Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଅତିଭୋଜନ

ଦୈନନ୍ଦିନ ଜୀବନ

ବାଇବେଲରେ ଅତିଭୋଜନ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 18ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ଶାସକଙ୍କ ସହିତ ଭୋଜନ? ଆପଣା ଗଳାରେ ଛୁରୀ ରଖହିତୋ 23:1–3
    ପଦଗୁଡ଼ିକ
    ହିତୋ 23:1–3ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର। ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ। ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ।
  • ମହୁ ପାଇଲେ, କେବଳ ଯେତିକି ଦରକାର ସେତିକି ଖାଅହିତୋ 25:16
    ପଦଗୁଡ଼ିକ
    ହିତୋ 25:16ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।
  • ପେଟୁକମାନଙ୍କର ସଙ୍ଗୀ ଆପଣା ପିତାକୁ ଲଜ୍ଜା ଦିଏହିତୋ 28:7
    ପଦଗୁଡ଼ିକ
    ହିତୋ 28:7ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।
  • ମାଂସ ଗ୍ରାସ କରୁଥିବା ଲୋକମାନଙ୍କ ସଙ୍ଗୀ ହୁଅ ନାହିଁହିତୋ 23:20–21
    ପଦଗୁଡ଼ିକ
    ହିତୋ 23:20–21ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ। କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।
  • ଯେଉଁ ଦେଶର ଅଧିପତିମାନେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ସେ ଦେଶ ଧନ୍ୟଉପ 10:17
    ପଦଗୁଡ଼ିକ
    ଉପ 10:17ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!
  • “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା”ଯିଶା 22:13, ପ୍ର.କରି 15:32
    ପଦଗୁଡ଼ିକ
    ଯିଶା 22:13ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”
    ପ୍ର.କରି 15:32ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ-ପଶୁମାନଙ୍କ ସଦୃଶ ଲୋକମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କଅଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”
  • ହାତୀଦାନ୍ତ ଖଟରେ ଶୋଇ ମେଷଶାବକ ଓ ବାଛୁରି ଭୋଜନଆମୋ 6:4
    ପଦଗୁଡ଼ିକ
    ଆମୋ 6:4ସେମାନେ ହସ୍ତୀଦନ୍ତ ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଶରୀର ଲମ୍ବାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;
  • ଧନୀ ନିର୍ବୋଧ: “ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍”ଲୂକ 12:19–20
    ପଦଗୁଡ଼ିକ
    ଲୂକ 12:19–20ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍; କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?
  • “ଉଦର ସେମାନଙ୍କର ଦେବତା”ଫିଲି 3:19
    ପଦଗୁଡ଼ିକ
    ଫିଲି 3:19ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।
  • ସେମାନଙ୍କର ଜଣେ ସ୍ୱଜାତୀୟ: “କ୍ରୀତୀବାସୀମାନେ” … “ଅଳସୁଆ ପେଟୁକ ଅଟନ୍ତି”ତୀତ 1:12
    ପଦଗୁଡ଼ିକ
    ତୀତ 1:12ସେମାନଙ୍କର ଜଣେ ସ୍ୱଜାତୀୟ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସକ ପଶୁ ତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି।

ଉଦାହରଣ

  • ଭୋକିଲା ଏଷୌ ଲାଲ ଝୋଳ ପାଇଁ ଆପଣା ଜ୍ୟେଷ୍ଠାଧିକାର ବିକି ଦିଅନ୍ତିଆଦି 25:29–34
    ପଦଗୁଡ଼ିକ
    ଆଦି 25:29–34ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲା; ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍‍ (ରଙ୍ଗା) ଖ୍ୟାତ ହେଲା। ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।” ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ?” ଯାକୁବ କହିଲା, “ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା। ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।
  • ଇସ୍ରାଏଲ ମିସରର ମାଛ, କାକୁଡ଼ି ଓ ଖରବୁଜା ପାଇଁ କାନ୍ଦେଗଣ 11:4–6, ଗୀତ 78:18
    ପଦଗୁଡ଼ିକ
    ଗଣ 11:4–6ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ); ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ।”
    ଗୀତ 78:18ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।
  • ଲୋକମାନେ ଦୁଇ ଦିନ ଭାରଇ ପକ୍ଷୀ ସଂଗ୍ରହ କରନ୍ତି; ତା’ପରେ ମହାମାରୀ ହୁଏଗଣ 11:31–33
    ପଦଗୁଡ଼ିକ
    ଗଣ 11:31–33ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ୱରେ ପକାଇଲା। ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ। ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।
  • ଏଲିଙ୍କ ପୁତ୍ରମାନଙ୍କ ଦାସ ତିନି କଣ୍ଟା ଥିବା ଶୂଳରେ ମାଂସ ଛଡ଼ାଇ ନିଏପ୍ର.ଶା 2:12–17
    ପଦଗୁଡ଼ିକ
    ପ୍ର.ଶା 2:12–17ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ। ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରୁଥିଲେ ଯେ, କୌଣସି ଲୋକ ବଳିଦାନ କଲେ, ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୂଳ ଘେନି ଆସେ; ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ। ଆହୁରି ମେଦ ଦଗ୍ଧ କରିବା ପୂର୍ବରୁ ଯାଜକର ଦାସ ବଳିଦାନକାରୀ ଲୋକ ନିକଟକୁ ଆସି କହେ, “ଯାଜକ ପାଇଁ ମାଂସ ଦିଅ; କାରଣ ସେ ତୁମ୍ଭଠାରୁ ସିଦ୍ଧ ମାଂସ ନେବେ ନାହିଁ, କଞ୍ଚା ନେବେ।” ଏଥିରେ ଯେବେ ସେ ଲୋକ ତାହାକୁ କହେ, “ମେଦ ଏହିକ୍ଷଣି ଦଗ୍ଧ ହେବ, ତହିଁ ଉତ୍ତାରେ ତୁମ୍ଭ ପ୍ରାଣ ଯେତେ ଚାହେଁ ସେତେ ନିଅ;” ତେବେ ସେ ଉତ୍ତର କରେ, “ନାହିଁ, ମାତ୍ର ଏହିକ୍ଷଣି ତାହା ମୋତେ ଦେବାକୁ ହେବ; ତୁମ୍ଭେ ନ ଦେଲେ ତାହା ବଳରେ ନେବି।” ଏରୂପେ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଯୁବା ଲୋକଙ୍କର ପାପ ଅତି ଭାରୀ ହେଲା; କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।
  • ଜଣେ ବିଦ୍ରୋହୀ ପୁତ୍ରକୁ “ପେଟୁକ ଓ ମଦୁଆ” ବୋଲି ଦୋଷ ଦିଆଯାଏଦ୍ବି.ବି 21:20
    ପଦଗୁଡ଼ିକ
    ଦ୍ବି.ବି 21:20ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, “ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।”
  • ଯୀଶୁଙ୍କୁ “ପେଟୁକ ଓ ମଦୁଆ” ବୋଲି କୁହାଯାଏମାଥି 11:19
    ପଦଗୁଡ଼ିକ
    ମାଥି 11:19ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।”

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର