Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ହରିଣ ଓ କୃଷ୍ଣସାର

ପ୍ରକୃତି

ବାଇବେଲରେ ହରିଣ ଓ କୃଷ୍ଣସାର

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 19ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ଶୁଚି ଓ ଅଶୁଚି ଉଭୟେ ହରିଣ ଓ କୃଷ୍ଣସାର ଖାଇପାରନ୍ତିଦ୍ବି.ବି 12:15, ଦ୍ବି.ବି 14:5
    ପଦଗୁଡ଼ିକ
    ଦ୍ବି.ବି 12:15ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗର-ଦ୍ୱାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ।
    ଦ୍ବି.ବି 14:5ଗୋରୁ, ମେଷ, ଛେଳି, ହରିଣ, କୃଷ୍ଣସାର ମୃଗ, ବନଗୋରୁ, ବନଛାଗ, ଗବୟ, ବାହୁଟିଆ ହରିଣ ଓ ଚମୂରୁ,
  • ଶଲୋମନଙ୍କ ମେଜ ପାଇଁ ହରିଣ, କୃଷ୍ଣସାର ଓ ଚିତ୍ରମୃଗ ଯୋଗାଯାଉଥିଲାପ୍ର.ରା 4:22–23
    ପଦଗୁଡ଼ିକ
    ପ୍ର.ରା 4:22–23ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି, ଆଉ ଦଶ ପୁଷ୍ଟ ଗୋରୁ ଓ ଚରାସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
  • ଆୟୁବ: ହରିଣୀ ଛୁଆ ଜନ୍ମ କରିବାକୁ ନଇଁପଡ଼େ; ଛୁଆମାନେ ଖୋଲା ପଦାରେ ବଢ଼ନ୍ତିଆୟୁବ 39:1–4
    ପଦଗୁଡ଼ିକ
    ଆୟୁବ 39:1–4ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବକାଳ ଜାଣ? ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର? ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର? ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ? ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି। ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରିଯାଇ ଆସନ୍ତି ନାହିଁ।
  • ମରୁଡ଼ିରେ ଘାସ ନ ଥିବାରୁ ହରିଣୀ ନବଜାତ ଛୁଆକୁ ଛାଡ଼ିଦିଏଯିରି 14:5
    ପଦଗୁଡ଼ିକ
    ଯିରି 14:5ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।
  • “ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ”ଗୀତ 42:1
    ପଦଗୁଡ଼ିକ
    ଗୀତ 42:1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ୍‍ (ପ୍ରବୋଧନ)। ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।
  • ଚରା ନ ପାଇଥିବା ହରିଣ ଶିକାରୀଠାରୁ ପଳାଇବାର ବଳ ପାଏ ନାହିଁବିଳା 1:6
    ପଦଗୁଡ଼ିକ
    ବିଳା 1:6ସିୟୋନ କନ୍ୟାର ଦୀପ୍ତି ତାହାଠାରୁ ଯାଇଅଛି। ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି।
  • କୃଷ୍ଣସାର ଶିକାରୀର ହାତରୁ ଆପଣାକୁ ମୁକ୍ତ କରେହିତୋ 6:5
    ପଦଗୁଡ଼ିକ
    ହିତୋ 6:5ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।

ବାଣୀ

  • ଅସାହେଲ ବନ୍ୟ କୃଷ୍ଣସାର ପରି ଦ୍ରୁତଗାମୀ ଥିଲେଦ୍ଵି.ଶା 2:18
    ପଦଗୁଡ଼ିକ
    ଦ୍ଵି.ଶା 2:18ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।
  • ଗାଦୀୟ ଯୋଦ୍ଧାମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ ଥିଲେପ୍ର.ବଂ 12:8
    ପଦଗୁଡ଼ିକ
    ପ୍ର.ବଂ 12:8ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।
  • ଉଚ୍ଚସ୍ଥଳୀରେ “ସେ ମୋʼ ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି”ଦ୍ଵି.ଶା 22:34, ଗୀତ 18:33, ହବ 3:19
    ପଦଗୁଡ଼ିକ
    ଦ୍ଵି.ଶା 22:34ସେ ମୋʼ ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋʼ ର ଉଚ୍ଚସ୍ଥଳୀରେ ବସାନ୍ତି।
    ଗୀତ 18:33ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।
    ହବ 3:19ପ୍ରଭୁ ସଦାପ୍ରଭୁ ମୋର ବଳ ସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।
  • “ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି”ହିତୋ 5:19
    ପଦଗୁଡ଼ିକ
    ହିତୋ 5:19ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
  • ପ୍ରିୟତମ, ପର୍ବତ ଉପରେ କୃଷ୍ଣସାର କିମ୍ବା ଯୁବା ହରିଣ ପରିପ.ଗୀ 2:9, ପ.ଗୀ 2:17, ପ.ଗୀ 8:14
    ପଦଗୁଡ଼ିକ
    ପ.ଗୀ 2:9ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।
    ପ.ଗୀ 2:17ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରିଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ।
    ପ.ଗୀ 8:14ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ।
  • “ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି”ପ.ଗୀ 2:7
    ପଦଗୁଡ଼ିକ
    ପ.ଗୀ 2:7ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।
  • “ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ୱରୂପ”ଆଦି 49:21
    ପଦଗୁଡ଼ିକ
    ଆଦି 49:21ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ୱରୂପ, ସେ ମନୋହର ବାକ୍ୟ କହିବ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର