ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ସ୍ୱପ୍ନ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 36ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ଭୋକିଲା ଲୋକ ସ୍ୱପ୍ନରେ ଖାଉଥିବାର ଦେଖେ, ତା’ପରେ ଭୋକିଲା ଉଠେଯିଶା 29:8
ପଦଗୁଡ଼ିକ
ଯିଶା 29:8ଆଉ, ଯେପରି କ୍ଷୁଧିତ ଲୋକ ସ୍ୱପ୍ନରେ ଭୋଜନ କରୁଅଛି ବୋଲି ଦେଖେ, ମାତ୍ର ଜାଗ୍ରତ ହେଲେ, ତାହାର ପ୍ରାଣ ଶୂନ୍ୟ ଥାଏ; ଅବା ଯେପରି ତୃଷିତ ଲୋକ ଜଳ ପାନ କରୁଅଛି ବୋଲି ସ୍ୱପ୍ନରେ ଦେଖେ, ମାତ୍ର ଜାଗ୍ରତ ହେଲେ ଦେଖ, ସେ ଦୁର୍ବଳ ଥାଏ ଓ ତାହାର ପ୍ରାଣ ତୃଷିତ ଥାଏ, ସିୟୋନ ପର୍ବତର ପ୍ରତିକୂଳରେ ଯୁଦ୍ଧକାରୀ ସର୍ବଗୋଷ୍ଠୀୟ ଲୋକସମୂହ ସେହିପରି ହେବେ।
- ଅନେକ ଚିନ୍ତାରୁ ସ୍ୱପ୍ନ ଆସେଉପ 5:3
ପଦଗୁଡ଼ିକ
ଉପ 5:3କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।
- ଅନ୍ୟ ଦେବତାମାନଙ୍କ ପଛରେ ଯିବାକୁ ପ୍ରବର୍ତ୍ତାଉଥିବା ସ୍ୱପ୍ନଦର୍ଶୀ ବିଷୟରେ ବ୍ୟବସ୍ଥାଦ୍ବି.ବି 13:1–5
ପଦଗୁଡ଼ିକ
ଦ୍ବି.ବି 13:1–5ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ, ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, “ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା;” ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି। ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ। ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।
- “ଆମ୍ଭେ ସ୍ୱପ୍ନ ଦେଖିଅଛୁ” ବୋଲି ବାରମ୍ବାର କହୁଥିବା ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟରେ ଯିରିମୀୟଯିରି 23:25–28
ପଦଗୁଡ଼ିକ
ଯିରି 23:25–28‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ। ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ? ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି। ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?
ବାଇବେଲରେ କୁହାଯାଇଥିବା ସ୍ୱପ୍ନ
- ସାରାଙ୍କ ବିଷୟରେ ଅବିମେଲକଙ୍କୁ ସ୍ୱପ୍ନରେ ସାବଧାନ କରାଯାଏଆଦି 20:3
ପଦଗୁଡ଼ିକ
ଆଦି 20:3ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”
- ଯାକୁବ ସ୍ୱର୍ଗ ପର୍ଯ୍ୟନ୍ତ ପହଞ୍ଚିଥିବା ଏକ ସିଡ଼ିର ସ୍ୱପ୍ନ ଦେଖନ୍ତିଆଦି 28:12
ପଦଗୁଡ଼ିକ
ଆଦି 28:12ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।
- ଯାକୁବ ରେଖାଙ୍କିତ, ଚିତ୍ରବିଚିତ୍ର ଓ ଛିଟିକିଆ ପଲର ସ୍ୱପ୍ନ ଦେଖନ୍ତିଆଦି 31:10–13
ପଦଗୁଡ଼ିକ
ଆଦି 31:10–13କାରଣ ପଶୁମାନଙ୍କ ଗର୍ଭଧାରଣ ସମୟରେ ମୁଁ ସ୍ୱପ୍ନରେ ଅନାଇ ଦେଖିଲି, ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ। ସେତେବେଳେ ପରମେଶ୍ୱରଙ୍କ ଦୂତ ସ୍ୱପ୍ନରେ ମୋତେ ‘ଯାକୁବ’ ବୋଲି ଡାକନ୍ତେ, ମୁଁ କହିଲି, ‘ଦେଖନ୍ତୁ, ମୁଁ ଏଠାରେ।’ ତହିଁରେ ସେ କହିଲେ, ‘ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ। ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରିଯାଅ!’”
- ଯାକୁବଙ୍କର ଅନିଷ୍ଟ ନ କରିବାକୁ ଲାବନଙ୍କୁ ସ୍ୱପ୍ନରେ ସାବଧାନ କରାଯାଏଆଦି 31:24
ପଦଗୁଡ଼ିକ
ଆଦି 31:24ମାତ୍ର ପରମେଶ୍ୱର ରାତ୍ରିକାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।”
- ଯୋଷେଫ ସ୍ୱପ୍ନ ଦେଖନ୍ତି ଯେ ବିଡ଼ାସବୁ ତାଙ୍କ ବିଡ଼ାକୁ ପ୍ରଣାମ କରୁଅଛନ୍ତିଆଦି 37:5–8
ପଦଗୁଡ଼ିକ
ଆଦି 37:5–8ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ। କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ। ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।” ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।
- ଯୋଷେଫ ସୂର୍ଯ୍ୟ, ଚନ୍ଦ୍ର ଓ ଏଗାରଟି ତାରା ପ୍ରଣାମ କରୁଥିବାର ସ୍ୱପ୍ନ ଦେଖନ୍ତିଆଦି 37:9–10
ପଦଗୁଡ଼ିକ
ଆଦି 37:9–10ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।” ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”
- ପାନପାତ୍ରବାହକ ତିନି ଶାଖା ଥିବା ଏକ ଦ୍ରାକ୍ଷାଲତାର ସ୍ୱପ୍ନ ଦେଖେଆଦି 40:9–13
ପଦଗୁଡ଼ିକ
ଆଦି 40:9–13ତହୁଁ ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ଆପଣା ସ୍ୱପ୍ନ କଥା ପ୍ରକାଶ କରି କହିଲା, “ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋʼ ସମ୍ମୁଖରେ ଥିଲା, ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା। ସେତେବେଳେ ମୋʼ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।” ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ। ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବ ପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।
- ରୁଟିକାରୀ ମୁଣ୍ଡରେ ତିନି ଟୋକେଇ ରୁଟିର ସ୍ୱପ୍ନ ଦେଖେଆଦି 40:16–19
ପଦଗୁଡ଼ିକ
ଆଦି 40:16–19ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, “ମୁଁ ମଧ୍ୟ ସ୍ୱପ୍ନ ଦେଖିଅଛି; ଦେଖ, ମୋʼ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା। ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।” ସେତେବେଳେ ଯୋଷେଫ ଉତ୍ତର କଲେ, “ଏଥିର ଅର୍ଥ ଏହି, ସେହି ତିନି ଡାଲାରେ ତିନି ଦିନ ବୁଝାଏ। ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଶରୀରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି, ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।”
- ଫାରୋ ସାତୋଟି ମୋଟା ଓ ସାତୋଟି ପତଳା ଗାଈର ସ୍ୱପ୍ନ ଦେଖନ୍ତିଆଦି 41:1–4
ପଦଗୁଡ଼ିକ
ଆଦି 41:1–4ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ୱପ୍ନ ଦେଖିଲେ; ଦେଖ, ସେ ନୀଳ ନଦୀ କୂଳରେ ଠିଆ ହୋଇଅଛନ୍ତି। ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ। ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୋଟି କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ। ତହିଁରେ ସେହି ଦୁର୍ବଳ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା।
- ତା’ପରେ ସାତୋଟି ପୁଷ୍ଟ ଓ ସାତୋଟି ଶୁଖିଲା ଶସ୍ୟ ଶିଷାରଆଦି 41:5–7
ପଦଗୁଡ଼ିକ
ଆଦି 41:5–7ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ୱିତୀୟ ଥର ସ୍ୱପ୍ନ ଦେଖିଲେ; ଗୋଟିଏ ଡେମ୍ଫରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା। ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା। ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନ-ମାତ୍ର ଜ୍ଞାତ ହେଲା।
- ଜଣେ ମିଦୀୟନୀୟ ସ୍ୱପ୍ନ ଦେଖେ ଯେ ଏକ ଯବ ରୁଟି ଏକ ତମ୍ବୁକୁ ଓଲଟାଇ ପକାଏବିଚାର 7:13–14
ପଦଗୁଡ଼ିକ
ବିଚାର 7:13–14ପୁଣି ଗିଦିୟୋନ୍ ଉପସ୍ଥିତ ହେଲା ବେଳେ, “ଦେଖ, ଜଣେ ଲୋକ ଆପଣା ସଙ୍ଗୀକୁ ଗୋଟିଏ ସ୍ୱପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ୱପ୍ନ ଦେଖିଲି ଯେ, ଏକ ଯବ ରୁଟି ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ବୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ବୁ ଶୋଇ ପଡ଼ିଲା।” ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, “ଏହା ଇସ୍ରାଏଲୀୟ ଯୋୟାଶ୍ର ପୁତ୍ର ଗିଦିୟୋନ୍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।”
- ଗିବୀୟୋନ୍ରେ ଶଲୋମନ ସ୍ୱପ୍ନରେ ଜ୍ଞାନ ମାଗନ୍ତିପ୍ର.ରା 3:5–15
ପଦଗୁଡ଼ିକ
ପ୍ର.ରା 3:5–15ଗିବୀୟୋନ୍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।” ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ। ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ। ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି। ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?” ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ। ଏଥିରେ ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ; ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ। ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ। ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।” ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।
- ନବୂଖଦ୍ନିତ୍ସର ଜ୍ଞାନୀମାନଙ୍କୁ ସ୍ୱପ୍ନଟି ନିଜେ କହିବାକୁ ଦାବି କରନ୍ତିଦାନି 2:1–9
ପଦଗୁଡ଼ିକ
ଦାନି 2:1–9ଏଥିଉତ୍ତାରେ ନବୂଖଦ୍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା। ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ। ପୁଣି, ରାଜା ସେମାନଙ୍କୁ କହିଲା, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।” ତହିଁରେ କଲ୍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।” ରାଜା କଲ୍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ। ମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋʼ ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କର।” ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, “ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।” ରାଜା ଉତ୍ତର କରି କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ। ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”
- ସୁନା, ରୂପା, ପିତ୍ତଳ, ଲୁହା, ମାଟିର ଏକ ବଡ଼ ପ୍ରତିମୂର୍ତ୍ତିର ତାଙ୍କ ସ୍ୱପ୍ନଦାନି 2:31–35
ପଦଗୁଡ଼ିକ
ଦାନି 2:31–35ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା। ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ, ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା। ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା। ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।
- କାଟି ପକାଯାଇଥିବା ଏକ ବଡ଼ ବୃକ୍ଷର ତାଙ୍କ ସ୍ୱପ୍ନଦାନି 4:10–17
ପଦଗୁଡ଼ିକ
ଦାନି 4:10–17ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ଡଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ। ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା। ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ। ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ୱର୍ଗରୁ ଓହ୍ଲାଇ ଆସିଲେ। ସେ ଉଚ୍ଚସ୍ୱର କରି ଏହି କଥା କହିଲେ, ‘ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚି ଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ। ତଥାପି ଭୂମିରେ ତାହାର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ; ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ ଆଉ, ତାହା ଉପରେ ସାତ କାଳ ବହିଯାଉ। ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।’
- ଦାନିୟେଲ ଚାରିଗୋଟି ପଶୁର ଏକ ସ୍ୱପ୍ନ ଲେଖି ରଖନ୍ତିଦାନି 7:1–3
ପଦଗୁଡ଼ିକ
ଦାନି 7:1–3ବାବିଲର ରାଜା ବେଲ୍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ। ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା। ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ ପଶୁ ସମୁଦ୍ରରୁ ଉଠି ଆସିଲେ।
- ମରୀୟମଙ୍କୁ ଭାର୍ଯ୍ୟା ରୂପେ ଗ୍ରହଣ କରିବାକୁ ଯୋଷେଫଙ୍କୁ ସ୍ୱପ୍ନରେ କୁହାଯାଏମାଥି 1:20–21
ପଦଗୁଡ଼ିକ
ମାଥି 1:20–21କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି। ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”
- ହେରୋଦ ନିକଟକୁ ନ ଫେରିବାକୁ ପଣ୍ଡିତମାନଙ୍କୁ ସ୍ୱପ୍ନରେ ସାବଧାନ କରାଯାଏମାଥି 2:12
ପଦଗୁଡ଼ିକ
ମାଥି 2:12ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ।
- ମିସରକୁ ପଳାଇବାକୁ, ତା’ପରେ ଫେରିବାକୁ ଯୋଷେଫଙ୍କୁ ସ୍ୱପ୍ନରେ କୁହାଯାଏମାଥି 2:13, ମାଥି 2:19–22
ପଦଗୁଡ଼ିକ
ମାଥି 2:13ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”
ମାଥି 2:19–22ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି।” ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ। ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦିୟା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ
- ଯୀଶୁଙ୍କ ହେତୁ ପୀଲାତଙ୍କ ଭାର୍ଯ୍ୟା ସ୍ୱପ୍ନରେ କଷ୍ଟ ପାଆନ୍ତିମାଥି 27:19
ପଦଗୁଡ଼ିକ
ମାଥି 27:19ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।
ରାତ୍ରିର ଦର୍ଶନ
- ମିସରକୁ ଯିବା ବିଷୟରେ ପରମେଶ୍ୱର ରାତ୍ରିରେ ଯାକୁବଙ୍କ ସହିତ କଥା କହନ୍ତିଆଦି 46:2–4
ପଦଗୁଡ଼ିକ
ଆଦି 46:2–4ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।” ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା। ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”
- ରାତ୍ରିର ଦର୍ଶନରେ ଇଲୀଫସ୍ ଏକ ଫୁସଫୁସ ସ୍ୱର ଶୁଣନ୍ତିଆୟୁବ 4:12–16
ପଦଗୁଡ଼ିକ
ଆୟୁବ 4:12–16କଥା ଗୋଟିଏ ଗୁପ୍ତରେ ମୋʼ ନିକଟରେ ପହଞ୍ଚିଲା ଓ ମୋʼ କର୍ଣ୍ଣ ତହିଁର ଈଷତ୍ ଶବ୍ଦ ପାଇଲା। ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ, ମୋହର ଭୟ ଓ କମ୍ପ ହେଲା, ତଦ୍ଦ୍ୱାରା ମୋହର ଅସ୍ଥିସବୁ ଥରହର ହେଲା। ତହିଁରେ ମୋʼ ସମ୍ମୁଖରେ ଏକ ଆତ୍ମା ଚାଲିଗଲା; ମୋʼ ଶରୀର ରୋମାଞ୍ଚିତ ହୋଇ ଉଠିଲା। ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋʼ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶବ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି,
- ପାଉଲ ମାକିଦନିଆର ଜଣେ ଲୋକକୁ ଡାକୁଥିବାର ଦେଖନ୍ତି: “ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର”ପ୍ରେରି 16:9
ପଦଗୁଡ଼ିକ
ପ୍ରେରି 16:9ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର।
- ଝଡ଼ରେ ଜଣେ ଦୂତ ପାଉଲଙ୍କୁ କହନ୍ତି ଯେ ଜାହାଜରେ ଥିବା ସମସ୍ତେ ବଞ୍ଚିବେପ୍ରେରି 27:23–24
ପଦଗୁଡ଼ିକ
ପ୍ରେରି 27:23–24ଯେଣୁ ମୁଁ ଯେଉଁ ଈଶ୍ବରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ, ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି।
ଅର୍ଥକାରୀ
- ଯୋଷେଫ ପାନପାତ୍ରବାହକ ଓ ରୁଟିକାରୀର ସ୍ୱପ୍ନର ଅର୍ଥ କହନ୍ତିଆଦି 40:8, ଆଦି 40:12–13, ଆଦି 40:18–19
ପଦଗୁଡ଼ିକ
ଆଦି 40:8ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”
ଆଦି 40:12–13ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ। ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବ ପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।
ଆଦି 40:18–19ସେତେବେଳେ ଯୋଷେଫ ଉତ୍ତର କଲେ, “ଏଥିର ଅର୍ଥ ଏହି, ସେହି ତିନି ଡାଲାରେ ତିନି ଦିନ ବୁଝାଏ। ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଶରୀରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି, ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।”
- ଯୋଷେଫ ଫାରୋଙ୍କ ସ୍ୱପ୍ନର ଅର୍ଥ କହନ୍ତି: ସାତ ବର୍ଷ ପ୍ରଚୁରତା, ସାତ ବର୍ଷ ଦୁର୍ଭିକ୍ଷଆଦି 41:25–32
ପଦଗୁଡ଼ିକ
ଆଦି 41:25–32ତେବେ ଯୋଷେଫ ଫାରୋଙ୍କୁ କହିଲେ, “ଫାରୋଙ୍କର ସ୍ୱପ୍ନ ଏକ; ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି। ସେହି ସାତୋଟି ଉତ୍ତମ ଗୋରୁ ସାତ ବର୍ଷ ସ୍ୱରୂପ, ପୁଣି, ସେହି ସାତୋଟି ଉତ୍ତମ ଶିଷା ମଧ୍ୟ ସାତ ବର୍ଷ ସ୍ୱରୂପ, ସ୍ୱପ୍ନ ଏକମାତ୍ର। ତହିଁ ପଶ୍ଚାତ୍ ଉତ୍ଥିତ ସେହି ସାତୋଟି କ୍ଷୀଣ କୁତ୍ସିତ ଗୋରୁ ସାତ ବର୍ଷ ସ୍ୱରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୋଟି ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ୱରୂପ। ମୁଁ ଫାରୋଙ୍କୁ କହିଅଛି: ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କୁ ଦେଖାଇଅଛନ୍ତି। ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି। ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ୱଂସ କରିବ। ପୁଣି, ପଶ୍ଚାଦ୍ବର୍ତ୍ତୀ ଦୁର୍ଭିକ୍ଷ ସକାଶୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ। ଫାରୋ ଦୁଇ ଥର ସ୍ୱପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ୱରଙ୍କ ଦ୍ୱାରା ତାହା ନିଶ୍ଚିତ ହୋଇଅଛି, ପୁଣି, ପରମେଶ୍ୱର ତାହା ଶୀଘ୍ର ଘଟାଇବେ।
- ଦାନିୟେଲ ନବୂଖଦ୍ନିତ୍ସରଙ୍କୁ ତାଙ୍କ ସ୍ୱପ୍ନ କହି, ତା’ପରେ ତାହାର ଅର୍ଥ ବୁଝାନ୍ତିଦାନି 2:27–30, ଦାନି 2:36, ଦାନି 4:19–24
ପଦଗୁଡ଼ିକ
ଦାନି 2:27–30ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ; ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି; ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି। ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।
ଦାନି 2:36ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।
ଦାନି 4:19–24ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ। ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା; ଯାହାର ପତ୍ରସବୁ ସୁନ୍ଦର ଓ ଫଳ ଅନେକ ଥିଲା ଓ ଯହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା; ଯହିଁର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ, ଯହିଁର ଶାଖାମାନର ଉପରେ ଆକାଶସ୍ଥ ପକ୍ଷୀଗଣର ବସତି ଥିଲା; ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି। ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହିଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ। ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର