ଦୈନନ୍ଦିନ ଜୀବନ
ବାଇବେଲରେ ମଦ୍ୟପାନ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 30ଟି ଅଂଶ, ଧାଡ଼ି ପରେ ଧାଡ଼ି।
ବାଣୀ
- ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀହିତୋ 20:1
ପଦଗୁଡ଼ିକ
ହିତୋ 20:1ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।
- କାହାର ରକ୍ତବର୍ଣ୍ଣ ଚକ୍ଷୁ? ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାନ୍ତିହିତୋ 23:29–35
ପଦଗୁଡ଼ିକ
ହିତୋ 23:29–35କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁ? ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର। ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ। ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ। ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ। ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ। ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ; ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି।
- ମଦୁଆ ଓ ପେଟୁକ ଦରିଦ୍ର ହେବେହିତୋ 23:20–21
ପଦଗୁଡ଼ିକ
ହିତୋ 23:20–21ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ। କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।
- ଦ୍ରାକ୍ଷାରସ ପାନ କରିବା ରାଜାମାନଙ୍କ ପାଇଁ ଉପଯୁକ୍ତ ନୁହେଁହିତୋ 31:4–7
ପଦଗୁଡ଼ିକ
ହିତୋ 31:4–7ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ। ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ। ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ। ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ।
- ଯେଉଁମାନେ ମଦ୍ୟ ପଛରେ ଗୋଡ଼ାଇବା ପାଇଁ ପ୍ରଭାତରୁ ଉଠନ୍ତି, ସେମାନେ ସନ୍ତାପର ପାତ୍ରଯିଶା 5:11–12
ପଦଗୁଡ଼ିକ
ଯିଶା 5:11–12ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର! ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।
- “ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ”ଯିଶା 5:22
ପଦଗୁଡ଼ିକ
ଯିଶା 5:22ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;
- ଯାଜକ ଓ ଭାବବାଦୀମାନେ ମଦ୍ୟରେ ଟଳମଳ ହୁଅନ୍ତିଯିଶା 28:7–8
ପଦଗୁଡ଼ିକ
ଯିଶା 28:7–8ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି। କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ।
- “ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ”ଯିଶା 56:12
ପଦଗୁଡ଼ିକ
ଯିଶା 56:12ପ୍ରତ୍ୟେକେ କହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”
- ଦ୍ରାକ୍ଷାରସ ବୁଦ୍ଧି ହରଣ କରେହୋଶେ 4:11
ପଦଗୁଡ଼ିକ
ହୋଶେ 4:11ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।
- ପାତ୍ରପାତ୍ର ଭରି ଦ୍ରାକ୍ଷାରସ ପାନଆମୋ 6:6
ପଦଗୁଡ଼ିକ
ଆମୋ 6:6ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।
- ଯେ ଆପଣା ପ୍ରତିବାସୀକୁ ମତ୍ତ କରାଏ, ସେ ସନ୍ତାପର ପାତ୍ରହବ 2:15
ପଦଗୁଡ଼ିକ
ହବ 2:15ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର!
- ଯେଉଁମାନେ ମତ୍ତ ହୁଅନ୍ତି, ସେମାନେ ରାତିରେ ମତ୍ତ ହୁଅନ୍ତିପ୍ର.ଥେସ 5:7
ପଦଗୁଡ଼ିକ
ପ୍ର.ଥେସ 5:7ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି।
- ଦ୍ରାକ୍ଷାରସରେ ମତ୍ତ ହୁଅ ନାହିଁଏଫି 5:18, ରୋମୀ 13:13, ଲୂକ 21:34
ପଦଗୁଡ଼ିକ
ଏଫି 5:18ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
ରୋମୀ 13:13ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
ଲୂକ 21:34“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
ବ୍ୟବସ୍ଥାରେ
- ପିତାମାତା ପ୍ରାଚୀନମାନଙ୍କ ସାମ୍ନାରେ ପୁତ୍ରକୁ ଦୋଷ ଦେଇପାରନ୍ତି: “ପେଟୁକ ଓ ମଦୁଆ”ଦ୍ବି.ବି 21:20
ପଦଗୁଡ଼ିକ
ଦ୍ବି.ବି 21:20ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, “ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।”
- ସମାଗମ-ତମ୍ବୁରେ ପ୍ରବେଶ କରିବା ବେଳେ ଯାଜକମାନେ ଦ୍ରାକ୍ଷାରସ ପାନ କରନ୍ତି ନାହିଁଲେବୀ 10:9
ପଦଗୁଡ଼ିକ
ଲେବୀ 10:9“ତୁମ୍ଭମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;
- ନାସରୀୟ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ ରଖେଗଣ 6:3
ପଦଗୁଡ଼ିକ
ଗଣ 6:3ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।
ଉଦାହରଣ
- ନୋହ ଦ୍ରାକ୍ଷାକ୍ଷେତ୍ର ରୋପଣ କରି ମତ୍ତ ହୁଅନ୍ତିଆଦି 9:20–21
ପଦଗୁଡ଼ିକ
ଆଦି 9:20–21ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ। ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ।
- ଲୋଟଙ୍କ କନ୍ୟାମାନେ ପିତାଙ୍କୁ ମତ୍ତ କରାନ୍ତିଆଦି 19:32–33
ପଦଗୁଡ଼ିକ
ଆଦି 19:32–33ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।” ତହୁଁ ସେହି ରାତ୍ରରେ ସେମାନେ ଆପଣା ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, ଜ୍ୟେଷ୍ଠା କନ୍ୟା ଉଠିଯାଇ ପିତା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।
- ନାବଲ ଆପଣା ଭୋଜିରେ ଅତି ମତ୍ତ ହୋଇ ସକାଳ ପର୍ଯ୍ୟନ୍ତ କିଛି ଶୁଣେ ନାହିଁପ୍ର.ଶା 25:36–37
ପଦଗୁଡ଼ିକ
ପ୍ର.ଶା 25:36–37ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ। ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହି ସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।
- ଦାଉଦ ଊରୀୟଙ୍କୁ ମତ୍ତ କରାନ୍ତି, ମାତ୍ର ଊରୀୟ ଘରକୁ ଯାଆନ୍ତି ନାହିଁଦ୍ଵି.ଶା 11:13
ପଦଗୁଡ଼ିକ
ଦ୍ଵି.ଶା 11:13ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ।
- ଦ୍ରାକ୍ଷାରସରେ ଅମ୍ନୋନର ମନ ଆନନ୍ଦିତ ହେବା ପର୍ଯ୍ୟନ୍ତ ଅବଶାଲୋମ ଅପେକ୍ଷା କରନ୍ତିଦ୍ଵି.ଶା 13:28
ପଦଗୁଡ଼ିକ
ଦ୍ଵି.ଶା 13:28ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”
- ରାଜା ଏଲା ମତ୍ତ ହେଉଥିବା ବେଳେ ସିମ୍ରି ତାଙ୍କୁ ବଧ କରନ୍ତିପ୍ର.ରା 16:9–10
ପଦଗୁଡ଼ିକ
ପ୍ର.ରା 16:9–10ତହିଁ ଉତ୍ତାରେ ତାଙ୍କର ରଥସମୂହର ଅର୍ଦ୍ଧେକର ଅଧିପତି ସିମ୍ରି ନାମକ ତାଙ୍କର ଦାସ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ଏଲା ତିର୍ସାରେ ଥାଇ ତିର୍ସାସ୍ଥିତ ଆପଣା ଗୃହର ଅଧ୍ୟକ୍ଷ ଅର୍ସାର ଗୃହରେ ପାନ କରି ମତ୍ତ ହେଉଥିଲେ; ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
- ବିନ୍ହଦଦ୍ ଓ 32 ଜଣ ରାଜା ମଧ୍ୟାହ୍ନରେ କୁଟୀରରେ ପାନ କରନ୍ତିପ୍ର.ରା 20:16
ପଦଗୁଡ଼ିକ
ପ୍ର.ରା 20:16ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍ହଦଦ୍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।
- ଦ୍ରାକ୍ଷାରସରେ ଆନନ୍ଦିତ ଅକ୍ଷଶ୍ୱେରଶ ରାଣୀ ବଷ୍ଟୀଙ୍କୁ ଡକାନ୍ତିଏଷ୍ଟ 1:10–11
ପଦଗୁଡ଼ିକ
ଏଷ୍ଟ 1:10–11ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍, ବିସ୍ଥା, ହର୍ବୋଣା, ବିଗ୍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ, ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ।
- ବେଲ୍ଶତ୍ସର ଯିରୂଶାଲମ ମନ୍ଦିରର ପାତ୍ରରେ ପାନ କରନ୍ତିଦାନି 5:1–4
ପଦଗୁଡ଼ିକ
ଦାନି 5:1–4ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା। ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା। ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ସବୁରେ ପାନ କଲେ। ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ।
ଭୁଲରେ ମତ୍ତ ବୋଲି ଭବାଗଲା
- ନୀରବରେ ପ୍ରାର୍ଥନା କରୁଥିବା ହାନ୍ନାଙ୍କୁ ଏଲି ମତ୍ତ ବୋଲି ଭାବନ୍ତିପ୍ର.ଶା 1:13–15
ପଦଗୁଡ଼ିକ
ପ୍ର.ଶା 1:13–15ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ। ତହିଁରେ ଏଲି ତାହାକୁ କହିଲେ, “ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।” ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।”
- ଯୀଶୁଙ୍କୁ “ପେଟୁକ ଓ ମଦୁଆ” ବୋଲି କୁହାଯାଏମାଥି 11:19
ପଦଗୁଡ଼ିକ
ମାଥି 11:19ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।”
- ପେଣ୍ଟିକଷ୍ଟରେ: “ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି”ପ୍ରେରି 2:13–15
ପଦଗୁଡ଼ିକ
ପ୍ରେରି 2:13–15କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି। କିନ୍ତୁ ପିତର ଏଗାର ଜଣ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚସ୍ୱରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୁଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ। କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର