ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ଭୂମିକମ୍ପ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 15ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ଗୀତସଂହିତା ପୃଥିବୀ କମ୍ପିବା ଓ ପର୍ବତ ଥରିବା ବିଷୟରେ କହେଗୀତ 18:7, ଗୀତ 46:2–3, ଗୀତ 104:32
ପଦଗୁଡ଼ିକ
ଗୀତ 18:7ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।
ଗୀତ 46:2–3ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ; ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଲାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। [ସେଲା]
ଗୀତ 104:32ସେ ପୃଥିବୀକୁ ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି।
ଉଦାହରଣ
- ସମଗ୍ର ସୀନୟ ପର୍ବତ ଅତିଶୟ କମ୍ପିଲାଯାତ୍ରା 19:18, ଗୀତ 68:8
ପଦଗୁଡ଼ିକ
ଯାତ୍ରା 19:18ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।
ଗୀତ 68:8ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।
- କୋରହ, ଦାଥନ ଓ ଅବୀରାମଙ୍କ ତଳେ ଭୂମି ଫାଟିଗଲାଗଣ 16:31–32
ପଦଗୁଡ଼ିକ
ଗଣ 16:31–32ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା; ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।
- ଯୋନାଥନଙ୍କ ଆକ୍ରମଣ ପରେ ପଲେଷ୍ଟୀୟ ଛାଉଣିରେ ଭୂମିକମ୍ପ ହେଲାପ୍ର.ଶା 14:15
ପଦଗୁଡ଼ିକ
ପ୍ର.ଶା 14:15ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ-ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।
- ହୋରେବରେ ଏଲୀୟ: ବାୟୁ, ଭୂମିକମ୍ପ, ଅଗ୍ନି, ତା’ପରେ ଏକ କ୍ଷୀଣ ମୃଦୁ ସ୍ୱରପ୍ର.ରା 19:11–12
ପଦଗୁଡ଼ିକ
ପ୍ର.ରା 19:11–12ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ। ଆଉ ଭୂମିକମ୍ପ ଉତ୍ତାରେ ଅଗ୍ନି ହେଲା; ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ; ପୁଣି, ଅଗ୍ନି ଉତ୍ତାରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।
- ଉଷୀୟଙ୍କ ସମୟରେ ଭୂମିକମ୍ପର ଦୁଇ ବର୍ଷ ପୂର୍ବରୁ ଆମୋଷ କହିଲେଆମୋ 1:1
ପଦଗୁଡ଼ିକ
ଆମୋ 1:1ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ।
- ଉଷୀୟଙ୍କ ସମୟରେ ଭୂମିକମ୍ପରୁ ଲୋକମାନେ ପଳାଇବା କଥା ଯିଖରୀୟ ସ୍ମରଣ କରନ୍ତିଯିଖ 14:5
ପଦଗୁଡ଼ିକ
ଯିଖ 14:5ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋʼ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।
- ଯୀଶୁଙ୍କ ମୃତ୍ୟୁରେ ପୃଥିବୀ କମ୍ପିଲା ଓ ପଥରସବୁ ଫାଟିଗଲାମାଥି 27:51
ପଦଗୁଡ଼ିକ
ମାଥି 27:51ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,
- ଶତସେନାପତି ଭୂମିକମ୍ପ ଦେଖି ଅତିଶୟ ଭୀତ ହେଲେମାଥି 27:54
ପଦଗୁଡ଼ିକ
ମାଥି 27:54ଶତ-ସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ ଏବଂ କହିଲେ, ସତ୍ୟ, ଏ ଈଶ୍ବରଙ୍କ ପୁତ୍ର ଥିଲେ।
- କବରରୁ ପଥର ଗଡ଼ାଇଦିଆଯିବା ବେଳେ ମହା ଭୂମିକମ୍ପମାଥି 28:2
ପଦଗୁଡ଼ିକ
ମାଥି 28:2ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ।
- ବିଶ୍ୱାସୀମାନେ ପ୍ରାର୍ଥନା କରୁଥିବା ସ୍ଥାନ କମ୍ପିଲାପ୍ରେରି 4:31
ପଦଗୁଡ଼ିକ
ପ୍ରେରି 4:31ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
- ଫିଲିପ୍ପୀରେ ଭୂମିକମ୍ପରେ କାରାଗାରର କବାଟସବୁ ଖୋଲିଗଲାପ୍ରେରି 16:26
ପଦଗୁଡ଼ିକ
ପ୍ରେରି 16:26ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର