Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › କୃଷି

ଦୈନନ୍ଦିନ ଜୀବନ

ବାଇବେଲରେ କୃଷି

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 37ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ମନୁଷ୍ୟକୁ ଏଦନରେ ଚାଷ ଓ ରକ୍ଷା କରିବା ପାଇଁ ରଖାଯାଏଆଦି 2:15
    ପଦଗୁଡ଼ିକ
    ଆଦି 2:15ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
  • କୟିନ କୃଷକ; ହେବଲ ମେଷପାଳକଆଦି 4:2
    ପଦଗୁଡ଼ିକ
    ଆଦି 4:2ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
  • କୃଷକ ନୋହ ଦ୍ରାକ୍ଷାକ୍ଷେତ୍ର ରୋପଣ କରନ୍ତିଆଦି 9:20
    ପଦଗୁଡ଼ିକ
    ଆଦି 9:20ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।
  • ଇସ୍‌ହାକ ସେହି ବର୍ଷ ବୁଣି ଶହେ ଗୁଣ ଅମଳ କରନ୍ତିଆଦି 26:12
    ପଦଗୁଡ଼ିକ
    ଆଦି 26:12ଏଥିଉତ୍ତାରେ ଇସ୍‌ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।
  • ରୂତ ଶସ୍ୟଚ୍ଛେଦକମାନଙ୍କ ପଛେ ପଛେ ସାଉଣ୍ଟନ୍ତି: ପ୍ରାୟ ଏକ ଐଫା ଯବରୂତ 2:2–3, ରୂତ 2:17
    ପଦଗୁଡ଼ିକ
    ରୂତ 2:2–3ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, “ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡ଼ିକ ସାଉଣ୍ଟିବି,” ତହିଁରେ ସେ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଯାଅ।” ଏଥିରେ ସେ ଯାଇ କ୍ଷେତ୍ରରେ ଉପସ୍ଥିତ ହୋଇ ଶସ୍ୟକଟାଳିମାନଙ୍କର ପଛେ ପଛେ ବଳକା ଶସ୍ୟ ସଂଗ୍ରହ କରିବାକୁ ଲାଗିଲା; ଆଉ ଘଟଣାକ୍ରମେ ସେ ଏଲିମେଲକ ବଂଶୀୟ ବୋୟଜର କ୍ଷେତ୍ରଖଣ୍ଡରେ ପହଁଞ୍ଚିଲା।
    ରୂତ 2:17ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ବଳକା ଶସ୍ୟ ସଂଗ୍ରହ କଲା; ପୁଣି ନିଜ ସାଉଣ୍ଟିଲା ଶସ୍ୟ ମଳନ୍ତେ, ପ୍ରାୟ ଏକ ଐଫା ଯବ ହେଲା।
  • ବୋୟଜ ରାତିରେ ଖଳାରେ ଯବ ଉଡ଼ାନ୍ତିରୂତ 3:2
    ପଦଗୁଡ଼ିକ
    ରୂତ 3:2ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।
  • ମିଦୀୟନଠାରୁ ଲୁଚାଇବା ପାଇଁ ଗିଦିୟୋନ୍‍ ଦ୍ରାକ୍ଷାକୁଣ୍ଡରେ ଗହମ ମଳନ୍ତିବିଚାର 6:11
    ପଦଗୁଡ଼ିକ
    ବିଚାର 6:11ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍‍ର ଅଧିକାରସ୍ଥ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍‍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।
  • ବେଥ୍-ଶେମଶର ଲୋକମାନେ ଉପତ୍ୟକାରେ ଗହମ କାଟୁଥାନ୍ତିପ୍ର.ଶା 6:13
    ପଦଗୁଡ଼ିକ
    ପ୍ର.ଶା 6:13ସେହି ସମୟରେ ବେଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି, ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ।
  • ଇସ୍ରାଏଲୀୟମାନେ ଲଙ୍ଗଳ ଫାଳ ଓ ଦାଆ ଶାଣ ଦେବାକୁ ପଲେଷ୍ଟୀୟମାନଙ୍କ ପାଖକୁ ଯାଆନ୍ତିପ୍ର.ଶା 13:19–21
    ପଦଗୁଡ଼ିକ
    ପ୍ର.ଶା 13:19–21ସେସମୟରେ ସମସ୍ତ ଇସ୍ରାଏଲ ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, “କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;” ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା; ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।
  • ଇଲୀଶାୟ ବାର ହଳ ବଳଦ ନେଇ ହଳ କରୁଥାନ୍ତିପ୍ର.ରା 19:19
    ପଦଗୁଡ଼ିକ
    ପ୍ର.ରା 19:19ଏଥିରେ ଏଲୀୟ ଏଠାରୁ ପ୍ରସ୍ଥାନ କରି ଶାଫଟ୍‍ର ପୁତ୍ର ଇଲୀଶାୟଙ୍କର ସନ୍ଧାନ ପାଇଲେ। ସେସମୟରେ ସେ ହଳ ବୁଲାଉଥିଲେ, ତାଙ୍କ ଆଗରେ ବାର ହଳ ବଳଦ ଥିଲେ, ପୁଣି, ସେ ଦ୍ୱାଦଶ ହଳରେ ଥିଲେ; ତହିଁରେ ଏଲୀୟ ତାଙ୍କ ନିକଟକୁ ଯାଇ ଆପଣା ବସ୍ତ୍ର ତାଙ୍କ ଉପରେ ପକାଇଲେ।
  • କ୍ଷେତ, ଦ୍ରାକ୍ଷାକ୍ଷେତ୍ର, ଜୀତ ବୃକ୍ଷ ଓ ପଶୁପଲ ଉପରେ ଦାଉଦଙ୍କ ଅଧ୍ୟକ୍ଷମାନେପ୍ର.ବଂ 27:26–31
    ପଦଗୁଡ଼ିକ
    ପ୍ର.ବଂ 27:26–31ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା। ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍‍ମୀୟ ସବ୍‍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ଡାରର ଅଧ୍ୟକ୍ଷ ଥିଲା। ପୁଣି, ଗାଦେରୀୟ ବାଲ୍‍ହାନନ୍‍ ତଳଭୂମିସ୍ଥିତ ଜୀତବୃକ୍ଷ ଓ ଡିମ୍ବିରି ବୃକ୍ଷସବୁର ଅଧ୍ୟକ୍ଷ ଓ ଯୋୟାଶ୍‍ ତୈଳ-ଭଣ୍ଡାରର ଅଧ୍ୟକ୍ଷ ଥିଲା। ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍‍ଲୟର ପୁତ୍ର ଶାଫଟ୍‍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା। ଇଶ୍ମାୟେଲୀୟ ଓବୀଲ୍‍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା। ହାଗରୀୟ ଯାଷୀଷ୍‍ ସବୁ ମେଷପଲର ଅଧ୍ୟକ୍ଷ ଥିଲା; ଏସମସ୍ତେ ଦାଉଦ ରାଜାଙ୍କର ସମ୍ପତ୍ତିର ଅଧ୍ୟକ୍ଷ ଥିଲେ।
  • କୃଷିପ୍ରେମୀ ଉଷୀୟଙ୍କର କୃଷକ ଓ ଦ୍ରାକ୍ଷାଚାଷୀ ଥିଲେଦ୍ଵି.ବଂ 26:10
    ପଦଗୁଡ଼ିକ
    ଦ୍ଵି.ବଂ 26:10ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍‍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।
  • ଶଲୋମନ ଦ୍ରାକ୍ଷାକ୍ଷେତ୍ର ଓ ଫଳବାଗାନ ରୋପଣ କରି ଜଳାଶୟ ନିର୍ମାଣ କରନ୍ତିଉପ 2:4–6
    ପଦଗୁଡ଼ିକ
    ଉପ 2:4–6ମୁଁ ଆପଣା ନିମନ୍ତେ ମହତ୍ ମହତ୍ କର୍ମ କଲି; ମୁଁ ଗୃହମାନ ନିର୍ମାଣ କଲି; ମୁଁ ଅନେକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି; ମୁଁ ଆପଣା ନିମନ୍ତେ ଉଦ୍ୟାନ ଓ ଉପବନ ପ୍ରସ୍ତୁତ କରି, ତହିଁ ମଧ୍ୟରେ ସର୍ବପ୍ରକାର ଫଳବୃକ୍ଷ ରୋପଣ କଲି; ମୁଁ ବୃକ୍ଷର ଚାରା ଉତ୍ପାଦକ ବନରେ ଜଳ ସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି;
  • ହଳ କରିବା, ଧାଡ଼ିରେ ବୁଣିବା, ଆଉ ପ୍ରତ୍ୟେକ ଫସଲକୁ ତାହାର ନିଜ ଉପାୟରେ ମଳିବାଯିଶା 28:24–28
    ପଦଗୁଡ଼ିକ
    ଯିଶା 28:24–28କୃଷକ ବୀଜ ବୁଣିବା ପାଇଁ କʼଣ ନିତ୍ୟ ହଳ ବୁଲାଏ? ସେ କʼଣ ନିତ୍ୟ ଶିଆର କରି ଆପଣାର ଭୂମିର ଟେଳା ଭାଙ୍ଗେ? ସେ କʼଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କʼଣ ଜହ୍ନା ବୁଣେ ନାହିଁ? କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି। ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ। ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ।
  • କୃଷକ ଶରତ ଓ ବସନ୍ତର ବର୍ଷା ପାଇଁ ଅପେକ୍ଷା କରେଯାକୁ 5:7
    ପଦଗୁଡ଼ିକ
    ଯାକୁ 5:7ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।
  • ଶିଷ୍ୟମାନେ କ୍ଷେତ ଦେଇ ଚାଲୁ ଚାଲୁ ଶସ୍ୟର ଶିଷା ଛିଣ୍ଡାନ୍ତିମାଥି 12:1
    ପଦଗୁଡ଼ିକ
    ମାଥି 12:1ସେହି ସମୟରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଗଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ।
  • ପଥ ଉପରେ, ପଥୁରିଆ ଭୂମିରେ, କଣ୍ଟା ମଧ୍ୟରେ, ଉତ୍ତମ ଭୂମିରେ ବୀଜ (ଏକ ଦୃଷ୍ଟାନ୍ତ)ମାଥି 13:3–8
    ପଦଗୁଡ଼ିକ
    ମାଥି 13:3–8ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ “ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ। ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂମିରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା, କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା। ଆଉ କେତେକ କଣ୍ଟାଗଛଗୁଡ଼ାକ ମଝିରେ ପଡ଼ିଲା ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା। ମାତ୍ର ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶ ଗୁଣ।
  • ଦିନକୁ ଏକ ଦିନାରରେ ଦ୍ରାକ୍ଷାକ୍ଷେତ୍ର ପାଇଁ ମୂଲିଆ ନିଯୁକ୍ତ (ଏକ ଦୃଷ୍ଟାନ୍ତ)ମାଥି 20:1–2
    ପଦଗୁଡ଼ିକ
    ମାଥି 20:1–2“କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ। ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ।

ବ୍ୟବସ୍ଥାରେ

  • ଛଅ ବର୍ଷ ବୁଣ; ସପ୍ତମ ବର୍ଷରେ ଭୂମି ବିଶ୍ରାମ କରେଯାତ୍ରା 23:10–11, ଲେବୀ 25:3–5
    ପଦଗୁଡ଼ିକ
    ଯାତ୍ରା 23:10–11ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ। ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନ ପଶୁମାନେ ଖାଇବେ। ପୁଣି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।
    ଲେବୀ 25:3–5ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ। ମାତ୍ର ସପ୍ତମ ବର୍ଷରେ ଭୂମିର ମହା ବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ। ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହା ବିଶ୍ରାମ ବର୍ଷ ହେବ।
  • ହଳ କରିବା ଓ ଅମଳ ସମୟରେ ମଧ୍ୟ ସପ୍ତମ ଦିନରେ ବିଶ୍ରାମ କରଯାତ୍ରା 34:21
    ପଦଗୁଡ଼ିକ
    ଯାତ୍ରା 34:21ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ।
  • କ୍ଷେତର କଡ଼ ଓ ପଡ଼ିଥିବା ଦ୍ରାକ୍ଷାଫଳ ଦରିଦ୍ରଙ୍କ ପାଇଁ ଛାଡ଼ିଦିଅଲେବୀ 19:9–10
    ପଦଗୁଡ଼ିକ
    ଲେବୀ 19:9–10ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ। ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
  • ପାସୋରି ଯାଇଥିବା ବିଡ଼ା ବିଦେଶୀ, ପିତୃହୀନ ଓ ବିଧବା ପାଇଁ ଛାଡ଼ାଯାଏଦ୍ବି.ବି 24:19–21
    ପଦଗୁଡ଼ିକ
    ଦ୍ବି.ବି 24:19–21ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ। ତୁମ୍ଭେ ଆପଣା ଜୀତବୃକ୍ଷରୁ ଫଳ ତୋଳିବା ଉତ୍ତାରେ ଆଉ ଥରେ ଡାଳକୁ ଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାଫଳ ସଂଗ୍ରହ କଲା ଉତ୍ତାରେ ପୁନର୍ବାର ତାହା ସାଉଣ୍ଟିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।
  • ଦୁଇ ପ୍ରକାର ବୀଜ ନୁହେଁ; ବଳଦ ଓ ଗଧକୁ ଏକାଠି ଯୁଆଳିରେ ନୁହେଁଲେବୀ 19:19, ଦ୍ବି.ବି 22:9–10
    ପଦଗୁଡ଼ିକ
    ଲେବୀ 19:19ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।
    ଦ୍ବି.ବି 22:9–10ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ଜବତ ରୂପେ ନିଆଯିବ ନାହିଁ। ତୁମ୍ଭେ ବଳଦ ଓ ଗଧ ଏକତ୍ର ଯୋଚି ଚାଷ କରିବ ନାହିଁ।
  • ନୂଆ ରୋପିତ ବୃକ୍ଷର ଫଳ ତିନି ବର୍ଷ ଖିଆଯାଏ ନାହିଁଲେବୀ 19:23–25
    ପଦଗୁଡ଼ିକ
    ଲେବୀ 19:23–25ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହାସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ୱରୂପ ହେବ; ତାହା ଭୋଜନ କରାଯିବ ନାହିଁ। ମାତ୍ର ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାର ରୂପେ ପବିତ୍ର ହେବ। ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
  • ବିପଥଗାମୀ ପଶୁ କିମ୍ବା କ୍ଷେତରେ ଲାଗିଥିବା ନିଆଁ ପାଇଁ କ୍ଷତିପୂରଣଯାତ୍ରା 22:5–6
    ପଦଗୁଡ଼ିକ
    ଯାତ୍ରା 22:5–6ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ିଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ। ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।
  • ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ରରେ ପେଟ ପୂରା ଖାଅ, ମାତ୍ର ଟୋକେଇରେ ଭର ନାହିଁଦ୍ବି.ବି 23:24–25
    ପଦଗୁଡ଼ିକ
    ଦ୍ବି.ବି 23:24–25ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ରକୁ ଗଲେ, ସ୍ଵେଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ; ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ରଖିବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ, ଆପଣା ହାତରେ ଶିଷା ଛିଣ୍ଡାଇ ଖାଇ ପାରିବ; ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟରେ ଦାଆ ଚଳାଇବ ନାହିଁ।
  • ଶସ୍ୟ ମଳୁଥିବା ବଳଦର ମୁହଁରେ ଜାଲି ବାନ୍ଧ ନାହିଁଦ୍ବି.ବି 25:4
    ପଦଗୁଡ଼ିକ
    ଦ୍ବି.ବି 25:4ବଳଦ ବେଙ୍ଗଳାରେ ବୁଲିଲା ବେଳେ ତୁମ୍ଭେ ତାହାର ତୁଣ୍ଡି ବାନ୍ଧିବ ନାହିଁ।
  • ନୂଆ ଦ୍ରାକ୍ଷାକ୍ଷେତ୍ରର ଫଳ ଭୋଗ କରି ନ ଥିବା ଲୋକ ଯୁଦ୍ଧରୁ ଘରକୁ ଯାଏଦ୍ବି.ବି 20:6
    ପଦଗୁଡ଼ିକ
    ଦ୍ବି.ବି 20:6ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ।

ବାଣୀ

  • ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଖାଦ୍ୟ ପାଇବହିତୋ 12:11
    ପଦଗୁଡ଼ିକ
    ହିତୋ 12:11ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
  • ଅଳସୁଆର କ୍ଷେତ କଣ୍ଟାରେ ଭରି, ତାହାର ପଥର ପାଚେରି ଭଙ୍ଗାହିତୋ 24:30–31
    ପଦଗୁଡ଼ିକ
    ହିତୋ 24:30–31ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି। ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି।
  • ସକାଳେ ବୀଜ ବୁଣ; ସନ୍ଧ୍ୟାରେ ହାତ ବନ୍ଦ କର ନାହିଁଉପ 11:6
    ପଦଗୁଡ଼ିକ
    ଉପ 11:6ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ।
  • ଆପଣା ମେଷପଲ ଓ ଗୋପଲର ଅବସ୍ଥା ଜାଣହିତୋ 27:23–27
    ପଦଗୁଡ଼ିକ
    ହିତୋ 27:23–27ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର। କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ? ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ। ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ। ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ।
  • ଯେ ଅଳ୍ପ ବୁଣେ, ସେ ଅଳ୍ପ କାଟିବଦ୍ଵି.କରି 9:6
    ପଦଗୁଡ଼ିକ
    ଦ୍ଵି.କରି 9:6କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।
  • ପରିଶ୍ରମୀ କୃଷକ ପ୍ରଥମେ ଫସଲର ଭାଗ ପାଇବା ଉଚିତଦ୍ଵି.ତୀମ 2:6
    ପଦଗୁଡ଼ିକ
    ଦ୍ଵି.ତୀମ 2:6ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର