ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ମହୁ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 22ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶଯାତ୍ରା 3:8, ଲେବୀ 20:24
ପଦଗୁଡ଼ିକ
ଯାତ୍ରା 3:8ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।
ଲେବୀ 20:24ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
- ଜୀତ ତୈଳ ଓ ମଧୁର ଦେଶଦ୍ବି.ବି 8:8
ପଦଗୁଡ଼ିକ
ଦ୍ବି.ବି 8:8ସେହି ଦେଶ ଗହମ, ଯବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମୟ ସେହି ଦେଶ ଜୀତ ତୈଳ ଓ ମଧୁମୟ;
- ମାନ୍ନାର ସ୍ୱାଦ ମହୁ ମିଶା ପିଠା ପରି ଥିଲାଯାତ୍ରା 16:31
ପଦଗୁଡ଼ିକ
ଯାତ୍ରା 16:31ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।
- ମହୁ ନୈବେଦ୍ୟ ରୂପେ ଦଗ୍ଧ କରାଯିବାର ନ ଥିଲାଲେବୀ 2:11
ପଦଗୁଡ଼ିକ
ଲେବୀ 2:11ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଧ କରିବ ନାହିଁ।
- ଶୈଳରୁ ମହୁଦ୍ବି.ବି 32:13, ଗୀତ 81:16
ପଦଗୁଡ଼ିକ
ଦ୍ବି.ବି 32:13ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;
ଗୀତ 81:16ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ।”
କାହାଣୀରେ
- ଯାକୁବ ମିସରକୁ ଉପହାର ରୂପେ ଅଳ୍ପ ମହୁ ପଠାଇଲେଆଦି 43:11
ପଦଗୁଡ଼ିକ
ଆଦି 43:11ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।
- ଶାମ୍ଶୋନ୍ ସିଂହର ଶବରୁ ମହୁ ଖାଇଲେବିଚାର 14:8–9
ପଦଗୁଡ଼ିକ
ବିଚାର 14:8–9ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି। ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।
- ଶାଉଲଙ୍କ ଶପଥ ବିରୁଦ୍ଧରେ ଯୋନାଥନ ବଣରେ ମହୁ ଚାଖିଲେପ୍ର.ଶା 14:25–27, ପ୍ର.ଶା 14:43
ପଦଗୁଡ଼ିକ
ପ୍ର.ଶା 14:25–27ପୁଣି, ସମସ୍ତ ଲୋକମାନେ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା। ଆଉ ଲୋକମାନେ ବନରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ମହୁର ଝରଣା; ମାତ୍ର କେହି ଆପଣା ମୁହଁକୁ ହାତ ନେଲା ନାହିଁ; କାରଣ ଲୋକମାନେ ସେହି ଶପଥକୁ ଭୟ କଲେ। ମାତ୍ର ଯୋନାଥନ ଆପଣା ପିତା ଲୋକମାନଙ୍କୁ ଶପଥ କରାଇବା ବେଳେ ଶୁଣି ନ ଥିଲା; ଏହେତୁ ସେ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ରଭାଗ ବଢ଼ାଇ ମହୁଚାକରେ ବୁଡ଼ାଇଲା ଓ ମୁଖକୁ ହସ୍ତ ନେଲା; ତହିଁରେ ତାହାର ଚକ୍ଷୁ ସତେଜ ହେଲା।
ପ୍ର.ଶା 14:43ସେତେବେଳେ ଶାଉଲ ଯୋନାଥନକୁ କହିଲେ, “ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ।” ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, “ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ୱାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି।”
- ଅଳ୍ପ ମହୁ ଚାଖିବା ପରେ ତାଙ୍କ ଆଖି ଉଜ୍ଜ୍ୱଳ ହେଲାପ୍ର.ଶା 14:29
ପଦଗୁଡ଼ିକ
ପ୍ର.ଶା 14:29ତହିଁରେ ଯୋନାଥନ କହିଲା, “ମୋʼ ପିତା ଦେଶକୁ ଦୁଃଖ ଦେଇଅଛନ୍ତି; ଦେଖିଲ, ଏହି ମହୁରୁ ଟିକିଏ ଆସ୍ୱାଦ କରିବାରୁ ମୋର ଚକ୍ଷୁ କିପରି ସତେଜ ହୋଇଅଛି!
- ବନ୍ଧୁମାନେ ଦାଉଦଙ୍କ ଭୋକିଲା ଲୋକମାନଙ୍କ ପାଇଁ ମହୁ ଆଣିଲେଦ୍ଵି.ଶା 17:29
ପଦଗୁଡ଼ିକ
ଦ୍ଵି.ଶା 17:29ପୁଣି ମଧୁ, ଦହି, ମେଷ ଓ ଗୋ-ଛେନା ଆଣିଲେ; ତହୁଁ ଦାଉଦ ଓ ତାଙ୍କ ସହିତ ଥିବା ଲୋକମାନେ ଖାଇଲେ; କାରଣ ସେମାନେ କହିଲେ, “ଲୋକମାନେ ପ୍ରାନ୍ତରରେ କ୍ଷୁଧିତ ଓ କ୍ଳାନ୍ତ ଓ ତୃଷିତ ହୋଇଥିବେ।”
- ଯାରବୀୟାମଙ୍କ ଭାର୍ଯ୍ୟା ଭାବବାଦୀଙ୍କ ପାଖକୁ ଏକ ପାତ୍ର ମହୁ ନେଇଗଲେପ୍ର.ରା 14:3
ପଦଗୁଡ଼ିକ
ପ୍ର.ରା 14:3ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”
- ଯିହୁଦା ସୋର ସହିତ ମହୁର ବ୍ୟବସାୟ କରୁଥିଲାଯିହି 27:17
ପଦଗୁଡ଼ିକ
ଯିହି 27:17ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
- ଯୋହନ ପଙ୍ଗପାଳ ଓ ବନମଧୁ ଖାଉଥିଲେମାଥି 3:4
ପଦଗୁଡ଼ିକ
ମାଥି 3:4ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା।
ବାଣୀ
- ହେ ମୋହର ପୁତ୍ର, ମହୁ ଖାଅ, କାରଣ ତାହା ଉତ୍ତମହିତୋ 24:13
ପଦଗୁଡ଼ିକ
ହିତୋ 24:13ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।
- ମହୁ ପାଇଲେ, କେବଳ ଯେତିକି ଦରକାର ସେତିକି ଖାଅହିତୋ 25:16, ହିତୋ 25:27
ପଦଗୁଡ଼ିକ
ହିତୋ 25:16ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।
ହିତୋ 25:27ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ।
- ତୃପ୍ତ ଲୋକ ମହୁକୁ ଘୃଣା କରେ; ଭୋକିଲା ପାଇଁ ତିକ୍ତ ମଧ୍ୟ ମିଠାହିତୋ 27:7
ପଦଗୁଡ଼ିକ
ହିତୋ 27:7ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ।
- ମହୁଫେଣାର ମହୁଠାରୁ ମିଠାଗୀତ 19:10
ପଦଗୁଡ଼ିକ
ଗୀତ 19:10ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।
- ହେ ମୋହର କନ୍ୟେ, ତୁମ୍ଭ ଓଷ୍ଠରୁ ମହୁଫେଣା ପରି ମଧୁରତା ଝରେପ.ଗୀ 4:11
ପଦଗୁଡ଼ିକ
ପ.ଗୀ 4:11ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର