Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ପ୍ରବଞ୍ଚନା ଓ ଛଦ୍ମବେଶ

ଆଶ୍ଚର୍ଯ୍ୟଜନକ ବିବରଣୀ

ବାଇବେଲରେ ପ୍ରବଞ୍ଚନା ଓ ଛଦ୍ମବେଶ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 45ଟି ଅଂଶ, ଧାଡ଼ି ପରେ ଧାଡ଼ି।

ଆଦି ପୁସ୍ତକରେ

  • ସର୍ପ ନାରୀଙ୍କୁ କହେ: “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ”ଆଦି 3:4
    ପଦଗୁଡ଼ିକ
    ଆଦି 3:4ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;
  • ଅବ୍ରାମ ସାରୀଙ୍କୁ ଆପଣାକୁ ତାଙ୍କ ଭଉଣୀ ବୋଲି କହିବାକୁ କହନ୍ତିଆଦି 12:13
    ପଦଗୁଡ଼ିକ
    ଆଦି 12:13ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।”
  • ଗରାରରେ ଅବ୍ରହାମ ସାରାଙ୍କ ବିଷୟରେ ପୁଣି କହନ୍ତି: “ସେ ମୋହର ଭଗିନୀ”ଆଦି 20:2
    ପଦଗୁଡ଼ିକ
    ଆଦି 20:2ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ;” ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।
  • ଲୋକମାନେ ତାଙ୍କୁ ବଧ କରିବେ ବୋଲି ଭୟରେ ଇସ୍‌ହାକ ରିବିକାଙ୍କୁ ଆପଣା ଭଉଣୀ ବୋଲି କହନ୍ତିଆଦି 26:7
    ପଦଗୁଡ଼ିକ
    ଆଦି 26:7ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।
  • ରିବିକା ଯାକୁବଙ୍କୁ ଏଷୌଙ୍କ ବସ୍ତ୍ର ଓ ଛେଳିଚର୍ମ ପିନ୍ଧାନ୍ତିଆଦି 27:15–16
    ପଦଗୁଡ଼ିକ
    ଆଦି 27:15–16ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା। ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।
  • ଯାକୁବ ଦେଖିପାରୁ ନ ଥିବା ପିତାଙ୍କୁ କହନ୍ତି: “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ”ଆଦି 27:1, ଆଦି 27:19
    ପଦଗୁଡ଼ିକ
    ଆଦି 27:1ଏଥିଉତ୍ତାରେ ଇସ୍‌ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।”
    ଆଦି 27:19ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି, ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
  • ଲାବନ ରାହେଲଙ୍କ ବଦଳରେ ଲେୟାଙ୍କୁ ଦିଅନ୍ତି; ଯାକୁବ: “କାହିଁକି ମୋତେ ପ୍ରବଞ୍ଚନା କରିଅଛ?”ଆଦି 29:23, ଆଦି 29:25
    ପଦଗୁଡ଼ିକ
    ଆଦି 29:23ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା।
    ଆଦି 29:25ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କରିଅଛ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ?”
  • ଯାକୁବ ଲାବନଙ୍କୁ ନ କହି ଗୋପନରେ ଚାଲିଯାଆନ୍ତିଆଦି 31:20
    ପଦଗୁଡ଼ିକ
    ଆଦି 31:20ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ବାଦ ନ ଦେଇ ଅରାମୀୟ ଲାବନକୁ ପ୍ରବଞ୍ଚନା କଲା।
  • ରାହେଲ ଲାବନଙ୍କ ଗୃହଦେବତାମାନଙ୍କୁ ଗଦି ଥଳୀରେ ଲୁଚାଇ ତହିଁ ଉପରେ ବସନ୍ତିଆଦି 31:34–35
    ପଦଗୁଡ଼ିକ
    ଆଦି 31:34–35ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ତହିଁରେ ଲାବନ ତାହାର ତମ୍ବୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ। ସେତେବେଳେ ରାହେଲ ପିତାକୁ କହିଲା, “ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି।” ଏହିରୂପେ ସେ ଅନ୍ୱେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ।
  • ଯାକୁବଙ୍କ ପୁତ୍ରମାନେ ଶିଖିମର ଲୋକମାନଙ୍କୁ ସୁନ୍ନତ ହେବାକୁ କହି, ତା’ପରେ ନଗର ଆକ୍ରମଣ କରନ୍ତିଆଦି 34:13, ଆଦି 34:15, ଆଦି 34:25
    ପଦଗୁଡ଼ିକ
    ଆଦି 34:13ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ,
    ଆଦି 34:15ଯଦି କେବଳ ଗୋଟିଏ କର୍ମ କରିବ, ଆମ୍ଭମାନଙ୍କ ପରି ତୁମ୍ଭେମାନେ ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କ କଥାରେ ସମ୍ମତ ହେବା।
    ଆଦି 34:25ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ।
  • ଭାଇମାନେ ଯୋଷେଫଙ୍କ ଜାମା ଛେଳି ରକ୍ତରେ ବୁଡ଼ାଇ ଯାକୁବଙ୍କୁ ଦେଖାନ୍ତିଆଦି 37:31–33
    ପଦଗୁଡ଼ିକ
    ଆଦି 37:31–33ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ। ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।” ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।”
  • ତାମର ଓଢ଼ଣୀ ଦିଏ, ଆଉ ଯିହୁଦା ତାହାକୁ ବେଶ୍ୟା ବୋଲି ଭାବନ୍ତିଆଦି 38:14–15
    ପଦଗୁଡ଼ିକ
    ଆଦି 38:14–15ତହିଁରେ ତାମର ବିଧବା ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ। ସେତେବେଳେ ଯିହୁଦା ତାକୁ ଦେଖି ବେଶ୍ୟା ଜ୍ଞାନ କଲା, କାରଣ ସେ ମୁଖ ଆଚ୍ଛାଦନ କରିଥିଲା।
  • ଯୋଷେଫ ଆପଣା ରୂପା ପାନପାତ୍ର ବିନ୍ୟାମୀନ୍‍ଙ୍କ ବସ୍ତାରେ ଲୁଚାଇ ରଖାନ୍ତିଆଦି 44:1–2
    ପଦଗୁଡ଼ିକ
    ଆଦି 44:1–2ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରିଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ-ମୁଖରେ ରଖ। ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା।

ବିଚାରକର୍ତ୍ତା ଓ ରାଜା

  • ଗିବୀୟୋନୀୟମାନେ ପୁରୁଣା ବସ୍ତା ଓ ଛତା ଲାଗିଥିବା ରୁଟି ଆଣି ଦୂର ଦେଶର ବୋଲି କହନ୍ତିଯିହୋ 9:4–6
    ପଦଗୁଡ଼ିକ
    ଯିହୋ 9:4–6ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ; ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା। ଏହିରୂପେ ସେମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।”
  • ନିୟମ ସ୍ଥିର କରିବାର ତିନି ଦିନ ପରେ ଇସ୍ରାଏଲ ଜାଣିଲା ଯେ ସେମାନେ ପଡ଼ୋଶୀଯିହୋ 9:16
    ପଦଗୁଡ଼ିକ
    ଯିହୋ 9:16ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।
  • ଯାୟେଲ ସୀଷରାକୁ ଭିତରକୁ ଡାକି, ଦୁଧ ଦେଇ, ଶୋଇଥିବା ବେଳେ ତାହାକୁ ବଧ କରେବିଚାର 4:18–21
    ପଦଗୁଡ଼ିକ
    ବିଚାର 4:18–21ଏଥିରେ ଯାୟେଲ ସୀଷରାକୁ ଭେଟିବାକୁ ବାହାରେ ଯାଇ ତାହାକୁ କହିଲା, “ହେ ମୋହର ପ୍ରଭୋ, ଭିତରକୁ ଆସନ୍ତୁ, ମୋହର ନିକଟକୁ ଆସନ୍ତୁ, ଭୟ ନ କରନ୍ତୁ;” ତହିଁରେ ସେ ତାହା ଆଡ଼କୁ ଫେରି ତମ୍ବୁ ଭିତରକୁ ଯାଆନ୍ତେ, ସେ ଏକ କମ୍ବଳରେ ତାହାକୁ ଘୋଡ଼ାଇ ରଖିଲା; ସେତେବେଳେ ସୀଷରା ତାହାକୁ କହିଲା, “ମୋତେ ଟିକିଏ ଜଳ ପିଆଅନା;” ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା। ଏଉତ୍ତାରେ ସୀଷରା ତାହାକୁ କହିଲା, “ତୁମ୍ଭେ ତମ୍ବୁ ଦ୍ୱାରରେ ଛିଡ଼ା ହୋଇଥାଅ, ଯେବେ କେହି ଆସି ତୁମ୍ଭକୁ ପଚାରି କହେ, ‘ଏଠାରେ କୌଣସି ମନୁଷ୍ୟ ଅଛି କି?’ ତେବେ ତୁମ୍ଭେ କହିବ, ‘କେହି ନାହିଁ।’” ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକୁ ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।
  • ମୀଖଲ ଦାଉଦଙ୍କ ଶଯ୍ୟାରେ ଛେଳି ଲୋମ ସହିତ ଏକ ଠାକୁର ଶୁଆଏ: “ସେ ପୀଡ଼ିତ ଅଛନ୍ତି”ପ୍ର.ଶା 19:13–16
    ପଦଗୁଡ଼ିକ
    ପ୍ର.ଶା 19:13–16ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା। ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, “ସେ ପୀଡ଼ିତ ଅଛନ୍ତି।” ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।” ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।
  • ଦାଉଦ ନୋବର ଯାଜକଙ୍କୁ କହନ୍ତି ଯେ ସେ ରାଜାଙ୍କ ଗୁପ୍ତ କାର୍ଯ୍ୟରେ ଅଛନ୍ତିପ୍ର.ଶା 21:1–2
    ପଦଗୁଡ଼ିକ
    ପ୍ର.ଶା 21:1–2ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍‍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍‍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, “ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?” ଏଥିରେ ଦାଉଦ ଅହୀମେଲକ୍‍ ଯାଜକକୁ କହିଲେ, “ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ‘ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ;’ ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି।
  • ଦାଉଦ ଗଶୂରୀୟମାନଙ୍କୁ ଆକ୍ରମଣ କରନ୍ତି, କିନ୍ତୁ ଆଖୀଶ୍‍ଙ୍କୁ କହନ୍ତି ଯିହୁଦାର ଦକ୍ଷିଣାଞ୍ଚଳ ଆକ୍ରମଣ କଲିପ୍ର.ଶା 27:8, ପ୍ର.ଶା 27:10
    ପଦଗୁଡ଼ିକ
    ପ୍ର.ଶା 27:8ଏଥିମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।
    ପ୍ର.ଶା 27:10ଏଥିରେ “ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ” ବୋଲି ଆଖୀଶ୍‍ ପଚାରନ୍ତେ, ଦାଉଦ କହନ୍ତି, “ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।”
  • ତାମର ତାହା ପାଖକୁ ଆସିବ ବୋଲି ଅମ୍ନୋନ ପୀଡ଼ିତ ହେବାର ଛଳନା କରେଦ୍ଵି.ଶା 13:6
    ପଦଗୁଡ଼ିକ
    ଦ୍ଵି.ଶା 13:6ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋʼ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋʼ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।”
  • ଶୋକକାରିଣୀର ଅଭିନୟ କରିବା ପାଇଁ ଯୋୟାବ ତକୋୟରୁ ଜଣେ ଜ୍ଞାନବତୀ ସ୍ତ୍ରୀକୁ ପଠାନ୍ତିଦ୍ଵି.ଶା 14:2–3
    ପଦଗୁଡ଼ିକ
    ଦ୍ଵି.ଶା 14:2–3ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ; ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ।” ଆଉ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା।
  • ଅବଶାଲୋମ ମାନତ ପାଇଁ ହିବ୍ରୋଣ ଯିବାକୁ ଅନୁମତି ମାଗି ସେଠାରେ ବିଦ୍ରୋହ ଆରମ୍ଭ କରନ୍ତିଦ୍ଵି.ଶା 15:7, ଦ୍ଵି.ଶା 15:10
    ପଦଗୁଡ଼ିକ
    ଦ୍ଵି.ଶା 15:7ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ।
    ଦ୍ଵି.ଶା 15:10ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ‘ଅବଶାଲୋମ ହିବ୍ରୋଣରେ ରାଜା ହେଲେ’ ବୋଲି କହିବ।”
  • ଦାଉଦଙ୍କ ମିତ୍ର ହୂଶୟ ଅବଶାଲୋମଙ୍କୁ ନମସ୍କାର କରେ: “ମହାରାଜ ଚିରଜୀବୀ ହେଉନ୍ତୁ”ଦ୍ଵି.ଶା 16:16
    ପଦଗୁଡ଼ିକ
    ଦ୍ଵି.ଶା 16:16ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମଙ୍କୁ କହିଲା, “ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ!”
  • ଅବଶାଲୋମ ଅହୀଥୋଫଲଙ୍କ ପରାମର୍ଶ ଅପେକ୍ଷା ହୂଶୟର ପରାମର୍ଶ ଭଲ ମନେ କରନ୍ତିଦ୍ଵି.ଶା 17:14
    ପଦଗୁଡ଼ିକ
    ଦ୍ଵି.ଶା 17:14ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।
  • ପରମେଶ୍ୱରଙ୍କ ଲୋକଙ୍କୁ ଆପଣା ଘରକୁ ଫେରାଇ ଆଣିବା ପାଇଁ ଜଣେ ବୃଦ୍ଧ ଭାବବାଦୀ ମିଥ୍ୟା କହେପ୍ର.ରା 13:18
    ପଦଗୁଡ଼ିକ
    ପ୍ର.ରା 13:18ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍‍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା।
  • ଯାରବୀୟାମଙ୍କ ଭାର୍ଯ୍ୟା ଛଦ୍ମବେଶରେ ଯାଏ; ଦେଖିପାରୁ ନ ଥିବା ଅହୀୟ ତାହାକୁ ନାମ ଧରି ଡାକନ୍ତିପ୍ର.ରା 14:2, ପ୍ର.ରା 14:4, ପ୍ର.ରା 14:6
    ପଦଗୁଡ଼ିକ
    ପ୍ର.ରା 14:2ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋʼ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍‍ବକ୍ତା ସେଠାରେ ଅଛି।
    ପ୍ର.ରା 14:4ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା।
    ପ୍ର.ରା 14:6ଆଉ ସେ ଦ୍ୱାର ଦେଇ ଆସିବା ବେଳେ ଏପରି ହେଲା ଯେ, ଅହୀୟ ତାହାର ପାଦ-ଶବ୍ଦ ଶୁଣି କହିଲା, “ହେ ଯାରବୀୟାମଙ୍କର ଭାର୍ଯ୍ୟା, ତୁମ୍ଭେ ଭିତରକୁ ଆସ; କାହିଁକି ତୁମ୍ଭେ ଆପଣାକୁ ଅନ୍ୟ ପରି ଦେଖାଉଅଛ? ମୁଁ ଦୁଃସହନୀୟ ସମ୍ବାଦ ଦେବା ପାଇଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି।
  • ନାମାନ୍‍ଠାରୁ ରୂପା ପାଇବା ପାଇଁ ଗିହେଜୀ ଇଲୀଶାୟଙ୍କ ନାମରେ ମିଛ ବାର୍ତ୍ତା ଗଢ଼େଦ୍ଵି.ରା 5:22, ଦ୍ଵି.ରା 5:25
    ପଦଗୁଡ଼ିକ
    ଦ୍ଵି.ରା 5:22ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”
    ଦ୍ଵି.ରା 5:25ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”
  • ବାଲ୍‍ର ସେବକମାନଙ୍କୁ ଏକତ୍ର କରିବା ପାଇଁ ଯେହୂ ବାଲ୍‍ ନିମନ୍ତେ ଏକ ମହାଯଜ୍ଞ ଘୋଷଣା କରନ୍ତିଦ୍ଵି.ରା 10:19
    ପଦଗୁଡ଼ିକ
    ଦ୍ଵି.ରା 10:19ଏହେତୁ ଏବେ ବାଲ୍‍ର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ତାହାର ପୂଜକ ସମସ୍ତଙ୍କୁ ଓ ତାହାର ଯାଜକ ସମସ୍ତଙ୍କୁ ମୋʼ ନିକଟକୁ ଡାକ; କେହି ଅନୁପସ୍ଥିତ ନ ରହନ୍ତୁ; କାରଣ ବାଲ୍‍ ଉଦ୍ଦେଶ୍ୟରେ ମୋହର ଏକ ବଡ଼ ଯଜ୍ଞ କରିବାର ଅଛି; ଯେକେହି ଅନୁପସ୍ଥିତ ହେବ, ସେ ବଞ୍ଚିବ ନାହିଁ।” ମାତ୍ର ଯେହୂ ବାଲ୍‍ର ପୂଜକମାନଙ୍କୁ ବିନାଶ କରିବା ଅଭିପ୍ରାୟରେ ଏହା ଛଳ ଭାବରେ କଲେ।
  • ନିହିମୀୟାଙ୍କ ଅନିଷ୍ଟ କରିବା ଅଭିପ୍ରାୟରେ ସନ୍‍ବଲ୍ଲଟ୍‍ ତାଙ୍କୁ ଓନୋ ପଦାକୁ ନିମନ୍ତ୍ରଣ କରେନିହି 6:2
    ପଦଗୁଡ଼ିକ
    ନିହି 6:2ସେତେବେଳେ ସନ୍‍ବଲ୍ଲଟ୍‍ ଓ ଗେଶମ୍‍ ମୋʼ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ।” ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ।
  • ବେତନଭୋଗୀ ଜଣେ ଲୋକ ନିହିମୀୟାଙ୍କୁ ମନ୍ଦିରରେ ଲୁଚିବାକୁ ପ୍ରବର୍ତ୍ତାଏନିହି 6:10, ନିହି 6:12
    ପଦଗୁଡ଼ିକ
    ନିହି 6:10ଏହାପରେ ମହେଟବେଲର ପୌତ୍ର ଦଲୟିୟର ପୁତ୍ର ଯେଉଁ ଶମୟୀୟ ଗୃହରେ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”
    ନିହି 6:12ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ୱର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍‍ବଲ୍ଲଟ୍‍ ତାହାକୁ ବେତନ ଦେଇଥିଲେ।

ନୂତନ ନିୟମରେ

  • ହେରୋଦ ପଣ୍ଡିତମାନଙ୍କୁ କହନ୍ତି ଯେ ସେ ମଧ୍ୟ ଶିଶୁଙ୍କୁ ଆରାଧନା କରିବାକୁ ଆସିବାକୁ ଚାହାନ୍ତିମାଥି 2:8
    ପଦଗୁଡ଼ିକ
    ମାଥି 2:8ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।”
  • ପ୍ରଧାନ ଯାଜକମାନେ ଛଳରେ ଯୀଶୁଙ୍କୁ ଧରିବାର ଉପାୟ ଖୋଜନ୍ତିମାର୍କ 14:1
    ପଦଗୁଡ଼ିକ
    ମାର୍କ 14:1ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ।
  • ଶିଷ୍ୟମାନେ ଶରୀର ଚୋରି କଲେ ବୋଲି କହିବା ପାଇଁ ସୈନିକମାନଙ୍କୁ ଟଙ୍କା ଦିଆଯାଏମାଥି 28:12–13
    ପଦଗୁଡ଼ିକ
    ମାଥି 28:12–13ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ପରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ, ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାଙ୍କର ଶିଷ୍ୟମାନେ ରାତିରେ ଆସି ତାହାଙ୍କୁ ଚୋରି କରି ନେଇଗଲେ।
  • ହନନୀୟ ଓ ଶଫୀରା ଆପଣା ଭୂମିର ମୂଲ୍ୟର କିଛି ଅଂଶ ରଖିଦିଅନ୍ତିପ୍ରେରି 5:1–2, ପ୍ରେରି 5:8
    ପଦଗୁଡ଼ିକ
    ପ୍ରେରି 5:1–2ତେବେ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ ଯାହାଙ୍କ ନାମ ହନନୀୟ ଓ ଯାହାଙ୍କ ଭାର୍ଯ୍ୟାଙ୍କ ନାମ ଶଫୀରା ଥିଲା, ସେ ଏବଂ ଶଫୀରା ଏକତ୍ର ସେମାନଙ୍କ ସମ୍ପତ୍ତିରୁ କିଛି ବିକ୍ରୟ କଲେ। ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା।
    ପ୍ରେରି 5:8ଆଉ, ପିତର ତାହାକୁ ଉତ୍ତର ଦେଲେ, କୁହ ତ, ତୁମ୍ଭେମାନେ କଅଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ? ସେ କହିଲା, ହଁ, ସେତିକିରେ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର