ଦୈନନ୍ଦିନ ଜୀବନ
ବାଇବେଲରେ ଋଣ ଓ ଧାର
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 28ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ପରସ୍ପରକୁ ପ୍ରେମ କରିବା ଛଡ଼ା କାହାରି ନିକଟରେ ଋଣୀ ହୁଅ ନାହିଁରୋମୀ 13:8
ପଦଗୁଡ଼ିକ
ରୋମୀ 13:8ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।
- ଋଣୀ ମହାଜନର ଦାସହିତୋ 22:7
ପଦଗୁଡ଼ିକ
ହିତୋ 22:7ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।
- ଋଣ ପାଇଁ ଜାମିନ ହୁଅ ନାହିଁ, ନୋହିଲେ ତୁମ୍ଭର ଶଯ୍ୟା ମଧ୍ୟ ନିଆଯାଇପାରେହିତୋ 22:26–27, ହିତୋ 11:15
ପଦଗୁଡ଼ିକ
ହିତୋ 22:26–27ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ। ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ?
ହିତୋ 11:15ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ।
- ପ୍ରତିବାସୀ ପାଇଁ ବନ୍ଧକ ହୋଇଅଛ? ଶୀଘ୍ର ଯାଇ ଆପଣାକୁ ଉଦ୍ଧାର କରହିତୋ 6:1–5
ପଦଗୁଡ଼ିକ
ହିତୋ 6:1–5ହେ ମୋହର ପୁତ୍ର, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବନ୍ଧକ ହୋଇଥାଅ, ଯଦି ପର ପାଇଁ ହାତ ଦେଇଥାଅ, ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ। ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର। ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ। ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।
ବ୍ୟବସ୍ଥାରେ
- ଦରିଦ୍ର ସ୍ୱଜାତିଠାରୁ ସୁଧ ନିଅ ନାହିଁ; ବିଦେଶୀଠାରୁ ତାହା ଅନୁମତି ଥିଲାଯାତ୍ରା 22:25, ଦ୍ବି.ବି 23:19–20
ପଦଗୁଡ଼ିକ
ଯାତ୍ରା 22:25ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।
ଦ୍ବି.ବି 23:19–20ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେକୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ। ତୁମ୍ଭେ ସୁଧ ନିମନ୍ତେ ବିଦେଶୀକୁ ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।
- ବନ୍ଧକ ରୂପେ ନିଆଯାଇଥିବା ବସ୍ତ୍ର ସୂର୍ଯ୍ୟାସ୍ତ ପୂର୍ବରୁ ଫେରାଇ ଦିଆଯାଏଯାତ୍ରା 22:26–27, ଦ୍ବି.ବି 24:12–13
ପଦଗୁଡ଼ିକ
ଯାତ୍ରା 22:26–27ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ। କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ? ପୁଣି, ସେ ଯଦି ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ ଅଟୁ।
ଦ୍ବି.ବି 24:12–13ପୁଣି ସେ ଯେବେ ଦୁଃଖୀଲୋକ ଥାଏ, ତେବେ ତୁମ୍ଭେ ତାହାର ବନ୍ଧକି ଦ୍ରବ୍ୟ ଘେନି ନିଦ୍ରା ଯିବ ନାହିଁ। ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକି ଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ।
- ବନ୍ଧକ ବାହାରକୁ ଅଣାଯିବା ପର୍ଯ୍ୟନ୍ତ ମହାଜନ ବାହାରେ ଅପେକ୍ଷା କରେଦ୍ବି.ବି 24:10–11
ପଦଗୁଡ଼ିକ
ଦ୍ବି.ବି 24:10–11ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ। ତୁମ୍ଭେ ବାହାରେ ଠିଆ ହୋଇ ରହିବ, ଆଉ ତୁମ୍ଭେ ଯାହାକୁ ଋଣ ଦେଇଅଛ, ସେ ବ୍ୟକ୍ତି ଆପଣା ବନ୍ଧକି ଦ୍ରବ୍ୟ ବାହାର କରି ତୁମ୍ଭ ନିକଟକୁ ଆଣିବ।
- ଚକି ବନ୍ଧକ ରୂପେ ନିଆଯାଇପାରିବ ନାହିଁଦ୍ବି.ବି 24:6
ପଦଗୁଡ଼ିକ
ଦ୍ବି.ବି 24:6କେହି ଚକି ବା ଚକିର ଉପର-ପଟ ବନ୍ଧକ ରଖିବ ନାହିଁ; ତାହା କଲେ, ମନୁଷ୍ୟର ପ୍ରାଣ ବନ୍ଧକ ରଖିବାର ହୁଏ।
- ପ୍ରତି ସପ୍ତମ ବର୍ଷରେ ଋଣ ଛାଡ଼ କରାଯାଏଦ୍ବି.ବି 15:1–3
ପଦଗୁଡ଼ିକ
ଦ୍ବି.ବି 15:1–3ପ୍ରତି ସାତ ବର୍ଷର ଶେଷରେ ତୁମ୍ଭେ ଋଣ କ୍ଷମା କରିବ। ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି। ତୁମ୍ଭେ ବିଦେଶୀଠାରୁ ତାହା ଆଦାୟ କରି ପାରିବ; ମାତ୍ର ତୁମ୍ଭ ଭାଇଠାରେ ତୁମ୍ଭର ଯାହା କିଛି ଅଛି, ତୁମ୍ଭର ହସ୍ତ ତାହା କ୍ଷମା କରିବ।
- ଆପଣାକୁ ବିକିଥିବା ସ୍ୱଜାତି ବେତନଭୋଗୀ ମୂଲିଆ ପରି କାମ କରେଲେବୀ 25:39–41
ପଦଗୁଡ଼ିକ
ଲେବୀ 25:39–41ଆଉ ଯଦି ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧାଦାସ ପରି ପରିଶ୍ରମ କରାଇବ ନାହିଁ। ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ। ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।
- ଧାର ଆଣିଥିବା ପଶୁ ମରିଗଲେ ସମ୍ପୂର୍ଣ୍ଣ କ୍ଷତିପୂରଣ ଦେବାକୁ ହୁଏଯାତ୍ରା 22:14
ପଦଗୁଡ଼ିକ
ଯାତ୍ରା 22:14ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।
ଉଦାହରଣ
- ଯିହୁଦା ବନ୍ଧକ ରୂପେ ଆପଣା ମୋହର, ସୂତା ଓ ଯଷ୍ଟି ଛାଡ଼ି ଯାଆନ୍ତିଆଦି 38:17–18
ପଦଗୁଡ଼ିକ
ଆଦି 38:17–18ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ?” ଯିହୁଦା କହିଲା, “କଅଣ ବନ୍ଧକ ଦେବା?” ତାମର କହିଲା, “ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି।” ତହୁଁ ଯିହୁଦା ତାକୁ ସେହି ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ୱାରା ଗର୍ଭବତୀ ହେଲା।
- ଋଣଗ୍ରସ୍ତ ସମସ୍ତ ଲୋକ ଦାଉଦଙ୍କ ପାଖରେ ଏକତ୍ର ହୁଅନ୍ତିପ୍ର.ଶା 22:2
ପଦଗୁଡ଼ିକ
ପ୍ର.ଶା 22:2ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ।
- ଜଣେ ମହାଜନ ବିଧବାର ଦୁଇ ପୁତ୍ରକୁ ଦାସ କରି ନେବାକୁ ଆସେଦ୍ଵି.ରା 4:1–7
ପଦଗୁଡ଼ିକ
ଦ୍ଵି.ରା 4:1–7ଭବିଷ୍ୟଦ୍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।” ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କʼଣ କରିବି? ମୋତେ କୁହ; ଘରେ ତୁମ୍ଭର କʼଣ ଅଛି?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।” ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍, ଶୂନ୍ୟପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ। ପୁଣି ତୁମ୍ଭେ ଗୃହ ଭିତରକୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କରି ସେସବୁ ପାତ୍ରରେ ତୈଳ ଅଜାଡ଼; ଆଉ ଯେଉଁ ପାତ୍ର ପୂର୍ଣ୍ଣ ହୁଏ, ତାହା ଅଲଗା କରି ରଖ।” ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା। ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋʼ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା। ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନ ଯାପନ କର।”
- “ତାହା ତ ଉଧାରି-ବସ୍ତୁ” — କୁହ୍ରାଡ଼ି-ଲୁହା ଯର୍ଦ୍ଦନରେ ପଡ଼ିଯାଏଦ୍ଵି.ରା 6:4–6
ପଦଗୁଡ଼ିକ
ଦ୍ଵି.ରା 6:4–6ତହୁଁ ସେ ସେମାନଙ୍କ ସଙ୍ଗରେ ଗଲେ। ପୁଣି ସେମାନେ ଯର୍ଦ୍ଦନରେ ଉପସ୍ଥିତ ହୁଅନ୍ତେ, କାଠ କାଟିଲେ। ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ି-ଲୁହା ଜଳରେ ପଡ଼ିଗଲା; ତହିଁରେ ସେ ଡକା ଛାଡ଼ି କହିଲା, “ହାୟ, ମୋʼ ପ୍ରଭୋ! ତାହା ତ ଉଧାରି-ବସ୍ତୁ।” ଏଥିରେ ପରମେଶ୍ୱରଙ୍କ ଲୋକ କହିଲେ, “ତାହା କେଉଁ ସ୍ଥାନରେ ପଡ଼ିଲା?” ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ଡେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ।
- ଦୁର୍ଭିକ୍ଷ: ଲୋକମାନେ କ୍ଷେତ ଓ ଘର ବନ୍ଧକ ଦିଅନ୍ତି; ନିହିମୀୟା ସୁଧଖୋରି ବନ୍ଦ କରନ୍ତିନିହି 5:3–5, ନିହି 5:10–12
ପଦଗୁଡ଼ିକ
ନିହି 5:3–5ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।” ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ। ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”
ନିହି 5:10–12ମଧ୍ୟ ମୁଁ, ମୋʼ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ। ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ଯାହା ନେଇଥିଲୁ ତାହା ଫେରାଇ ଦେବୁ ଓ ସେମାନଙ୍କୁ କିଛି ମାଗିବୁ ନାହିଁ; ଆପଣ ଯେପରି କହୁଅଛନ୍ତି, ଆମ୍ଭେମାନେ ସେପରି କରିବୁ।” ତହୁଁ ମୁଁ ଯାଜକମାନଙ୍କୁ ଡାକି ଏହି ପ୍ରତିଜ୍ଞାନୁସାରେ ସେମାନେ ଯେପରି କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଶପଥ କରାଇଲି।
- ଋଣ ପାଇଁ ଦରିଦ୍ର ପରିବାରର ସ୍ତନ୍ୟପାୟୀ ଶିଶୁକୁ ଧରି ନିଆଯାଏଆୟୁବ 24:9
ପଦଗୁଡ଼ିକ
ଆୟୁବ 24:9କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି;
- ବନ୍ଧକ ରୂପେ ନିଆଯାଇଥିବା ବସ୍ତ୍ରଆୟୁବ 22:6, ଆମୋ 2:8
- ଦୃଷ୍ଟାନ୍ତ: ଦଶ ହଜାର ତାଳନ୍ତ ଋଣୀ ଜଣେ ଦାସମାଥି 18:23–34
ପଦଗୁଡ଼ିକ
ମାଥି 18:23–34ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ। ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ। ସେ ହିସାବ ଆରମ୍ଭ କରନ୍ତେ ଦଶ ହଜାର ରୌପ୍ୟ-ମୁଦ୍ରା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା। କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲା-ପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ। ତେଣୁ ସେହି ଦାସ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ‘ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣକୁ ସବୁ ପରିଶୋଧ କରିଦେବି।’ ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ। କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ଏକ ଶହ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ। ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ‘ଆପଣ ମୋʼ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି।’ ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା। ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ। ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡକାଇ କହିଲେ ‘ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି; ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା?’ ଆଉ, ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ।
- ଦୃଷ୍ଟାନ୍ତ: ପାଞ୍ଚ ଶହ ଓ ପଚାଶ ଦିନାର ଋଣୀ ଦୁଇ ଜଣଲୂକ 7:41–42
ପଦଗୁଡ଼ିକ
ଲୂକ 7:41–42“ଜଣେ ମହାଜନଙ୍କର ଦୁଇ ଜଣ ଋଣୀ ଥିଲେ; ଜଣେ ପାଞ୍ଚଶହ ଦିନର ମଜୁରୀ ସମାନ ମୂଲ୍ୟ ଓ ଆଉ ଜଣେ ପଚାଶ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିଲା। ଋଣ ସୁଝିବାକୁ ସେମାନଙ୍କର କିଛି ନ ଥିବାରୁ ସେ ଉଭୟଙ୍କର ଋଣ କ୍ଷମା କଲେ। ଏଣୁ ସେମାନଙ୍କ ମଧ୍ୟରୁ କିଏ ତାହାଙ୍କୁ ଅଧିକ ପ୍ରେମ କରିବ?”
- ବିଚାରାଳୟକୁ ଯିବା ବାଟରେ ବିପକ୍ଷ ସହିତ ମେଳ କରିନିଅମାଥି 5:25–26
ପଦଗୁଡ଼ିକ
ମାଥି 5:25–26ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ। ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।
- କିଛି ଫେରି ପାଇବାର ଆଶା ନ ରଖି ଋଣ ଦିଅଲୂକ 6:34–35
ପଦଗୁଡ଼ିକ
ଲୂକ 6:34–35ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି। ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।
- ପାଉଲ ଫିଲୀମୋନଙ୍କୁ: “ତାହା ମୋʼ ହିସାବରେ ଲେଖିରଖ” … “ମୁଁ ତାହା ପରିଶୋଧ କରିବି”ଫିଲୀ 1:18–19
ପଦଗୁଡ଼ିକ
ଫିଲୀ 1:18–19ଯଦି ସେ ତୁମ୍ଭ ପ୍ରତି କୌଣସି ଅନ୍ୟାୟ କରିଥାଏ କିମ୍ବା ତୁମ୍ଭଠାରେ ଋଣୀ ହୋଇଥାଏ, ତେବେ ତାହା ମୋʼ ହିସାବରେ ଲେଖିରଖ; ମୁଁ ପାଉଲ ସ୍ୱହସ୍ତରେ ଏହା ଲେଖି ଦେଉଅଛି, ମୁଁ ତାହା ପରିଶୋଧ କରିବି। ତୁମ୍ଭେ ନିଜେ ଯେ ମୋʼ ନିକଟରେ ଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର