Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ପର୍ବ ଓ ଭୋଜି

ଦୈନନ୍ଦିନ ଜୀବନ

ବାଇବେଲରେ ପର୍ବ ଓ ଭୋଜି

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 44ଟି ଅଂଶ, ଧାଡ଼ି ପରେ ଧାଡ଼ି।

ରୀତିନୀତି

  • ଯୋଷେଫଙ୍କ ଭାଇମାନଙ୍କୁ ବୟସ ଅନୁସାରେ, ଜ୍ୟେଷ୍ଠଠାରୁ କନିଷ୍ଠ ପର୍ଯ୍ୟନ୍ତ ବସାଯାଏଆଦି 43:33
    ପଦଗୁଡ଼ିକ
    ଆଦି 43:33ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ।
  • ବିନ୍ୟାମୀନ୍‍ଙ୍କ ଅଂଶ ଅନ୍ୟମାନଙ୍କଠାରୁ ପାଞ୍ଚ ଗୁଣ ଅଧିକଆଦି 43:34
    ପଦଗୁଡ଼ିକ
    ଆଦି 43:34ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନ୍‍ର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ।
  • ଶାମୁୟେଲ ତିରିଶ ଜଣ ଅତିଥିଙ୍କ ମଧ୍ୟରେ ଶାଉଲଙ୍କୁ ସମ୍ମାନର ସ୍ଥାନରେ ବସାନ୍ତିପ୍ର.ଶା 9:22–24
    ପଦଗୁଡ଼ିକ
    ପ୍ର.ଶା 9:22–24ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ। ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, “ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ।” ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, “ଦେଖ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି।” ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।
  • ବିବାହ ଭୋଜିରେ ସମ୍ମାନର ସ୍ଥାନ ନିଅ ନାହିଁଲୂକ 14:8–10
    ପଦଗୁଡ଼ିକ
    ଲୂକ 14:8–10“ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ୱାରା ବିବାହ ଭୋଜକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାହାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଥିବେ, ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ‘ଏହାଙ୍କୁ ସ୍ଥାନ ଦିଅ;’ ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ। କିନ୍ତୁ ଯେତେବେଳେ ତୁମ୍ଭେ ନିମନ୍ତ୍ରିତ ହୁଅ, ସେତେବେଳେ ଯାଇ ନିମ୍ନତମ ସ୍ଥାନରେ ବସ, ଯେପରି ତୁମ୍ଭର ନିମନ୍ତ୍ରଣକାରୀ ବ୍ୟକ୍ତି ଆସି ତୁମ୍ଭକୁ କହିବେ, ‘ହେ ବନ୍ଧୁ, ଉଚ୍ଚତର ସ୍ଥାନକୁ ଆସ;’ ସେତେବେଳେ ତୁମ୍ଭ ସହିତ ଭୋଜନରେ ବସୁଥିବା ସମସ୍ତ ଲୋକଙ୍କ ଆଗରେ ତୁମ୍ଭର ଗୌରବ ହେବ।
  • ଅତିଥିମାନେ ଆସନରେ ଆଉଜି ବସୁଥିଲେଆମୋ 6:4, ଯୋହ 13:23–25
    ପଦଗୁଡ଼ିକ
    ଆମୋ 6:4ସେମାନେ ହସ୍ତୀଦନ୍ତ ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଶରୀର ଲମ୍ବାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;
    ଯୋହ 13:23–25ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଯାହାକୁ ଯୀଶୁ ପ୍ରେମ କରୁଥିଲେ, ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ। ଅତଏବ, ଶିମୋନ ପିତର ତାହାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ। ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ?
  • ଭୋଜନକାରୀମାନେ ଗୋଟିଏ ପାତ୍ରରେ ହାତ ବୁଡ଼ାଉଥିଲେମାଥି 26:23
    ପଦଗୁଡ଼ିକ
    ମାଥି 26:23ସେ ଉତ୍ତର ଦେଲେ, “ଯେ ମୋ ସହିତ ପାତ୍ରରେ ହାତ ବୁଡ଼ାଇଲା, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।
  • ଭୋଜର କର୍ତ୍ତା ଦ୍ରାକ୍ଷାରସ ଚାଖନ୍ତିଯୋହ 2:8–10
    ପଦଗୁଡ଼ିକ
    ଯୋହ 2:8–10ଆଉ, ସେ ସେମାନଙ୍କୁ କହିଲେ, “ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ।” ସେଥିରେ ସେମାନେ ଘେନିଗଲେ। ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସରେ ପରିବର୍ତ୍ତନ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ, ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ।
  • ପର୍ବରେ ବୀଣା ଓ ନେବଲ, ଦାରା ଓ ବଂଶୀ ଓ ଦ୍ରାକ୍ଷାରସଯିଶା 5:12, ଆମୋ 6:5
    ପଦଗୁଡ଼ିକ
    ଯିଶା 5:12ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।
    ଆମୋ 6:5ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦଙ୍କ ସଦୃଶ୍ୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି;
  • ଫେରି ଆସୁଥିବା ପୁତ୍ର ପାଇଁ ଭୋଜିରେ ବାଦ୍ୟ ଓ ନୃତ୍ୟଲୂକ 15:23–25
    ପଦଗୁଡ଼ିକ
    ଲୂକ 15:23–25ପୁଣି, ହୃଷ୍ଟ ପୃଷ୍ଟ ପଶୁଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ, କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ। ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି,
  • ଶାମ୍‍ଶୋନ୍‍ ସାତ ଦିନର ବିବାହ ଭୋଜିରେ ଏକ ପ୍ରହେଳିକା ପଚାରନ୍ତିବିଚାର 14:10–12
    ପଦଗୁଡ଼ିକ
    ବିଚାର 14:10–12ଏଥିଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍‍ଶୋନ୍‍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା। ପୁଣି ସେମାନେ ତାହାକୁ ଦେଖନ୍ତେ, ତାହା ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ। ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।
  • ରାଣୀ ବଷ୍ଟୀ ସ୍ତ୍ରୀମାନଙ୍କ ପାଇଁ ଅଲଗା ଭୋଜି ଦିଅନ୍ତିଏଷ୍ଟ 1:9
    ପଦଗୁଡ଼ିକ
    ଏଷ୍ଟ 1:9ମଧ୍ୟ ରାଣୀ ବଷ୍ଟୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
  • ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏଉପ 10:19
    ପଦଗୁଡ଼ିକ
    ଉପ 10:19ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନସବୁ କାର୍ଯ୍ୟରେ ଆସେ।
  • ନିମନ୍ତ୍ରିତ ଅତିଥିମାନେ ବାହାନା କରନ୍ତି (ଏକ ଦୃଷ୍ଟାନ୍ତ)ଲୂକ 14:16–20
    ପଦଗୁଡ଼ିକ
    ଲୂକ 14:16–20କିନ୍ତୁ ସେ ତାହାଙ୍କୁ କହିଲେ, “ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ; ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ‘ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି।’ କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲେ, ‘ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।’ ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର। ଅନ୍ୟ ଜଣେ କହିଲା, ‘ମୁଁ ବିବାହ କରିଅଛି, ତେଣୁ ଯାଇ ପାରୁ ନାହିଁ।’
  • ଯାହାର କିଛି ପ୍ରସ୍ତୁତ ନାହିଁ, ତାହା ପାଖକୁ ଅଂଶ ପଠାଅନିହି 8:10–12
    ପଦଗୁଡ଼ିକ
    ନିହି 8:10–12ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।” ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, “ନୀରବ ହୁଅ, ଆଜି ପବିତ୍ର ଦିନ! ତୁମ୍ଭେମାନେ ଦୁଃଖିତ ନ ହୁଅ।” ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେମାନେ ସମସ୍ତେ ଭୋଜନପାନ କରିବାକୁ ଓ କିଛି ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ।
  • ଆୟୁବଙ୍କ ପୁତ୍ରମାନେ ପାଳି କରି ଭୋଜି ଦିଅନ୍ତି ଓ ଆପଣା ଭଉଣୀମାନଙ୍କୁ ନିମନ୍ତ୍ରଣ କରନ୍ତିଆୟୁବ 1:4–5
    ପଦଗୁଡ଼ିକ
    ଆୟୁବ 1:4–5ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନ ଓ ପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କୁ ନିମନ୍ତ୍ରଣ କଲେ। ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, “ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ।” ଏହିରୂପେ ଆୟୁବ ସର୍ବଦା କଲା।

ଅବସର

  • ଫାରୋ ଆପଣା ଜନ୍ମଦିନରେ ଭୋଜି ଦିଅନ୍ତିଆଦି 40:20
    ପଦଗୁଡ଼ିକ
    ଆଦି 40:20ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମ ଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।
  • ଗାଲିଲୀର ପ୍ରଧାନ ଲୋକମାନଙ୍କ ପାଇଁ ହେରୋଦଙ୍କ ଜନ୍ମଦିନର ଭୋଜିମାର୍କ 6:21
    ପଦଗୁଡ଼ିକ
    ମାର୍କ 6:21ପରେ ସୁଯୋଗର ଦିନ ଉପସ୍ଥିତ ହେଲା। ହେରୋଦ ଆପଣା ଜନ୍ମ ଦିନରେ ପାତ୍ର-ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;
  • ଇସ୍‌ହାକଙ୍କ ସ୍ତନ୍ୟତ୍ୟାଗ ଦିନ ଅବ୍ରହାମଙ୍କ ମହାଭୋଜଆଦି 21:8
    ପଦଗୁଡ଼ିକ
    ଆଦି 21:8ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍‌ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।
  • ଇସ୍‌ହାକ ଓ ଅବିମେଲକ ଏକ ଭୋଜି ସହିତ ନିୟମ ସ୍ଥିର କରନ୍ତିଆଦି 26:28–30
    ପଦଗୁଡ଼ିକ
    ଆଦି 26:28–30ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ; ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରି ନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରି ନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।” ସେତେବେଳେ ଇସ୍‌ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ।
  • ଯାକୁବ ଓ ତାଙ୍କ ଆତ୍ମୀୟମାନେ ପର୍ବତ ଉପରେ ଭୋଜନ କରନ୍ତିଆଦି 31:54
    ପଦଗୁଡ଼ିକ
    ଆଦି 31:54ଏଥିଉତ୍ତାରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ବମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସାରାରାତ୍ରି ଯାପନ କଲେ।
  • ଦାଉଦ ଅବ୍‍ନର ଓ କୋଡ଼ିଏ ଜଣ ଲୋକଙ୍କ ପାଇଁ ଭୋଜି ଦିଅନ୍ତିଦ୍ଵି.ଶା 3:20
    ପଦଗୁଡ଼ିକ
    ଦ୍ଵି.ଶା 3:20ଏରୂପେ ଅବ୍‍ନର ଆପଣା ସଙ୍ଗରେ କୋଡ଼ିଏ ଜଣକୁ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍‍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
  • ଯେଉଁମାନେ ତାଙ୍କୁ ରାଜା କରିବେ ବୋଲି ଅଦୋନୀୟ ଆଶା କରୁଥିଲେ, ସେମାନଙ୍କ ପାଇଁ ତାଙ୍କ ଭୋଜିପ୍ର.ରା 1:25
    ପଦଗୁଡ଼ିକ
    ପ୍ର.ରା 1:25କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବୀୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।
  • ଦାଉଦଙ୍କୁ ରାଜା କରିବା ପାଇଁ ହିବ୍ରୋଣରେ ତିନି ଦିନ ଭୋଜନପାନପ୍ର.ବଂ 12:38–40
    ପଦଗୁଡ଼ିକ
    ପ୍ର.ବଂ 12:38–40ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ। ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ। ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍‍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।
  • ସ୍ୱପ୍ନ ପରେ ଶଲୋମନ ଆପଣା ସମସ୍ତ ଦାସଙ୍କ ପାଇଁ ଭୋଜି ଦିଅନ୍ତିପ୍ର.ରା 3:15
    ପଦଗୁଡ଼ିକ
    ପ୍ର.ରା 3:15ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।
  • ଅକ୍ଷଶ୍ୱେରଶ 180 ଦିନ ଆପଣା ଧନ ଦେଖାନ୍ତି, ତା’ପରେ ସାତ ଦିନ ଭୋଜି ଦିଅନ୍ତିଏଷ୍ଟ 1:3–8
    ପଦଗୁଡ଼ିକ
    ଏଷ୍ଟ 1:3–8ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ। ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ। ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍‍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲେ। ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ୍‍ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ୱାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମର ପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ୱର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା। ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ। ଯଦ୍ୟପି ପାନ କରିବା ବିଧିଗତ ଥିଲା; କିନ୍ତୁ କାହାରି ପାଇଁ ପାନ କରିବା ବାଧ୍ୟତାମୂଳକ କରାଯାଇ ନ ଥିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ ପାନ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲେ।
  • ଏଷ୍ଟରଙ୍କ ଭୋଜରେ: “ତୁମ୍ଭର ନିବେଦନ କଅଣ?”ଏଷ୍ଟ 5:6
    ପଦଗୁଡ଼ିକ
    ଏଷ୍ଟ 5:6ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”
  • ରାଜାଜ୍ଞା ସମୟରେ ଓ ପୂରୀମ୍‍ର ଦିନରେ ଭୋଜଏଷ୍ଟ 8:17, ଏଷ୍ଟ 9:17–19
    ପଦଗୁଡ଼ିକ
    ଏଷ୍ଟ 8:17ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ, ଆମୋଦ, ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ବୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେ।
    ଏଷ୍ଟ 9:17–19ଏହି ସମସ୍ତ ଅଦର ମାସର ତ୍ରୟୋଦଶ ଦିନରେ ହେଲା; ପୁଣି, ସେହି ମାସର ଚତୁର୍ଦ୍ଦଶ ଦିନରେ ସେମାନେ ବିଶ୍ରାମ କରି ତାହା ଭୋଜନପାନ ଓ ଆନନ୍ଦ କରିବାର ଦିନ କଲେ। ମାତ୍ର ଶୂଶନ୍‍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ। ଏନିମନ୍ତେ ଗ୍ରାମସ୍ଥ, ଅର୍ଥାତ୍‍, ପ୍ରାଚୀରହୀନ ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ ଓ ଭୋଜନପାନ ଓ ମଙ୍ଗଳର, ପୁଣି ପରସ୍ପର ଅଂଶ ପଠାଇବାର ଦିନ କରି ମାନନ୍ତି।
  • ବେଲ୍‍ଶତ୍ସର ଆପଣା ମହାପାତ୍ରମାନଙ୍କ ପାଇଁ ମହାଭୋଜ ଦିଅନ୍ତିଦାନି 5:1–3
    ପଦଗୁଡ଼ିକ
    ଦାନି 5:1–3ରାଜା ବେଲ୍‍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା। ପୁଣି, ତାହାର ପିତା ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍‍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା। ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍‍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ସବୁରେ ପାନ କଲେ।
  • ରାଜାଙ୍କ ଯୋଗ୍ୟ ନାବଲର ଭୋଜିପ୍ର.ଶା 25:36
    ପଦଗୁଡ଼ିକ
    ପ୍ର.ଶା 25:36ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।
  • ଲୋକମାନେ ବାଛୁରି ସମ୍ମୁଖରେ ଭୋଜନପାନ କରିବାକୁ ବସନ୍ତିଯାତ୍ରା 32:6
    ପଦଗୁଡ଼ିକ
    ଯାତ୍ରା 32:6ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।

ଭୋଜନ ମେଜରେ

  • ଅମାବାସ୍ୟାର ଭୋଜରେ ଦାଉଦଙ୍କ ଆସନ ଖାଲି ରହେପ୍ର.ଶା 20:5, ପ୍ର.ଶା 20:24–25
    ପଦଗୁଡ଼ିକ
    ପ୍ର.ଶା 20:5ତହୁଁ ଦାଉଦ ଯୋନାଥନକୁ କହିଲେ, “ଦେଖ, କାଲି ଅମାବାସ୍ୟା, ପୁଣି, ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି।
    ପ୍ର.ଶା 20:24–25ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି, ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ। ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍‍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା।
  • ମଫୀବୋଶତ୍‍ ଓ ବର୍ସିଲ୍ଲୟଙ୍କ ପୁତ୍ରମାନେ ରାଜାଙ୍କ ମେଜରେ ଭୋଜନ କରନ୍ତିଦ୍ଵି.ଶା 9:10, ପ୍ର.ରା 2:7
    ପଦଗୁଡ଼ିକ
    ଦ୍ଵି.ଶା 9:10ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତହିଁର ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍‍ ନିତ୍ୟ ମୋହର ମେଜରେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ।
    ପ୍ର.ରା 2:7ମାତ୍ର, ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନକାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ, ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋʼ ନିକଟକୁ ଆସିଥିଲେ।
  • 850 ଜଣ ଭାବବାଦୀ ଈଷେବଲ୍‍ର ମେଜରେ ଭୋଜନ କରନ୍ତିପ୍ର.ରା 18:19
    ପଦଗୁଡ଼ିକ
    ପ୍ର.ରା 18:19ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍‍ର ମେଜରେ ଭୋଜନକାରୀ ବାଲ୍‍ର ଚାରି ଶହ ପଚାଶ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଆଶେରାର ଚାରି ଶହ ଭବିଷ୍ୟଦ୍‍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର।”
  • ଲୋଟ ଭୋଜି ପ୍ରସ୍ତୁତ କରି ତାଡ଼ୀଶୂନ୍ୟ ରୁଟି ସେକନ୍ତିଆଦି 19:3
    ପଦଗୁଡ଼ିକ
    ଆଦି 19:3ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ।
  • ଲେବୀ ଯୀଶୁଙ୍କ ପାଇଁ ମହାଭୋଜ ଦିଅନ୍ତିଲୂକ 5:29
    ପଦଗୁଡ଼ିକ
    ଲୂକ 5:29ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ।
  • ଫାରୂଶୀମାନେ ଯୀଶୁଙ୍କୁ ଆପଣାମାନଙ୍କ ସହିତ ଭୋଜନ କରିବାକୁ ନିମନ୍ତ୍ରଣ କରନ୍ତିଲୂକ 7:36, ଲୂକ 14:1
    ପଦଗୁଡ଼ିକ
    ଲୂକ 7:36ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ। ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।
    ଲୂକ 14:1ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ।
  • ବେଥନୀୟାରେ ଏକ ଭୋଜରେ ଯୀଶୁଙ୍କ ଉପରେ ସୁଗନ୍ଧି ତୈଳ ଢଳାଯାଏମାର୍କ 14:3, ଯୋହ 12:2–3
    ପଦଗୁଡ଼ିକ
    ମାର୍କ 14:3ସେ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଭୋଜନରେ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।
    ଯୋହ 12:2–3ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ। ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର