Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଉପବାସ

ଦୈନନ୍ଦିନ ଜୀବନ

ବାଇବେଲରେ ଉପବାସ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 40ଟି ଅଂଶ, ଧାଡ଼ି ପରେ ଧାଡ଼ି।

ଶୋକ ଓ ଦୁଃଖରେ

  • ଯାବେଶର ଲୋକମାନେ ଶାଉଲଙ୍କ ଅସ୍ଥି କବର ଦେଇ ସାତ ଦିନ ଉପବାସ କରନ୍ତିପ୍ର.ଶା 31:13
    ପଦଗୁଡ଼ିକ
    ପ୍ର.ଶା 31:13ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।
  • ଦାଉଦ ଓ ତାଙ୍କ ଲୋକମାନେ ଶାଉଲ ଓ ଯୋନାଥନଙ୍କ ପାଇଁ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କରନ୍ତିଦ୍ଵି.ଶା 1:12
    ପଦଗୁଡ଼ିକ
    ଦ୍ଵି.ଶା 1:12ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।
  • ଅବ୍‍ନରଙ୍କ ମୃତ୍ୟୁ ପରେ ଦାଉଦ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଖାଇବାକୁ ମନା କରନ୍ତିଦ୍ଵି.ଶା 3:35
    ପଦଗୁଡ଼ିକ
    ଦ୍ଵି.ଶା 3:35ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”
  • ଦାଉଦ ପୀଡ଼ିତ ଶିଶୁ ପାଇଁ ଉପବାସ କରନ୍ତି ଓ ଶିଶୁଟି ମରିଯିବା ପରେ ଭୋଜନ କରନ୍ତିଦ୍ଵି.ଶା 12:16–23
    ପଦଗୁଡ଼ିକ
    ଦ୍ଵି.ଶା 12:16–23ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ସାରା ରାତି ଭୂମିରେ ପଡ଼ି ରହିଲେ। ଏଥିରେ ଦାଉଦଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ଉଠିଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ। ଏଉତ୍ତାରେ ସପ୍ତମ ଦିନରେ ବାଳକ ମଲା। ମାତ୍ର ବାଳକ ଯେ ମରିଅଛି, ଏହି କଥା ଦାଉଦଙ୍କୁ ଜଣାଇବା ପାଇଁ ତାଙ୍କର ଦାସମାନେ ଭୟ କଲେ; କାରଣ ସେମାନେ କହିଲେ, “ଦେଖ, ବାଳକ ବଞ୍ଚିଥିବା ବେଳେ ଆମ୍ଭେମାନେ ବହୁତ କହିଲେ ହେଁ ସେ ଆମ୍ଭମାନଙ୍କ ରବ ଶୁଣିଲେ ନାହିଁ; ଏବେ ବାଳକ ମରିଅଛି, ଏ କଥା ତାଙ୍କୁ ଜଣାଇଲେ, ସେ ଆପଣାର କି ଅନିଷ୍ଟ ନ କରିବେ?” ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍‍ ଫୁସ୍‍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, “ବାଳକ ମଲାଣି କି?” ସେମାନେ କହିଲେ, “ମଲାଣି।” ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରେ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ। ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।” ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, କେଜାଣି ସଦାପ୍ରଭୁ ମୋʼ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ। ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି? ମୁଁ କି ତାକୁ ଫେରାଇ ଆଣି ପାରିବି? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋʼ ନିକଟକୁ ଫେରି ଆସିବ ନାହିଁ।”
  • ଯିରୂଶାଲମର ସମ୍ବାଦ ଶୁଣି ନିହିମୀୟା ଅନେକ ଦିନ ଉପବାସ କରି ଶୋକ କରନ୍ତିନିହି 1:4
    ପଦଗୁଡ଼ିକ
    ନିହି 1:4ତହୁଁ ମୁଁ ଏହି କଥା ଶୁଣିବାମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,
  • ଏଜ୍ରା ଶୋକରେ କିଛି ଖାଆନ୍ତି ନାହିଁ କି ଜଳ ପିଅନ୍ତି ନାହିଁଏଜ୍ରା 10:6
    ପଦଗୁଡ଼ିକ
    ଏଜ୍ରା 10:6ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍‍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳ ପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।
  • ଅନ୍ୟମାନେ ପୀଡ଼ିତ ହେବା ବେଳେ ଗୀତକାର ଚଟବସ୍ତ୍ର ପିନ୍ଧି ଉପବାସ କରିଥିଲେଗୀତ 35:13
    ପଦଗୁଡ଼ିକ
    ଗୀତ 35:13ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ।

ବିପଦ ଓ ସଙ୍କଟରେ

  • ଏଷ୍ଟର: “ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ”ଏଷ୍ଟ 4:16
    ପଦଗୁଡ଼ିକ
    ଏଷ୍ଟ 4:16“ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”
  • ଯିହୋଶାଫଟ୍‍ ସମଗ୍ର ଯିହୁଦାରେ ଉପବାସ ଘୋଷଣା କରନ୍ତିଦ୍ଵି.ବଂ 20:3
    ପଦଗୁଡ଼ିକ
    ଦ୍ଵି.ବଂ 20:3ତହିଁରେ ଯିହୋଶାଫଟ୍‍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।
  • ନିରାପଦ ଯାତ୍ରା ପାଇଁ ଏଜ୍ରା ଅହବା ନଦୀ ନିକଟରେ ଉପବାସ ଘୋଷଣା କରନ୍ତିଏଜ୍ରା 8:21–23
    ପଦଗୁଡ଼ିକ
    ଏଜ୍ରା 8:21–23ଏଥିଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ। କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ। ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ।
  • ବିନ୍ୟାମୀନ୍ ସହିତ ଯୁଦ୍ଧ ସମୟରେ ଇସ୍ରାଏଲ ବେଥେଲ୍‍ରେ କାନ୍ଦି ଉପବାସ କରେବିଚାର 20:26
    ପଦଗୁଡ଼ିକ
    ବିଚାର 20:26ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍‍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
  • ମିସ୍ପାରେ ଲୋକମାନେ ଜଳ ଢାଳି ଉପବାସ କରନ୍ତିପ୍ର.ଶା 7:6
    ପଦଗୁଡ଼ିକ
    ପ୍ର.ଶା 7:6ତହୁଁ ସେମାନେ ମିସ୍ପାରେ ଏକତ୍ରିତ ହୋଇ ଜଳ କାଢ଼ିଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଢାଳି ସେହି ଦିନ ଉପବାସ କରି ସେହିଠାରେ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ।” ଏଉତ୍ତାରେ ଶାମୁୟେଲ ମିସ୍ପାରେ ଇସ୍ରାଏଲ-ସନ୍ତାନଗଣର ବିଚାର କଲେ।
  • ଇସ୍ରାଏଲ ଚଟବସ୍ତ୍ର ପିନ୍ଧି, ମୁଣ୍ଡରେ ଧୂଳି ଦେଇ ଉପବାସରେ ଏକତ୍ର ହୁଏନିହି 9:1
    ପଦଗୁଡ଼ିକ
    ନିହି 9:1ସେହି ମାସର ଚବିଶତମ ଦିନରେ ଇସ୍ରାଏଲ-ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ।
  • ଆହାବ ଆପଣା ବସ୍ତ୍ର ଚିରି, ଚଟବସ୍ତ୍ର ପିନ୍ଧି ଉପବାସ କରନ୍ତିପ୍ର.ରା 21:27
    ପଦଗୁଡ଼ିକ
    ପ୍ର.ରା 21:27ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।
  • ଯିହୋୟାକୀମ୍‍ଙ୍କ ସମୟରେ ଯିରୂଶାଲମରେ ଉପବାସ ଘୋଷଣା କରାଯାଏଯିରି 36:9
    ପଦଗୁଡ଼ିକ
    ଯିରି 36:9ଏଥିଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।
  • ଦାନିୟେଲ ସିଂହମାନଙ୍କ ସହିତ ଥିବା ବେଳେ ରାଜା ଦାରୀୟାବସ ଉପବାସରେ ରାତ୍ରି କାଟନ୍ତିଦାନି 6:18
    ପଦଗୁଡ଼ିକ
    ଦାନି 6:18ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା।
  • ଦାନିୟେଲ ଉପବାସ, ଚଟବସ୍ତ୍ର ଓ ଭସ୍ମ ସହିତ ପ୍ରାର୍ଥନା କରନ୍ତିଦାନି 9:3
    ପଦଗୁଡ଼ିକ
    ଦାନି 9:3ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।
  • ଦାନିୟେଲ ତିନି ସପ୍ତାହ ସୁସ୍ୱାଦୁ ଖାଦ୍ୟ, ମାଂସ କି ଦ୍ରାକ୍ଷାରସ ଖାଆନ୍ତି ନାହିଁଦାନି 10:2–3
    ପଦଗୁଡ଼ିକ
    ଦାନି 10:2–3ସେହି ସମୟରେ ମୁଁ, ଦାନିୟେଲ, ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି। ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋʼ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ।
  • ନୀନିବୀ ଚଟବସ୍ତ୍ର ପିନ୍ଧି ଉପବାସ କରେ — ଗୋରୁପଲ ଓ ମେଷପଲ ମଧ୍ୟଯୂନ 3:5–8
    ପଦଗୁଡ଼ିକ
    ଯୂନ 3:5–8ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ। ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ। ପୁଣି, ରାଜାର ଓ ଅଧ୍ୟକ୍ଷମାନଙ୍କର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ; ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ।
  • ଶାଉଲ ସନ୍ଧ୍ୟା ପୂର୍ବରୁ ଆପଣା ସୈନ୍ୟମାନଙ୍କୁ ଖାଇବାକୁ ନିଷେଧ କରନ୍ତିପ୍ର.ଶା 14:24
    ପଦଗୁଡ଼ିକ
    ପ୍ର.ଶା 14:24ପୁଣି, ସେହି ଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, “ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍‍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।” ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।
  • ପାଉଲଙ୍କ ଶତ୍ରୁମାନେ ତାଙ୍କୁ ବଧ ନ କରିବା ପର୍ଯ୍ୟନ୍ତ ନ ଖାଇବାକୁ ଶପଥ କରନ୍ତିପ୍ରେରି 23:12
    ପଦଗୁଡ଼ିକ
    ପ୍ରେରି 23:12ଦିନ ହୁଅନ୍ତେ ଯିହୁଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ଶପଥରେ ନିଜ ନିଜକୁ ଆବଦ୍ଧ କଲେ।

ଚାଳିଶ ଦିନ

  • ମୋଶା ଚାଳିଶ ଦିନ ଓ ଚାଳିଶ ରାତ୍ରି ରୁଟି ଓ ଜଳ ବିନାଯାତ୍ରା 34:28, ଦ୍ବି.ବି 9:9, ଦ୍ବି.ବି 9:18
    ପଦଗୁଡ଼ିକ
    ଯାତ୍ରା 34:28ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍‍, ଦଶ ଆଜ୍ଞା ଲେଖିଲେ।
    ଦ୍ବି.ବି 9:9ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍‍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,
    ଦ୍ବି.ବି 9:18ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।
  • ଏଲୀୟ ଥରେ ଭୋଜନର ବଳରେ ଚାଳିଶ ଦିନ ଚାଲନ୍ତିପ୍ର.ରା 19:8
    ପଦଗୁଡ଼ିକ
    ପ୍ର.ରା 19:8ତହୁଁ ସେ ଉଠି ଭୋଜନପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।
  • ଯୀଶୁ ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରନ୍ତିମାଥି 4:2
    ପଦଗୁଡ଼ିକ
    ମାଥି 4:2ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।

ରୀତିନୀତି

  • ପ୍ରାୟଶ୍ଚିତ୍ତ ଦିନ: “ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ”ଲେବୀ 16:29
    ପଦଗୁଡ଼ିକ
    ଲେବୀ 16:29ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।
  • ଚତୁର୍ଥ, ପଞ୍ଚମ, ସପ୍ତମ ଓ ଦଶମ ମାସର ଉପବାସଯିଖ 7:5, ଯିଖ 8:19
    ପଦଗୁଡ଼ିକ
    ଯିଖ 7:5ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?
    ଯିଖ 8:19ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।
  • ଯିଶାଇୟ: ଶ୍ରମିକମାନଙ୍କ ପ୍ରତି ନ୍ୟାୟ ବ୍ୟବହାର ସହିତ ଉପବାସଯିଶା 58:3–7
    ପଦଗୁଡ଼ିକ
    ଯିଶା 58:3–7ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ। ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ। ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ? ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର, କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?
  • ହାନ୍ନା ଉପବାସ ଓ ପ୍ରାର୍ଥନା କରି ଦିନରାତି ଉପାସନା କରୁଥିଲେଲୂକ 2:37
    ପଦଗୁଡ଼ିକ
    ଲୂକ 2:37ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।
  • ଜଣେ ଫାରୂଶୀ: “ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ”ଲୂକ 18:12
    ପଦଗୁଡ଼ିକ
    ଲୂକ 18:12ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।’
  • ଯୋହନଙ୍କ ଶିଷ୍ୟମାନେ ଉପବାସ କରନ୍ତି, ଯୀଶୁଙ୍କ ଶିଷ୍ୟମାନେ କାହିଁକି କରନ୍ତି ନାହିଁ?ମାଥି 9:14–15
    ପଦଗୁଡ଼ିକ
    ମାଥି 9:14–15ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି? ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରିପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ।
  • ଯୀଶୁ: ଉପବାସ କରିବା ବେଳେ ମୁହଁ ଧୁଅମାଥି 6:16–18
    ପଦଗୁଡ଼ିକ
    ମାଥି 6:16–18ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର, ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
  • ତାର୍ଷର ଶାଉଲ ତିନି ଦିନ କିଛି ଖାଆନ୍ତି ନାହିଁ କି ପିଅନ୍ତି ନାହିଁପ୍ରେରି 9:9
    ପଦଗୁଡ଼ିକ
    ପ୍ରେରି 9:9ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ।
  • ବର୍ଣ୍ଣବ୍ବା ଓ ଶାଉଲଙ୍କୁ ପଠାଇବା ପୂର୍ବରୁ ଆନ୍ତିୟଖିଆର ମଣ୍ଡଳୀ ଉପବାସ କରେପ୍ରେରି 13:2–3
    ପଦଗୁଡ଼ିକ
    ପ୍ରେରି 13:2–3ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର। ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।
  • ପ୍ରାର୍ଥନା ଓ ଉପବାସ ସହିତ ପ୍ରାଚୀନମାନଙ୍କୁ ନିଯୁକ୍ତ କରାଯାଏପ୍ରେରି 14:23
    ପଦଗୁଡ଼ିକ
    ପ୍ରେରି 14:23ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
  • ପାଉଲ ଅନେକ ଥର ଅନାହାରରେ ରହୁଥିଲେଦ୍ଵି.କରି 11:27
    ପଦଗୁଡ଼ିକ
    ଦ୍ଵି.କରି 11:27ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଗ୍ନତାରେ ମଧ୍ୟ ରହିଅଛି।
  • “ଉପବାସ ପର୍ବ” ପରେ ଜଳଯାତ୍ରା ବିପଦଜନକ ହୋଇଗଲାପ୍ରେରି 27:9
    ପଦଗୁଡ଼ିକ
    ପ୍ରେରି 27:9ଏହି ପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି, ଜଳଯାତ୍ରା ବର୍ତ୍ତମାନ ବିପଦଜନକ ହୋଇ ପଡ଼ିଲା, କାରଣ ସେତେବେଳେ ଉପବାସ ପର୍ବ ସମାପ୍ତ ହୋଇଥିଲା। ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ,
  • ପାଉଲଙ୍କ ସହଯାତ୍ରୀମାନେ ଚଉଦ ଦିନ ଅନାହାରରେ ରହନ୍ତିପ୍ରେରି 27:33
    ପଦଗୁଡ଼ିକ
    ପ୍ରେରି 27:33ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର