Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › କେଶ ଓ ଦାଢ଼ି

ଆଶ୍ଚର୍ଯ୍ୟଜନକ ବିବରଣୀ

ବାଇବେଲରେ କେଶ ଓ ଦାଢ଼ି

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 36ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ତୁମ୍ଭ ମସ୍ତକର କେଶସବୁ ମଧ୍ୟ ଗଣିତମାଥି 10:30, ଲୂକ 12:7
    ପଦଗୁଡ଼ିକ
    ମାଥି 10:30କିନ୍ତୁ ତୁମ୍ଭମାନଙ୍କ ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି।
    ଲୂକ 12:7କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”
  • ତୁମ୍ଭେ ଗୋଟିଏ କେଶକୁ ମଧ୍ୟ ଧଳା କି କଳା କରିପାରିବ ନାହିଁମାଥି 5:36
    ପଦଗୁଡ଼ିକ
    ମାଥି 5:36ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ।
  • ପାଉଲ: ଲମ୍ବା କେଶ ପୁରୁଷ ପାଇଁ ଅପମାନ, ସ୍ତ୍ରୀ ପାଇଁ ଗୌରବପ୍ର.କରି 11:14–15
    ପଦଗୁଡ଼ିକ
    ପ୍ର.କରି 11:14–15ପ୍ରକୃତି ନିଜେ କି ତୁମ୍ଭମାନଙ୍କୁ ଶିକ୍ଷା ଦିଏ ନାହିଁ ଯେ, ପୁରୁଷ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଅପମାନଜନକ, କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ? କାରଣ ଆବରଣ ସ୍ୱରୂପେ ତାହାର କେଶ ତାହାକୁ ଦିଆଯାଇଅଛି।
  • ବେଣୀ ବନ୍ଧା କେଶରୁ ସୌନ୍ଦର୍ଯ୍ୟ ଆସିବା ଉଚିତ ନୁହେଁପ୍ର.ତୀମ 2:9, ପ୍ର. ପିତ 3:3
    ପଦଗୁଡ଼ିକ
    ପ୍ର.ତୀମ 2:9ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି
    ପ୍ର. ପିତ 3:3ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ,

ବ୍ୟବସ୍ଥାରେ

  • ମୁଣ୍ଡର ଚାରିକଡ଼ର କେଶ କାଟ ନାହିଁ କି ଦାଢ଼ିର ଧାର ଛାଣ୍ଟ ନାହିଁଲେବୀ 19:27
    ପଦଗୁଡ଼ିକ
    ଲେବୀ 19:27ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।
  • ଯାଜକମାନେ ମୁଣ୍ଡରେ ଟାଙ୍ଗରା ସ୍ଥାନ କି ଦାଢ଼ିର ଧାର ଲଣ୍ଡା କରିବେ ନାହିଁଲେବୀ 21:5
    ପଦଗୁଡ଼ିକ
    ଲେବୀ 21:5ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।
  • ମୃତ ପାଇଁ କପାଳ ଲଣ୍ଡା କରିବା ନିଷେଧଦ୍ବି.ବି 14:1
    ପଦଗୁଡ଼ିକ
    ଦ୍ବି.ବି 14:1ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।
  • ଯାହାର କେଶ ଝଡ଼ିଯାଏ, ସେ ତଥାପି ଶୁଚିଲେବୀ 13:40–41
    ପଦଗୁଡ଼ିକ
    ଲେବୀ 13:40–41ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ। ଆଉ, ଯଦି ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ; ତଥାପି ସେ ଶୁଚି ଅଟେ।
  • ନାସରୀୟ ଆପଣା କେଶ ବଢ଼ାଉଥିଲା ଓ ବ୍ରତ ଶେଷ ହେଲେ ତାହା ପୋଡ଼ୁଥିଲାଗଣ 6:5, ଗଣ 6:18
    ପଦଗୁଡ଼ିକ
    ଗଣ 6:5ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।
    ଗଣ 6:18ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।

ଉଦାହରଣ

  • ଫାରୋଙ୍କ ନିକଟକୁ ଯିବା ପୂର୍ବରୁ ଯୋଷେଫ କ୍ଷୌର କଲେଆଦି 41:14
    ପଦଗୁଡ଼ିକ
    ଆଦି 41:14ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ।
  • ଶାମ୍‍ଶୋନ୍‍ଙ୍କ ମସ୍ତକରେ କ୍ଷୁର ଲାଗିବାର ନ ଥିଲାବିଚାର 13:5, ବିଚାର 16:17
    ପଦଗୁଡ଼ିକ
    ବିଚାର 13:5କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।”
    ବିଚାର 16:17ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, “ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋʼ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।”
  • ଦଲୀଲା ତାଙ୍କ ମୁଣ୍ଡ ଲଣ୍ଡା କରାଇଲା; ତା’ପରେ ତାଙ୍କ କେଶ ପୁଣି ବଢ଼ିବାକୁ ଲାଗିଲାବିଚାର 16:19, ବିଚାର 16:22
    ପଦଗୁଡ଼ିକ
    ବିଚାର 16:19ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।
    ବିଚାର 16:22ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା।
  • ପାଗଳ ପରି ଦେଖାଇ ଦାଉଦ ଦାଢ଼ି ଉପରେ ଲାଳ ବୋହିବାକୁ ଦେଲେପ୍ର.ଶା 21:13
    ପଦଗୁଡ଼ିକ
    ପ୍ର.ଶା 21:13ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ୱାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ।
  • ହାନୂନ୍‍ ଦାଉଦଙ୍କ ଦୂତମାନଙ୍କ ଦାଢ଼ିର ଅଧା ଲଣ୍ଡା କଲାଦ୍ଵି.ଶା 10:4
    ପଦଗୁଡ଼ିକ
    ଦ୍ଵି.ଶା 10:4ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କ ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।
  • ଦାଉଦ: ଦାଢ଼ି ପୁଣି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ରୁହଦ୍ଵି.ଶା 10:5
    ପଦଗୁଡ଼ିକ
    ଦ୍ଵି.ଶା 10:5ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।”
  • ଅବଶାଲୋମଙ୍କ ବାର୍ଷିକ କଟା କେଶର ଓଜନ ଦୁଇ ଶହ ଶେକଲଦ୍ଵି.ଶା 14:26
    ପଦଗୁଡ଼ିକ
    ଦ୍ଵି.ଶା 14:26ତାହାର ମସ୍ତକର କେଶ ଭାରୀ ହେବାରୁ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ।
  • ଦାଉଦ ଅନୁପସ୍ଥିତ ଥିବା ବେଳେ ମଫୀବୋଶତ୍‍ ନିଶ ଛାଣ୍ଟି ନ ଥିଲେଦ୍ଵି.ଶା 19:24
    ପଦଗୁଡ଼ିକ
    ଦ୍ଵି.ଶା 19:24ଏଉତ୍ତାରେ ଶାଉଲଙ୍କ ପୌତ୍ର ମଫୀବୋଶତ୍‍ ରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲା; ଆଉ ରାଜା ପ୍ରସ୍ଥାନ କରିବା ଦିନଠାରୁ କୁଶଳରେ ଗୃହକୁ ଆସିବା ଦିନ ପର୍ଯ୍ୟନ୍ତ ମଫୀବୋଶତ୍‍ ଆପଣା ପାଦ ପରିଷ୍କାର କରି ନ ଥିଲା, କି ଦାଢ଼ି କ୍ଷୌର ହୋଇ ନ ଥିଲା, କିଅବା ଆପଣା ବସ୍ତ୍ର ଧୌତ କରି ନ ଥିଲା।
  • ଯୋୟାବ ଚୁମ୍ବନ କରିବା ପରି ଅମାସାର ଦାଢ଼ି ଧରିଲେଦ୍ଵି.ଶା 20:9
    ପଦଗୁଡ଼ିକ
    ଦ୍ଵି.ଶା 20:9ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।
  • ଏଲୀୟ ଲୋମଶ ଲୋକ ଥିଲେ, ଅଣ୍ଟାରେ ଚର୍ମପଟୁକାଦ୍ଵି.ରା 1:8
    ପଦଗୁଡ଼ିକ
    ଦ୍ଵି.ରା 1:8ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍‍ବୀୟ ଏଲୀୟ।”
  • ବାଳକମାନେ ଇଲୀଶାୟଙ୍କୁ ପରିହାସ କଲେ: “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା”ଦ୍ଵି.ରା 2:23
    ପଦଗୁଡ଼ିକ
    ଦ୍ଵି.ରା 2:23ଏଥିଉତ୍ତାରେ ଇଲୀଶାୟ ସେଠାରୁ ବେଥେଲ୍‍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”
  • ହାରୋଣଙ୍କ ଦାଢ଼ି ଓ ତହିଁ ଉପରେ ବହୁଥିବା ଉତ୍ତମ ତୈଳଗୀତ 133:2
    ପଦଗୁଡ଼ିକ
    ଗୀତ 133:2ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।
  • ଦୁଃଖରେ ଆୟୁବ ମୁଣ୍ଡ ଲଣ୍ଡା କଲେଆୟୁବ 1:20
    ପଦଗୁଡ଼ିକ
    ଆୟୁବ 1:20ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;
  • ଏଜ୍ରା ଆତଙ୍କରେ ମୁଣ୍ଡ ଓ ଦାଢ଼ିର କେଶ ଉପୁଡ଼ିଲେଏଜ୍ରା 9:3
    ପଦଗୁଡ଼ିକ
    ଏଜ୍ରା 9:3ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।
  • ଅଶୀ ଜଣ ଶୋକକାରୀ ଦାଢ଼ି ଲଣ୍ଡା କରି ସଦାପ୍ରଭୁଙ୍କ ଗୃହକୁ ଆସିଲେଯିରି 41:5
    ପଦଗୁଡ଼ିକ
    ଯିରି 41:5ଶିଖିମ, ଶୀଲୋ ଓ ଶମରୀୟାରୁ ଅଶୀ ଜଣ ପୁରୁଷ କ୍ଷୌର ଦାଢ଼ି ଓ ଛିନ୍ନବସ୍ତ୍ର ପରିହିତ ହୋଇ, ଆଉ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରି, ପୁଣି ସଦାପ୍ରଭୁଙ୍କ ଗୃହରେ ଉତ୍ସର୍ଗ କରିବା ପାଇଁ ଆପଣା ଆପଣା ହସ୍ତରେ ନୈବେଦ୍ୟ ଓ କୁନ୍ଦୁରୁ ନେଇ ଆସୁଥିଲେ।
  • ନବୂଖଦ୍‍ନିତ୍ସରଙ୍କ କେଶ ଉତ୍କ୍ରୋଶ ପକ୍ଷୀର ପର ପରି ବଢ଼ିଲାଦାନି 4:33
    ପଦଗୁଡ଼ିକ
    ଦାନି 4:33ସେହି ଦଣ୍ଡରେ ନବୂଖଦ୍‍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।
  • ଜଣେ ସ୍ତ୍ରୀ ଆପଣା କେଶରେ ଯୀଶୁଙ୍କ ପାଦ ପୋଛିଲାଲୂକ 7:38, ଯୋହ 12:3
    ପଦଗୁଡ଼ିକ
    ଲୂକ 7:38ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧି ତୈଳ ଲଗାଇ ଦେବାକୁ ଲାଗିଲା।
    ଯୋହ 12:3ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା।
  • ପାଉଲ ଏକ ମାନତ ପାଇଁ କେଙ୍କ୍ରେୟାରେ ମୁଣ୍ଡ ଲଣ୍ଡା କଲେପ୍ରେରି 18:18
    ପଦଗୁଡ଼ିକ
    ପ୍ରେରି 18:18ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।

ଶୋକରେ

  • ଶୋକର ଚିହ୍ନ ରୂପେ ଲଣ୍ଡା ମୁଣ୍ଡ ଓ କଟା ଦାଢ଼ିଯିଶା 15:2, ଯିରି 48:37, ମୀଖା 1:16
    ପଦଗୁଡ଼ିକ
    ଯିଶା 15:2ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।
    ଯିରି 48:37କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।
    ମୀଖା 1:16ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର