Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଖାଦ୍ୟ

ଦୈନନ୍ଦିନ ଜୀବନ

ବାଇବେଲରେ ଖାଦ୍ୟ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 38ଟି ଅଂଶ, ଧାଡ଼ି ପରେ ଧାଡ଼ି।

ଲୋକମାନେ କʼଣ ଖାଉଥିଲେ

  • ପରିବାର ପାଇଁ ଛେଳି ଦୁଧହିତୋ 27:27
    ପଦଗୁଡ଼ିକ
    ହିତୋ 27:27ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ।
  • ଦହି, ଦୁଧ, ମେଷଶାବକର ମେଦ ଓ ଉତ୍ତମ ଗହମଦ୍ବି.ବି 32:14
    ପଦଗୁଡ଼ିକ
    ଦ୍ବି.ବି 32:14ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।
  • ସହସ୍ରପତି ପାଇଁ ଦଶ ଖଣ୍ଡ ଛେନାପ୍ର.ଶା 17:17–18
    ପଦଗୁଡ଼ିକ
    ପ୍ର.ଶା 17:17–18ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, “ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନିଯାଅ। ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନିଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।
  • ଦାଉଦଙ୍କ ଲୋକମାନଙ୍କ ପାଇଁ ଗହମ, ଯବ, ଶିମ୍ବ, ମସୁର, ମହୁ ଓ ଛେନାଦ୍ଵି.ଶା 17:28–29
    ପଦଗୁଡ଼ିକ
    ଦ୍ଵି.ଶା 17:28–29ଶଯ୍ୟା, ପାନପାତ୍ର, ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ, ଯବ, ମଇଦା, ଭଜା ଶସ୍ୟ, ଶିମ, ମସୁର ଓ ଭଜା ବିରି ପୁଣି ମଧୁ, ଦହି, ମେଷ ଓ ଗୋ-ଛେନା ଆଣିଲେ; ତହୁଁ ଦାଉଦ ଓ ତାଙ୍କ ସହିତ ଥିବା ଲୋକମାନେ ଖାଇଲେ; କାରଣ ସେମାନେ କହିଲେ, “ଲୋକମାନେ ପ୍ରାନ୍ତରରେ କ୍ଷୁଧିତ ଓ କ୍ଳାନ୍ତ ଓ ତୃଷିତ ହୋଇଥିବେ।”
  • ଅବ୍ରହାମ ରୁଟି, କଅଁଳ ବାଛୁରି, ଦହି ଓ ଦୁଧ ପରିବେଷଣ କରନ୍ତିଆଦି 18:5–8
    ପଦଗୁଡ଼ିକ
    ଆଦି 18:5–8ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲା ପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।” ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।” ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା। ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।
  • ରୂତ ସିର୍କାରେ ରୁଟି ବୁଡ଼ାଇ ଭଜା ଶସ୍ୟ ଖାଆନ୍ତିରୂତ 2:14
    ପଦଗୁଡ଼ିକ
    ରୂତ 2:14ଭୋଜନ ସମୟରେ ବୋୟଜ ତାହାକୁ କହିଲା, “ତୁମ୍ଭେ ଏଠାକୁ ଆସି ରୁଟି ଭୋଜନ କର ଓ ନିଜ ରୁଟିଖଣ୍ଡ ଅମ୍ଳରସରେ ବୁଡ଼ାଅ,” ତହିଁରେ ସେ ଶସ୍ୟକଟାଳିମାନଙ୍କ ନିକଟରେ ବସିଲା; ପୁଣି (ବୋୟଜ) ତାହାକୁ ଭଜା ଶସ୍ୟ ଆଣି ଦେଲା; ତହିଁରେ ସେ ଭୋଜନ କରି ତୃପ୍ତ ହେଲା ଓ କିଛି ବଳକା ରଖିଲା।
  • ପ୍ରତ୍ୟେକଙ୍କ ପାଇଁ ରୁଟି, ଖଜୁରୀ ପିଠା ଓ କିସମିସ ପିଠାଦ୍ଵି.ଶା 6:19
    ପଦଗୁଡ଼ିକ
    ଦ୍ଵି.ଶା 6:19ପୁଣି ସେ ଇସ୍ରାଏଲର ସମୁଦାୟ ଜନତା ମଧ୍ୟରେ ସମସ୍ତ ଲୋକଙ୍କୁ, ପୁରୁଷ ଓ ସ୍ତ୍ରୀ ଉଭୟ ମଧ୍ୟରେ ପ୍ରତ୍ୟେକଙ୍କୁ ଏକ ଏକ ଖଣ୍ଡ ରୁଟି ଓ ଏକ ଏକ ଅଂଶ ମାଂସ ଓ ଏକ ଏକ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ପ୍ରସ୍ଥାନ କଲେ।
  • ଅବୀଗଲ ରୁଟି, ଦ୍ରାକ୍ଷାରସ, ମେଷ, କିସମିସ ଓ ଡିମ୍ବିରି ଚକ୍ତି ଆଣନ୍ତିପ୍ର.ଶା 25:18
    ପଦଗୁଡ଼ିକ
    ପ୍ର.ଶା 25:18ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।
  • ସୀବଃ ଦାଉଦଙ୍କ ପାଇଁ ରୁଟି, କିସମିସ ଓ ଗ୍ରୀଷ୍ମକାଳର ଫଳ ଆଣେଦ୍ଵି.ଶା 16:1–2
    ପଦଗୁଡ଼ିକ
    ଦ୍ଵି.ଶା 16:1–2ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍‍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା। ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।”
  • ଭୋକରେ ମରୁଥିବା ଜଣେ ମିସରୀୟ ଡିମ୍ବିରି ଚକ୍ତି ଓ କିସମିସ ଖାଇ ସତେଜ ହୁଏପ୍ର.ଶା 30:11–12
    ପଦଗୁଡ଼ିକ
    ପ୍ର.ଶା 30:11–12ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ; ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳ ପାନ କରି ନ ଥିଲା।
  • ମିସରରେ ମାଛ, କାକୁଡ଼ି, ଖରବୁଜା, ପିଆଜପତ୍ର, ପିଆଜ ଓ ରସୁଣଗଣ 11:5
    ପଦଗୁଡ଼ିକ
    ଗଣ 11:5ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);
  • ରୁଟି ଓ ମସୁର ଡାଲିଆଦି 25:34
    ପଦଗୁଡ଼ିକ
    ଆଦି 25:34ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।
  • ମାନ୍ନାର ସ୍ୱାଦ ମହୁ ମିଶା ପିଠା ପରି ଥିଲାଯାତ୍ରା 16:31
    ପଦଗୁଡ଼ିକ
    ଯାତ୍ରା 16:31ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।
  • ଦେଶର ଭଜା ଶସ୍ୟ; ତା’ପରେ ମାନ୍ନା ବନ୍ଦ ହେଲାଯିହୋ 5:11–12
    ପଦଗୁଡ଼ିକ
    ଯିହୋ 5:11–12ଆଉ ନିସ୍ତାର ପର୍ବର ପରଦିନ ସେମାନେ ଦେଶର ପୁରାତନ ଶସ୍ୟ ଭୋଜନ କଲେ, ସେହି ଦିନ ତାଡ଼ିଶୂନ୍ୟ ରୁଟି ଓ ଭଜା ଶସ୍ୟ ଖାଇଲେ। ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ।
  • ଗହମ, ଯବ, ଶିମ୍ବ, ମସୁର, କାଙ୍ଗୁ ଓ ଜଅର ରୁଟିଯିହି 4:9
    ପଦଗୁଡ଼ିକ
    ଯିହି 4:9ଆହୁରି, ତୁମ୍ଭେ ଆପଣା ପାଇଁ ଗହମ, ଯବ, ଶିମ, ମସୁର, କାଙ୍ଗୁ ଓ ଜହ୍ନା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟି ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶହ ନବେ ଦିନ ଆପଣା ପାର୍ଶ୍ୱରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ।
  • ଦାନିୟେଲ କେବଳ ଶାକ ଓ ଜଳ ମାଗନ୍ତିଦାନି 1:12
    ପଦଗୁଡ଼ିକ
    ଦାନି 1:12“ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।
  • ଡାମରା କାଉମାନେ ସକାଳ ସନ୍ଧ୍ୟା ଏଲୀୟଙ୍କ ପାଇଁ ରୁଟି ଓ ମାଂସ ଆଣନ୍ତିପ୍ର.ରା 17:6
    ପଦଗୁଡ଼ିକ
    ପ୍ର.ରା 17:6ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ।
  • ବାପ୍ତିସ୍ମଦାତା ଯୋହନ ପଙ୍ଗପାଳ ଓ ବନମଧୁ ଖାଉଥିଲେମାଥି 3:4
    ପଦଗୁଡ଼ିକ
    ମାଥି 3:4ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା।
  • ହୃଷ୍ଟପୁଷ୍ଟ ଷଣ୍ଢ ଅପେକ୍ଷା ପ୍ରେମ ସହିତ ଶାକର ଭୋଜନ ଭଲହିତୋ 15:17
    ପଦଗୁଡ଼ିକ
    ହିତୋ 15:17ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।
  • ପୁତ୍ର ରୁଟି କି ମାଛ ମାଗେମାଥି 7:9–10
    ପଦଗୁଡ଼ିକ
    ମାଥି 7:9–10କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ, କିଅବା ମାଛ ମାଗିଲେ ତାହାକୁ ସର୍ପ ଦେବ?
  • ହ୍ରଦ କୂଳରେ ଅଙ୍ଗାର ନିଆଁ ଉପରେ ମାଛ ଓ ରୁଟିଯୋହ 21:9
    ପଦଗୁଡ଼ିକ
    ଯୋହ 21:9ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ।
  • ପୁନରୁତ୍ଥିତ ଯୀଶୁ ଖଣ୍ଡେ ଭଜା ମାଛ ଖାଆନ୍ତିଲୂକ 24:42
    ପଦଗୁଡ଼ିକ
    ଲୂକ 24:42ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ।

ଭୋଜନ ମେଜରେ

  • ରିବିକା ଦୁଇଟି ଛେଳିଛୁଆରେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରନ୍ତିଆଦି 27:9
    ପଦଗୁଡ଼ିକ
    ଆଦି 27:9ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପାʼନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି।
  • ସ୍ତ୍ରୀମାନେ ପାଚକ ଓ ରୁଟି ତିଆରିକାରୀ ଭାବରେ କାମ କରୁଥିଲେପ୍ର.ଶା 8:13, ହିତୋ 31:15
    ପଦଗୁଡ଼ିକ
    ପ୍ର.ଶା 8:13ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ।
    ହିତୋ 31:15ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
  • ମିସରୀୟମାନେ ଏବ୍ରୀୟମାନଙ୍କ ସହିତ ଭୋଜନ କରୁ ନ ଥିଲେଆଦି 43:32
    ପଦଗୁଡ଼ିକ
    ଆଦି 43:32ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି, ତାଙ୍କ ସଙ୍ଗେ ଭୋଜନକାରୀ ମିସରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସରୀୟମାନଙ୍କର ଘୃଣିତ କର୍ମ।
  • ରୁଟି ଭାଙ୍ଗିବା ପୂର୍ବରୁ ଧନ୍ୟବାଦ ଦିଆଯାଉଥିଲାମାର୍କ 8:6, ଲୂକ 24:30, ପ୍ରେରି 27:35
    ପଦଗୁଡ଼ିକ
    ମାର୍କ 8:6ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ।
    ଲୂକ 24:30ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।
    ପ୍ରେରି 27:35ସେ ଏହିସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ବରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ।
  • ଶେଷ ଭୋଜ ପରେ ଏକ ସ୍ତବଗାନମାଥି 26:30
    ପଦଗୁଡ଼ିକ
    ମାଥି 26:30ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ।

ଖାଦ୍ୟ ରୂପେ ନିଷିଦ୍ଧ

  • ସ୍ଥଳଚର ପଶୁ: କେବଳ ଦୁଇ ଖୁରା ଥିବା ଓ ପାକୁଳି କରୁଥିବାଲେବୀ 11:3–4
    ପଦଗୁଡ଼ିକ
    ଲେବୀ 11:3–4ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ। ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
  • ଜଳଚର ପ୍ରାଣୀ: କେବଳ ଡେଣା ଓ କାତି ଥିବାଲେବୀ 11:9–10
    ପଦଗୁଡ଼ିକ
    ଲେବୀ 11:9–10ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ। ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,
  • ଉତ୍କ୍ରୋଶ, ଶାଗୁଣା ଓ ତାଲିକାର ଅନ୍ୟ ପକ୍ଷୀ ଖାଇବା ନିଷେଧଲେବୀ 11:13
    ପଦଗୁଡ଼ିକ
    ଲେବୀ 11:13ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହିସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,
  • ପଙ୍ଗପାଳ, ବାଘୁଆଫଡ଼ିଙ୍ଗ, ଝିଙ୍କାରୀ ଓ ଝିଣ୍ଟିକା ଖାଇପାରିବଲେବୀ 11:21–22
    ପଦଗୁଡ଼ିକ
    ଲେବୀ 11:21–22ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ। ଅର୍ଥାତ୍‍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ, ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ, ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ।
  • ରକ୍ତ ବୁହାଇ ଧୂଳିରେ ଢାଙ୍କିଦିଆଯାଏଲେବୀ 17:13–14
    ପଦଗୁଡ଼ିକ
    ଲେବୀ 17:13–14ଆଉ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ଲୋକ ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ଶିକାରରେ କୌଣସି ଖାଦ୍ୟ ଯୋଗ୍ୟ ପଶୁକୁ ବା ପକ୍ଷୀକୁ ବଧ କରେ, ତେବେ ସେ ତାହାର ରକ୍ତ ଢାଳି ଧୂଳିରେ ଢାଙ୍କିବ। କାରଣ ସବୁ ପ୍ରାଣୀର ପ୍ରାଣ ସମ୍ବନ୍ଧରେ ରକ୍ତ ହିଁ ତାହାର ପ୍ରାଣ ଅଟେ; ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ କୌଣସି ପ୍ରକାର ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ, ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତାହାର ପ୍ରାଣ; ଯେକେହି ତାହା ଭୋଜନ କରିବ, ସେ ଉଚ୍ଛିନ୍ନ ହେବ।
  • କ୍ଷେତ୍ରରେ ପଶୁ ଦ୍ୱାରା ବିଦୀର୍ଣ୍ଣ ପଶୁର ମାଂସ ଖାଅ ନାହିଁଯାତ୍ରା 22:31
    ପଦଗୁଡ଼ିକ
    ଯାତ୍ରା 22:31ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ୱାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ।
  • ଛେଳିଛୁଆକୁ ତାହାର ମାଆର ଦୁଧରେ ସିଝାଅ ନାହିଁଯାତ୍ରା 23:19, ଦ୍ବି.ବି 14:21
    ପଦଗୁଡ଼ିକ
    ଯାତ୍ରା 23:19ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।
    ଦ୍ବି.ବି 14:21ତୁମ୍ଭେମାନେ ସ୍ୱୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ କୌଣସି ବିଦେଶୀକୁ ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରିପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର