Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଉତ୍କ୍ରୋଶ ପକ୍ଷୀ

ପ୍ରକୃତି

ବାଇବେଲରେ ଉତ୍କ୍ରୋଶ ପକ୍ଷୀ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 20ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ଇସ୍ରାଏଲ ଖାଇବା ନିଷେଧ ପକ୍ଷୀମାନଙ୍କ ମଧ୍ୟରେ ଉତ୍କ୍ରୋଶ ପକ୍ଷୀଲେବୀ 11:13, ଦ୍ବି.ବି 14:12
    ପଦଗୁଡ଼ିକ
    ଲେବୀ 11:13ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହିସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,
    ଦ୍ବି.ବି 14:12ମାତ୍ର ଏହିସବୁ ଭୋଜନ କରିବ ନାହିଁ, ଯଥା, ଉତ୍କ୍ରୋଶ ଓ ଶାଗୁଣା ଓ ବାଜ ଜାତୀୟ ପକ୍ଷୀ;
  • ଉତ୍କ୍ରୋଶ ପକ୍ଷୀ ଉଚ୍ଚ ଶୈଳରେ, ପଥୁରିଆ ଶୃଙ୍ଗରେ ବସା କରେଆୟୁବ 39:27–28
    ପଦଗୁଡ଼ିକ
    ଆୟୁବ 39:27–28ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ୱରେ ଆପଣା ବସା କରେ? ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ।
  • ସେଠାରୁ ସେ ଖାଦ୍ୟ ଖୋଜେ; ତାହାର ଚକ୍ଷୁ ଦୂରରୁ ତାହା ଦେଖେଆୟୁବ 39:29
    ପଦଗୁଡ଼ିକ
    ଆୟୁବ 39:29ସେଠାରୁ ସେ ଶିକାର ନିରୀକ୍ଷଣ କରେ; ତାହାର ଚକ୍ଷୁ ଦୂରରୁ ତାହା ଦେଖେ।
  • ତାହାର ଛୁଆମାନେ ରକ୍ତ ପାନ କରନ୍ତି; ଯେଉଁଠାରେ ହତ ଲୋକ, ସେଠାରେ ସେଆୟୁବ 39:30
    ପଦଗୁଡ଼ିକ
    ଆୟୁବ 39:30ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ।”
  • ଉତ୍କ୍ରୋଶ ପକ୍ଷୀ ଆପଣା ବସା ହଲାଏ ଓ ଛୁଆମାନଙ୍କ ଉପରେ ଉଡ଼େଦ୍ବି.ବି 32:11
    ପଦଗୁଡ଼ିକ
    ଦ୍ବି.ବି 32:11ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ;
  • ଉତ୍କ୍ରୋଶ ପକ୍ଷୀ ଆପଣା ଶିକାର ଉପରେ ଝାମ୍ପି ପଡ଼େଆୟୁବ 9:26, ଯିରି 49:22
    ପଦଗୁଡ଼ିକ
    ଆୟୁବ 9:26ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ।
    ଯିରି 49:22ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”
  • “ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି” — ଅତି ଆଶ୍ଚର୍ଯ୍ୟ ଚାରି ବିଷୟ ମଧ୍ୟରୁ ଗୋଟିଏହିତୋ 30:18–19
    ପଦଗୁଡ଼ିକ
    ହିତୋ 30:18–19ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ। ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।

ବାଣୀ

  • ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ: ଶାଉଲ ଓ ଯୋନାଥନ, ତାଡ଼ନାକାରୀ, ଅଶ୍ୱଦ୍ଵି.ଶା 1:23, ବିଳା 4:19, ଯିରି 4:13
    ପଦଗୁଡ଼ିକ
    ଦ୍ଵି.ଶା 1:23ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।
    ବିଳା 4:19ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ।
    ଯିରି 4:13ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।
  • ସୀନୟରେ: “ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ”ଯାତ୍ରା 19:4
    ପଦଗୁଡ଼ିକ
    ଯାତ୍ରା 19:4ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।
  • ଦୂରରୁ ଉତ୍କ୍ରୋଶ ପକ୍ଷୀ ପରି ଝାମ୍ପି ପଡ଼ୁଥିବା ଏକ ଜାତିଦ୍ବି.ବି 28:49
    ପଦଗୁଡ଼ିକ
    ଦ୍ବି.ବି 28:49ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;
  • ଶୋକରେ: “ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର”ମୀଖା 1:16
    ପଦଗୁଡ଼ିକ
    ମୀଖା 1:16ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।
  • “ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ”ହିତୋ 23:5
    ପଦଗୁଡ଼ିକ
    ହିତୋ 23:5ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।
  • “ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ”ଗୀତ 103:5
    ପଦଗୁଡ଼ିକ
    ଗୀତ 103:5ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ।
  • “ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ”ଯିଶା 40:31
    ପଦଗୁଡ଼ିକ
    ଯିଶା 40:31ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
  • “ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ”ଯିରି 49:16, ଓବ 1:4
    ପଦଗୁଡ଼ିକ
    ଯିରି 49:16ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।
    ଓବ 1:4ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଊର୍ଦ୍ଧ୍ୱକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଲାଇ ଆଣିବା।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର