Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ବନ୍ଧୁତା

ଦୈନନ୍ଦିନ ଜୀବନ

ବାଇବେଲରେ ବନ୍ଧୁତା

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 45ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ବନ୍ଧୁ ସବୁବେଳେ ପ୍ରେମ କରେ; ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତହିତୋ 17:17
    ପଦଗୁଡ଼ିକ
    ହିତୋ 17:17ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ।
  • ଏପରି ବନ୍ଧୁ ଅଛି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହେହିତୋ 18:24
    ପଦଗୁଡ଼ିକ
    ହିତୋ 18:24ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।
  • ବନ୍ଧୁର ଦିଆ କ୍ଷତ ବିଶ୍ୱାସନୀୟହିତୋ 27:6
    ପଦଗୁଡ଼ିକ
    ହିତୋ 27:6ପ୍ରେମକାରୀର କ୍ଷତ ବିଶ୍ୱାସନୀୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ।
  • ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲହିତୋ 27:10
    ପଦଗୁଡ଼ିକ
    ହିତୋ 27:10ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।
  • ଯେପରି ଲୁହା ଲୁହାକୁ ଶାଣିତ କରେ, ସେପରି ମନୁଷ୍ୟ ମନୁଷ୍ୟକୁହିତୋ 27:17
    ପଦଗୁଡ଼ିକ
    ହିତୋ 27:17ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
  • ପ୍ରତିବାସୀର ଘରକୁ କ୍ୱଚିତ ଯାଅ, ନୋହିଲେ ସେ ତୁମ୍ଭ ଉପରେ ବିରକ୍ତ ହେବହିତୋ 25:17
    ପଦଗୁଡ଼ିକ
    ହିତୋ 25:17ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ।
  • ଅତି ପ୍ରଭାତରେ ଉଚ୍ଚ ସ୍ୱରରେ ଦିଆ ଆଶୀର୍ବାଦ ଅଭିଶାପ ରୂପେ ଗଣିତ ହୁଏହିତୋ 27:14
    ପଦଗୁଡ଼ିକ
    ହିତୋ 27:14ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ।
  • ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁହିତୋ 22:24–25
    ପଦଗୁଡ଼ିକ
    ହିତୋ 22:24–25ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ। କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।
  • ଧନ ବହୁତ ମିତ୍ର ଆଣେ; ଦରିଦ୍ରକୁ ସମସ୍ତେ ଛାଡ଼ିଦିଅନ୍ତିହିତୋ 19:4, ହିତୋ 19:6
    ପଦଗୁଡ଼ିକ
    ହିତୋ 19:4ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ।
    ହିତୋ 19:6ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।
  • ପୁନଃ ପୁନଃ ଦୋଷ କଥା ଉଠାଇଲେ ବନ୍ଧୁମାନେ ଅଲଗା ହୁଅନ୍ତିହିତୋ 17:9
    ପଦଗୁଡ଼ିକ
    ହିତୋ 17:9ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।
  • ଏକ ଜଣରୁ ଦୁଇ ଜଣ ଭଲ; ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡେ ନାହିଁଉପ 4:9–12
    ପଦଗୁଡ଼ିକ
    ଉପ 4:9–12ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି। ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର। ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ? ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।
  • ସଙ୍ଗରେ ରୁଟି ଖାଇଥିବା ଘନିଷ୍ଠ ବନ୍ଧୁ ଗୀତକାରଙ୍କ ବିରୁଦ୍ଧ ହେଲାଗୀତ 41:9, ଗୀତ 55:12–14
    ପଦଗୁଡ଼ିକ
    ଗୀତ 41:9ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।
    ଗୀତ 55:12–14କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରିପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି; ମାତ୍ର ମୋʼ ପରି ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ। ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ।
  • ଆୟୁବ ଅଭିଯୋଗ କରନ୍ତି ଯେ ତାଙ୍କ ବନ୍ଧୁମାନେ ତାଙ୍କ ବିରୁଦ୍ଧ ହୋଇଅଛନ୍ତିଆୟୁବ 6:14–15, ଆୟୁବ 16:20, ଆୟୁବ 19:19
    ପଦଗୁଡ଼ିକ
    ଆୟୁବ 6:14–15କ୍ଷୀଣ ହେବାକୁ ଉଦ୍ୟତ ଲୋକ ପ୍ରତି, ମଧ୍ୟ ସର୍ବଶକ୍ତିମାନଙ୍କ ଭୟତ୍ୟାଗୀ ଲୋକ ପ୍ରତି ବନ୍ଧୁଠାରୁ ଦୟା ପ୍ରକାଶିତ ହେବା ଉଚିତ। ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି;
    ଆୟୁବ 16:20ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ;
    ଆୟୁବ 19:19ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି।
  • ପାଉଲଙ୍କ ପ୍ରଥମ ଶୁଣାଣି ବେଳେ ସମସ୍ତେ ତାଙ୍କୁ ପରିତ୍ୟାଗ କଲେଦ୍ଵି.ତୀମ 4:16
    ପଦଗୁଡ଼ିକ
    ଦ୍ଵି.ତୀମ 4:16ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।
  • ଯୀଶୁ: ବନ୍ଧୁମାନଙ୍କ ନିମନ୍ତେ ପ୍ରାଣ ଦେବା ଅପେକ୍ଷା ଅଧିକ ଶ୍ରେଷ୍ଠ ପ୍ରେମ ନାହିଁଯୋହ 15:13–15
    ପଦଗୁଡ଼ିକ
    ଯୋହ 15:13–15ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ। ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ। ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି।

ଉଦାହରଣ

  • ଅବ୍ରାମ 318 ଜଣ ଶିକ୍ଷିତ ଲୋକଙ୍କ ସହିତ ଆପଣା କୁଟୁମ୍ବ ଲୋଟଙ୍କୁ ଉଦ୍ଧାର କରନ୍ତିଆଦି 14:14–16
    ପଦଗୁଡ଼ିକ
    ଆଦି 14:14–16ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନି ଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ। ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରିକାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ। ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।
  • ରୂତ ନୟମୀଙ୍କୁ ଛାଡ଼ନ୍ତି ନାହିଁ: “ତୁମ୍ଭେ ଯେଉଁଠାକୁ ଯିବ, ମୁଁ ମଧ୍ୟ ସେହିଠାକୁ ଯିବି”ରୂତ 1:16–17
    ପଦଗୁଡ଼ିକ
    ରୂତ 1:16–17ରୂତ କହିଲା, “ତୁମ୍ଭକୁ ତ୍ୟାଗ କରି ତୁମ୍ଭର ପଶ୍ଚାଦ୍‍ଗମନ କରି ଫେରି ଯିବାକୁ ମୋତେ ବିନୟ ନ କର, ଯେହେତୁ ତୁମ୍ଭେ ଯେଉଁଠାକୁ ଯିବ, ମୁଁ ମଧ୍ୟ ସେହିଠାକୁ ଯିବି; ତୁମ୍ଭେ ଯେଉଁଠାରେ ରହିବ, ମୁଁ ମଧ୍ୟ ସେହିଠାରେ ରହିବି; ତୁମ୍ଭର ଲୋକ ହିଁ ମୋହର ଲୋକ ଓ ତୁମ୍ଭର ପରମେଶ୍ୱର ହିଁ ମୋହର ପରମେଶ୍ୱର ହେବେ। ତୁମ୍ଭେ ଯେଉଁଠାରେ ମରିବ, ମୁଁ ମଧ୍ୟ ସେହିଠାରେ ମରିବି ଓ ସେହିଠାରେ ମୋହର କବର ହେବ; କେବଳ ମୃତ୍ୟୁ ଛଡ଼ା ଆଉ କିଛି ହିଁ ଯେବେ ତୁମ୍ଭକୁ ଓ ମୋତେ ବିଚ୍ଛେଦ କରଇ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”
  • ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କରନ୍ତିପ୍ର.ଶା 15:35, ପ୍ର.ଶା 16:1
    ପଦଗୁଡ଼ିକ
    ପ୍ର.ଶା 15:35ମାତ୍ର ଶାଉଲଙ୍କର ମରଣ ଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।
    ପ୍ର.ଶା 16:1ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”
  • ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ପ୍ରେମ କରି ତାଙ୍କୁ ନିଜ ବସ୍ତ୍ର ଦିଅନ୍ତିପ୍ର.ଶା 18:1–4
    ପଦଗୁଡ଼ିକ
    ପ୍ର.ଶା 18:1–4ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା। ପୁଣି, ଶାଉଲ ସେହି ଦିନ ତାଙ୍କୁ ଗ୍ରହଣ କରି ତାଙ୍କର ପିତୃଗୃହକୁ ଆଉ ଯିବାକୁ ଦେଲେ ନାହିଁ। ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ। ପୁଣି, ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ୍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା।
  • ଦାଉଦ ଓ ଯୋନାଥନ ପରସ୍ପରକୁ ଚୁମ୍ବନ କରି, କାନ୍ଦି, ଶପଥ କରି ବିଦାୟ ହୁଅନ୍ତିପ୍ର.ଶା 20:41–42, ପ୍ର.ଶା 23:16–18
    ପଦଗୁଡ଼ିକ
    ପ୍ର.ଶା 20:41–42ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ। ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, “କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋʼ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ।” ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା।
    ପ୍ର.ଶା 23:16–18ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା। ପୁଣି, ସେ ତାଙ୍କୁ କହିଲା, “ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।” ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା।
  • ଦାଉଦଙ୍କ ବିଳାପ: “ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ”ଦ୍ଵି.ଶା 1:26
    ପଦଗୁଡ଼ିକ
    ଦ୍ଵି.ଶା 1:26ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।
  • ଯୋନାଥନଙ୍କ ସକାଶୁ ମଫୀବୋଶତ୍‍ ସର୍ବଦା ଦାଉଦଙ୍କ ମେଜରେ ଭୋଜନ କରନ୍ତିଦ୍ଵି.ଶା 9:1, ଦ୍ଵି.ଶା 9:7
    ପଦଗୁଡ଼ିକ
    ଦ୍ଵି.ଶା 9:1ଏଥିଉତ୍ତାରେ ଦାଉଦ ପଚାରିଲେ, “ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି?”
    ଦ୍ଵି.ଶା 9:7ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”
  • ଦାଉଦ ଯାଜକ ଅବୀୟାଥରଙ୍କୁ: “ତୁମ୍ଭେ ମୋʼ ସଙ୍ଗେ ରୁହ, ଭୟ ନ କର”ପ୍ର.ଶା 22:23
    ପଦଗୁଡ଼ିକ
    ପ୍ର.ଶା 22:23ତୁମ୍ଭେ ମୋʼ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋʼ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ।”
  • ସୋରର ରାଜା ହୂରମ୍‍ ସର୍ବଦା ଦାଉଦଙ୍କର ବନ୍ଧୁ ଥିଲେପ୍ର.ରା 5:1
    ପଦଗୁଡ଼ିକ
    ପ୍ର.ରା 5:1ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍‍ର ପ୍ରିୟପାତ୍ର ଥିଲେ।
  • ଅବଶାଲୋମଙ୍କ ବିଦ୍ରୋହ ସମୟରେ ଦାଉଦଙ୍କ ବନ୍ଧୁ ହୂଶୟ ବିଶ୍ୱସ୍ତ ରହନ୍ତିଦ୍ଵି.ଶା 15:32–37, ଦ୍ଵି.ଶା 16:16–17
    ପଦଗୁଡ଼ିକ
    ଦ୍ଵି.ଶା 15:32–37ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ୱରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୂଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା। ତହିଁରେ ଦାଉଦ ତାହାଙ୍କୁ କହିଲେ, “ଯେବେ ତୁମ୍ଭେ ମୋʼ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋʼ ପ୍ରତି ଭାର ସ୍ୱରୂପ ହେବ। ମାତ୍ର ଯେବେ ତୁମ୍ଭେ ନଗରକୁ ଫେରିଯାଇ ଅବଶାଲୋମଙ୍କୁ କହିବ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି,’ ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ। ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ। ଦେଖ, ସେହି ସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍‍, ସାଦୋକର ପୁତ୍ର ଅହୀମାସ୍‍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେହି ସବୁ କଥା ସେମାନଙ୍କ ହାତରେ ମୋʼ ନିକଟକୁ କହି ପଠାଇବ।” ତହୁଁ ଦାଉଦଙ୍କର ମିତ୍ର ହୂଶୟ ନଗରକୁ ଆସିଲା; ପୁଣି ଅବଶାଲୋମ ଯିରୂଶାଲମକୁ ଆସିଲା।
    ଦ୍ଵି.ଶା 16:16–17ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମଙ୍କୁ କହିଲା, “ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ!” ତହିଁରେ ଅବଶାଲୋମ ହୂଶୟକୁ କହିଲା, “ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ?”
  • ଗାଥୀୟ ଇତ୍ତୟ ପଳାୟନ କରୁଥିବା ଦାଉଦଙ୍କୁ ଛାଡ଼ିବାକୁ ମନା କରନ୍ତିଦ୍ଵି.ଶା 15:19–21
    ପଦଗୁଡ଼ିକ
    ଦ୍ଵି.ଶା 15:19–21ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କ ସଙ୍ଗେ ଯାଉଅଛ? ଫେରିଯାଅ, ରାଜାଙ୍କ ସଙ୍ଗେ ରୁହ; କାରଣ ତୁମ୍ଭେ ତ ଜଣେ ବିଦେଶୀ, ମଧ୍ୟ ନିର୍ବାସିତ ଲୋକ; ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ। ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ।” ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର କରି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜ ଜୀବିତ ଥିବା ପ୍ରମାଣେ, ଜୀବନ ପାଇଁ ହେଉ ବା ମରଣ ପାଇଁ ହେଉ, ଅବଶ୍ୟ ମୋହର ପ୍ରଭୁ ମହାରାଜ ଯେଉଁଠାରେ ରହିବେ, ସେଠାରେ ମଧ୍ୟ ଆପଣଙ୍କ ଦାସ ରହିବ।”
  • ରାଜା ଅହସୀୟ ଆହତ ରାଜା ଯୋରାମ୍‍ଙ୍କୁ ଦେଖିବାକୁ ଯାଆନ୍ତିଦ୍ଵି.ରା 8:28–29
    ପଦଗୁଡ଼ିକ
    ଦ୍ଵି.ରା 8:28–29ଏଥିଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍‍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ। ଏହେତୁ ଯୋରାମ୍‍ ରାଜା ଅରାମର ରାଜା ହସାୟେଲ ବିରୁଦ୍ଧରେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ରାମାରେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ଆହାବଙ୍କର ପୁତ୍ର ଯୋରାମ୍‍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ତାଙ୍କୁ ଦେଖିବା ପାଇଁ ଯିଷ୍ରିୟେଲକୁ ଗଲେ।
  • ଆୟୁବଙ୍କ ତିନି ବନ୍ଧୁ ସାତ ଦିନ ନୀରବରେ ତାଙ୍କ ସହିତ ବସନ୍ତିଆୟୁବ 2:11–13
    ପଦଗୁଡ଼ିକ
    ଆୟୁବ 2:11–13ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍‍ ଓ ଶୂହୀୟ ବିଲ୍‍ଦଦ୍‍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ୱ ସ୍ୱ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ୱନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ। ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚସ୍ୱରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ। ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ।
  • ଦାନିୟେଲ ରାଜାଙ୍କୁ ଆପଣା ତିନି ବନ୍ଧୁଙ୍କୁ ଉଚ୍ଚପଦ ଦେବାକୁ ନିବେଦନ କରନ୍ତିଦାନି 2:17–18, ଦାନି 2:49
    ପଦଗୁଡ଼ିକ
    ଦାନି 2:17–18ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍‍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ, ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
    ଦାନି 2:49ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।
  • ଯୀଶୁ ମାର୍ଥା, ତାଙ୍କ ଭଉଣୀ ଓ ଲାଜାରଙ୍କୁ ପ୍ରେମ କରୁଥିଲେଲୂକ 10:38–39, ଯୋହ 11:5, ଯୋହ 11:11
    ପଦଗୁଡ଼ିକ
    ଲୂକ 10:38–39ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।
    ଯୋହ 11:5ଯୀଶୁ, ମାର୍ଥା ଏବଂ ତାହାଙ୍କ ଭଉଣୀ ଏବଂ ଲାଜାରଙ୍କୁ ସ୍ନେହ କରୁଥିଲେ।
    ଯୋହ 11:11ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, “ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାହାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି।”
  • ପାଉଲଙ୍କ ଭଣଜା ତାଙ୍କୁ ଷଡ଼ଯନ୍ତ୍ର ବିଷୟରେ ସାବଧାନ କରନ୍ତିପ୍ରେରି 23:16
    ପଦଗୁଡ଼ିକ
    ପ୍ରେରି 23:16କିନ୍ତୁ ପାଉଲଙ୍କ ଭଣଜା ସେମାନଙ୍କର ଛକି ରହିବା କଥା ଶୁଣିଲେ ଏବଂ ଆସି ଗଡ଼ ମଧ୍ୟରେ ପ୍ରବେଶ କରି ପାଉଲଙ୍କୁ ଜଣାଇଲେ।
  • ପ୍ରୀସ୍କିଲ୍ଲା ଓ ଆକ୍ୱିଲା ପାଉଲଙ୍କ ପାଇଁ ଆପଣା ପ୍ରାଣ ବିପଦରେ ପକାଇଲେରୋମୀ 16:3–4
    ପଦଗୁଡ଼ିକ
    ରୋମୀ 16:3–4“ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ; ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୁଦୀମାନଙ୍କ ମଣ୍ଡଳୀ-ସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;
  • ପାଉଲ: ତୀମଥିଙ୍କ ପରି “ମୋʼ ନିକଟରେ ଆଉ କେହି ନାହିଁ”ଫିଲି 2:19–22
    ପଦଗୁଡ଼ିକ
    ଫିଲି 2:19–22କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି। କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାହାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ। ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି। ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ।
  • ଏପାଫ୍ରାଦିତ, ପାଉଲଙ୍କ ଭାଇ, ସହକର୍ମୀ ଓ ସହଯୋଦ୍ଧାଫିଲି 2:25
    ପଦଗୁଡ଼ିକ
    ଫିଲି 2:25କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରାଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି;

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର