ଅନୁସନ୍ଧାନ › ବିଷୟ › ଦୁର୍ଭିକ୍ଷ ଓ ମରୁଡ଼ି
ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ଦୁର୍ଭିକ୍ଷ ଓ ମରୁଡ଼ି
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 33ଟି ଅଂଶ, ଧାଡ଼ି ପରେ ଧାଡ଼ି।
ଆଦି ପୁସ୍ତକରେ
- ଦୁର୍ଭିକ୍ଷ ଭୟଙ୍କର ହେବାରୁ ଅବ୍ରାମ ମିସରକୁ ଗଲେଆଦି 12:10
ପଦଗୁଡ଼ିକ
ଆଦି 12:10ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।
- ଆଉ ଏକ ଦୁର୍ଭିକ୍ଷରେ ଇସ୍ହାକ ମିସରକୁ ନୁହେଁ, ଗରାରକୁ ଗଲେଆଦି 26:1–2
ପଦଗୁଡ଼ିକ
ଆଦି 26:1–2ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ। ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।
- ମିସରରେ ସାତ ବର୍ଷ ପ୍ରଚୁରତା, ତା’ପରେ ସାତ ବର୍ଷ ଦୁର୍ଭିକ୍ଷଆଦି 41:29–30, ଆଦି 41:54
ପଦଗୁଡ଼ିକ
ଆଦି 41:29–30ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି। ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ୱଂସ କରିବ।
ଆଦି 41:54ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା।
- ଯୋଷେଫ ସମୁଦ୍ରର ବାଲି ପରି ଶସ୍ୟ ସଞ୍ଚୟ କଲେଆଦି 41:48–49
ପଦଗୁଡ଼ିକ
ଆଦି 41:48–49ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି, ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହାସବୁ ସେହି ସେହି ନଗରରେ ସଞ୍ଚୟ କଲେ। ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା।
- ଶସ୍ୟ କିଣିବାକୁ ସମସ୍ତ ଦେଶ ମିସରରେ ଯୋଷେଫଙ୍କ ପାଖକୁ ଆସିଲେଆଦି 41:56–57
ପଦଗୁଡ଼ିକ
ଆଦି 41:56–57ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା। ପୁଣି, ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା।
- ଯୋଷେଫଙ୍କ ଦଶ ଭାଇ ଶସ୍ୟ କିଣିବାକୁ ଓହ୍ଲାଇଗଲେଆଦି 42:1–3
ପଦଗୁଡ଼ିକ
ଆଦି 42:1–3ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ?” ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।” ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ।
- ଦୁଇ ବର୍ଷ ଦୁର୍ଭିକ୍ଷ, ଆଉ ହଳ କି ଅମଳ ବିନା ଆଉ ପାଞ୍ଚ ବର୍ଷଆଦି 45:6
ପଦଗୁଡ଼ିକ
ଆଦି 45:6ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକି ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟର ଚ୍ଛେଦନ ହେବ ନାହିଁ।
- ମିସରୀୟମାନେ ଖାଦ୍ୟ ପାଇଁ ଟଙ୍କା, ତା’ପରେ ଆପଣା ପଶୁ ଦେଲେଆଦି 47:13–17
ପଦଗୁଡ଼ିକ
ଆଦି 47:13–17ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା; ତହିଁରେ ମିସର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ। ଆଉ ମିସର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା, ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ। ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?” ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।” ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ।
- ତା’ପରେ ସେମାନେ ଆପଣା କ୍ଷେତ ବିକିଲେ, ଆଉ ଭୂମି ଫାରୋଙ୍କର ହେଲାଆଦି 47:19–20
ପଦଗୁଡ଼ିକ
ଆଦି 47:19–20ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତାʼପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।” ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା।
- ସେହି ଦିନଠାରୁ ଫସଲର ପଞ୍ଚମାଂଶ ଫାରୋଙ୍କୁ ଗଲାଆଦି 47:23–24
ପଦଗୁଡ଼ିକ
ଆଦି 47:23–24ଏଥିଉତ୍ତାରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ। ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି, ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ।”
ଇସ୍ରାଏଲରେ
- ବିଚାରକର୍ତ୍ତାମାନଙ୍କ ସମୟରେ ବେଥଲିହିମର ଏକ ପରିବାର ମୋୟାବକୁ ଗଲାରୂତ 1:1
ପଦଗୁଡ଼ିକ
ରୂତ 1:1ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ।
- ପୁଣି ଖାଦ୍ୟ ମିଳୁଅଛି ଶୁଣି ନୟମୀ ଘରକୁ ଫେରିଲେରୂତ 1:6
ପଦଗୁଡ଼ିକ
ରୂତ 1:6ପରେ ନୟମୀ ନିଜର ପୁତ୍ରବଧୂମାନଙ୍କୁ ନେଇଁ ମୋୟାବ ଦେଶରୁ ପ୍ରସ୍ଥାନ କରିବା ପାଇଁ ବାହାରିଲା, ଯେହେତୁ ସଦାପ୍ରଭୁ ଯେ ନିଜ ଲୋକଙ୍କର ତତ୍ତ୍ୱାବଧାରଣ କରି ଆହାର ଦେଇଅଛନ୍ତି, ଏହି କଥା ନୟମୀ ମୋୟାବ ଦେଶରେ ଥାଇ ଶୁଣିଲା।
- ଦାଉଦଙ୍କ ସମୟରେ ଲଗାତାର ତିନି ବର୍ଷ ଦୁର୍ଭିକ୍ଷ ରହିଲାଦ୍ଵି.ଶା 21:1
ପଦଗୁଡ଼ିକ
ଦ୍ଵି.ଶା 21:1ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”
- ଆହାବଙ୍କୁ ଏଲୀୟ: ମୋʼ ବାକ୍ୟ ବିନା ଶିଶିର କି ବୃଷ୍ଟି ହେବ ନାହିଁପ୍ର.ରା 17:1
ପଦଗୁଡ଼ିକ
ପ୍ର.ରା 17:1ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”
- ଡାମରା କାଉମାନେ ସକାଳ ସନ୍ଧ୍ୟା ଏଲୀୟଙ୍କ ପାଇଁ ରୁଟି ଓ ମାଂସ ଆଣିଲେପ୍ର.ରା 17:6
ପଦଗୁଡ଼ିକ
ପ୍ର.ରା 17:6ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ।
- ଜଣେ ବିଧବାର ମଇଦା ପାତ୍ର ଓ ତେଲ କୁପି ଶେଷ ହେଲା ନାହିଁପ୍ର.ରା 17:14–16
ପଦଗୁଡ଼ିକ
ପ୍ର.ରା 17:14–16କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।” ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି, ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନ ଯାଏ ଭୋଜନ କଲେ। ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।
- ତୃତୀୟ ବର୍ଷରେ ଶମିରୋଣରେ ଦୁର୍ଭିକ୍ଷ ଭୟଙ୍କର ଥିଲାପ୍ର.ରା 18:1–2
ପଦଗୁଡ଼ିକ
ପ୍ର.ରା 18:1–2ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, “ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।” ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।
- ଘୋଡ଼ା ଓ ଖଚର ପାଇଁ ଘାସ ଖୋଜିବାକୁ ଆହାବ ଓବଦୀୟଙ୍କୁ ପଠାଇଲେପ୍ର.ରା 18:5
ପଦଗୁଡ଼ିକ
ପ୍ର.ରା 18:5ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”
- ପରେ ସ୍ମରଣ କରାଗଲା: ସାଢ଼େ ତିନି ବର୍ଷ ବର୍ଷା ନାହିଁଲୂକ 4:25, ଯାକୁ 5:17
ପଦଗୁଡ଼ିକ
ଲୂକ 4:25କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
ଯାକୁ 5:17ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;
- ଗିଲ୍ଗଲ୍ରେ ଦୁର୍ଭିକ୍ଷ: ଝୋଳରେ ବଣୁଆ ଲାଉ, ହଣ୍ଡାରେ ମୃତ୍ୟୁଦ୍ଵି.ରା 4:38–40
ପଦଗୁଡ଼ିକ
ଦ୍ଵି.ରା 4:38–40ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।” ତହୁଁ ଜଣେ ଶାକ ସଂଗ୍ରହ କରିବା ପାଇଁ କ୍ଷେତ୍ରକୁ ଯାଇ ବନ୍ୟ ଲତା ପାଇ ତହିଁର ଫଳରେ ଅଣ୍ଟି ପୂର୍ଣ୍ଣ କରି ଆସି ତାହା ଖଣ୍ଡ ଖଣ୍ଡ କାଟି ଖାଦ୍ୟ-ହଣ୍ଡାରେ ପକାଇଲା; କାରଣ ସେମାନେ ତାହା ଚିହ୍ନିଲେ ନାହିଁ। ତହୁଁ ସେମାନେ ଲୋକମାନଙ୍କର ଭୋଜନ ନିମନ୍ତେ ତାହା ଢାଳିଲେ। ପୁଣି ଲୋକମାନେ ସେହି ଖାଦ୍ୟ ଭୋଜନ କରୁ କରୁ ଡାକ ପକାଇ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ମୃତ୍ୟୁ ଅଛି।” ଆଉ ସେମାନେ ତହିଁରୁ ଭୋଜନ କରି ପାରିଲେ ନାହିଁ।
- ଦୁର୍ଭିକ୍ଷ ସମୟରେ ଶୂନେମୀୟା ସ୍ତ୍ରୀ ସାତ ବର୍ଷ ପଲେଷ୍ଟୀୟମାନଙ୍କ ମଧ୍ୟରେ ରହିଲାଦ୍ଵି.ରା 8:1–3
ପଦଗୁଡ଼ିକ
ଦ୍ଵି.ରା 8:1–3ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।” ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା। ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା।
- କୁଷ୍ଠରୋଗୀ ଚାରି ଜଣ ଶମିରୋଣ ବାହାରେ ଅରାମୀୟ ଛାଉଣି ଶୂନ୍ୟ ପାଇଲେଦ୍ଵି.ରା 7:3–5
ପଦଗୁଡ଼ିକ
ଦ୍ଵି.ରା 7:3–5ସେହି ସମୟରେ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ? ଯଦି କହୁ, ‘ଆମ୍ଭେମାନେ ନଗରରେ ପ୍ରବେଶ କରିବା,’ ତେବେ ନଗରରେ ଦୁର୍ଭିକ୍ଷ ଅଛି, ପୁଣି ଆମ୍ଭେମାନେ ସେଠାରେ ମରିବା; ଆଉ ଯଦି ଆମ୍ଭେମାନେ ଏଠାରେ ବସି ରହିବା, ତେବେ ମଧ୍ୟ ମରିବା। ଏହେତୁ ଆସ, ଆମ୍ଭେମାନେ ଅରାମୀୟମାନଙ୍କ ସୈନ୍ୟର ପକ୍ଷକୁ ଯାଉ; ଯଦି ସେମାନେ ଆମ୍ଭମାନଙ୍କୁ ବଞ୍ଚାଇ ରଖିବେ, ତେବେ ଆମ୍ଭେମାନେ ବଞ୍ଚିବା; ଆଉ ଯଦି ଆମ୍ଭମାନଙ୍କୁ ମାରି ପକାଇବେ, ତେବେ ମରିବା।” ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ।
- ତା’ପରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ବିକ୍ରି ହେଲାଦ୍ଵି.ରା 7:16
ପଦଗୁଡ଼ିକ
ଦ୍ଵି.ରା 7:16ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା।
- ଯିରୂଶାଲମର ଅବରୋଧରେ ଦେଶର ଲୋକମାନଙ୍କ ପାଖରେ ଖାଦ୍ୟ ନ ଥିଲାଦ୍ଵି.ରା 25:3, ଯିରି 52:6
ପଦଗୁଡ଼ିକ
ଦ୍ଵି.ରା 25:3ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।
ଯିରି 52:6ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।
- ଯିରିମୀୟ: ଭୂମି ଫାଟିଗଲା; ଘାସ ଅଭାବରୁ ହରିଣୀ ଆପଣା ଛୁଆକୁ ଛାଡ଼ିଦିଏଯିରି 14:4–5
ପଦଗୁଡ଼ିକ
ଯିରି 14:4–5ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି। ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।
- ବିଳାପ: ଛୋଟ ପିଲାମାନେ ରୁଟି ମାଗନ୍ତିବିଳା 4:4
ପଦଗୁଡ଼ିକ
ବିଳା 4:4ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।
- ନିହିମୀୟାଙ୍କ ସମୟରେ ଶସ୍ୟ କିଣିବା ପାଇଁ ଲୋକମାନେ କ୍ଷେତ ଓ ଘର ବନ୍ଧକ ଦେଲେନିହି 5:3
ପଦଗୁଡ଼ିକ
ନିହି 5:3ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।”
ନୂତନ ନିୟମରେ
- ଯୀଶୁଙ୍କ କାହାଣୀରେ ଏକ ଭୟଙ୍କର ଦୁର୍ଭିକ୍ଷ ସାନ ପୁଅକୁ ଅଭାବରେ ପକାଏଲୂକ 15:14
ପଦଗୁଡ଼ିକ
ଲୂକ 15:14କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା।
- ଆଗାବ ଏକ ମହା ଦୁର୍ଭିକ୍ଷର ଭବିଷ୍ୟଦ୍ବାଣୀ କଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲାପ୍ରେରି 11:28
ପଦଗୁଡ଼ିକ
ପ୍ରେରି 11:28ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।
- ଶିଷ୍ୟମାନେ ବର୍ଣ୍ଣବ୍ବା ଓ ଶାଉଲଙ୍କ ହାତରେ ଯିହୂଦିୟାକୁ ସାହାଯ୍ୟ ପଠାଇଲେପ୍ରେରି 11:29–30
ପଦଗୁଡ଼ିକ
ପ୍ରେରି 11:29–30ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ, ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର