Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ପ୍ରଭାତର ଶିଶିର

ପ୍ରକୃତି

ବାଇବେଲରେ ପ୍ରଭାତର ଶିଶିର

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 22ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ରାତିରେ ଛାଉଣି ଉପରେ ଶିଶିର ପଡ଼ିଲା, ଆଉ ତା’ ସହିତ ମାନ୍ନାଗଣ 11:9
    ପଦଗୁଡ଼ିକ
    ଗଣ 11:9ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।
  • ପ୍ରଭାତର ଶିଶିର ଉଠିଗଲା ପରେ ଭୂମିରେ ପତଳା ଛୋଟ ଛୋଟ ପଦାର୍ଥ ପଡ଼ିଥିଲାଯାତ୍ରା 16:13–14
    ପଦଗୁଡ଼ିକ
    ଯାତ୍ରା 16:13–14ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃକାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା। ଏଉତ୍ତାରେ ପତିତ କାକର ଊର୍ଦ୍ଧ୍ୱଗତ ହେଲାରୁ ଭୂମିସ୍ଥିତ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା।
  • ରାତିସାରା ଡାଳ ଉପରେ ଶିଶିର ରହେଆୟୁବ 29:19
    ପଦଗୁଡ଼ିକ
    ଆୟୁବ 29:19ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ;
  • ମେଘରୁ ଶିଶିର ଝରିଲାହିତୋ 3:20
    ପଦଗୁଡ଼ିକ
    ହିତୋ 3:20ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଚ୍ଛୁଳି ଉଠେ, ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ।
  • “କିଏ ଶିଶିର ବିନ୍ଦୁସବୁ ଜାତ କରିଅଛି?”ଆୟୁବ 38:28
    ପଦଗୁଡ଼ିକ
    ଆୟୁବ 38:28ବୃଷ୍ଟିର କି ପିତା ଅଛି? ଅବା କିଏ ଶିଶିର ବିନ୍ଦୁସବୁ ଜାତ କରିଅଛି?
  • ରାତିରେ ପ୍ରିୟତମ: “ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ”ପ.ଗୀ 5:2
    ପଦଗୁଡ଼ିକ
    ପ.ଗୀ 5:2ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋʼ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋʼ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”
  • ନବୂଖଦ୍‍ନିତ୍ସର ଆକାଶର ଶିଶିରରେ ଭିଜିଗଲେଦାନି 4:33
    ପଦଗୁଡ଼ିକ
    ଦାନି 4:33ସେହି ଦଣ୍ଡରେ ନବୂଖଦ୍‍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।
  • ସିୟୋନର ପର୍ବତ ଉପରେ ପଡ଼ୁଥିବା ହର୍ମୋଣର ଶିଶିରଗୀତ 133:3
    ପଦଗୁଡ଼ିକ
    ଗୀତ 133:3ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।

କାହାଣୀରେ

  • ଗିଦିୟୋନ୍‍ ମେଷଲୋମରୁ ଏକ ପାତ୍ର ଭରି ଜଳ ଚିପି ବାହାର କଲେବିଚାର 6:37–38
    ପଦଗୁଡ଼ିକ
    ବିଚାର 6:37–38ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି।” ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା।
  • ପର ରାତିରେ ମେଷଲୋମ ଶୁଖିଲା ଥିଲା ଓ ଭୂମି ଶିଶିରରେ ଢାଙ୍କି ହୋଇଥିଲାବିଚାର 6:39–40
    ପଦଗୁଡ଼ିକ
    ବିଚାର 6:39–40ସେତେବେଳେ ଗିଦିୟୋନ୍‍ ପରମେଶ୍ୱରଙ୍କୁ କହିଲେ, “ମୋʼ ପ୍ରତିକୂଳରେ ତୁମ୍ଭର କ୍ରୋଧ ପ୍ରଜ୍ୱଳିତ ନ ହେଉ, ମୁଁ ଏହି ଥରକ ମାତ୍ର କହିବି; ବିନୟ କରୁଅଛି; ଏହି ଲୋମ ଦ୍ୱାରା ମୋତେ ଏହି ଥରକ ମାତ୍ର ପରୀକ୍ଷା ନେବାକୁ ଦିଅ; ବିନୟ କରୁଅଛି, କେବଳ ଲୋମ ଉପରେ ଶୁଷ୍କତା ହେଉ ଓ ସମସ୍ତ ଭୂମି ଉପରେ କାକର ପଡ଼ୁ।” ତହୁଁ ପରମେଶ୍ୱର ସେହି ରାତ୍ରି ସେରୂପ କଲେ; କେବଳ ଲୋମ ଉପରେ ଶୁଷ୍କତା ହେଲା ଓ ସମସ୍ତ ଭୂମିରେ କାକର ପଡ଼ିଲା।
  • ଆହାବଙ୍କୁ ଏଲୀୟ: ଏହି ବର୍ଷମାନଙ୍କରେ ଶିଶିର କି ବୃଷ୍ଟି ହେବ ନାହିଁପ୍ର.ରା 17:1
    ପଦଗୁଡ଼ିକ
    ପ୍ର.ରା 17:1ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”
  • ଦାଉଦଙ୍କ ବିଳାପ: “ହେ ଗିଲ୍‍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ”ଦ୍ଵି.ଶା 1:21
    ପଦଗୁଡ଼ିକ
    ଦ୍ଵି.ଶା 1:21ହେ ଗିଲ୍‍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା।
  • ହାଗୟ: ଆକାଶ ଶିଶିର ଓ ପୃଥିବୀ ଆପଣା ଫସଲ ଅଟକାଇ ରଖିଲାହାଗ 1:10
    ପଦଗୁଡ଼ିକ
    ହାଗ 1:10ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।

ଆଶୀର୍ବାଦ

  • ଇସ୍‌ହାକଙ୍କ ଆଶୀର୍ବାଦ: ଆକାଶର ଶିଶିର ଓ ପୃଥିବୀର ଉର୍ବରତାଆଦି 27:28
    ପଦଗୁଡ଼ିକ
    ଆଦି 27:28ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;
  • ଏଷୌ ଆକାଶର ଶିଶିରଠାରୁ ଦୂରରେ ବାସ କରିବେଆଦି 27:39
    ପଦଗୁଡ଼ିକ
    ଆଦି 27:39ତହୁଁ ତାହାର ପିତା ଇସ୍‌ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।
  • ମୋଶା: ଆକାଶର ବହୁମୂଲ୍ୟ ଶିଶିରରେ ଆଶୀର୍ବାଦପ୍ରାପ୍ତ ଯୋଷେଫଙ୍କ ଦେଶଦ୍ବି.ବି 33:13
    ପଦଗୁଡ଼ିକ
    ଦ୍ବି.ବି 33:13ଆଉ ସେ ଯୋଷେଫ ବିଷୟରେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ,
  • ଶସ୍ୟ ଓ ନୂଆ ଦ୍ରାକ୍ଷାରସର ଦେଶ, ଯେଉଁଠାରେ ଆକାଶରୁ ଶିଶିର ଝରେଦ୍ବି.ବି 33:28
    ପଦଗୁଡ଼ିକ
    ଦ୍ବି.ବି 33:28ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।

ବାଣୀ

  • “ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ”ହୋଶେ 6:4, ହୋଶେ 13:3
    ପଦଗୁଡ଼ିକ
    ହୋଶେ 6:4ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
    ହୋଶେ 13:3ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।
  • ରାଜାର ଅନୁଗ୍ରହ “ତୃଣ ଉପରେ ଥିବା କାକର ତୁଲ୍ୟ”ହିତୋ 19:12
    ପଦଗୁଡ଼ିକ
    ହିତୋ 19:12ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।
  • “ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ”ଦ୍ଵି.ଶା 17:12
    ପଦଗୁଡ଼ିକ
    ଦ୍ଵି.ଶା 17:12ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେହି ସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ।
  • “ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି”ଯିଶା 18:4
    ପଦଗୁଡ଼ିକ
    ଯିଶା 18:4କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସ ସ୍ଥାନରେ ଥାଇ ନିରୀକ୍ଷଣ କରିବା।”

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର