୟ ଓ ନୃତ୍ୟ କରିବାର ସମୟଉପ 3:4
ପଦଗୁଡ଼ିକ
ଉପ 3:4ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;
- “ମହନୟିମସ୍ଥ ନୃତ୍ୟ”ପ.ଗୀ 6:13
ପଦଗୁଡ଼ିକ
ପ.ଗୀ 6:13ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର। ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ?
- କୁମାରୀମାନେ ନୃତ୍ୟରେ ଆନନ୍ଦ କରନ୍ତି, ଯୁବକ ଓ ବୃଦ୍ଧମାନେ ମଧ୍ୟଯିରି 31:4, ଯିରି 31:13
ପଦଗୁଡ଼ିକ
ଯିରି 31:4ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।
ଯିରି 31:13ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।
- “ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି”ବିଳା 5:15
ପଦଗୁଡ଼ିକ
ବିଳା 5:15ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।
- ବଜାରରେ ପିଲାମାନେ: “ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ”ମାଥି 11:17
ପଦଗୁଡ଼ିକ
ମାଥି 11:17‘ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି।’
- ଫେରି ଆସୁଥିବା ପୁତ୍ର ପାଇଁ ବାଦ୍ୟ ଓ ନୃତ୍ୟଲୂକ 15:25
ପଦଗୁଡ଼ିକ
ଲୂକ 15:25ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି,
- ହେରୋଦଙ୍କ ଜନ୍ମଦିନର ଭୋଜିରେ ହେରୋଦିଆର କନ୍ୟା ନୃତ୍ୟ କରେମାଥି 14:6–7, ମାର୍କ 6:22
ପଦଗୁଡ଼ିକ
ମାଥି 14:6–7କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା। ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ।
ମାର୍କ 6:22ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର