ଅନୁସନ୍ଧାନ › ବିଷୟ › ପାଗଳାମି, ପ୍ରକୃତ ଓ ଛଳନା
ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ପାଗଳାମି, ପ୍ରକୃତ ଓ ଛଳନା
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 22ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ହିତୋପଦେଶ: ଯେ ଭୁଲାଇ କହେ, “ମୁଁ କʼଣ କୌତୁକ କରୁ ନାହିଁ?” ସେ ପାଗଳ ପରିହିତୋ 26:18–19
ପଦଗୁଡ଼ିକ
ହିତୋ 26:18–19ଅଗ୍ନିବାଣ, ତୀର ଓ ମୃତ୍ୟୁ ନିକ୍ଷେପକାରୀ ବାତୁଳ ଯେପରି; ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, “ମୁଁ କʼଣ କୌତୁକ କରୁ ନାହିଁ?” ସେ ସେପରି।
ଗାଥ୍ରେ ଦାଉଦ
- ଶାଉଲଙ୍କଠାରୁ ପଳାଇ ଦାଉଦ ଗାଥ୍ର ରାଜା ଆଖୀଶ୍ଙ୍କ ପାଖକୁ ଆସିଲେପ୍ର.ଶା 21:10
ପଦଗୁଡ଼ିକ
ପ୍ର.ଶା 21:10ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହି ଦିନ ପଳାଇ ଗାଥ୍ର ରାଜା ଆଖୀଶ୍ ନିକଟକୁ ଗଲେ।
- ଆଖୀଶ୍ଙ୍କ ଦାସମାନେ ତାଙ୍କୁ ଚିହ୍ନିଲେ, ଆଉ ଦାଉଦ ଅତିଶୟ ଭୀତ ହେଲେପ୍ର.ଶା 21:11–12
ପଦଗୁଡ଼ିକ
ପ୍ର.ଶା 21:11–12ତହିଁରେ ଆଖୀଶ୍ର ଦାସମାନେ ତାକୁ କହିଲେ, “ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’” ମାତ୍ର ଦାଉଦ ଏ କଥା ମନେ ରଖିଲେ, ପୁଣି, ଗାଥ୍ର ରାଜା ଆଖୀଶ୍କୁ ବଡ଼ ଭୟ କଲେ।
- ସେ ବାତୁଳର ଛଳନା କଲେ, ନଗରଦ୍ୱାରର କବାଟରେ ଆଞ୍ଚୁଡ଼ି, ଦାଢ଼ିରେ ଲାଳ ବୋହାଇପ୍ର.ଶା 21:13
ପଦଗୁଡ଼ିକ
ପ୍ର.ଶା 21:13ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ୱାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ।
- ଆଖୀଶ୍: “ମୋହର କʼଣ ବାତୁଳ ଲୋକର ଅଭାବ ଅଛି?”ପ୍ର.ଶା 21:14–15
ପଦଗୁଡ଼ିକ
ପ୍ର.ଶା 21:14–15ତହିଁରେ ଆଖୀଶ୍ ଆପଣା ଦାସମାନଙ୍କୁ କହିଲା, “ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ? ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?”
- ଗୀତସଂହିତା 34 ର ଶିରୋନାମା ଏହା ସ୍ମରଣ କରେ: ସେ ବାତୁଳର ଛଳନା କରିଥିଲେଗୀତ 34:1
ପଦଗୁଡ଼ିକ
ଗୀତ 34:1ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।
ଅନ୍ୟମାନେ
- ଦୁଃଖଦାୟକ ଆତ୍ମାରେ ପୀଡ଼ିତ ଶାଉଲ ଦାଉଦଙ୍କ ବୀଣା ବାଦନରେ ଶାନ୍ତ ହେଉଥିଲେପ୍ର.ଶା 16:14–16, ପ୍ର.ଶା 16:23
ପଦଗୁଡ଼ିକ
ପ୍ର.ଶା 16:14–16ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ; ପୁଣି, ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା। ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ପରମେଶ୍ୱରଙ୍କଠାରୁ ଏକ ମନ୍ଦ ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି। ଏଣୁ ଜଣେ ନିପୁଣ ବୀଣାବାଦକ ଅନ୍ୱେଷଣ କରିବା ପାଇଁ ଆମ୍ଭମାନଙ୍କ ପ୍ରଭୁ ଆପଣା ସମ୍ମୁଖସ୍ଥ ଦାସମାନଙ୍କୁ ଆଜ୍ଞା କରନ୍ତୁ; ତହିଁରେ ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ଆପଣଙ୍କ ଉପରେ ଥିବା ବେଳେ, ସେ ଲୋକ ଆପଣା ହାତରେ ବଜାଇଲେ ଆପଣ ଭଲ ହୋଇଯିବେ।”
ପ୍ର.ଶା 16:23ଏଣୁ ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହାତରେ ବଜାନ୍ତି; ତହିଁରେ ଶାଉଲ ଆଶ୍ୱାସ ପାଆନ୍ତି ଓ ଭଲ ହୁଅନ୍ତି, ପୁଣି, ମନ୍ଦ ଆତ୍ମା ତାଙ୍କୁ ଛାଡ଼ିଯାଏ।
- ପରେ, ଦାଉଦ ବଜାଉଥିବା ବେଳେ ଶାଉଲ ତାଙ୍କ ଆଡ଼କୁ ବର୍ଚ୍ଛା ଫୋପାଡ଼ିଲେପ୍ର.ଶା 18:10–11
ପଦଗୁଡ଼ିକ
ପ୍ର.ଶା 18:10–11ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା। ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, “ମୁଁ ଦାଉଦଙ୍କୁ କାନ୍ଥରେ ଫୋଡ଼ିବି।” ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇ ଥର ଘୁଞ୍ଚିଗଲେ।
- ନବୂଖଦ୍ନିତ୍ସର ଗୋରୁ ପରି ଘାସ ଖାଇଲେ; ତାଙ୍କ କେଶ ଉତ୍କ୍ରୋଶ ପକ୍ଷୀର ପର ପରି ବଢ଼ିଲାଦାନି 4:33
ପଦଗୁଡ଼ିକ
ଦାନି 4:33ସେହି ଦଣ୍ଡରେ ନବୂଖଦ୍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।
- ତାଙ୍କ ବୁଦ୍ଧି ଫେରିଆସିଲା, ଆଉ ସେ ପୁଣି ସିଂହାସନରେ ସ୍ଥାପିତ ହେଲେଦାନି 4:34, ଦାନି 4:36
ପଦଗୁଡ଼ିକ
ଦାନି 4:34ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକି ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।
ଦାନି 4:36ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକି ଫେରି ଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକି ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା।
- ପ୍ରହରୀ: ସେ ଯେହୂ ପରି, ବାୟାଳୁ ପରି ରଥ ଚଳାଏଦ୍ଵି.ରା 9:20
ପଦଗୁଡ଼ିକ
ଦ୍ଵି.ରା 9:20ଏଥିରେ ପ୍ରହରୀ ଜଣାଇ କହିଲା, “ସେ ଜଣ ହିଁ ସେମାନଙ୍କ ନିକଟକୁ ଗଲା, ଆଉ ସେ ଫେରିଆସୁ ନାହିଁ; ପୁଣି ରଥଚାଳନ ନିମ୍ଶିର ପୁତ୍ର ଯେହୂର ଚାଳନା ପରି; କାରଣ ସେ ଅତି ପ୍ରଚଣ୍ଡ ବେଗରେ ଚଳାଏ।”
- ଯେହୂଙ୍କ ସହକର୍ମୀମାନେ ଯୁବା ଭାବବାଦୀଙ୍କୁ “ସେ ବାତୁଳଟି” ବୋଲି କହନ୍ତିଦ୍ଵି.ରା 9:11
ପଦଗୁଡ଼ିକ
ଦ୍ଵି.ରା 9:11ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, “ସବୁ ମଙ୍ଗଳ ତ? ସେ ବାତୁଳଟି କାହିଁକି ତୁମ୍ଭ ନିକଟକୁ ଆସିଥିଲା?” ତହିଁରେ ଯେହୂ ସେମାନଙ୍କୁ କହିଲେ, “ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ।”
- ଏକ ପତ୍ର: ଭାବବାଦୀ ପରି ବ୍ୟବହାର କରୁଥିବା ଯେକୌଣସି ବାତୁଳକୁ କାଠଗଡ଼ାରେ ପକାଯିବଯିରି 29:26
ପଦଗୁଡ଼ିକ
ଯିରି 29:26‘କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।
- କବରସ୍ଥାନରେ ବାସ କରୁଥିବା ଜଣେ ଲୋକ ଶିକୁଳି ଭାଙ୍ଗି ପଥରରେ ଆପଣାକୁ କାଟୁଥିଲାମାର୍କ 5:3–5
ପଦଗୁଡ଼ିକ
ମାର୍କ 5:3–5ସେ ସମାଧି-ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ, କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା। ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା।
- ପରେ ଲୋକମାନେ ତାହାକୁ ବସ୍ତ୍ର ପିନ୍ଧି ସୁସ୍ଥ ମନରେ ବସିଥିବାର ଦେଖିଲେମାର୍କ 5:15
ପଦଗୁଡ଼ିକ
ମାର୍କ 5:15ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୂର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ।
- ଯୀଶୁଙ୍କ ଆତ୍ମୀୟମାନେ ତାଙ୍କୁ ଧରି ନେବାକୁ ଗଲେ: “ତାହାଙ୍କର ମତିଭ୍ରମ ହେଲାଣି”ମାର୍କ 3:21
ପଦଗୁଡ଼ିକ
ମାର୍କ 3:21ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି।
- କେହି କେହି ଯୀଶୁଙ୍କ ବିଷୟରେ କହିଲେ: “ତାହାକୁ ଭୂତ ଲାଗିଛି, ସେ ପାଗଳ”ଯୋହ 10:20
ପଦଗୁଡ଼ିକ
ଯୋହ 10:20ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ?
- ରୋଦା କହେ ପିତର ଦ୍ୱାରରେ ଅଛନ୍ତି; “ତୁ ବାୟାଣୀ”ପ୍ରେରି 12:13–15
ପଦଗୁଡ଼ିକ
ପ୍ରେରି 12:13–15ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା। ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା। ସେମାନେ ତାହାକୁ କହିଲେ, ତୁ ବାୟାଣୀ। କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା। ସେମାନେ କହିଲେ, ଏ ତାଙ୍କର ଦୂତ।
- ଫେଷ୍ଟସ୍: “ପାଉଲ, ତୁମ୍ଭେ ପାଗଳ” ପାଉଲ: “ମୁଁ ପାଗଳ ନୁହେଁ”ପ୍ରେରି 26:24–25
ପଦଗୁଡ଼ିକ
ପ୍ରେରି 26:24–25ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି। କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି।
- ପାଉଲ: ସମସ୍ତେ ଅନ୍ୟ ଭାଷାରେ କହିଲେ, ବାହାର ଲୋକେ କହିବେ ତୁମ୍ଭେମାନେ ପାଗଳପ୍ର.କରି 14:23
ପଦଗୁଡ଼ିକ
ପ୍ର.କରି 14:23ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କଅଣ ସେମାନେ କହିବେ ନାହିଁ?
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର