ଦୈନନ୍ଦିନ ଜୀବନ
ବାଇବେଲରେ ପରଚର୍ଚ୍ଚା
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 24ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ଆପଣା ଲୋକମାନଙ୍କ ମଧ୍ୟରେ ନିନ୍ଦା କରି ବୁଲ ନାହିଁଲେବୀ 19:16
ପଦଗୁଡ଼ିକ
ଲେବୀ 19:16ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।
- ପରମେଶ୍ୱରଙ୍କ ସହିତ କିଏ ବାସ କରିପାରେ? ଯାହାର ଜିହ୍ୱାରେ ନିନ୍ଦା ନାହିଁଗୀତ 15:3
ପଦଗୁଡ଼ିକ
ଗୀତ 15:3ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।
- ପରଚର୍ଚ୍ଚାକାରୀ ଗୁପ୍ତ କଥା ପ୍ରକାଶ କରେ; ବିଶ୍ୱସ୍ତ ଲୋକ ତାହା ଗୁପ୍ତ ରଖେହିତୋ 11:13, ହିତୋ 20:19
ପଦଗୁଡ଼ିକ
ହିତୋ 11:13ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।
ହିତୋ 20:19ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।
- ପରଚର୍ଚ୍ଚାକାରୀ ଘନିଷ୍ଠ ବନ୍ଧୁମାନଙ୍କୁ ଅଲଗା କରେହିତୋ 16:28, ହିତୋ 17:9
ପଦଗୁଡ଼ିକ
ହିତୋ 16:28କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।
ହିତୋ 17:9ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।
- ପରଚର୍ଚ୍ଚାକାରୀର କଥା ସୁସ୍ୱାଦୁ ଗ୍ରାସ ପରିହିତୋ 18:8, ହିତୋ 26:22
ପଦଗୁଡ଼ିକ
ହିତୋ 18:8କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
ହିତୋ 26:22କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
- କାଠ ନ ଥିଲେ ନିଆଁ ଲିଭିଯାଏ; ପରଚର୍ଚ୍ଚା ନ ଥିଲେ ବିବାଦ ଥମିଯାଏହିତୋ 26:20–21
ପଦଗୁଡ଼ିକ
ହିତୋ 26:20–21କାଷ୍ଠ ଶେଷ ହେଲେ ଅଗ୍ନି ଲିଭିଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ। ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକୁ କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ।
- ପଛରେ ନିନ୍ଦା କରୁଥିବା ଜିହ୍ୱା କ୍ରୋଧର ଦୃଷ୍ଟି ଆଣେହିତୋ 25:23
ପଦଗୁଡ଼ିକ
ହିତୋ 25:23ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ୱା କ୍ରୋଧଦୃଷ୍ଟିର ଉତ୍ପାଦକ।
- ଯିରିମୀୟ ଫୁସଫୁସ ଶୁଣନ୍ତି: “ତୁମ୍ଭେମାନେ ଅଭିଯୋଗ କର”ଯିରି 20:10
ପଦଗୁଡ଼ିକ
ଯିରି 20:10କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।”
- ଅଳସ ଯୁବତୀ ବିଧବାମାନେ ପରଚର୍ଚ୍ଚାକାରିଣୀ ଓ ପରକଥାରେ ହାତ ପୂରାଉଥିବା ହୁଅନ୍ତିପ୍ର.ତୀମ 5:13
ପଦଗୁଡ଼ିକ
ପ୍ର.ତୀମ 5:13ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି।
- ପାଉଲ କରିନ୍ଥରେ ନିନ୍ଦା ଓ ପରଚର୍ଚ୍ଚାକୁ ଭୟ କରନ୍ତିଦ୍ଵି.କରି 12:20
ପଦଗୁଡ଼ିକ
ଦ୍ଵି.କରି 12:20କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;
- ପରସ୍ପରର ନିନ୍ଦା କର ନାହିଁଯାକୁ 4:11
ପଦଗୁଡ଼ିକ
ଯାକୁ 4:11ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ।
ଉଦାହରଣ
- ଯୋଷେଫ ଆପଣା ଭାଇମାନଙ୍କ ବିଷୟରେ ପିତାଙ୍କୁ ମନ୍ଦ ସମ୍ବାଦ ଦିଅନ୍ତିଆଦି 37:2
ପଦଗୁଡ଼ିକ
ଆଦି 37:2ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।
- ଗୁପ୍ତଚରମାନେ ଦେଶ ବିଷୟରେ ମନ୍ଦ ସମ୍ବାଦ ପ୍ରଚାର କରନ୍ତିଗଣ 13:32, ଗଣ 14:36
ପଦଗୁଡ଼ିକ
ଗଣ 13:32ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।
ଗଣ 14:36ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରିଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,
- ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ କହେ ଯେ ଅହୀମେଲକ୍ ଦାଉଦଙ୍କୁ ସାହାଯ୍ୟ କଲେପ୍ର.ଶା 22:9–10
ପଦଗୁଡ଼ିକ
ପ୍ର.ଶା 22:9–10ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍ ଉତ୍ତର ଦେଇ କହିଲା, “ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବ୍ର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି। ପୁଣି, ଅହୀମେଲକ୍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଦେଲା।”
- ଯୋୟାବଙ୍କୁ କୁହାଯାଏ ଯେ ଅବ୍ନର ଆସି ଶାନ୍ତିରେ ଚାଲିଗଲେଦ୍ଵି.ଶା 3:23
ପଦଗୁଡ଼ିକ
ଦ୍ଵି.ଶା 3:23ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍ର ପୁତ୍ର ଅବ୍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।”
- ସୀବଃ କହେ ଯେ ମଫୀବୋଶତ୍ ରାଜ୍ୟ ଫେରି ପାଇବାକୁ ଆଶା କରୁଅଛନ୍ତିଦ୍ଵି.ଶା 16:3
ପଦଗୁଡ଼ିକ
ଦ୍ଵି.ଶା 16:3ତେବେ ରାଜା କହିଲେ, “ତୁମ୍ଭ ପ୍ରଭୁର ପୁତ୍ର କାହିଁ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ‘ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ।’”
- ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛନ୍ତି ବୋଲି ସନ୍ବଲ୍ଲଟ୍ର ଜନରବନିହି 6:6–9
ପଦଗୁଡ଼ିକ
ନିହି 6:6–9ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ। ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ।” ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କହୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ। ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି” ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।
- ଯିହୁଦାର କୁଳୀନମାନେ ଟୋବୀୟ ଓ ନିହିମୀୟାଙ୍କ ମଧ୍ୟରେ କଥା ଆଣନ୍ତି ନିଅନ୍ତିନିହି 6:17–19
ପଦଗୁଡ଼ିକ
ନିହି 6:17–19ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା। କାରଣ, ସେ ଆରହର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍ ବେରିଖୀୟର ପୁତ୍ର ମଶୁଲ୍ଲମ୍ର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ। ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋʼ କଥାସବୁ ତାହାକୁ ଜଣାଇଲେ। ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା।
- ସ୍ତିଫାନ ମୋଶାଙ୍କ ବିରୁଦ୍ଧରେ କହିଲେ ବୋଲି କହିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଯାଏପ୍ରେରି 6:11
ପଦଗୁଡ଼ିକ
ପ୍ରେରି 6:11ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ବରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ।
- ଯୋହନଙ୍କ ବିରୁଦ୍ଧରେ ଦୀୟତ୍ରଫାଙ୍କ ଦୁଷ୍ଟ ନିନ୍ଦାତୃ. ଯୋହ 1:9–10
ପଦଗୁଡ଼ିକ
ତୃ. ଯୋହ 1:9–10ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ। ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର