ପ୍ରକୃତି
ବାଇବେଲରେ ଅଶ୍ୱ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 37ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ଆୟୁବ: ଅଶ୍ୱ ଉପତ୍ୟକାରେ ଖୁରା ପିଟେ, ଆପଣା ବଳରେ ଆନନ୍ଦ କରେ ଓ ଯୁଦ୍ଧକୁ ଧାଏଁଆୟୁବ 39:19–21
ପଦଗୁଡ଼ିକ
ଆୟୁବ 39:19–21ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ? ତୁମ୍ଭେ କି ତାହାକୁ ପଙ୍ଗପାଳ ପରି କୁଦିବାକୁ ଦେଇଅଛ? ତାହାର ନାସାଶବ୍ଦର ତେଜ ଭୟାନକ। ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ।
- ସେ ଭୟକୁ ପରିହାସ କରେ ଓ ଖଡ୍ଗରୁ ପଛକୁ ଫେରେ ନାହିଁଆୟୁବ 39:22–23
ପଦଗୁଡ଼ିକ
ଆୟୁବ 39:22–23ସେ ଭୟକୁ ପରିହାସ କରେ ଓ ଉଦ୍ବିଗ୍ନ ହୁଏ ନାହିଁ; କିଅବା ଖଡ୍ଗ ସମ୍ମୁଖରୁ ଫେରେ ନାହିଁ। ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍ଝନ୍ ଶବ୍ଦ କରେ।
- ଶିଙ୍ଗାଧ୍ୱନିରେ ସେ ସ୍ଥିର ରହିପାରେ ନାହିଁ; ଦୂରରୁ ଯୁଦ୍ଧର ଗନ୍ଧ ପାଏଆୟୁବ 39:24–25
ପଦଗୁଡ଼ିକ
ଆୟୁବ 39:24–25ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀ ଶବ୍ଦ ବୋଲି ବିଶ୍ୱାସ କରେ ନାହିଁ। ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ।
- ଯୁଦ୍ଧାଶ୍ୱମାନଙ୍କ ନାକ ଫୁଙ୍କାର ଓ ହେଷାରବ ବହୁ ଦୂରରୁ ଶୁଣାଯାଉଥିଲାଯିରି 8:16
ପଦଗୁଡ଼ିକ
ଯିରି 8:16“ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;
- ମୁହଁରେ ଲଗାମ ଦ୍ୱାରା ଆରୋହୀ ସମଗ୍ର ପଶୁକୁ ଚଳାଏଯାକୁ 3:3
ପଦଗୁଡ଼ିକ
ଯାକୁ 3:3ଦେଖ, ଆମ୍ଭେମାନେ ଅଶ୍ୱମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ୱାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ।
- ଅଶ୍ୱ ଓ ଖଚରକୁ ଲଗାମ ଓ ବାଗରେ ବଶରେ ରଖିବାକୁ ପଡ଼େଗୀତ 32:9
ପଦଗୁଡ଼ିକ
ଗୀତ 32:9ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।
- ରଥର ଅଶ୍ୱମାନଙ୍କ ପାଇଁ ଯବ ଓ ନଡ଼ା ଅଣାଯାଉଥିଲାପ୍ର.ରା 4:28
ପଦଗୁଡ଼ିକ
ପ୍ର.ରା 4:28ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ।
- ଶଗଡ଼ ଚକ ଓ ଅଶ୍ୱ ଶସ୍ୟ ଉପରେ ଗଡ଼ୁଥିଲା, କିନ୍ତୁ ତାହାକୁ ଚୂର୍ଣ୍ଣ କରୁ ନ ଥିଲାଯିଶା 28:28
ପଦଗୁଡ଼ିକ
ଯିଶା 28:28ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ।
ଯୁଦ୍ଧରେ
- ଫାରୋଙ୍କ ଅଶ୍ୱ ଓ ରଥ ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ପଛେ ପଛେ ଗୋଡ଼ାଇଲେଯାତ୍ରା 14:9, ଯାତ୍ରା 15:19
ପଦଗୁଡ଼ିକ
ଯାତ୍ରା 14:9ତହୁଁ ମିସରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
ଯାତ୍ରା 15:19କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।
- ଯିହୋଶୂୟ ଶତ୍ରୁମାନଙ୍କ ଅଶ୍ୱର ଗୋଡ଼ର ଶିରା କାଟି ସେମାନଙ୍କ ରଥ ପୋଡ଼ିଦେଲେଯିହୋ 11:6, ଯିହୋ 11:9
ପଦଗୁଡ଼ିକ
ଯିହୋ 11:6ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।”
ଯିହୋ 11:9ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।
- ଦାଉଦ ଶହେଟି ଛଡ଼ା ସମସ୍ତ ରଥାଶ୍ୱର ଗୋଡ଼ର ଶିରା କାଟିଦେଲେଦ୍ଵି.ଶା 8:4
ପଦଗୁଡ଼ିକ
ଦ୍ଵି.ଶା 8:4ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।
- ରାଜା ଯିହୋଶାଫଟ୍ ଆହାବଙ୍କୁ: “ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି”ପ୍ର.ରା 22:4
ପଦଗୁଡ଼ିକ
ପ୍ର.ରା 22:4ପୁଣି, ସେ ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କʼଣ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ?” ତହିଁରେ ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”
- ଅଶୂରୀୟ ବିଦ୍ରୂପ: ଦୁଇ ହଜାର ଅଶ୍ୱ, ଯଦି ତୁମ୍ଭେ ସେଥିରେ ଆରୋହୀ ବସାଇପାରଦ୍ଵି.ରା 18:23
ପଦଗୁଡ଼ିକ
ଦ୍ଵି.ରା 18:23ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
- ଶମିରୋଣରେ ଚରମାନେ ଅରାମୀୟମାନଙ୍କ ପଛେ ପଛେ ଯିବା ପାଇଁ ଅଶ୍ୱ ସହିତ ଦୁଇଟି ରଥ ନେଲେଦ୍ଵି.ରା 7:13–14
ପଦଗୁଡ଼ିକ
ଦ୍ଵି.ରା 7:13–14ତହିଁରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, “ମୁଁ ବିନୟ କରୁଅଛି, ଆମ୍ଭେମାନେ କେତେକ ଲୋକ ପଠାଇ ଦେଖୁ, ସେମାନେ ନଗରରେ ଅବଶିଷ୍ଟ ଅଶ୍ୱମାନଙ୍କ ମଧ୍ୟରୁ ପାଞ୍ଚୋଟି ନେଇ ଯାଉନ୍ତୁ, ଦେଖନ୍ତୁ, ସେମାନେ ନଗରରେ ଅବଶିଷ୍ଟ ଇସ୍ରାଏଲର ସମସ୍ତ ଜନତା ସମାନ; ଦେଖନ୍ତୁ, ସେମାନେ ଇସ୍ରାଏଲର ସମସ୍ତ ନଷ୍ଟକଳ୍ପ ଜନତା ସମାନ।” ଏହେତୁ ସେହି ଲୋକମାନେ ଅଶ୍ୱ ସହିତ ଦୁଇ ରଥ ନେଲେ ଓ ରାଜା ସେମାନଙ୍କୁ ଅରାମୀୟ ସୈନ୍ୟ ପଛେ ପଠାଇ କହିଲେ, “ଯାଇ ଦେଖ।”
- “ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ”ଯିରି 46:4
ପଦଗୁଡ଼ିକ
ଯିରି 46:4ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ।
- ଦୌଡ଼ୁଥିବା ବଳବାନ ଅଶ୍ୱର ଖୁରାର ଶବ୍ଦ ଓ ରଥର ଘଡ଼ଘଡ଼ିଯିରି 47:3
ପଦଗୁଡ଼ିକ
ଯିରି 47:3ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;
ରାଜା ଓ ବାଣିଜ୍ୟ
- ବ୍ୟବସ୍ଥା: ରାଜା ଅନେକ ଅଶ୍ୱ ସଂଗ୍ରହ କରିବେ ନାହିଁଦ୍ବି.ବି 17:16
ପଦଗୁଡ଼ିକ
ଦ୍ବି.ବି 17:16ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ “ପୁନର୍ବାର ମିସରକୁ ଗମନ କରାଇବ ନାହିଁ;” କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରିଯିବ ନାହିଁ।
- ଶଲୋମନଙ୍କ ରଥାଶ୍ୱମାନଙ୍କ ପାଇଁ ଅଶ୍ୱଶାଳା ଓ ତାଙ୍କ ଅଶ୍ୱାରୋହୀପ୍ର.ରା 4:26, ଦ୍ଵି.ବଂ 9:25
ପଦଗୁଡ଼ିକ
ପ୍ର.ରା 4:26ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ।
ଦ୍ଵି.ବଂ 9:25ଆଉ ଶଲୋମନଙ୍କର ଅଶ୍ୱ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ୱାରୂଢ଼ ଥିଲେ, ଏସବୁକୁ ସେ ରଥ-ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ।
- ମିସରରୁ ଏକ ଅଶ୍ୱର ମୂଲ୍ୟ 150 ଶେକଲ ରୂପା, ଏକ ରଥର 600ପ୍ର.ରା 10:28–29
ପଦଗୁଡ଼ିକ
ପ୍ର.ରା 10:28–29ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ। ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଗଲା; ପୁଣି, ମିସରର ଏକ ଏକ ରଥ ଛଅ ଶହ ଶେକଲ ରୌପ୍ୟ ମୁଦ୍ରାରେ ଓ ଏକ ଏକ ଅଶ୍ୱ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରାରେ ଆସିଲା ଓ ଗଲା।
- ଶଲୋମନଙ୍କ ଅଶ୍ୱସବୁ ମିସର, କୁଏ ଓ ଅନ୍ୟ ଦେଶରୁ ଆସୁଥିଲାପ୍ର.ରା 10:28, ଦ୍ଵି.ବଂ 9:28
ପଦଗୁଡ଼ିକ
ପ୍ର.ରା 10:28ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।
ଦ୍ଵି.ବଂ 9:28ଆଉ ଲୋକମାନେ ମିସରରୁ ଓ ସମସ୍ତ ଦେଶରୁ ଶଲୋମନଙ୍କ ପାଇଁ ଅଶ୍ୱ ଆଣିଲେ।
- ତୋଗର୍ମା ସୋର ସହିତ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚରର ବ୍ୟବସାୟ କଲାଯିହି 27:14
ପଦଗୁଡ଼ିକ
ଯିହି 27:14ତୋଗର୍ମା ବଂଶୀୟ ଲୋକମାନେ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
- ବାବିଲରୁ ଫେରିଥିବା ଲୋକମାନଙ୍କର 736 ଅଶ୍ୱ ଓ 245 ଖଚର ଥିଲାଏଜ୍ରା 2:66
ପଦଗୁଡ଼ିକ
ଏଜ୍ରା 2:66ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;
- ଯିହୁଦାର କେତେକ ଲୋକ ଅଶ୍ୱ ଓ ରଥ ଉପରେ ଭରସା ରଖିବାକୁ ମିସରକୁ ଗଲେଯିଶା 31:1
ପଦଗୁଡ଼ିକ
ଯିଶା 31:1ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!
- ଯିହୁଦାର ରାଜାମାନେ ସୂର୍ଯ୍ୟଙ୍କୁ ଉତ୍ସର୍ଗ କରିଥିବା ଅଶ୍ୱମାନଙ୍କୁ ଯୋଶୀୟ ଦୂର କଲେଦ୍ଵି.ରା 23:11
ପଦଗୁଡ଼ିକ
ଦ୍ଵି.ରା 23:11ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।
- ମର୍ଦ୍ଦଖୟଙ୍କୁ ରାଜାଙ୍କ ନିଜ ଅଶ୍ୱରେ ନଗର ଦେଇ ବୁଲାଗଲାଏଷ୍ଟ 6:8–11
ପଦଗୁଡ଼ିକ
ଏଷ୍ଟ 6:8–11ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ। ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାଙ୍କୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।’” ଏଥିରେ ରାଜା ହାମନ୍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।” ତେଣୁ ହାମନ୍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ;” ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ।
- ଅଗ୍ନିମୟ ଅଶ୍ୱ ସହିତ ଅଗ୍ନିମୟ ରଥ ଏଲୀୟଙ୍କୁ ଇଲୀଶାୟଙ୍କଠାରୁ ଅଲଗା କଲାଦ୍ଵି.ରା 2:11
ପଦଗୁଡ଼ିକ
ଦ୍ଵି.ରା 2:11ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।
ବାଣୀ
- “ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ”ଯିରି 4:13
ପଦଗୁଡ଼ିକ
ଯିରି 4:13ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।
- “ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ”ହବ 1:8
ପଦଗୁଡ଼ିକ
ହବ 1:8ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁ ଅଛନ୍ତି।
- “ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ”ହିତୋ 21:31
ପଦଗୁଡ଼ିକ
ହିତୋ 21:31ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ।
- ଏକ ଗୀତ: ଅଶ୍ୱର ମହାବଳ ମଧ୍ୟ ରକ୍ଷା କରିପାରେ ନାହିଁଗୀତ 33:17
ପଦଗୁଡ଼ିକ
ଗୀତ 33:17ରକ୍ଷାର୍ଥେ ଅଶ୍ୱ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ।
- “ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ”ହିତୋ 26:3
ପଦଗୁଡ଼ିକ
ହିତୋ 26:3ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି।
- “ଅଶ୍ୱଗଣ କି ଶୈଳ ଉପରେ ଦୌଡ଼ିବେ?”ଆମୋ 6:12
ପଦଗୁଡ଼ିକ
ଆମୋ 6:12ଅଶ୍ୱଗଣ କି ଶୈଳ ଉପରେ ଦୌଡ଼ିବେ? କେହି ବଳଦ ନେଇ କି ସେଠାରେ ଚାଷ କରିବ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ତିକ୍ତ ଫଳରେ ପରିଣତ କରିଅଛ;
- “ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ” … “ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ?”ଯିରି 12:5
ପଦଗୁଡ଼ିକ
ଯିରି 12:5“ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳାନ୍ତ କରିଅଛନ୍ତି, ଯଦି ତୁମ୍ଭେ ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କଅଣ କରିବ?
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର