Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଦୀର୍ଘକାୟ ଲୋକ

ଆଶ୍ଚର୍ଯ୍ୟଜନକ ବିବରଣୀ

ବାଇବେଲରେ ଦୀର୍ଘକାୟ ଲୋକ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 29ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ସେହି ସମୟରେ ପୃଥିବୀରେ ମହାବୀରଗଣ (ନେଫିଲିମ୍) ଥିଲେଆଦି 6:4
    ପଦଗୁଡ଼ିକ
    ଆଦି 6:4ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।
  • ଗୁପ୍ତଚରମାନେ: ଅନାକର ସନ୍ତାନମାନଙ୍କ ଆଗରେ ଆମ୍ଭେମାନେ ଫଡ଼ିଙ୍ଗ ପରି ଥିଲୁଗଣ 13:32–33
    ପଦଗୁଡ଼ିକ
    ଗଣ 13:32–33ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା। ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”
  • ଅନାକୀୟମାନେ: ବଳବାନ ଓ ଦୀର୍ଘକାୟ ଜାତିଦ୍ବି.ବି 1:28, ଦ୍ବି.ବି 9:2
    ପଦଗୁଡ଼ିକ
    ଦ୍ବି.ବି 1:28ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’”
    ଦ୍ବି.ବି 9:2ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”
  • ଅନାକୀୟମାନଙ୍କ ପରି ଉଚ୍ଚ ଏମୀୟମାନେ ମୋୟାବରେ ବାସ କରୁଥିଲେଦ୍ବି.ବି 2:10–11
    ପଦଗୁଡ଼ିକ
    ଦ୍ବି.ବି 2:10–11(ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ। ଅନାକୀୟମାନଙ୍କ ତୁଲ୍ୟ ସେମାନେ ମଧ୍ୟ ରଫାୟୀୟମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।
  • ଅମ୍ମୋନୀୟମାନେ ଆପଣା ଦେଶର ରଫାୟୀୟମାନଙ୍କୁ ସମ୍ସୁମ୍ମୀୟ ବୋଲି କହୁଥିଲେଦ୍ବି.ବି 2:20–21
    ପଦଗୁଡ଼ିକ
    ଦ୍ବି.ବି 2:20–21(ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ; ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।
  • କଦର୍ଲାୟୋମର ରଫାୟୀୟ, ସୁଷୀୟ ଓ ଏମୀୟମାନଙ୍କୁ ପରାସ୍ତ କଲେଆଦି 14:5
    ପଦଗୁଡ଼ିକ
    ଆଦି 14:5ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅସ୍ତରୋତ୍‍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମ୍‍ରେ ଏମୀୟ ଲୋକମାନଙ୍କୁ,

ବାଶନର ଓଗ୍‍

  • ବାଶନର ରାଜା ଓଗ୍‍ ରଫାୟୀୟମାନଙ୍କ ମଧ୍ୟରେ ଶେଷ ଥିଲାଦ୍ବି.ବି 3:11, ଯିହୋ 12:4
    ପଦଗୁଡ଼ିକ
    ଦ୍ବି.ବି 3:11(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।
    ଯିହୋ 12:4ପୁଣି ବାଶନୀୟ ଓଗ୍‍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍‍ ଓ ଇଦ୍ରିୟୀରେ ବାସ କଲା,
  • ତାହାର ଲୁହା ଖଟ ନଅ ହାତ ଲମ୍ବା ଓ ଚାରି ହାତ ଚଉଡ଼ା ଥିଲାଦ୍ବି.ବି 3:11
    ପଦଗୁଡ଼ିକ
    ଦ୍ବି.ବି 3:11(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।
  • ଇସ୍ରାଏଲ ଇଦ୍ରିୟୀରେ ଓଗ୍‍କୁ ପରାସ୍ତ କରି ତାହାର ଷାଠିଏ ନଗର ନେଲାଗଣ 21:33–35, ଦ୍ବି.ବି 3:1–4
    ପଦଗୁଡ଼ିକ
    ଗଣ 21:33–35ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ୍‍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ। ସେହି ସମୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ହିଷ୍‍ବୋନବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ।” ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି, ସେମାନେ ତାହାର ଦେଶ ଅଧିକାର କଲେ।
    ଦ୍ବି.ବି 3:1–4ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍‍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ। ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।” ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍‍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ। ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍‍, ବାଶନସ୍ଥ ଓଗ୍‍ର ରାଜ୍ୟ (ହସ୍ତଗତ କଲୁ)।
  • ତାହାର ଦେଶ ରୁବେନ୍‍, ଗାଦ୍‍ ଓ ମନଃଶିର ଅର୍ଦ୍ଧ ବଂଶକୁ ମିଳିଲାଗଣ 32:33, ଦ୍ବି.ବି 29:7–8
    ପଦଗୁଡ଼ିକ
    ଗଣ 32:33ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍‍, ଗାଦ୍‍-ସନ୍ତାନଗଣକୁ, ରୁବେନ୍‍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍‍ର ରାଜ୍ୟ, ଅର୍ଥାତ୍‍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।
    ଦ୍ବି.ବି 29:7–8ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍‍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍‍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ। ପୁଣି, ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲୁ।

ହିବ୍ରୋଣ ଓ ଅନାକୀୟମାନେ

  • ହିବ୍ରୋଣର ପୂର୍ବ ନାମ କିରୀୟଥ୍‍-ଅର୍ବ, ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଅର୍ବଙ୍କ ନାମରେଯିହୋ 14:15, ଯିହୋ 15:13
    ପଦଗୁଡ଼ିକ
    ଯିହୋ 14:15ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।
    ଯିହୋ 15:13ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।
  • କାଲେବ ଅନାକର ତିନି ପୁତ୍ର ଶେଶୟ, ଅହୀମାନ୍‍, ତଲ୍ମୟକୁ ତଡ଼ିଦେଲେଯିହୋ 15:14, ବିଚାର 1:20
    ପଦଗୁଡ଼ିକ
    ଯିହୋ 15:14ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।
    ବିଚାର 1:20ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।
  • ଯିହୋଶୂୟ ଅନାକୀୟମାନଙ୍କୁ ଉଚ୍ଛେଦ କଲେ; କେତେକ ଘସା, ଗାଥ୍‍ ଓ ଅସ୍ଦୋଦରେ ରହିଗଲେଯିହୋ 11:21–22
    ପଦଗୁଡ଼ିକ
    ଯିହୋ 11:21–22ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ। ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍‍ ଓ ଅସ୍ଦୋଦରେ କେହି କେହି ରହିଲେ।

ଗଲୀୟାତ ଓ ତାହାର ଜ୍ଞାତି

  • ଗାଥ୍‍ର ଗଲୀୟାତ ଛଅ ହାତ ଓ ଏକ ବିଘତ ଉଚ୍ଚ ଥିଲାପ୍ର.ଶା 17:4
    ପଦଗୁଡ଼ିକ
    ପ୍ର.ଶା 17:4ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।
  • ତାହାର ସାଞ୍ଜୁଆର ଓଜନ ପାଞ୍ଚ ହଜାର ଶେକଲ ଥିଲାପ୍ର.ଶା 17:5
    ପଦଗୁଡ଼ିକ
    ପ୍ର.ଶା 17:5ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା।
  • ତାହାର ବର୍ଚ୍ଛାର ଫଳର ଓଜନ ଛଅ ଶହ ଶେକଲ ଥିଲାପ୍ର.ଶା 17:7
    ପଦଗୁଡ଼ିକ
    ପ୍ର.ଶା 17:7ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା।
  • ଚାଳିଶ ଦିନ ସେ ପ୍ରତି ସକାଳ ଓ ସନ୍ଧ୍ୟାରେ ବାହାରି ଆସୁଥିଲାପ୍ର.ଶା 17:16
    ପଦଗୁଡ଼ିକ
    ପ୍ର.ଶା 17:16ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।
  • ଦାଉଦ ଫିଙ୍ଗା ଓ ପଥରରେ ତାହାକୁ ବଧ କଲେପ୍ର.ଶା 17:49–50
    ପଦଗୁଡ଼ିକ
    ପ୍ର.ଶା 17:49–50ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯାʼନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା। ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।
  • ପରେ ଗଲୀୟାତର ଖଡ୍ଗ ଏଫୋଦ ପଛରେ କନାରେ ଗୁଡ଼ାଇ ରଖାଯାଇଥିଲାପ୍ର.ଶା 21:9
    ପଦଗୁଡ଼ିକ
    ପ୍ର.ଶା 21:9ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।”
  • ଇଶ୍‍ବୀ ବନୋବ୍‍ର ପିତ୍ତଳ ବର୍ଚ୍ଛାର ଓଜନ ତିନି ଶହ ଶେକଲ; ଅବୀଶୟ ତାହାକୁ ବଧ କଲେଦ୍ଵି.ଶା 21:16–17
    ପଦଗୁଡ଼ିକ
    ଦ୍ଵି.ଶା 21:16–17ସେସମୟରେ ଇଶ୍‍ବୀ ବନୋବ୍‍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା। ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, “ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।”
  • ଇଲ୍‍ହାନନ୍‍ ଗଲୀୟାତର ଭାଇ ଲହମିକୁ ବଧ କଲେପ୍ର.ବଂ 20:5
    ପଦଗୁଡ଼ିକ
    ପ୍ର.ବଂ 20:5ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍‍ହାନନ୍‍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା।
  • ଗାଥ୍‍ରେ ଜଣେ ଲୋକର ପ୍ରତି ହାତରେ ଛଅ ଅଙ୍ଗୁଳି, ପ୍ରତି ପାଦରେ ଛଅ ଅଙ୍ଗୁଳି ଥିଲାଦ୍ଵି.ଶା 21:20–21, ପ୍ର.ବଂ 20:6–7
    ପଦଗୁଡ଼ିକ
    ଦ୍ଵି.ଶା 21:20–21ଏହାପରେ ପୁନର୍ବାର ଗାଥ୍‍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ। ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।
    ପ୍ର.ବଂ 20:6–7ଏଉତ୍ତାରେ ପୁନର୍ବାର ଗାଥ୍‍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ। ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର